Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିହାର ଶିଶୁ ମୃତ୍ୟୁକୁ ଦେଖି ଓଡିଶାର ଆଗୁଆ ପଦକ୍ଷେପ, ଲିଚୁ ପରୀକ୍ଷା କରିବା ପାଇଁ ସ୍ବାସ୍ଥ୍ୟ ମନ୍ତ୍ରୀ ଦେଲେ ନିର୍ଦ୍ଦେଶ
ଆଜିର ଖବର

ବିହାର ଶିଶୁ ମୃତ୍ୟୁକୁ ଦେଖି ଓଡିଶାର ଆଗୁଆ ପଦକ୍ଷେପ, ଲିଚୁ ପରୀକ୍ଷା କରିବା ପାଇଁ ସ୍ବାସ୍ଥ୍ୟ ମନ୍ତ୍ରୀ ଦେଲେ ନିର୍ଦ୍ଦେଶ

June 19, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଓଡିଶାର ବିଭିନ୍ନ ସ୍ଥାନରେ ବିକ୍ରି ହେଉଥିବା ଲିଚୁର ତୁରନ୍ତ ସାମ୍ପୁଲ ପରୀକ୍ଷା କରିବା ନିମନ୍ତେ ନିର୍ଦ୍ଦେଶ ଦେଇଛନ୍ତି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ ଦାସ। ଆଜି ସଚିବାଳୟରେ ବସିଥିବା ସିଡିଏମଓ ବୈଠକରେ ସେ ଏହି ସୂଚନା ଦେଇଛନ୍ତି। ସ୍ବାସ୍ଥ୍ୟ କର୍ମୀମାନେ ବଜାରରେ ବୁଲି ଲିଚୁ ସାମ୍ପଲ ସଂଗ୍ରହ କରି ପରୀକ୍ଷା କରିବା ପାଇଁ ନିର୍ଦ୍ଦେଶ ରହିଛି। ଏହି ପରୀକ୍ଷାରେ ଯଦି ମାନବ ଶରୀରକୁ କ୍ଷତି କରୁଥିବା କିଛି କଣିକା ପରିଲକ୍ଷିତ ହେବ ତେବେ ସେସବୁର ବିକ୍ରି ବନ୍ଦ କରାଯିବ। ବିହାର ମୁଜାଫରପୁର ଜିଲ୍ଲାରେ ମସ୍ତିଷ୍କ ଜ୍ୱରରେ ଏ ପର୍ଯ୍ୟନ୍ତ 110 ଜଣ ଶିଶୁ ମୃତ୍ୟୁ ମୁଖରେ ପଡିସାରିଲେଣି। ମୁଖ୍ୟତଃ ଲିଚୁ ଖାଇଲେ ଏହି ରୋଗ ଦେଖାଦିଏ ବୋଲି କୁହାଯାଉଛି। ସେଥିପାଇଁ ବିହାରରେ ବର୍ତ୍ତମାନ ଲିଚୁ ବିକ୍ରିକୁ ବନ୍ଦ କରିଦିଆଯାଇଛି। ଲିଚୁରେ ଏହି ରୋଗ ସୃଷ୍ଟିକାରୀ ଉପାଦାନ ରହିଛି ବୋଲି ପରୀକ୍ଷାରୁ ଜଣାପଡିଛି। ଏହି ଖବର ଜଣାପଡିବା ପରେ ଓଡିଶା ଆଗୁଆ ପଦକ୍ଷେପ ନେଇ ଲିଚୁର ପରୀକ୍ଷା ଆରମ୍ଭ କରିଦେଇଛି।

Share. Facebook Twitter LinkedIn Email WhatsApp Copy Link

Related Posts

ଉନମୋଚିତ ହେଲା ରାଜନେତା ନିରଞ୍ଜନ ପଟ୍ଟନାୟକଙ୍କ ଆତ୍ମଜୀବନୀ ‘ସମୟ ସାକ୍ଷୀ’

July 2, 2026

ଗଜପତିରେ ଆନ୍ତଃରାଜ୍ୟ ଯୁବତୀ ଚୋରାଚାଲାଣ ରାକେଟ୍‌ର ପର୍ଦ୍ଦାଫାଶ, ୭ ଯୁବତୀ ଉଦ୍ଧାର; ୨ ଦଲାଲ ଗିରଫ

July 2, 2026

ହ୍ବାଟ୍‌ସଆପ୍‌ର ‘ୟୁଜରନେମ୍‌’ ଫିଚରକୁ ନେଇ ବଢ଼ିଲା ଚିନ୍ତା: କାହିଁକି ରୋକ ଲଗାଇବାକୁ କହିଲେ କେନ୍ଦ୍ର ସରକାର?

July 2, 2026

ଜୟଦେବ ବିହାର–ନନ୍ଦନକାନନ ରାସ୍ତାରେ ୬ଟି ଫ୍ଲାଏଓଭର ନିର୍ମାଣକୁ ରାଜ୍ୟ କ୍ୟାବିନେଟ୍‌ର ମଞ୍ଜୁରି

July 2, 2026
Latest News

କିଏ ସେହି ଲାଲଜୀ ଦେଶାଇ, ଯିଏ ଓଡିଶା ପ୍ରଦେଶ କଂଗ୍ରେସର ହେଲେ ନୂଆ ପ୍ରଭାରୀ

July 2, 2026

ଉନମୋଚିତ ହେଲା ରାଜନେତା ନିରଞ୍ଜନ ପଟ୍ଟନାୟକଙ୍କ ଆତ୍ମଜୀବନୀ ‘ସମୟ ସାକ୍ଷୀ’

July 2, 2026

ରାଜ୍ୟ କ୍ୟାବିନେଟ୍‌ର ବଡ଼ ନିଷ୍ପତ୍ତି, ୮ ବିଭାଗର ୧୨ ପ୍ରସ୍ତାବକୁ ମଞ୍ଜୁରି

July 2, 2026

‘ଜ୍ଞାନୋଦୟ–ଶିକ୍ଷାରୁ ସମୃଦ୍ଧି’: ଓଡ଼ିଶାରେ କେଜିରୁ ପିଜି ପର୍ଯ୍ୟନ୍ତ ମାଗଣା ଶିକ୍ଷାର ନୂଆ ଅଧ୍ୟାୟ

July 2, 2026

ଗଜପତିରେ ଆନ୍ତଃରାଜ୍ୟ ଯୁବତୀ ଚୋରାଚାଲାଣ ରାକେଟ୍‌ର ପର୍ଦ୍ଦାଫାଶ, ୭ ଯୁବତୀ ଉଦ୍ଧାର; ୨ ଦଲାଲ ଗିରଫ

July 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.