Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନିର୍ବାଚନ ଆଚରଣ ବିଧିକୁ ଖୋଲାଖୋଲି ଉଲଘଂନ ପ୍ରସଙ୍ଗରେ ବିଜେପିର ଅଭିଯୋଗ
ଆଜିର ଖବର

ନିର୍ବାଚନ ଆଚରଣ ବିଧିକୁ ଖୋଲାଖୋଲି ଉଲଘଂନ ପ୍ରସଙ୍ଗରେ ବିଜେପିର ଅଭିଯୋଗ

March 22, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link
ନିର୍ବାଚନ ଆଚରଣ ବିଧିକୁ ଖୋଲାଖୋଲି ଉଲଘଂନ ପ୍ରସଙ୍ଗରେ ବିଜେପିର ଅଭିଯୋଗ

ଭୁବନେଶ୍ୱର: ଆଗାମୀ ସାଧାରଣ ନିର୍ବାଚନ ପାଇଁ ଭାରତୀୟ ନିର୍ବାଚନ ଆୟୋଗ ବିଜ୍ଞପ୍ତି ପ୍ରକାଶ କରିବା ମାତ୍ରେ ସମଗ୍ର ଦେଶ ସମେତ ରାଜ୍ୟରେ ମଧ୍ୟ ନିର୍ବାଚନ ଆଚରଣବିଧି ଲାଗୁ ହୋଇସାରିଲାଣି। କିନ୍ତୁ ଏଯାଏଁ ବିଜୁ ଜନତା ଦଳର ହୋର୍ଡି, ପୋଷ୍ଟର, ଦଳୀୟ ଚିହ୍ନ ତଥା ବିଜେଡି ସଭାପତିଙ୍କ ଫଟୋ ଚିତ୍ର ଥିବା ବଡ ବଡ ହୋର୍ଡିଂ ଓ ବିଜ୍ଞାପନ ସାଧାରଣ ସ୍ଥାନରୁ ହଟାଯାଉନାହିଁ।

ସାଧାରଣ ସ୍ଥାନ, ସରକାରୀ ଅନୁଷ୍ଠାନ ଓ କାର୍ଯ୍ୟାଳୟ ଆଦି ସ୍ଥାନରୁ ଶାସକ ବିଜେଡିର ନିର୍ବାଚନୀ ପୋଷ୍ଟର ଓ ବ୍ୟାନର ହଟାନଯିବା ନିର୍ବାଚନ ଆଚରଣ ବିଧିକୁ ଖୋଖୋଲି ଉଲ୍ଲଂଘନ କରିଛି। ସଂପୃକ୍ତ ଅଧିକାରୀଙ୍କ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ଦାବିରେ ବିଜେପିର ଏକ ପ୍ରତିନିଧି ଦଳ ଆଜି ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ନିକଟରେ ଦାବି କରିଛି।
ରାଜ୍ୟ ଉପସଭାନେତ୍ରୀ ଡ. ଲେଖାଶ୍ରୀ ସାମନ୍ତସିଂହାରଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ ରାଜ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟିଛି।

ସାଧାରଣ ନିର୍ବାଚନକୁ ଅବାଧ, ନିରପେକ୍ଷ ଏବଂ ଭୟମୁକ୍ତ କରିବା ପାଇଁ ଭାରତୀୟ ନିର୍ବାଚନ ଆୟୋଗ (ଇସିଆଇ) ଜାରି କରିଥିବା ନିୟମାବଳୀକୁ ସମସ୍ତେ ପାଳନ କରିବା ଉଚିତ। ଇସିଆଇ ସ୍ପଷ୍ଟଭାବେ କହିଛନ୍ତି ଯେ, ନିର୍ବାଚନ ଆଚରଣବିଧି ଲାଗୁ ହୋଇସାରିଲାଣି। ଯେଉଁ ଅନୁସାରେ ସର୍ବସାଧାରଣ ସ୍ଥାନ ଗୁଡିକରେ ଲଗାଯାଇଥିବା ବିଜ୍ଞାପନ ହୋର୍ଡିଂଗୁଡିକୁ ଖୋଲାଯିବାର ନିର୍ଦ୍ଦେଶନାମା ରହିଛି। କିନ୍ତୁ ସରକାରୀ ଦଳ ବିଜେଡି ଏହାର ଖୋଲାଖୋଲି ଉଲଘଂନ କରୁଛି।

ଏବେବି ଅନେକ ଜାଗାରେ ଦଳର ହୋର୍ଡିଂ, ବିଜେଡି ରାଜ୍ୟ ସଭାପତି ତଥା ମୁଖ୍ୟମନ୍ତ୍ରୀଙ୍କ ଫଟୋ, ବିଜେଡି ଦଳୀୟ ଚିହ୍ନ ଓ ସ୍ଳୋଗାନ ଥାଇ ଅନେକ ଜାଗାରେ ବଡ ବଡ ହୋର୍ଡିଂ ଓ ୱାଲିଂ ଲାଗି ରହିଛି। ଭୁବନେଶ୍ୱର ଏବଂ କଟକ ମହାନଗର ନିଗମର ବିଭିନ୍ନ ୱାର୍ଡ ଅଫିସରେ ମୁଖ୍ୟମନ୍ତ୍ରୀଙ୍କ ବଡ ବଡ ଫଟୋ ଏବେ ସୁଦ୍ଧା ରହିଛି। “ଆମ ଓଡ଼ିଶା ନବୀନ ଓଡ଼ିଶା”, “ଆମ ଓଡ଼ିଶା ନୂଆ ଓଡିଶା” ଲେଖା ଥିବା ବହୁ କଟ୍‌ଆଉଟ୍ ଏବଂ ହୋର୍ଡିଂ ବିଭିନ୍ନ ଜାଗାରେ ପୂର୍ବଭଳି ରହିଛି।

