Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କେନ୍ଦ୍ର ମନ୍ତ୍ରୀଙ୍କ ଦ୍ୱାରା ସମ୍ବଲପୁରରୁ ମୌର୍ଯ୍ୟ ଏକ୍ସପ୍ରେସର ଶୁଭାରମ୍ଭ
ଆଜିର ଖବର

କେନ୍ଦ୍ର ମନ୍ତ୍ରୀଙ୍କ ଦ୍ୱାରା ସମ୍ବଲପୁରରୁ ମୌର୍ଯ୍ୟ ଏକ୍ସପ୍ରେସର ଶୁଭାରମ୍ଭ

March 1, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଭାରତ ସରକାରଙ୍କ ରେଳ, ଯୋଗାଯୋଗ ଏବଂ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଏବଂ କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ସମ୍ବଲପୁର ଷ୍ଟେସନ ଠାରେ ସମ୍ବଲପୁର-ହଟିଆ-ଗୋରଖପୁର ମୌର୍ଯ୍ୟ ଏକ୍ସପ୍ରେସ ଟ୍ରେନ ର ଶୁଭାରମ୍ଭ କରିଛନ୍ତି।

ଗୋରଖପୁର-ହଟିଆ-ଗୋରଖପୁର ମୌର୍ଯ୍ୟ ଏକ୍ସପ୍ରେସର ସମ୍ବଲପୁର ପର୍ଯ୍ୟନ୍ତ ସମ୍ପ୍ରସାରଣ ପାଇଁ ସମ୍ବଲପୁର ଠାରେ ଆୟୋଜିତ କାର୍ଯ୍ୟକ୍ରମରେ କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ରେଙ୍ଗାଲୀର ମାନ୍ୟବର ବିଧାୟକ ନାଉରି ନାୟକ ଉପସ୍ଥିତ ଥିବାବେଳେ ରେଳ, ଯୋଗାଯୋଗ ଏବଂ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଭିଡିଓ କନଫରେନ୍ସ ମାଧ୍ୟମରେ ଏହି କାର୍ଯ୍ୟକ୍ରମରେ ଯୋଗଦାନ କରିଥିଲେ। ଉଦ୍‌ଘାଟନୀ ଉତ୍ସବରେ ଆଜି ଶୁଭାରମ୍ଭ ଟ୍ରେନ୍ ସମ୍ବଲପୁରରୁ ଏକ ସ୍ୱତନ୍ତ୍ର ଟ୍ରେନ୍ ଭାବରେ ଚଳାଚଳ କରିଛି। ଏହି ଟ୍ରେନ୍ ର ନିୟମିତ ଚଳାଚଳ ସମ୍ପର୍କରେ ଖୁବ ଶୀଘ୍ର ସୂଚନା ଦିଆଯିବ। ହଟିଆ ଏବଂ ଗୋରଖପୁର ମଧ୍ୟରେ ଏହି ଟ୍ରେନ୍ ପାଇଁ ସ୍ଥିରୀକୃତ ରହଣି ଷ୍ଟେସନ ଓ ସମୟ ସାରଣୀରେ କୌଣସି ପରିବର୍ତ୍ତନ କରାନଯାଇ ଏହି ଟ୍ରେନ୍ ସମ୍ବଲପୁର ପର୍ଯ୍ୟନ୍ତ ସମ୍ପ୍ରସାରିତ ହୋଇଛି।

ସମ୍ବଲପୁରକୁ ଏହି ଟ୍ରେନର ସମ୍ପ୍ରସାରଣ ଝାଡଖଣ୍ଡ, ବିହାର, ପଶ୍ଚିମବଙ୍ଗ ଏବଂ ଉତ୍ତରପ୍ରଦେଶର ଲୋକଙ୍କ ପାଇଁ ଏକ ପରିବର୍ତ୍ତନକାରୀ ଯାତ୍ରା ସଂଯୋଗ ହେବ। ଏହି ଟ୍ରେନ ସମ୍ବଲପୁରରୁ ଗୋରଖପୁର ପର୍ଯ୍ୟନ୍ତ ସମ୍ପ୍ରସାରଣ ପଶ୍ଚିମ ଓଡ଼ିଶାର ବାସିନ୍ଦାଙ୍କ ପାଇଁ ବ୍ୟବସାୟ, ଶିକ୍ଷା, ତୀର୍ଥ ଯାତ୍ରା ଏବଂ ଚିକିତ୍ସା ଭଳି ବିଭିନ୍ନ କାରଣରୁ ଯାତ୍ରା କରିବା ପାଇଁ ଏକ ଜୀବନ ରେଖା ଭାବରେ କାର୍ଯ୍ୟ କରିବ। ଏହା ବ୍ୟତୀତ ଏହା ଗୋରଖପୁର ଏବଂ ସମ୍ବଲପୁର ମଧ୍ୟରେ ସିଧାସଳଖ ସଂଯୋଗ ଥିବା ପର୍ଯ୍ୟଟନ ଏବଂ ସାଂସ୍କୃତିକ ବିନିମୟକୁ ମଧ୍ୟ ବୃଦ୍ଧି କରିବ।

