Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସ୍ଥାୟୀ ସ୍ବତନ୍ତ୍ର ଶିକ୍ଷକ ନିଯୁକ୍ତି ମାମଲା: ଚାରି ସପ୍ତାହ ଭିତରେ ଅତିରିକ୍ତ ସତ୍ୟପାଠ ଦାଖଲ କରିବାକୁ ସର୍ବୋଚ୍ଚ ନ୍ୟାୟାଳୟଙ୍କ ନିର୍ଦ୍ଦେଶ
ଆଜିର ଖବର

ସ୍ଥାୟୀ ସ୍ବତନ୍ତ୍ର ଶିକ୍ଷକ ନିଯୁକ୍ତି ମାମଲା: ଚାରି ସପ୍ତାହ ଭିତରେ ଅତିରିକ୍ତ ସତ୍ୟପାଠ ଦାଖଲ କରିବାକୁ ସର୍ବୋଚ୍ଚ ନ୍ୟାୟାଳୟଙ୍କ ନିର୍ଦ୍ଦେଶ

March 13, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ଦିବ୍ୟାଙ୍ଗ ବିଦ୍ୟାର୍ଥୀ ମାନଙ୍କ ଶିକ୍ଷା ପାଇଁ ସାଧାରଣ ବିଦ୍ୟାଳୟରେ ସ୍ଥାୟୀ ସ୍ବତନ୍ତ୍ର ଶିକ୍ଷକ ନିଯୁକ୍ତି ନିମନ୍ତେ ମାନ୍ୟବର ସୁପ୍ରିମକୋର୍ଟ ଡବ୍ଲୁ.ପି (ସି) ୧୩୨; ୨୦୧୬ ତା: ୨୮/୧୦/୨୦୨୧ ରେ ଏକ ରାୟ ଶୁଣାଣି କରି ପ୍ରତ୍ୟେକ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ପ୍ରତ୍ୟେକ ସାଧାରଣ ସରକାରୀ ବିଦ୍ୟାଳୟରେ ଜଣେ ଜଣେ ସ୍ବତନ୍ତ୍ର ଶିକ୍ଷକ ନିଯୁକ୍ତି ଦେବାକୁ ନିର୍ଦ୍ଦେଶ ଦେଇଥିଲେ। ମାନ୍ୟବର ସର୍ବୋଚ୍ଚ ନ୍ୟାୟଳୟର ନ୍ୟାଧିଶ ସିଟି ରବିକୁମାର ଓ ରାଜେଶ ବିନ୍ଦଲଙ୍କ ଖଣ୍ଡ ପୀଠରେ ସେହି ରାୟ ଉପରେ ଆଜି ଶୁଣାଣି ହୋଇଥିଲା।

ଏହି ଶୁଣାଣିରେ ମାନ୍ୟବର ସର୍ବୋଚ୍ଚ ନ୍ୟାୟଳୟ ସମସ୍ତ ରାଜ୍ୟକୁ ଚ଼ାରି ସପ୍ତାହ ଭିତରେ ଅତିରିକ୍ତ ଆଫିଡ଼େଭିଟ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ଭାରତୀୟ ପୁନର୍ବାସ ପରିଷଦରେ ନାମ ପଞ୍ଜିକରଣ କରିଥିବା କେତେ ଜଣ ସ୍ବତନ୍ତ୍ର ଶିକ୍ଷକଙ୍କୁ ରାଜ୍ୟ ସରକାର ନିଯୁକ୍ତି ଦେଇଛନ୍ତି,ଯେଉଁମାନେ ବର୍ତ୍ତମାନ ଚୁକ୍ତିଭିତ୍ତିକ ଭିତ୍ତିରେ କାର୍ଯ୍ୟ କରୁଛନ୍ତି। ତାଙ୍କର‌ ଚ଼ାକିରୀ ସର୍ତ୍ତାବଳୀର ଆଦି ର ସମ୍ପୁର୍ଣ୍ଣ ତଥ୍ୟ ଦେବାକୁ କହିଛନ୍ତି ତତସହିତ ରାଜ୍ୟର ସାଧାରଣ ବିଦ୍ୟାଳୟ ରେ ସ୍ଥାୟୀ ସ୍ବତନ୍ତ୍ର ଶିକ୍ଷକ ଖୁବଶୀଘ୍ର ନିଯୁକ୍ତି ଦେବାକୁ କହିଛନ୍ତି। ଓଡିଶା ଆବେଦନକାରୀଙ୍କ ତରଫରୁ ଆଇନଜୀବୀ ସ୍ରିଷ୍ଠି ଅଗ୍ନିହୋତ୍ରୀ ନିଜର ପକ୍ଷ ଉପସ୍ଥାପନ କରିଥିଲେ।

