Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନାବାଳିକାକୁ ଯୌନ ନିର୍ଯାତନା ଅଭିଯୋଗ: ପୂର୍ବତନ ମୁଖ୍ୟମନ୍ତ୍ରୀ ବିଏସ୍ ୟେଦିୟୁରପ୍ପାଙ୍କ ବିରୋଧରେ ଏଫ୍ଆଇଆର୍
ଆଜିର ଖବର

ନାବାଳିକାକୁ ଯୌନ ନିର୍ଯାତନା ଅଭିଯୋଗ: ପୂର୍ବତନ ମୁଖ୍ୟମନ୍ତ୍ରୀ ବିଏସ୍ ୟେଦିୟୁରପ୍ପାଙ୍କ ବିରୋଧରେ ଏଫ୍ଆଇଆର୍

March 15, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ନାବାଳିକାକୁ ଯୌନ ନିର୍ଯାତନା ଅଭିଯୋଗରେ କର୍ଣ୍ଣାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ବି.ଏସ୍ ୟେଦିୟୁରପ୍ପାଙ୍କ ବିରୋଧରେ ଏଫ୍ଆଇଆର୍ ପଞ୍ଜିକୃତ ହୋଇଛି। ୟେଦିୟୁରପ୍ପାଙ୍କ ବିରୋଧରେ POCSO ଅଧିନିୟମ ଅନୁଯାୟୀ ଏକ ମାମଲା ରୁଜୁ ହୋଇଛି। ବେଙ୍ଗାଲୁରୁର ସଦାଶିବନଗର ପୋଲିସ ୧୭ ବର୍ଷର ବାଳିକାଙ୍କ ମା’ଙ୍କ ଅଭିଯୋଗକୁ ଭିତ୍ତି କରି ଏକ ମାମଲା ରୁଜୁ କରିଛି। ପୋଲିସ ସୂତ୍ର ଅନୁଯାୟୀ, ନାବାଳିକାକୁ ଫେବୃଆରୀ ୨ ତାରିଖରେ ଯୌନ ନିର୍ଯାତନା ଦିଆଯାଇଥିବା ଅଭିଯୋଗ ହୋଇଛି। ଅଭିଯୋଗ ହୋଇଛି ଯେ, ନାବାଳିକା ଜଣକ ଏକ ଠକେଇ ମାମଲାରେ ସାହାଯ୍ୟ ମାଗିବା ପାଇଁ ୟେଦିୟୁରପ୍ପାଙ୍କୁ ଭେଟିବାକୁ ଯାଇଥିବା ବେଳେ ସେଠାରେ ତାଙ୍କୁ ଯୌନ ନିର୍ଯାତନା ଦିଆଯାଇଥିଲା।

ନ୍ୟୁଜ୍ ଏଜେନ୍ସି ANI ରିପୋର୍ଟ ଅନୁଯାୟୀ, ବରିଷ୍ଠ ବିଜେପି ନେତା ୟେଦିୟୁରପ୍ପା ନାବାଳିକାକୁ ଏକ କୋଠରୀକୁ ଟାଣି ନେଇ ଯୌନ ନିର୍ଯାତନା ଦେଇଥିବାର ଅଭିଯୋଗ ହୋଇଛି। ନାବାଳିକା ଜଣଙ୍କ କୌଣୟ ପ୍ରକାରେ ସେଠାରୁ ଖସିଯିବାରେ ସଫଳ ହୋଇଥିଲା ଏବଂ ପରେ ତାଙ୍କ ସହିତ ଘଟିଥିବା ଘଟଣା ବିଷୟରେ ତାଙ୍କ ମା’ଙ୍କୁ କହିଥିଲା।

ଏହି ପ୍ରସଙ୍ଗରେ ପ୍ରତିକ୍ରିୟା ପ୍ରକାଶ କରି କର୍ଣ୍ଣାଟକ ଗୃହମନ୍ତ୍ରୀ ଜି ପରମେଶ୍ୱର କହିଛନ୍ତି ଯେ, ଜଣେ ମହିଳା ଆମର ପୂର୍ବତନ ମୁଖ୍ୟମନ୍ତ୍ରୀ ବି.ଏସ୍ ୟେଦିୟୁରପ୍ପାଙ୍କ ବିରୋଧରେ ସଦାଶିବନଗର ପୋଲିସ ଷ୍ଟେସନରେ ଅଭିଯୋଗ କରିଛନ୍ତି ଯେ, ତାଙ୍କ ଝିଅକୁ ନିର୍ଯାତନା ଦିଆଯାଇଛି। ତେଣୁ ପୋଲିସ ମାମଲା ରୁଜୁ କରି ତଦନ୍ତ ଜାରି ରଖିଛି। ଆମେ ସତ୍ୟ ନଜାଣିବା ପର୍ଯ୍ୟନ୍ତ, ଆମେ କିଛି କହି ପାରିବୁ ନାହିଁ। ଏହା ଅତ୍ୟନ୍ତ ସମ୍ବେଦନଶୀଳ ବିଷୟ କାରଣ ଏଥିରେ ଜଣେ ପୂର୍ବତନ ମୁଖ୍ୟମନ୍ତ୍ରୀ ଜଡିତ ଅଛନ୍ତି। ଏଭଳି ପରିସ୍ଥିତିରେ ଆମେ ପୋଲିସର ତଦନ୍ତ ରିପୋର୍ଟକୁ ଅପେକ୍ଷା କରିବା ଉଚିତ୍।

