Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମୁଖ୍ୟମନ୍ତ୍ରୀ ପୁରସ୍କାର ପ୍ରାପ୍ତ ସି.ଆର.ସି.ସି. ଙ୍କୁ ସମ୍ବର୍ଦ୍ଧନା
ଆଜିର ଖବର

ମୁଖ୍ୟମନ୍ତ୍ରୀ ପୁରସ୍କାର ପ୍ରାପ୍ତ ସି.ଆର.ସି.ସି. ଙ୍କୁ ସମ୍ବର୍ଦ୍ଧନା

March 16, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ରଣପୁର: ଶିକ୍ଷାର ଉନ୍ନତି ପାଇଁ ସରକାର ବିଭିନ୍ନ ପଦକ୍ଷେପ ନେଇ ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରୁଛନ୍ତି। ଏହି ଯୋଜନା ଠିକ ଭାବରେ କାର୍ଯ୍ୟକାରୀ ହେଉଛି କି ନାହିଁ, ଆଉ କେଉଁ ଅସୁବିଧା ରହୁଛି, ତାହାର ପ୍ରତିକାର ପାଇଁ କଣ ପଦକ୍ଷେପ ନିଆ ଯାଇପାରିବ ତାହାକୁ ସମୀକ୍ଷା କରିବା ପାଇଁ ବ୍ଲକର ପ୍ରତ୍ୟକ୍ଷ କ୍ଲଷ୍ଟରରେ ଜଣେ ଜଣେ ସି.ଆର.ସି.ସି. ଙ୍କୁ ନିଯୁକ୍ତ କରାଯାଇଛି। ସେମାନଙ୍କ କାର୍ଯ୍ୟ କ୍ଷେତ୍ରରେ କଣ ସୁବିଧା ଅସୁବିଧା ରହିଛି ତାହାକୁ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ ଦ୍ୱାରା ସମୀକ୍ଷା କରାଯାଇଥାଏ।

ଏହି ସମୀକ୍ଷା ବୈଠକ ପ୍ରତି ଦୁଇ ମାସରେ ଥରେ କରାଯାଇଥାଏ। ଏହି ପରିପ୍ରେକ୍ଷୀରେ ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ, ରାଜସୁନାଖଳା ଦ୍ୱାରା ମାର୍ଚ୍ଚ ୧୫ ଓ ୧୬ ତାରିଖରର ଏହି ଦୁଇ ମାସିକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା। ମାର୍ଚ୍ଚ ୧୫ ତାରିଖ ଦିନ ଗଣିଆ, ଖଣ୍ଡପଡା, ଓଡଗାଁ, ନୂଆଗାଁ ବ୍ଲକର ସି.ଆର.ସି.ସି. ମାନଙ୍କୁ ନେଇ ସମୀକ୍ଷା କରାଯାଇଥିଲା ବେଳେ ମାର୍ଚ୍ଚ ୧୬ ତାରିଖ ଦିନ ରଣପୁର, ନୟାଗଡ, ଦଶପଲ୍ଲା, ଭାପୁର ସି.ଆର.ସି.ସି. ମାନଙ୍କୁ ନେଇ ସମୀକ୍ଷା କରାଯାଇଥିଲା।

ଏହି ସମୀକ୍ଷା ବୈଠକ ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନର ଅଧ୍ୟକ୍ଷ ଡ଼. ବିଜୟ କୁମାର ତ୍ରିପାଠୀଙ୍କ ଅଧକ୍ଷତାରେ ଅନୁଷ୍ଠିତ ହୋଇଥିଲା। ଶିକ୍ଷକ ପ୍ରଶିକ୍ଷକ ମନୋରଞ୍ଜନ ଦାଶ, ବଟକୃଷ୍ଣ ସାହୁ, ଅନିନ୍ଦିତା ପ୍ରିୟଦର୍ଶିନୀ, ମାନସ କୁମାର ସାହୁ, ସନ୍ତୋଷ କୁମାର ମିଶ୍ର, ଦୀପକ କୁମାର ପ୍ରଧାନ ପ୍ରମୁଖ ଏହି ସମୀକ୍ଷା ବୈଠକରେ ବିଭିନ୍ନ ବିଦ୍ୟାଳୟର ସୁବିଧା ଅସୁବିଧା ବିଷୟରେ ସି.ଆର.ସି.ସି. ମାନଙ୍କ ସହିତ ଆଲୋଚନା କରିଥିଲେ।