ଯାହା ଖୋଲା ଖୋଲି ଆଦର୍ଶ ନିର୍ବାଚନ ଆଚରଣ ବିଧି ତଥା ଦେଶର ମୁଖ୍ୟ ନିର୍ବାଚନ ଆୟୁକ୍ତଙ୍କ ନିର୍ଦ୍ଦେଶନାମାକୁ ଅବମାନନା କରିଛି। ବହୁ ଜାଗାରେ ଶାସକ ଦଳର ହୋର୍ଡିଂ ଲାଗିଥିବାବେଳେ ବାଛି ବାଛି ପ୍ରଧାନମନ୍ତ୍ରୀଙ୍କ ଫଟୋ ଏବଂ ବିଜେପି ହୋର୍ଡିଂ ଗୁଡିକୁ କଢ଼ାଯାଇଥିବା ରାଜ୍ୟ ନିର୍ବାଚନ ଅଧିକାରୀଙ୍କ ନିକଟରେ ଅଭିଯୋଗ କରାଯାଇଥିବାର ଡ.ଲେଖାଶ୍ରୀ କହିଛନ୍ତି।

ଏହି ପ୍ରତିନିଧିମଣ୍ଡଳୀରେ ରାଜ୍ୟ ମୁଖପାତ୍ର ଦିଲୀପ ମଲ୍ଲିକ, ରାଜେନ୍ଦ୍ର ପଣ୍ଡା, ଓବିସି ମୋର୍ଚ୍ଚା ରାଜ୍ୟ ସଭାପତି ସୁରଥ ବିଶ୍ୱାଳ, ରାଜ୍ୟ ଗଣମାଧ୍ୟମ ସଂଯୋଜକ ସୁଜିତ୍ କୁମାର ଦାସ୍‌, ଲିଗାଲ ସେଲ୍ ରାଜ୍ୟ ସଂଯୋଜକ ଜୟନ୍ତ ଜେନା ପ୍ରମୁଖ ଉପସ୍ଥିତ ଥିଲେ।

Election2024 ନିର୍ବାଚନ ବିଜେପି
Share. Facebook Twitter LinkedIn Email WhatsApp Copy Link

Related Posts

ଫେବୃୟାରୀ ୧୧ ତାରିଖ ବୁଧବାରରେ ଏହି ରାଶିକୁ ମିଳିବ ଭଲ ଖବର: ଜାଣନ୍ତୁ ରାଶିଫଳ

February 11, 2026

କଳିଙ୍ଗ ଷ୍ଟାଡିୟମରେ ୨୫୦ ନୂଆ ଆମ୍ବୁଲାନସ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

February 10, 2026

ମାନାବାର-ଜରତି ଷ୍ଟେସନ ମଧ୍ୟରେ ନବନିର୍ମିତ ଦ୍ୱିତୀୟ ଲାଇନର ଯାଞ୍ଚ କଲେ ରେଳ ସୁରକ୍ଷା କମିଶନର

February 10, 2026

ପରିବାର ସହିତ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ସଚିନ ତେନ୍ଦୁଲକର: ଜାଣନ୍ତୁ କାରଣ

February 10, 2026
Latest News

ଫେବୃୟାରୀ ୧୧ ତାରିଖ ବୁଧବାରରେ ଏହି ରାଶିକୁ ମିଳିବ ଭଲ ଖବର: ଜାଣନ୍ତୁ ରାଶିଫଳ

February 11, 2026

କଳିଙ୍ଗ ଷ୍ଟାଡିୟମରେ ୨୫୦ ନୂଆ ଆମ୍ବୁଲାନସ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

February 10, 2026

ମାନାବାର-ଜରତି ଷ୍ଟେସନ ମଧ୍ୟରେ ନବନିର୍ମିତ ଦ୍ୱିତୀୟ ଲାଇନର ଯାଞ୍ଚ କଲେ ରେଳ ସୁରକ୍ଷା କମିଶନର

February 10, 2026

ପରିବାର ସହିତ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ସଚିନ ତେନ୍ଦୁଲକର: ଜାଣନ୍ତୁ କାରଣ

February 10, 2026

“ଅନାସ୍ଥା ପ୍ରସ୍ତାବର ନିଷ୍ପତ୍ତି ନହେବା ଯାଏଁ…”: ଲୋକସଭା ବାଚସ୍ପତି ନେଲେ ବଡ ନିଷ୍ପତ୍ତି

February 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.