ଏହି ରାୟ ପରେ ଓଡ଼ିଶା ସ୍ପେସିଆଲ୍ ଏଜୁକେଟର ଫେଡ଼େରସନ ଫର୍ ଦିବ୍ୟାଙ୍ଗ ସଂଘ କହିଛି, ମାନ୍ୟବର ସୁପ୍ରିମକୋର୍ଟ ବାରମ୍ବାର ନିର୍ଦ୍ଦେଶ ଦେଇଛନ୍ତି ଏବଂ ଆମେ ବାରମ୍ବାର ରାଜ୍ୟ ସରକାରଙ୍କୁ ଦାବି ଉପସ୍ଥାପନ କରୁଥିଲେ ମଧ୍ୟ ରାଜ୍ୟ ସରକାର କାହିଁକି ଦୃଷ୍ଟି ଆକର୍ଷଣ କରୁନାହାନ୍ତି,ଏହା ଅତ୍ୟନ୍ତ ଦୁର୍ଭାଗ୍ୟଜନକ ଏବଂ ଖୁବଶୀଘ୍ର ସ୍ଥାୟୀ ସ୍ବତନ୍ତ୍ର ଶିକ୍ଷକର ବିଜ୍ଞାପନ ବାହାର କରିବା ପାଇଁ ରାଜ୍ୟ ସରକାରଙ୍କ ନିକଟରେ ଦୃଢ଼ ଦାବି ରଖୁଛି। ସଙ୍ଗଠନ ମଧ୍ୟ ବାରମ୍ବାର ଆଲୋଚନା କରିବା ପରେ ବିଫଳ ହେଇଛି। ବିଭିନ୍ନ ମହଲରୁ ଦାବି ଉଠିଛି ଭିନ୍ନକ୍ଷମ ବିଦ୍ୟାର୍ଥୀଙ୍କ ପାଇଁ ସରକାର ତୁରନ୍ତ ପଦକ୍ଷେପ ଗ୍ରହଣ କରୁ, ଏ ନେଇ ପ୍ରଦେଶ କଂଗ୍ରେସ କମିଟି ମଧ୍ୟ ପ୍ରେସ ମୀଟ କରିଥିଲେ। ଓଡ଼ିଶାରେ ପ୍ରାୟ ୮୦୦୦ ହଜାରରୁ ଅଧିକ ଆଶାୟୀ ସ୍ୱତନ୍ତ୍ର ଶିକ୍ଷକ ଭାରତୀୟ ପୁନର୍ବାସ ପରିଷଦରେ ନାମ ପଞ୍ଜୀକୃତ କରି ବେକାର ହେଇ ଘରେ ବସିଛନ୍ତି।

ସର୍ବୋଚ୍ଚ ନ୍ୟାୟାଳୟ ସ୍ଥାୟୀ ସ୍ବତନ୍ତ୍ର ଶିକ୍ଷକ
Share. Facebook Twitter LinkedIn Email WhatsApp Copy Link

Related Posts

ଏନ୍‌ଆଇସିୟୁରେ ଅଗ୍ନିକାଣ୍ଡ: ୩ ଶିଶୁ ମୃତ

August 24, 2026

ବଡ଼ ମାଓ ଡମ୍ପ୍‌ ଠାବ: ମାଟି ତଳୁ ମିଳିଲା ୨୩ ବନ୍ଧୁକ, ୪୯୨ ଗୁଳି

August 24, 2026

ଚାଷ କାମ ସାରି ଫେରୁଥିବାବେଳେ ଅଘଟଣ: ବିଦ୍ୟୁତ୍ ଆଘାତରେ ୨ ଚାଷୀ ମୃତ

August 24, 2026

ମା’ଙ୍କୁ ମାରି ଘରେ ପୋତିଦେଲା ପୁଅ, ପଚା ଗନ୍ଧରୁ ଖୋଲିଲା ରହସ୍ୟ

August 24, 2026
Latest News

ଏନ୍‌ଆଇସିୟୁରେ ଅଗ୍ନିକାଣ୍ଡ: ୩ ଶିଶୁ ମୃତ

August 24, 2026

ବଡ଼ ମାଓ ଡମ୍ପ୍‌ ଠାବ: ମାଟି ତଳୁ ମିଳିଲା ୨୩ ବନ୍ଧୁକ, ୪୯୨ ଗୁଳି

August 24, 2026

ଚାଷ କାମ ସାରି ଫେରୁଥିବାବେଳେ ଅଘଟଣ: ବିଦ୍ୟୁତ୍ ଆଘାତରେ ୨ ଚାଷୀ ମୃତ

August 24, 2026

ମା’ଙ୍କୁ ମାରି ଘରେ ପୋତିଦେଲା ପୁଅ, ପଚା ଗନ୍ଧରୁ ଖୋଲିଲା ରହସ୍ୟ

August 24, 2026

ଓଡ଼ିଶା ଲୋକାୟୁକ୍ତ ଚୟନ କମିଟିର ସଦସ୍ୟ ହେଲେ ପୂର୍ବତନ CJI ଜଷ୍ଟିସ୍‌ ଗୋପାଳ ବଲ୍ଲଭ ପଟ୍ଟନାୟକ

August 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.