Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଶ୍ୱ ଦକ୍ଷତା କେନ୍ଦ୍ରରେ ଖୋଲିବ “ସ୍ପେଶିଆଲ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ” କେନ୍ଦ୍ର’, ଏମଓୟୁ ସ୍ୱାକ୍ଷର
ଆଜିର ଖବର

ବିଶ୍ୱ ଦକ୍ଷତା କେନ୍ଦ୍ରରେ ଖୋଲିବ “ସ୍ପେଶିଆଲ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ” କେନ୍ଦ୍ର’, ଏମଓୟୁ ସ୍ୱାକ୍ଷର

March 2, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ବର୍ତ୍ତମାନ ସାରା ବିଶ୍ୱରେ ବିଭିନ୍ନ କ୍ଷେତ୍ରରେ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ ବା କୃତ୍ରିମ ବୁଦ୍ଧିମତାର ଆବଶ୍ୟକତା ବଢ଼ି ଚାଲିଛି। ଏହି ଅତ୍ୟାଧୁନିକ ଜ୍ଞାନକୌଶଳ ବିଷୟରେ ଓଡ଼ିଶାର ଯୁବପିଢ଼ି ତାଲିମ ନେଇ କିପରି ନିଜର ଦକ୍ଷତା ବୃଦ୍ଧି କରିପାରିବେ ସେଥିପାଇଁ ଭୁବନେଶ୍ୱରସ୍ଥିତ ବିଶ୍ୱ ଦକ୍ଷତା କେନ୍ଦ୍ରଠାରେ ଏକ “ସ୍ପେଶିଆଲ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ” କେନ୍ଦ୍ର ସ୍ଥାପନ କରାଯିବ। ଏନେଇ ସିଙ୍ଗାପୁରସ୍ଥିତ ଆଇଟିଇ ଏଜୁକେସନ ସର୍ଭିସେସ୍ (ଆଇଟିଇଇଏସ୍‌) ସହ ବୁଝାମଣାପତ୍ର ସ୍ୱାକ୍ଷର ହୋଇଛି।

ଶୁକ୍ରବାର ଦିନ ବିଶ୍ୱ ଦକ୍ଷତା କେନ୍ଦ୍ରଠାରେ ଏକ ବିଶେଷ କାର୍ଯ୍ୟକ୍ରମରେ ଏହି ବୁଝାମଣାପତ୍ର ସ୍ୱାକ୍ଷର ହୋଇଥିଲା। ଏଥିରେ ବିଶ୍ୱ ଦକ୍ଷତା କେନ୍ଦ୍ରର ସିଓଓ ତଥା ବିଭାଗୀୟ ଅତିରିକ୍ତ ସଚିବ ପିନାକୀ ପଟ୍ଟନାୟକ ଏବଂ ଆଇଟିଇଇଏସର ସିଇଓ ବ୍ରୁସ୍ ପୋହ ଦସ୍ତଖତ କରିଥିଲେ। ଏହି କାର୍ଯ୍ୟକ୍ରମ ବେଳେ ଓଡ଼ିଶା ଦକ୍ଷତା ବିକାଶ ପ୍ରାଧୀକରଣ ତଥା ବିଶ୍ୱ ଦକ୍ଷତା କେନ୍ଦ୍ରର ସିଇଓ ଅଳକା ମିଶ୍ର ଏବଂ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗର ସଚିବ ଊଷା ପାଢ଼ୀ ପ୍ରମୁଖ ଉପସ୍ଥିତ ଥିଲେ।

