Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»“ଷ୍ଟୁଡେଣ୍ଟ ଏକ୍ସଚେଞ୍ଜ” କାର୍ଯ୍ୟକ୍ରମରେ ସିଙ୍ଗାପୁର ଗଲେ ବିଶ୍ୱ ଦକ୍ଷତା କେନ୍ଦ୍ରର ୪୦ ଜଣ ଛାତ୍ରଛାତ୍ରୀ
ଆଜିର ଖବର

“ଷ୍ଟୁଡେଣ୍ଟ ଏକ୍ସଚେଞ୍ଜ” କାର୍ଯ୍ୟକ୍ରମରେ ସିଙ୍ଗାପୁର ଗଲେ ବିଶ୍ୱ ଦକ୍ଷତା କେନ୍ଦ୍ରର ୪୦ ଜଣ ଛାତ୍ରଛାତ୍ରୀ

March 20, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ବିଶ୍ୱ ଦକ୍ଷତା କେନ୍ଦ୍ରରେ ବିଭିନ୍ନ ଅତ୍ୟାଧୁନିକ ବିଷୟରେ ତାଲିମ ନେଉଥିବା ଛାତ୍ରଛାତ୍ରୀମାନଙ୍କୁ ବିଦେଶ ଅନୁଭୂତି ଦେବା ଲାଗି ପ୍ରତିବର୍ଷ ୪୦ ଜଣଙ୍କୁ “ଷ୍ଟୁଡେଣ୍ଟ ଏକ୍ସଚେଞ୍ଜ” କାର୍ଯ୍ୟକ୍ରମ ଜରିଆରେ ସିଙ୍ଗାପୁର ପଠାଯାଉଛି। ୨୦୨୩-୨୪ ବ୍ୟାଚର ଚୟନ ହୋଇଥିବା ଛାତ୍ରଛାତ୍ରୀମାନେ ମଙ୍ଗଳବାର ଦିନ ସିଙ୍ଗାପୁର ଯାଇଛନ୍ତି।

ବିଶ୍ୱ ଦକ୍ଷତା କେନ୍ଦ୍ରର ଛାତ୍ରଛାତ୍ରୀମାନେ ଭୁବନେଶ୍ୱର-ସିଙ୍ଗାପୁର ସିଧାସଳଖ ବିମାନ ଯୋଗେ ଯାତ୍ରା କରିଛନ୍ତି। ପ୍ରଥମଥର ପାଇଁ ବିମାନରେ ବସି ବିଦେଶ ଯାଉଥିବାରୁ ସେମାନଙ୍କ ଭିତରେ ବିଶେଷ ଉତ୍ସାହ ଦେଖିବାକୁ ମିଳିଥିଲା।

ଏହି ଅବସରରେ ଓଡ଼ିଶା ଦକ୍ଷତା ବିକାଶ ପ୍ରାଧୀକରଣର ଅଧ୍ୟକ୍ଷା ତଥା ବିଶ୍ୱ ଦକ୍ଷତା କେନ୍ଦ୍ରର ସିଇଓ ଅଳକା ମିଶ୍ର “ଷ୍ଟୁଡେଣ୍ଟ ଏକ୍ସଚେଞ୍ଜ” କାର୍ଯ୍ୟକ୍ରମ ଲାଗି ସିଙ୍ଗାପୁର ଯାଇଥିବା ଛାତ୍ରଛାତ୍ରୀମାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଏହି ଅନୁଭୂତି ସେମାନଙ୍କ ଶିକ୍ଷା ଓ ତାଲିମକୁ ଏକ ନୂଆ ଦିଗ ଦେବା ସହ ସେମାନଙ୍କ ମନରେ ନୂଆ ସାହସ ଆଣିଦେବ ବୋଲି ସେ କହିଛନ୍ତି।

