Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଓଡ଼ିଶାର ଭିନ୍ନକ୍ଷମ ବିଦ୍ୟାର୍ଥୀ ମାନଙ୍କ ଶିକ୍ଷା ପାଇଁ ରାଜ୍ୟ ସରକାରଙ୍କର ଚ଼ିନ୍ତା ନାହିଁ: କଂଗ୍ରେସ
ଆଜିର ଖବର

ଓଡ଼ିଶାର ଭିନ୍ନକ୍ଷମ ବିଦ୍ୟାର୍ଥୀ ମାନଙ୍କ ଶିକ୍ଷା ପାଇଁ ରାଜ୍ୟ ସରକାରଙ୍କର ଚ଼ିନ୍ତା ନାହିଁ: କଂଗ୍ରେସ

March 7, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ଶିକ୍ଷା ସମସ୍ତଙ୍କର ମୌଳିକ ଅଧିକାର, ଶିକ୍ଷାର ଗୁରୁତ୍ୱ ସବୁଠାରୁ ଅଧିକ। ଜଣେ ଭିନ୍ନକ୍ଷମ ବିଦ୍ୟାର୍ଥୀ ମଧ୍ୟ ତାର ଶିକ୍ଷା ସାଧାରଣ ବିଦ୍ୟାର୍ଥୀ ପରି ପାଇବାର ଆବଶ୍ୟକତା ଅଛି ଏବଂ ତାର ମୌଳିକ ଅଧିକାର। ଓଡ଼ିଶାରେ ପ୍ରାୟ ୬୮୦୦୦ ସାଧାରଣ ବିଦ୍ୟାଳୟ ଅଛି ଏବଂ ୧ ଲକ୍ଷ ୪୬ ହଜାର ୩୬୪ ଜଣ ଭିନ୍ନକ୍ଷମ ବିଦ୍ୟାର୍ଥୀ ସାଧାରଣ ବିଦ୍ୟାଳୟରେ ଶିକ୍ଷା ଗ୍ରହଣ କରୁଛନ୍ତି। କିନ୍ତୁ ସେମାନଙ୍କୁ ପାଠ ପଢ଼ାଇବା ପାଇଁ ଉପଯୁକ୍ତ ତାଲିମପ୍ରାପ୍ତ ସ୍ୱତନ୍ତ୍ର ଶିକ୍ଷକଙ୍କର ଅଭାବ ରହିଛି ବୋଲି ପ୍ରଦେଶ କଂଗ୍ରେସରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ପ୍ରଦେଶ କଂଗ୍ରେସ ଭିନ୍ନକ୍ଷମ ବିଭାଗର ଅଧ୍ୟକ୍ଷ ଜିତେନ୍ଦ୍ର କୁମାର ବିଶ୍ବାଳ କହିଛନ୍ତି।