ସମ୍ପ୍ରସାରଣ ମାର୍ଗରେ ଏହି ଟ୍ରେନ ହଟିଆ ଓ ସମ୍ବଲପୁର ମଧ୍ୟରେ ରେଙ୍ଗାଲି, ଝାରସୁଗୁଡା ଏବଂ ରାଉରକେଲା ଭଳି ଗୁରୁତ୍ୱପୂର୍ଣ୍ଣ ଷ୍ଟେସନରେ ରହଣି କରିବ ରହିବ। ପ୍ରାରମ୍ଭରେ ସମ୍ବଲପୁର ରେଳ ମଣ୍ଡଳର ମଣ୍ଡଳ ରେଳବାଇ ପ୍ରବନ୍ଧକ ତୁଷାର କାନ୍ତ ପାଣ୍ଡେ ଅତିଥି ପଣଙ୍କୁ ସ୍ୱାଗତ କରିବା ସହିତ ଏହି ଟ୍ରେନ ର ଉପକାରିତା ସମ୍ବନ୍ଧରେ ବର୍ଣନା କରିଥିଲେ।

Ashwini Vaishnaw dharmendra pradhan maurya express sambalpur ଅଶ୍ୱିନୀ ବୈଷ୍ଣବ ଧର୍ମେନ୍ଦ୍ର ପ୍ରଧାନ ଭାରତ ସରକାର ସମ୍ବଲପୁର
Share. Facebook Twitter LinkedIn Email WhatsApp Copy Link

Related Posts

ପରବର୍ତ୍ତୀ ବିଶ୍ୱକପ୍ ଜିତିବା ପାଇଁ ପ୍ରସ୍ତୁତ ହେଉଛନ୍ତି ଗୌତମ ଗମ୍ଭୀର: ଜାଣନ୍ତୁ କ’ଣ କହିଲେ ମୁଖ୍ୟ ପ୍ରଶିକ୍ଷକ?

March 10, 2026

ଡାଇରିଆର ତ୍ୱରିତ ନିଦାନ ଲାଗି ବିକଶିତ ହେବ ସ୍ୱଦେଶୀ କିଟ୍

March 10, 2026

ଓଡ଼ିଶାରେ ଆୟୋଜିତ ହେବ ଫିଟ୍ ଇଣ୍ଡିଆ କାର୍ନିଭାଲ- ୨୦୨୬

March 10, 2026

ଖୋର୍ଦ୍ଧା ଜିଲ୍ଲା ସରକାରୀ କର୍ମଚାରୀ ସାଂସ୍କୃତିକ ପରିଷଦ ଉପଦେଷ୍ଟା ମଣ୍ଡଳୀ ବୈଠକ

March 10, 2026
Latest News

ପରବର୍ତ୍ତୀ ବିଶ୍ୱକପ୍ ଜିତିବା ପାଇଁ ପ୍ରସ୍ତୁତ ହେଉଛନ୍ତି ଗୌତମ ଗମ୍ଭୀର: ଜାଣନ୍ତୁ କ’ଣ କହିଲେ ମୁଖ୍ୟ ପ୍ରଶିକ୍ଷକ?

March 10, 2026

“ଏଲପିଜି ଉତ୍ପାଦନ ବୃଦ୍ଧି କର”: କମ୍ପାନୀଗୁଡିକୁ ନିର୍ଦ୍ଦେଶ ଦେଲେ  ସରକାର

March 10, 2026

ଡାଇରିଆର ତ୍ୱରିତ ନିଦାନ ଲାଗି ବିକଶିତ ହେବ ସ୍ୱଦେଶୀ କିଟ୍

March 10, 2026

ଓଡ଼ିଶାରେ ଆୟୋଜିତ ହେବ ଫିଟ୍ ଇଣ୍ଡିଆ କାର୍ନିଭାଲ- ୨୦୨୬

March 10, 2026

‘ସବ୍‌କା ସାଥ୍‌ ସବ୍‌କା ବିକାଶ-ଲୋକଙ୍କ ଆକାଂକ୍ଷା ପୂରଣ’ ବିଷୟ ଉପରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ

March 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.