Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମୁଖ୍ୟମନ୍ତ୍ରୀଙ୍କ ଘୋଷଣା, ଆଉଟସୋର୍ସିଂ କର୍ମଚାରୀଙ୍କ ବଢିଲା ଦରମା, ଗଠନ ହେବ ଅମ୍ବୁଡସମ୍ୟାନ
ଆଜିର ଖବର

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା, ଆଉଟସୋର୍ସିଂ କର୍ମଚାରୀଙ୍କ ବଢିଲା ଦରମା, ଗଠନ ହେବ ଅମ୍ବୁଡସମ୍ୟାନ

March 7, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଆଉଟସୋର୍ସିଂ କର୍ମଚାରୀଙ୍କ ବଢିବ ଦରମା, ଗଠନ ହେବ ଅମ୍ବୁଡସମ୍ୟାନ,ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ବର: Service Provider Agency ଦ୍ବାରା ବିଭିନ୍ନ ସରକାରୀ ବିଭାଗରେ କାର୍ଯ୍ୟ କରୁଥିବା Outsourcing କର୍ମଚାରୀ ମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଅନେକ ପଦକ୍ଷେପ ବିଷୟରେ ଘୋଷଣା କରିଛନ୍ତି।

ଏହି କର୍ମଚାରୀ ମାନଙ୍କ ପାରିଶ୍ରମିକରେ ୨୫ ପ୍ରତିଶତ ବୃଦ୍ଧି ଘୋଷଣା ସହିତ ଅଭିଜ୍ଞତା ଭିତ୍ତିରେ ପାରିଶ୍ରମିକ, ଅଭିଯୋଗ ଶୁଣାଣୀ ବ୍ୟବସ୍ଥା ତଥା ଠିକ୍‌ ସମୟରେ ପ୍ରାପ୍ୟ ପ୍ରଦାନ ଆଦି ବିଷୟ ଅନ୍ତର୍ଭୁକ୍ତ।

ସୂଚନାଯୋଗ୍ୟ ଯେ ଏହି Outsourcing କର୍ମଚାରୀ ମାନେ ସେମାନଙ୍କର ବିଭିନ୍ନ ଅସୁବିଧା ସଂପର୍କରେ ୫-ଟି ଅଧ୍ୟକ୍ଷ ଶ୍ରୀ କାର୍ତ୍ତିକ ପାଣ୍ଡିଆନଙ୍କୁ ଭେଟି ଜଣାଇଥିଲେ । ତଦ୍‌ନୁଯାୟୀ ରାଜ୍ୟ ସରକାର ନିମ୍ନୋକ୍ତ ନିଷ୍ପତ୍ତି ଗ୍ରହଣ କରିଛନ୍ତି।

୧. ସେମାନଙ୍କ ମାସିକ ପାରିଶ୍ରମିକରେ ୨୫ ପ୍ରତିଶତ ବୃଦ୍ଧି କରାଗଲା।

୨. ସେମାନେ ଯେପରି ମାସ ଶେଷକୁ ସେମାନଙ୍କର ପାରିଶ୍ରମିକ ଠିକ୍‌ ସମୟରେ ପାଇପାରିବେ, ଏହା ସୁନିଶ୍ଚିତ କରିବା ପାଇଁ ବ୍ୟବସ୍ଥା ଗ୍ରହଣ କରାଯାଇଛି।

୩. Outsourcing କର୍ମଚାରୀ ଓ Service Provider Agency ମଧ୍ୟରେ ଥିବା ବିଭିନ୍ନ ବିବାଦର ସମାଧାନ ପାଇଁ Odisha State Outsourcing Employees OMBUDSMAN ଗଠନ ବିଷୟ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।

୪. ଅଭିଜ୍ଞତା ଥିବା କାର୍ମଚାରୀ ମାନଙ୍କୁ ଅଧିକ ପାରିଶ୍ରମିକ ମିଳିବ। ପ୍ରତି ପାଞ୍ଚ ବର୍ଷର ଅଭିଜ୍ଞତା ପାଇଁ ମାସିକ ଅଧିକ ଏକହଜାର ଟଙ୍କା ମିଳିବ।

୫. ମହିଳା କର୍ମଚାରୀମାନେ ସେମାନଙ୍କର ପ୍ରଥମ ଦୁଇଟି ସନ୍ତାନ ଜନ୍ମ ପର୍ଯ୍ୟନ୍ତ ୧୨୦ ଦିନ ପର୍ଯ୍ୟନ୍ତ ମାତୃତ୍ବ ଛୁଟି ନେଇପାରିବେ।

