Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜୀ-ସାର୍ଥକର ସୋ “ଡାନ୍ସ ଓଡିଶା ଡାନ୍ସ – ଜୀ-ସାର୍ଥକ ସଂସାର ଡବଲ୍ସ୍ ଲିଗ୍” ପ୍ରଚାରର ଅଭିନବ ପ୍ରୟାସ
ଆଜିର ଖବର

ଜୀ-ସାର୍ଥକର ସୋ “ଡାନ୍ସ ଓଡିଶା ଡାନ୍ସ – ଜୀ-ସାର୍ଥକ ସଂସାର ଡବଲ୍ସ୍ ଲିଗ୍” ପ୍ରଚାରର ଅଭିନବ ପ୍ରୟାସ

March 7, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ଓଡିଶାର ନମ୍ବର-୧ ମନୋରଞ୍ଜନ ଚ୍ୟାନେଲ ଜୀ-ସାର୍ଥକ ସବୁବେଳେ ତାର ଦର୍ଶକଙ୍କ ସହ ଯୋଡି ହୋଇ ରହିବା ପାଇଁ ଅବିରତ ଚେଷ୍ଟା ଜାରି ରଖିଥାଏ । କେତେବେଳେ ଟିଭି ମାଧ୍ୟମରେ ତ କେତେବେଳେ ସିଧା ସିଧା ଦର୍ଶକଙ୍କ ପାଖରେ ପହଞ୍ଚିଥାଏ । ସେହି ପରିପ୍ରେକ୍ଷିରେ ଜୀ-ସାର୍ଥକ ଆରମ୍ଭ କରିଛି “ଡାନ୍ସ ଓଡିଶା ଡାନ୍ସ – ଜୀ-ସାର୍ଥକ ସଂସାର ଡବଲ୍ସ୍ ଲିଗ୍”, ସୋ ପ୍ରଚାରର ଏକ ନୂଆ ପ୍ରୟାସ, ଯାହା ଆପଣଙ୍କୁ ଦେବ ଖରା ଦିନରେ ମାଗଣା ଆଇସ୍କ୍ରୀମ । ହେଲେ କେମିତି ପାଇବେ ଏହି ମାଗଣା ଆଇସ୍କ୍ରୀମ ?

ଜୀ-ସାର୍ଥକରେ ପ୍ରସାରିତ ସେଲିବ୍ରେଟିଙ୍କ ‘ଡ୍ୟାନ୍ସ ଓଡ଼ିଶା ଡ୍ୟାନ୍ସ, ଜୀ-ସାର୍ଥକ ସଂସାର ଡବଲ୍ସ୍ ଲିଗ୍’ ର ପ୍ରଚାରକୁ ଆହୁରି ଏକ ପାଦ ଆଗକୁ ନେଇ ଏହାର ଟିମ୍ ଆରମ୍ଭ କରିଛି ସାମାଜିକ ଗଣମାଧ୍ୟମ ବା ସୋସିଆଲ ମିଡିଆରେ ଏକ ନୂଆ ହାସଟ୍ଯାଗ ଟ୍ରେଣ୍ଡ #ZSDUMDARJODI । ଯେମିତିକି ସୋ ର ଟ୍ୟାଗ ଲାଇନରେ କୁହାଯାଇଛି ” ଯେବେ ଯୋଡି ଥିବା ଦମଦାର ଧମାକା ହେବ ଜୋରଦାର” , ସେମିତି ଆପଣ ନିଜର ଦମଦାର ବନ୍ଧୁ, ବାନ୍ଧବୀ ବା ନିଜ ଯୋଡି ସହ ନିକଟସ୍ଥ ଜ଼ୀ ସାର୍ଥକ ଆଇସ୍କ୍ରୀମ ଟ୍ରଲି ପାଖକୁ ଯିବେ ଓ ଗୋଟିଏ ଆଇସ୍କ୍ରୀମ କିଣି ଆଉ ଗୋଟେ ଆଇସ୍କ୍ରୀମ ମାଗଣାରେ ପାଇବେ। ଆପଣ ଆଇସ୍କ୍ରୀମ ଓ ନିଜ ଯୋଡି ସହ ଫଟୋ ଉଠାଇ ସୋସିଆଲ ମିଡିଆରେ ଅପଲୋଡ କରିବେ ଓ ବ୍ୟବହାର କରିବେ #ZSDUMDARJODI । କିଛି ନୂଆ କରିବା ଲକ୍ଷ୍ୟରେ ଆରମ୍ଭ ହୋଇଥିବା ‘ଡ୍ୟାନ୍ସ ଓଡ଼ିଶା ଡ୍ୟାନ୍ସ, ଜୀ-ସାର୍ଥକ ସଂସାର ଡବଲ୍ସ୍ ଲିଗ୍’, ଦର୍ଶକଙ୍କୁ ଆକର୍ଷିତ କରିବାରେ ସଫଳ ହେବ ବୋଲି ଏହି ରୋମାଞ୍ଚକର ନୂତନ ରିଆଲିଟି ଡ୍ୟାନ୍ସ ସୋ ର ସଦସ୍ୟ ମାନେ କହିଛନ୍ତି ।