ଏହି ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷା ପାଇଁ ମାନ୍ୟବର ଉଚ୍ଚତମ ନ୍ୟାୟାଳୟ ଏକ ରାୟ ଶୁଣାଣି କରି ପ୍ରତ୍ୟେକ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ପ୍ରତ୍ୟେକ ସାଧାରଣ ବିଦ୍ୟାଳୟରେ ଜଣେ ଜଣେ ସ୍ବତନ୍ତ୍ର ଶିକ୍ଷକ ନିଯୁକ୍ତି ଦେବାକୁ ନିର୍ଦ୍ଦେଶ ଦେଇଥିଲେ ଏହି ରାୟ କୁ ଖୁଲମଖୋଲା ଅବମାନନା କରୁଛନ୍ତି ରାଜ୍ୟ ସରକାର। ଶ୍ରୀ ବିଶ୍ବାଳ କହିଛନ୍ତି ସ୍ଥାୟୀ ସ୍ବତନ୍ତ୍ର ଶିକ୍ଷକ ନିଯୁକ୍ତି ନିମନ୍ତେ ଭିନ୍ନକ୍ଷମ ଅଧିକାର ଆଇନ-୨୦୧୬ ଏବଂ ଅନ୍ତର୍ନିବେଶୀ ଶିକ୍ଷା ନୀତି ଅନୁସାରେ ନିୟମ ଓ ପ୍ରବନ୍ଧ ରହିଛି।ରାଜ୍ୟ ସରକାର ଭିନ୍ନକ୍ଷମ ଅଧିକାର ଆଇନ ଅର୍ନ୍ତଗତ ନିୟମ ଲାଗୁତ କରୁଛନ୍ତି କିନ୍ତୁ ଏହାକୁ ସଠିକ ରୂପେ ପରିଚ଼ାଳନା କରିବା ପାଇଁ ଉପଯୁକ୍ତ ପଦକ୍ଷେପ ଗ୍ରହଣ କରିନାହାଁନ୍ତି ଯାହା ରାଜ୍ୟ ସରକାରଙ୍କ ଭିନ୍ନକ୍ଷମ ବିଦ୍ୟାର୍ଥୀ ମାନଙ୍କ ଶିକ୍ଷା ପାଇଁ ବୈମାତୃକ ମନୋଭାବ ପୋଷଣ କରିବାର ଜ୍ଵଳନ୍ତ ଉଦାହରଣ ବୋଲି ଶ୍ରୀ ବିଶ୍ବାଳ ସରକାରଙ୍କୁ କଡ଼ା ସମାଲୋଚ଼ନା କରିଛନ୍ତି।

ଭାରତୀୟ ପୁନର୍ବାସ ପରିଷଦର ବୈଧାନିକ ରେ ଉଲ୍ଲେଖ ଅଛି ଯେ, ଭିନ୍ନକ୍ଷମ ବିଦ୍ୟାର୍ଥୀ ମାନଙ୍କୁ କେବଳ ସ୍ବତନ୍ତ୍ର ଶିକ୍ଷା ରେ ପ୍ରଶିକ୍ଷଣ ନେଇ ଭାରତୀୟ ପୁନର୍ବାସ ପରିଷଦ ରେ ନାମ ପଞ୍ଜିକରଣ କରିଥିବା ଶିକ୍ଷକ ହିଁ ଶିକ୍ଷା ଦାନ କରିପାରିବେ କିନ୍ତୁ ଆଜି ପର୍ଯ୍ୟନ୍ତ ରାଜ୍ୟ ସରକାରଙ୍କ ତରଫରୁ ଗୋଟିଏ ବି ସ୍ବତନ୍ତ୍ର ଶିକ୍ଷକ ନିଯୁକ୍ତି ହୋଇନାହାନ୍ତି, ତାହାଲେ ବିଦ୍ୟାଳୟ ରେ ନାମ ଲେଖାଇଥିବା ୧ ଲକ୍ଷ ୪୬ ହଜାର ୩୬୪ ଦିବ୍ୟାଙ୍ଗ ଭିନ୍ନକ୍ଷମ ବିଦ୍ୟାର୍ଥୀମାନଙ୍କୁ ପଢ଼ାଉଛନ୍ତି କିଏ ବୋଲି ପ୍ରଶ୍ନ କରିଛନ୍ତି ଶ୍ରୀ ବିଶ୍ବାଳ। ଏ ଦିଗରେ ମାନ୍ୟବର ସୁପ୍ରିମକୋର୍ଟ ଦୁଇ ବର୍ଷ ମଧ୍ୟରେ ୮ ଥର ରାଜ୍ୟ ମୁଖ୍ୟ ଶାସନ ସଚିବ ଙ୍କୁ ହାଜର ହେବାକୁ ନିର୍ଦ୍ଦେଶ ଦେଇଥିଲେ କିନ୍ତୁ ଦୁର୍ଭାଗ୍ୟର କଥା ରାଜ୍ୟ ସରକାର ତାଙ୍କର ଅପାରଗତାକୁ ଲୁଚାଇବାକୁ ଯାଇ ମିଥ୍ୟା ସତ୍ୟପାଠ ଦାଖଲ କରି ମାନ୍ୟବର ସୁପ୍ରିମକୋର୍ଟକୁ ଭ୍ରମିତ କରିବା ପାଇଁ ଯେଉଁ ଉଦ୍ୟମ କରୁଛନ୍ତି କଂଗ୍ରେସ ଏହାକୁ ଦୃଢ଼ ଭାବରେ ନିନ୍ଦା କରୁଛି ବୋଲି ଶ୍ରୀ ବିଶ୍ବାଳ କହିଛନ୍ତି।