ବିଶ୍ୱ ଦକ୍ଷତା କେନ୍ଦ୍ରରେ ଏହି “ସ୍ପେଶିଆଲ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ’ କେନ୍ଦ୍ର ସେପ୍ଟେମ୍ବର ୨୦୨୫ ସୁଦ୍ଧା କାର୍ଯ୍ୟକ୍ଷମ କରିବାକୁ ଲକ୍ଷ୍ୟ ରଖାଯାଇଛି। ସିଙ୍ଗାପୁରର ଆଇଟିଇଇଏସ୍ ସହଯୋଗିତାରେ ବିଶ୍ୱ ଦକ୍ଷତା କେନ୍ଦ୍ର ପରିସରରେ ଏଥିପାଇଁ ଆବଶ୍ୟକ ଭିତ୍ତିଭୂମି ପ୍ରସ୍ତୁତ କରାଯିବ। ତା’ଛଡ଼ା ଅତ୍ୟାଧୁନିକ ଲାବୋରେଟୋରି ଏବଂ ଡିଜିଟାଲ ଲର୍ଣ୍ଣିଂ ସେଣ୍ଟର ସ୍ଥାପନ କରାଯିବା ସହ ଅନ୍ତର୍ଜାତୀୟ ମାନର ଉପକରଣ ଆଦି ଯୋଗାଇ ଦିଆଯିବ। ଫଳରେ ଛାତ୍ରଛାତ୍ରୀମାନେ ଅତ୍ୟାଧୁନିକ ଏଆର୍‌, ଭିଆର୍ ଏବଂ ଏକ୍ସଆର୍ ଆଦି ବ୍ୟବହାରକରି ବିଭିନ୍ନ ବିଷୟରେ ତାଲିମ ନେବା ସହ ନିଜର ଜ୍ଞାନର ପରିସୀମାକୁ ବ୍ୟାପକ କରିପାରିବେ।

ଏହି “ସ୍ପେଶିଆଲ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ” କେନ୍ଦ୍ରରେ ନିୟୋଜିତ ହେବାକୁ ଥିବା ପ୍ରଶିକ୍ଷକମାନଙ୍କ ପାଇଁ ସ୍ୱତନ୍ତ୍ର ଟ୍ରେନିଙ୍ଗ ଅଫ୍ ଟ୍ରେନର୍ସ ବା ଟିଓଟି କାର୍ଯ୍ୟକ୍ରମ କରାଯିବ। ଏହି ଆଧୁନିକ ବିଷୟରେ ଛାତ୍ରଛାତ୍ରୀମାନଙ୍କୁ ତାଲିମ ଦେଇ ସେମାନଙ୍କ ଦକ୍ଷତା ବିକାଶ କିପରି କରାଯାଇପାରିବ ସେନେଇ ପ୍ରଶିକ୍ଷକମାନଙ୍କୁ ପ୍ରଶିକ୍ଷଣ ଦିଆଯିବ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ “ସ୍କିଲ୍ଡ ଇନ୍ ଓଡ଼ିଶା” ଅଭିଯାନ ଅଧୀନରେ ଭୁବନେଶ୍ୱରଠାରେ ୨୦୨୧ରୁ ଚାଲିଛି ବିଶ୍ୱ ଦକ୍ଷତା କେନ୍ଦ୍ର। ଫିନିସିଙ୍ଗ୍ ସ୍କୁଲ ଢାଞ୍ଚାରେ ପରିଚାଳିତ ଏହି କେନ୍ଦ୍ର ଓଡ଼ିଶାର ଯୁବକ ଯୁବତୀମାନଙ୍କୁ ବିଭିନ୍ନ ବିଷୟରେ ତାଲିମ ଦେଇ ସେମାନଙ୍କୁ ଜାତୀୟ ତଥା ଅନ୍ତର୍ଜାତୀୟ ସ୍ତରରେ କାମ କରିବା ପାଇଁ ପ୍ରସ୍ତୁତ କରୁଛି। ଏଠାରେ ବର୍ତ୍ତମାନ ସ୍କୁଲ ଅଫ୍ ଇଞ୍ଜିନିୟରିଂ ଓ ସ୍କୁଲ ଅଫ୍ ସର୍ଭିସେସ୍ ବିଭାଗ ଅଧୀନରେ ମୋଟ ୭ଟି ବିଷୟରେ ବିଭିନ୍ନ ତାଲିମ ପାଠ୍ୟକ୍ରମ ରହିଛି। ଆଇଟିଇଇଏସର ସହଯୋଗରେ ବିଶ୍ୱ ଦକ୍ଷତା କେନ୍ଦ୍ରର ତାଲିମ ପାଠ୍ୟକ୍ରମ ପରିଚାଳନା କରାଯାଉଛି।