ଜୀ-ସାର୍ଥକର ବିଭିନ୍ନ ମେଗା ଧାରାବାହିକରୁ ଲୋକପ୍ରିୟ ନାୟକ ଓ ନାୟିକା ଯୋଡି ଯୋଡି ପ୍ରତି ସପ୍ତାହରେ ବିଭିନ୍ନ ନୃତ୍ୟ ରୂପରେ ପରସ୍ପର ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି | ନିଜର ଅବିଶ୍ୱସନୀୟ ନୃତ୍ୟ ପ୍ରଦର୍ଶନ ସହିତ ଦର୍ଶକଙ୍କୁ ଆକର୍ଷିତ କରିବା ସହ ଆଇସ୍କ୍ରୀମ ଏହି କାର୍ଯକ୍ରମର ସ୍ଵାଦ ଆହୁରି ବଢାଇବ ବୋଲି ଜ଼ୀ ସାର୍ଥକ ପକ୍ଷରୁ କୁହାଯାଇଛି । ସୁଜିତ ଓ ଚାନ୍ଦିନୀ ଙ୍କ ସଂଯୋଜନାରେ ଆରମ୍ଭ ହୋଇଥିବା ଏହି ଡ୍ୟାନ୍ସ ଲିଗରେ ଅଭିନେତା ଦେବାଶିଷ ପାତ୍ର ଏବଂ ଡ୍ୟାନ୍ସର ହରିହର ଦାଶ ଜୁରୀ ର ଆସନ ଅଳଙ୍କୃତ କରୁଛନ୍ତି । କେବଳ ନୃତ୍ୟ ନୁହେଁ ବରଂ ବିଭିନ୍ନ ମନୋରଞ୍ଜନ ପୂର୍ଣ୍ଣ ଖେଳ ମଧ୍ୟ ଏହି ପ୍ରତିଯୋଗିତାର ଆକର୍ଷଣ ହୋଇଛି ।

ଜୀ-ସାର୍ଥକ ସଦା ସର୍ବଦା ତାର ବିଭିନ୍ନ କାର୍ଯ୍ୟକ୍ରମ ମାଧ୍ୟମରେ ଓଡ଼ିଆ ଦର୍ଶକଙ୍କ ମନକୁ ଛୁଇଁଛି ସେହି ପରି ଏହି ‘ଦମଦାର ଯୋଡି’ ପ୍ରୟାସ ଆମ ଦର୍ଶକଙ୍କୁ ଏକ ନୂତନ ଅନୁଭବ ଦେବ ବୋଲି କହିଛନ୍ତି ଜୀ-ସାର୍ଥକର ଚିଫ୍ ଚ୍ୟାନେଲ୍ ଅଫିସର ପ୍ରତୀକ ସିଲ୍।

ଜୀ ସାର୍ଥକ
Share. Facebook Twitter LinkedIn Email WhatsApp Copy Link

Related Posts

ଆର୍ଯ୍ୟ ସମାଜ ପକ୍ଷରୁ ମହର୍ଷି ଦୟାନନ୍ଦ ଋଷିବୋଧ ଉତ୍ସବ ପାଳିତ

February 15, 2026

ମହାଶିବରାତ୍ରୀ: ନିର୍ଦ୍ଧାରିତ ସମୟ ପୂର୍ବରୁ ଉଠିଲା ପ୍ରଭୃ ଲିଙ୍ଗରାଜଙ୍କ ମହାଦୀପ 

February 15, 2026

ପ୍ରଖ୍ୟାତ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକ ଆଉ ନାହାଁନ୍ତି, ମହାଶିବରାତ୍ରୀରେ ପରଲୋକ

February 15, 2026

ଇଶାନ କିଶାନଙ୍କ ବିସ୍ଫୋରକ ବ୍ୟାଟିଂ: ପାକିସ୍ତାନକୁ ୧୭୬ ରନର ଟାର୍ଗେଟ ଦେଲା ଭାରତ

February 15, 2026
Latest News

ଆର୍ଯ୍ୟ ସମାଜ ପକ୍ଷରୁ ମହର୍ଷି ଦୟାନନ୍ଦ ଋଷିବୋଧ ଉତ୍ସବ ପାଳିତ

February 15, 2026

ପାକିସ୍ତାନକୁ ପୁଣି ଧୁଳି ଚଟାଇଲା ଭାରତ: ୬୧ ରନରେ ଜିତିଲା ଟିମ ଇଣ୍ଡିଆ

February 15, 2026

ମହାଶିବରାତ୍ରୀ: ନିର୍ଦ୍ଧାରିତ ସମୟ ପୂର୍ବରୁ ଉଠିଲା ପ୍ରଭୃ ଲିଙ୍ଗରାଜଙ୍କ ମହାଦୀପ 

February 15, 2026

ପ୍ରଖ୍ୟାତ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକ ଆଉ ନାହାଁନ୍ତି, ମହାଶିବରାତ୍ରୀରେ ପରଲୋକ

February 15, 2026

ଇଶାନ କିଶାନଙ୍କ ବିସ୍ଫୋରକ ବ୍ୟାଟିଂ: ପାକିସ୍ତାନକୁ ୧୭୬ ରନର ଟାର୍ଗେଟ ଦେଲା ଭାରତ

February 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.