ଆଜିର ଏହି ସାମ୍ବାଦିକ ସମ୍ମିଳନୀରେ ପିସିସି ପ୍ୟାନେଲିଷ୍ଟ ଶୁଭେନ୍ଦୁ ଶେଖର ମଲ୍ଲିକ ଓ ଓଡ଼ିଶା ସ୍ବତନ୍ତ୍ର ଶିକ୍ଷକ ସଂଘ ର ଯୁଗ୍ମ ସମ୍ପାଦକ ଆୟୁଷ୍ମାନ ଚୋୖଧୁରୀ ଉପସ୍ଥିତ ଥିଲେ।

Congress education odisha govt କଂଗ୍ରେସ ଭିନ୍ନକ୍ଷମ ବିଦ୍ୟାର୍ଥୀ
Share. Facebook Twitter LinkedIn Email WhatsApp Copy Link

Related Posts

ଭୁବନେଶ୍ବରରେ ଆସୋଚାମ୍ ଇଣ୍ଡିଆ ମାଇନ୍ସ ଆଣ୍ଡ ମିନେରାଲ୍ସ କନକ୍ଲେଭ୍ ୨୦୨୬ ଆରମ୍ଭ

March 13, 2026

ପାକିସ୍ତାନୀ ସ୍ପିନରଙ୍କୁ ଦଳରେ ସାମିଲ କଲା ସନରାଇଜର୍ସ: କଡା ବିରୋଧ କଲେ ଅନିରୁଦ୍ଧାଚାର୍ଯ୍ୟ

March 13, 2026

ରାଜ୍ୟସଭା ନିର୍ବାଚନରେ ​​କ୍ରସ୍ ଭୋଟିଂ ଭୟ: ୮ ବିଧାୟକଙ୍କୁ କର୍ଣ୍ଣାଟକ ପଠାଇଲା ଓଡ଼ିଶା କଂଗ୍ରେସ 

March 13, 2026

ଲଞ୍ଚ ହେଲା TVS Orbiter V1 ଇଲେକ୍ଟ୍ରିକ୍ ସ୍କୁଟର: ଜାଣନ୍ତୁ ଏହାର ପରିସର ଏବଂ EMI ଯୋଜନା

March 13, 2026
Latest News

ଭାରତର ଦୀର୍ଘକାଳୀନ ଇନ୍ଧନ ରଣନୀତି: ସାମ୍ପ୍ରତିକ ସଂକଟ ମୁକାବିଲାରେ ହୋଇଛି ସହାୟକ

March 13, 2026

ଭୁବନେଶ୍ବରରେ ଆସୋଚାମ୍ ଇଣ୍ଡିଆ ମାଇନ୍ସ ଆଣ୍ଡ ମିନେରାଲ୍ସ କନକ୍ଲେଭ୍ ୨୦୨୬ ଆରମ୍ଭ

March 13, 2026

ପାକିସ୍ତାନୀ ସ୍ପିନରଙ୍କୁ ଦଳରେ ସାମିଲ କଲା ସନରାଇଜର୍ସ: କଡା ବିରୋଧ କଲେ ଅନିରୁଦ୍ଧାଚାର୍ଯ୍ୟ

March 13, 2026

ରାଜ୍ୟସଭା ନିର୍ବାଚନରେ ​​କ୍ରସ୍ ଭୋଟିଂ ଭୟ: ୮ ବିଧାୟକଙ୍କୁ କର୍ଣ୍ଣାଟକ ପଠାଇଲା ଓଡ଼ିଶା କଂଗ୍ରେସ 

March 13, 2026

ସଂସଦରେ ECE ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ନୋଟିସ: ଜାଣନ୍ତୁ ଏବେ କ’ଣ ହେବ?

March 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.