୬. Outsourcing କର୍ମଚାରୀ ତଥା Service Provider Agencyଙ୍କର ଅଭିଯୋଗ ଶୁଣାଣୀ ପାଇଁ ପ୍ରତି ବିଭାଗରେ ଜମେ ନୋଡାଲ ଅଫିସର ରହିବେ।

୭. ସେମାନଙ୍କର ଅଭିଯୋଗ ଦାଖଲର ସରଳୀକରଣ ପାଇଁ GA&PG Department, CMGI ଜରିଆରେ ଏକ Software Application ବିକଶିତ କରାଯିବ। ଯେଉଁଥିରେ କି ଉଭୟ କର୍ମଚାରୀ ଓ ଏଜେନ୍‌ସି ସେମାନଙ୍କର ଅଭିଯୋଗ ଦାଖଲ କରିପାରିବେ।

୮. ଯେଉଁ outsourcing କର୍ମଚାରୀମାନେ ଏବେ ବର୍ଦ୍ଧିତ ପାରିଶ୍ରମିକ ପାଉଛନ୍ତି, ସେମାନଙ୍କ ବର୍ଦ୍ଧିତ ପାରିଶ୍ରମିକକୁ ନୂଆ ବ୍ୟବସ୍ଥାରେ ସୁରକ୍ଷା ଦିଆଯିବ।

ଏହି ସମସ୍ତ ବ୍ୟବସ୍ଥାକୁ ଶୃଙ୍ଖଳିତ ଭାବରେ ପରିଚାଳିତ କରିବା ପାଇଁ ସବୁ ବିଭାଗ Service Providing Agency ମାନଙ୍କ ସହିତ supplementary agreement କରିବେ।

ନବୀନଙ୍କ ଘୋଷଣା ନିର୍ବାଚନ ଘୋଷଣା
Share. Facebook Twitter LinkedIn Email WhatsApp Copy Link

Related Posts

ବିକଶିତ ଓଡ଼ିଶା ଦିଗରେ ବଡ଼ ପଦକ୍ଷେପ: ୨୦୨୬-୨୭ ବଜେଟ୍‌ରେ ଗ୍ରାମୀଣ ବିକାଶକୁ ସର୍ବାଧିକ ଗୁରୁତ୍ୱ

March 18, 2026

ବଡ଼ ମେଡିକାଲ ଅଗ୍ନିକାଣ୍ଡ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଦୃଢ଼ କାର୍ଯ୍ୟାନୁଷ୍ଠାନ: ଚାରି ଅଧିକାରୀ ନିଲମ୍ୱିତ

March 18, 2026

ବିଜୁ ନବୀନ ଟ୍ରଷ୍ଟକୁ ନେଇ ଶେଷରେ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ, କହିଲେ…

March 18, 2026

ଶିଶୁ ସୁରକ୍ଷା ସେବା ସହିତ ଜଡ଼ିତ ‘ମିଶନ ବାତ୍ସଲ୍ୟ ପୋର୍ଟାଲ’ ପୁନଃପ୍ରସ୍ତୁତ

March 18, 2026
Latest News

ବିକଶିତ ଓଡ଼ିଶା ଦିଗରେ ବଡ଼ ପଦକ୍ଷେପ: ୨୦୨୬-୨୭ ବଜେଟ୍‌ରେ ଗ୍ରାମୀଣ ବିକାଶକୁ ସର୍ବାଧିକ ଗୁରୁତ୍ୱ

March 18, 2026

ବଡ଼ ମେଡିକାଲ ଅଗ୍ନିକାଣ୍ଡ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଦୃଢ଼ କାର୍ଯ୍ୟାନୁଷ୍ଠାନ: ଚାରି ଅଧିକାରୀ ନିଲମ୍ୱିତ

March 18, 2026

ବିଜୁ ନବୀନ ଟ୍ରଷ୍ଟକୁ ନେଇ ଶେଷରେ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ, କହିଲେ…

March 18, 2026

ଶିଶୁ ସୁରକ୍ଷା ସେବା ସହିତ ଜଡ଼ିତ ‘ମିଶନ ବାତ୍ସଲ୍ୟ ପୋର୍ଟାଲ’ ପୁନଃପ୍ରସ୍ତୁତ

March 18, 2026

ଭାରତୀୟ କପା ନିଗମକୁ ୧,୭୧୮.୫୬ କୋଟିର ଏମଏସପି ପାଣ୍ଠି ମଞ୍ଜୁର କଲା କ୍ୟାବିନେଟ୍

March 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.