“ସିଙ୍ଗାପୁର ଯିବି ବୋଲି କେବେ ଭାବି ନଥିଲିୟ ବିଶ୍ୱ ଦକ୍ଷତା କେନ୍ଦ୍ରରେ ତାଲିମ ନେବା ଫଳରେ ମତେ ଏହି ସୁଯୋଗ ମିଳିଛିୟ ସିଙ୍ଗାପୁରକୁ ଯାଇ ସେଠାରେ ମୁଁ ନୂଆ ନୂଆ କଥା ଶିଖିବି। “ଷ୍ଟେୁଡେଣ୍ଟ ଏକ୍ସଚେଞ୍ଜ” କାର୍ଯ୍ୟକ୍ରମ ମୋ’ କ୍ୟାରିଅରକୁ ନୂଆ ରାସ୍ତା ଦେଖାଇବ। ଏଥିପାଇଁ ମୁଁ ବହୁତ ଉତ୍ସାହିତ”, କହିଛନ୍ତି ଇଲେକ୍ଟ୍ରିକାଲ ଟେକ୍ନୋଲାଜିର ଛାତ୍ରୀ ଇତିଶ୍ରୀ ରାଉତ।

ସିଙ୍ଗାପୁରରେ ରୋବୋଟିକ୍ସ ଏବଂ ଡ୍ରୋନ୍ ଟେକ୍ନୋଲୋଜି ବିଷୟରେ ନୂଆ କଥା ଶିଖିବାକୁ ମିଳିବ। ସିଙ୍ଗାପୁରକୁ ଅତି ପାଖରୁ ଦେଖିବାକୁ ମିଳିବ। ମତେ ଏହି ସୁଯୋଗ ମିଳିଥିବାରୁ ବିଶ୍ୱ ଦକ୍ଷତା କେନ୍ଦ୍ରକୁ ଧନ୍ୟବାଦ’, କହିଛନ୍ତି ଏୟାର କଣ୍ଡିସନିଂ ଆଣ୍ଡ ରେଫ୍ରିଜରେସନର ଛାତ୍ର ବିଶ୍ୱଜିତ ପରିଡ଼ା।

ଓଡ଼ିଶା ଦକ୍ଷତା ବିକାଶ ପ୍ରାଧୀକରଣ ଏବଂ ସିଙ୍ଗାପୁର ସରକାରଙ୍କ ମଧ୍ୟରେ ହୋଇଥିବା ବୁଝାମଣା ଅନୁଯାୟୀ ପ୍ରତିବର୍ଷ ଏହି “ଷ୍ଟୁଡେଣ୍ଟ ଏକ୍ସଚେଞ୍ଜ” କାର୍ଯ୍ୟକ୍ରମ କରାଯାଉଛିୟ ବିଶ୍ୱ ଦକ୍ଷତା କେନ୍ଦ୍ରର ୪୦ ଜଣ ଛାତ୍ରଛାତ୍ରୀଙ୍କୁ ବଛାଯାଇ ୨ ସପ୍ତାହ ପାଇଁ ସିଙ୍ଗାପୁରର ଇନଷ୍ଟିଚ୍ୟୁଟ ଅଫ୍ ଟେକନିକାଲ ଏଜୁକେସନକୁ (ଆଇଟିଇ) ପଠାଯାଉଛି।

ଏହି ସମୟ ମଧ୍ୟରେ ବିଶ୍ୱ ଦକ୍ଷତା କେନ୍ଦ୍ରରୁ ଯାଇଥିବା ଛାତ୍ରଛାତ୍ରୀମାନେ “ଆଇଟିଇ”ରେ ଡ୍ରୋନ୍ ଟେକ୍ନୋଲୋଜି ଏବଂ ରୋବୋଟିକ୍ସ ଅଟୋମେସନ ବିଷୟରେ ଅତିରିକ୍ତ ତାଲିମ ନେବା ସହ ସ୍ଥାନୀୟ ଛାତ୍ରଛାତ୍ରୀଙ୍କ ସହ ମିଶିବାର ସୁଯୋଗ ପାଇବେୟ ତା’ଛଡ଼ା ସେମାନେ ସିଙ୍ଗାପୁର ଭଳି ଅତ୍ୟାଧୁନିକ ସହରର ବିଭିନ୍ନ ସ୍ଥାନ ବୁଲି ଦେଖିବେ।