ମନ୍ତ୍ରୀ ଏହି ପ୍ରସଙ୍ଗରେ କୌଣସି ରାଜନୈତିକ କୋଣକୁ ଅସ୍ୱୀକାର କରି କହିଛନ୍ତି ଯେ, ମୁଁ ଭାବୁନାହିଁ ଯେ ଏଥିରେ କୌଣସି ରାଜନୈତିକ କୋଣ ଅଛି। ଆମେ ମହିଳାଙ୍କୁ ଜାଣିନାହୁଁ। ସେ ପୋଲିସ ପାଖକୁ ଯାଇ ଅଭିଯୋଗ କରିଥିଲେ। ପୋଲିସ ତାଙ୍କୁ ମନା କରିନାହିଁ ଏବଂ ଏକ ମାମଲା ରୁଜୁ ହୋଇଛି ଏବଂ ତଦନ୍ତ ଆରମ୍ଭ ହୋଇଛି।

ତଥାପି ୟେଦିୟୁରପ୍ପାଙ୍କ କାର୍ଯ୍ୟାଳୟ ଏହି ସମସ୍ତ ଅଭିଯୋଗକୁ ସମ୍ପୂର୍ଣ୍ଣ ରୂପେ ପ୍ରତ୍ୟାଖ୍ୟାନ କରିଛି। ଅତୀତରେ ଅଭିଯୋଗକାରୀଙ୍କ ଦ୍ଵାରା ଦାଖଲ ହୋଇଥିବା ମାମଲାର ତାଲିକା ମଧ୍ୟ କାର୍ଯ୍ୟାଳୟ ପ୍ରକାଶ କରିଛି। ଏହି ତାଲିକାରେ ୫୩ ଟି ଭିନ୍ନ ଭିନ୍ନ ଅଭିଯୋଗ ରହିଛି।

benguluru BS Yediyurappa ex cm karnatak
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର କୁମାରାଙ୍ଗ କୃଷି ସେବା ସମବାୟ ମାଧ୍ୟମରେ ଚାଷୀଙ୍କୁ ରିହାତି ଦରରେ ସାର ବଣ୍ଟନ

August 2, 2026

Flood Situation: ତିନୋଟି ରାଜ୍ୟର ବନ୍ୟା ସ୍ଥିତି ରହିଛି ଗମ୍ଭୀର, ଓଡିଶାରେ ସାମାନ୍ୟ ସୁଧାର

August 2, 2026

ପାଣି କମୁଛି, ହେଲେ ବଢୁଛି ଦୁର୍ଦ୍ଦଶା; ଭଦ୍ରକ-ଯାଜପୁରରେ ବନ୍ୟା ପରେ ଅସହାୟ ଚିତ୍ର

August 2, 2026

ପେରୁରେ ଭୟଙ୍କର ବିମାନ ଦୁର୍ଘଟଣା, ୧୩ ଜଣଙ୍କର ମୃତ୍ୟୁ

August 2, 2026
Latest News

ବାଣପୁର କୁମାରାଙ୍ଗ କୃଷି ସେବା ସମବାୟ ମାଧ୍ୟମରେ ଚାଷୀଙ୍କୁ ରିହାତି ଦରରେ ସାର ବଣ୍ଟନ

August 2, 2026

ଓଡ଼ିଶା ହେବ ସମ୍ପୂର୍ଣ୍ଣ ନିଶାମୁକ୍ତ: ୧୦୦ ସପ୍ତାହର ବ୍ୟାପକ ‘ଜନ-ଆନ୍ଦୋଳନ’ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

August 2, 2026

Flood Situation: ତିନୋଟି ରାଜ୍ୟର ବନ୍ୟା ସ୍ଥିତି ରହିଛି ଗମ୍ଭୀର, ଓଡିଶାରେ ସାମାନ୍ୟ ସୁଧାର

August 2, 2026

ମନ୍ତ୍ରୀ କୃଷ୍ଣ ପାତ୍ରଙ୍କ ଦୌରାତ୍ମା, ଜିଲ୍ଲାପାଳଙ୍କ ନିକଟରେ ଅଭିଯୋଗ କଲେ ବ୍ଲକ ଅଧିକାରୀ

August 2, 2026

ପାଣି କମୁଛି, ହେଲେ ବଢୁଛି ଦୁର୍ଦ୍ଦଶା; ଭଦ୍ରକ-ଯାଜପୁରରେ ବନ୍ୟା ପରେ ଅସହାୟ ଚିତ୍ର

August 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.