ବୁଝାମଣାପତ୍ର ସ୍ୱାକ୍ଷର ବେଳେ ଓଡ଼ିଶା ଦକ୍ଷତା ବିକାଶ ପ୍ରାଧୀକରଣର ସିଇଓ ରେଘୁ ଜି, ବିଶ୍ୱ ଦକ୍ଷତା କେନ୍ଦ୍ରର ଅଧ୍ୟକ୍ଷ ସଙ୍ଗରଣ ଗୋପାଳ, ଉପାଧ୍ୟକ୍ଷ ଡକ୍ଟର ଶୁଭଙ୍ଗ କିଶୋର ଦାସଙ୍କ ସହିତ ଆଇଟିଇଇଏସ ଏବଂ ବିଶ୍ୱ ଦକ୍ଷତା କେନ୍ଦ୍ରର ବରିଷ୍ଠ ଅଧିକାରୀମାନେ ଯୋଗ ଦେଇଥିଲେ।

ଏମଓୟୁ ସ୍ୱାକ୍ଷର ବିଶ୍ୱ ଦକ୍ଷତା କେନ୍ଦ୍ର
Share. Facebook Twitter LinkedIn Email WhatsApp Copy Link

Related Posts

ରାମ ମନ୍ଦିର ଦାନ ଚୋରି ମାମଲା: ତୁରନ୍ତ ଶୁଣାଣି କରିବାକୁ ମନା କଲେ  ସୁପ୍ରିମକୋର୍ଟ

June 29, 2026

ସକାଳୁ ପୁରୀରେ ପହଞ୍ଚି ମହାପ୍ରଭୁଙ୍କ ଦର୍ଶନ କଲେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

June 29, 2026

୬୫ତମ ଜାତୀୟ ଆନ୍ତଃରାଜ୍ୟ ବରିଷ୍ଠ ଆଥଲେଟିକ୍ସ ପ୍ରତିଯୋଗିତା ଉଦଯାପିତ

June 29, 2026

ପବିତ୍ର ଦେବ ସ୍ନାନ ପୂର୍ଣ୍ଣିମା ଅବସରରେ କଳାକୃତି ନିର୍ମାଣ କଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

June 29, 2026
Latest News

ରାମ ମନ୍ଦିର ଦାନ ଚୋରି ମାମଲା: ତୁରନ୍ତ ଶୁଣାଣି କରିବାକୁ ମନା କଲେ  ସୁପ୍ରିମକୋର୍ଟ

June 29, 2026

ସକାଳୁ ପୁରୀରେ ପହଞ୍ଚି ମହାପ୍ରଭୁଙ୍କ ଦର୍ଶନ କଲେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

June 29, 2026

୬୫ତମ ଜାତୀୟ ଆନ୍ତଃରାଜ୍ୟ ବରିଷ୍ଠ ଆଥଲେଟିକ୍ସ ପ୍ରତିଯୋଗିତା ଉଦଯାପିତ

June 29, 2026

ପବିତ୍ର ଦେବ ସ୍ନାନ ପୂର୍ଣ୍ଣିମା ଅବସରରେ କଳାକୃତି ନିର୍ମାଣ କଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

June 29, 2026

‘ପିଏମ୍ ଫ୍ୟାମିଲି କେୟାର୍ ଟ୍ରାକର୍’ ପାଇଲଟ୍ ପ୍ରକଳ୍ପକୁ ଉଦଘାଟନ କଲେ ଅମିତ ଶାହ

June 29, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.