ଏହା ସହିତ ରାଜ୍ୟ ସରକାରଙ୍କ ଦ୍ୱାରା ନୟାଗଡ ଜିଲ୍ଲାର ଉତ୍ତମ ସି.ଆର.ସି.ସି. ଭାବେ ମୁଖ୍ୟମନ୍ତ୍ରୀ ପୁରସ୍କାର ପାଇଥିବା ନୟାଗଡ ବ୍ଲକ ସି.ଆର.ସି.ସି. ମୃତ୍ୟୁଞ୍ଜୟ ଷଡ଼ଙ୍ଗୀଙ୍କୁ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନର ଅଧ୍ୟକ୍ଷ ଡ଼. ବିଜୟ କୁମାର ତ୍ରିପାଠୀ, ସମସ୍ତ ଶିକ୍ଷକ ପ୍ରଶିକ୍ଷକ ଏବଂ ସମସ୍ତ ସି.ଆର.ସି.ସିମାନଙ୍କ ଦ୍ୱାରା ଉପଢୌକନ ଓ ପୁଷ୍ପଗୁଚ୍ଛ ଦିଆଯାଇ ସମ୍ବର୍ଦ୍ଧିତ କରାଯାଇଥିଲା।

ରଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ମଧ୍ୟପ୍ରାଚ୍ୟରେ ଯୁଦ୍ଧ ମଧ୍ୟରେ ସରକାରଙ୍କ ବଡ଼ ନିଷ୍ପତ୍ତି: ବୃଦ୍ଧି କଲେ ଏଲପିଜି ସିଲିଣ୍ଡର ପାଇଁ ବୁକିଂ ଅବଧି  

March 9, 2026

ପୁରୀ ଷ୍ଟେସନରେ ଭିତ୍ତିଭୂମି ଉନ୍ନତିକରଣ କାର୍ଯ୍ୟ ହେତୁ କିଛି ଟ୍ରେନ୍ ଅସ୍ଥାୟୀ ଭାବେ ବାତିଲ

March 9, 2026

ସ୍ଥାୟିତ୍ୱ ଓ ନୂତନ ଉଦ୍‌ଭାବନକୁ ନେଇ ଆଇବିସିଏସ୍ ପକ୍ଷରୁ ଦୁଇ ଦିନିଆ ଜାତୀୟ ସମ୍ମିଳନୀ

March 9, 2026

ଭାରତର ଐତିହାସିକ ଟି-୨୦ ବିଶ୍ୱକପ୍ ବିଜେତା ଦଳକୁ ନୀତା ଅମ୍ବାନୀଙ୍କ ଅଭିନନ୍ଦନ

March 9, 2026
Latest News

ମଧ୍ୟପ୍ରାଚ୍ୟରେ ଯୁଦ୍ଧ ମଧ୍ୟରେ ସରକାରଙ୍କ ବଡ଼ ନିଷ୍ପତ୍ତି: ବୃଦ୍ଧି କଲେ ଏଲପିଜି ସିଲିଣ୍ଡର ପାଇଁ ବୁକିଂ ଅବଧି  

March 9, 2026

ପୁରୀ ଷ୍ଟେସନରେ ଭିତ୍ତିଭୂମି ଉନ୍ନତିକରଣ କାର୍ଯ୍ୟ ହେତୁ କିଛି ଟ୍ରେନ୍ ଅସ୍ଥାୟୀ ଭାବେ ବାତିଲ

March 9, 2026

ସ୍ଥାୟିତ୍ୱ ଓ ନୂତନ ଉଦ୍‌ଭାବନକୁ ନେଇ ଆଇବିସିଏସ୍ ପକ୍ଷରୁ ଦୁଇ ଦିନିଆ ଜାତୀୟ ସମ୍ମିଳନୀ

March 9, 2026

ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ଭାରତରେ ମୁଦ୍ରାସ୍ଫୀତି ବୃଦ୍ଧି କରିବ କି?: ନିର୍ମଳା ସୀତାରମଣ କହିଲେ…..

March 9, 2026

ଭାରତର ଐତିହାସିକ ଟି-୨୦ ବିଶ୍ୱକପ୍ ବିଜେତା ଦଳକୁ ନୀତା ଅମ୍ବାନୀଙ୍କ ଅଭିନନ୍ଦନ

March 9, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.