ଭୁବନେଶ୍ୱର ମଞ୍ଚେଶ୍ୱର ଶିଳ୍ପାଞ୍ଚଳ ପରିସରରେ ରାଜ୍ୟ ସରକାରଙ୍କ ପକ୍ଷରୁ ସ୍ଥାପନ କରାଯାଇଛି “ବିଶ୍ୱ ଦକ୍ଷତା କେନ୍ଦ୍ର”। ଏଠାରେ ୭ଟି ଅତ୍ୟାଧୁନିକ ବିଷୟରେ ଓଡ଼ିଶାର ଯୁବପିଢ଼ିଙ୍କୁ ଫିନିସିଙ୍ଗ୍ ସ୍କୁଲ ଢାଞ୍ଚାରେ ତାଲିମ ଦିଆଯାଇ ଦେଶ ବିଦେଶର ଶିଳ୍ପ ଦୁନିଆ ଏବଂ ସେବା କ୍ଷେତ୍ର ଲାଗି ପ୍ରସ୍ତୁତ କରାଯାଉଛି।

ବିଶ୍ୱ ଦକ୍ଷତା କେନ୍ଦ୍ର ଷ୍ଟୁଡେଣ୍ଟ ଏକ୍ସଚେଞ୍ଜ ସିଙ୍ଗାପୁର
Share. Facebook Twitter LinkedIn Email WhatsApp Copy Link

Related Posts

ଅନୁଗୋଳ ଆଠମଲ୍ଲିକର ବିଭିନ୍ନ ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ କଲେ ଧର୍ମେନ୍ଦ୍ର ପ୍ରଧାନ

April 1, 2026

ପୂର୍ବ ବର୍ଷ ତୁଳନାରେ ୨୦୨୪-୨୫ ଆର୍ଥିକ ବର୍ଷରେ ଓଡିଶାର ଅର୍ଥନୀତି କ୍ଷେତ୍ରରେ ମଧ୍ୟମ ଧରଣର ଅଭିବୃଦ୍ଧି

April 1, 2026

ଆଜିଠାରୁ ଆରମ୍ଭ ହେବ ପ୍ରଥମ ପର୍ଯ୍ୟାୟ ଜନଗଣନା 

April 1, 2026

ଆଜି ଏପ୍ରିଲ ୧ ତାରିଖ ବୁଧବାର ଦିନ ଏହି ପାଞ୍ଚୋଟି ରାଶି ପାଇଁ ରହିଛି ଅସୁବିଧା, କରନ୍ତୁ ପ୍ରତିକାର

April 1, 2026
Latest News

କେନ୍ସ ସେମିକଣ୍ଡକ୍ଟର ପ୍ଲାଣ୍ଟର ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ

April 1, 2026

ଅନୁଗୋଳ ଆଠମଲ୍ଲିକର ବିଭିନ୍ନ ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ କଲେ ଧର୍ମେନ୍ଦ୍ର ପ୍ରଧାନ

April 1, 2026

ପଶ୍ଚିମ ଏସିଆ ପରିସ୍ଥିତି: ପ୍ରମୁଖ କ୍ଷେତ୍ର ସମ୍ପର୍କିତ ଅପଡେଟ୍

April 1, 2026

ପୂର୍ବ ବର୍ଷ ତୁଳନାରେ ୨୦୨୪-୨୫ ଆର୍ଥିକ ବର୍ଷରେ ଓଡିଶାର ଅର୍ଥନୀତି କ୍ଷେତ୍ରରେ ମଧ୍ୟମ ଧରଣର ଅଭିବୃଦ୍ଧି

April 1, 2026

ଆଜିଠାରୁ ଆରମ୍ଭ ହେବ ପ୍ରଥମ ପର୍ଯ୍ୟାୟ ଜନଗଣନା 

April 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.