Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଜେଡ଼ି-ବିଜେପି ମେଣ୍ଟକୁ ନେଇ ଆସିଲା ବଡ ଖବର: ସ୍ପଷ୍ଟ କଲେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ
ଆଜିର ଖବର

ବିଜେଡ଼ି-ବିଜେପି ମେଣ୍ଟକୁ ନେଇ ଆସିଲା ବଡ ଖବର: ସ୍ପଷ୍ଟ କଲେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ

March 22, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ଓଡିଶାରେ ବିଜେଡ଼ି-ବିଜେପି ମେଣ୍ଟକୁ ନେଇ ଚର୍ଚ୍ଚା ଜୋର ଧରିଛି। ହେଲେ ଏହି ସମୟରେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲଙ୍କ ଦ୍ଵାରା ସୋସିଆଲ ମିଡ଼ିଆରେ କରାଯାଇଥିବା ପୋଷ୍ଟକୁ ନେଇ ଆଲୋଚନା ଆରମ୍ଭ ହୋଇଯାଇଛି। ମନମୋହନଙ୍କ ଏକ୍ସ ର ଏକ ପୋଷ୍ଟ ପରେ ବର୍ତ୍ତମାନ ବିଜେଡ଼ି-ବିଜେପି ମେଣ୍ଟର କୌଣସି ସମ୍ଭାବନା ନାହିଁ ବୋଲି କୁହାଯାଉଛି।

ମନମୋହନ ଏକ୍ସ ରେ ଲେଖିଛନ୍ତି ଯେ, ରାଜ୍ୟରେ ଏଥର ବିଜେପି ଏକାକୀ ଲଢିବ। ସମସ୍ତ ୧୪୭ ବିଧାନସଭା ଓ ୨୧ ଲୋକସଭା ଆସନରେ ବିଜେପି ଏକାକୀ ଲଢିବ ବୋଲି ସେ ସ୍ପଷ୍ଟ କରିଛନ୍ତି।

ଏହାସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ମଧ୍ୟ ମନମୋହନ ଧନ୍ୟବାଦ ଦେଇଛନ୍ତି। କେନ୍ଦ୍ରର ମୋଦୀ ସରକାରଙ୍କୁ ବିଭିନ୍ନ ପ୍ରସଙ୍ଗରେ ସମର୍ଥନ କରୁଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି। ସମଗ୍ର ଦେଶରେ ଯେଉଁସବୁ ରାଜ୍ୟରେ ଡବଲ ଇଞ୍ଜିନ ସରକାର ରହିଛି ସେଠାରେ ବିକାଶ ଓ ଗରିବ କଲ୍ୟାଣର କାର୍ଯ୍ୟସବୁ ତ୍ବରାନ୍ବିତ ହୋଇଛି ଏବଂ ସବୁ କ୍ଷେତ୍ରରେ ସଂପୃକ୍ତ ରାଜ୍ୟମାନେ ମଧ୍ୟ ଅଗ୍ରଗତି ହାସଲ କରୁଛନ୍ତି ବୋଲି ଆମେ ଅନୁଭବ କରୁଅଛୁ। କିନ୍ତୁ ଆଜି ଓଡ଼ିଶାରେ ମୋଦୀ ସରକାରଙ୍କ ଅନେକ କଲ୍ୟାଣକାରୀ ଯୋଜନା ତୃଣମୂଳ ସ୍ତରକୁ ପହଞ୍ଚି ପାରୁନାହିଁ, ଯେଉଁ କାରଣରୁ ଓଡିଶାର ଗରିବ ଭଉଣୀ ଓ ଭାଇମାନେ ଏସବୁର ସୁଫଳ ପାଇପାରୁନାହାଁନ୍ତି।

ଓଡ଼ିଆ-ଅସ୍ମିତା, ଓଡ଼ିଶାର ଗୌରବ ଏବଂ ଓଡ଼ିଶାବାସୀଙ୍କ ସ୍ବାର୍ଥ ସହ ଜଡ଼ିତ ଅନେକ ପ୍ରସଙ୍ଗରେ ଆମେ ରାଜ୍ୟ ସରକାରଙ୍କ ସହ ସହ‌ମତ ହୋଇପାରୁନାହୁଁ। ସାଢ଼େ ଚାରି କୋଟି ଓଡ଼ିଆଙ୍କ ଆଶା, ଅଭିଳାଷ ଓ ଆକାଂକ୍ଷାକୁ ପୂରଣ କରିବା ପାଇଁ ମାନ୍ୟବର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦୂରଦର୍ଶୀ ନେତୃତ୍ବରେ ଏକ ବିକଶିତ ଭାରତ ତଥା ବିକଶିତ ଓଡ଼ିଶା ଗଠନ ନିମନ୍ତେ ବିଜେପି ଏଥର ସମସ୍ତ ୨୧ ଲୋକସଭା ଓ ୧୪୭ ବିଧାନସଭା ଆସନରେ ଏକାକୀ ଲଢ଼ିବ।

BJD BJP manamohan samal NDA Alliance odisha politics
Share. Facebook Twitter LinkedIn Email WhatsApp Copy Link

Related Posts

ବିନା ଛୁଞ୍ଚିରେ ଦିଆଯିବ ଇଞ୍ଜେକ୍ସନ, ଓଡିଶା ଷ୍ଟାର୍ଟଅପ କୁ ମିଳିଲା ପେଣ୍ଟଟ

February 24, 2026

ଭୁବନେଶ୍ୱର ୱାର୍ଲ୍ଡ ସ୍କିଲ୍‌ ସେଣ୍ଟର ଏବଂ ପିଆଇବି କାର୍ଯ୍ୟାଳୟ ପରିଦର୍ଶନ କଲେ ମଧ୍ୟପ୍ରଦେଶ ଗଣମାଧ୍ୟମ ପ୍ରତିନିଧି

February 24, 2026

ରେଳ ସୁରକ୍ଷାକୁ  ସୁଦୃଢ କରୁଛନ୍ତି କବଚ ଓ ଏଆଇ

February 24, 2026

ରାଜ୍ୟ ସରକାରଙ୍କ ୬୦୦ ଇ-ବସ୍ କିଣିବାକୁ ଯୋଜନା

February 24, 2026
Latest News

ବିନା ଛୁଞ୍ଚିରେ ଦିଆଯିବ ଇଞ୍ଜେକ୍ସନ, ଓଡିଶା ଷ୍ଟାର୍ଟଅପ କୁ ମିଳିଲା ପେଣ୍ଟଟ

February 24, 2026

ଭୁବନେଶ୍ୱର ୱାର୍ଲ୍ଡ ସ୍କିଲ୍‌ ସେଣ୍ଟର ଏବଂ ପିଆଇବି କାର୍ଯ୍ୟାଳୟ ପରିଦର୍ଶନ କଲେ ମଧ୍ୟପ୍ରଦେଶ ଗଣମାଧ୍ୟମ ପ୍ରତିନିଧି

February 24, 2026

ରେଳ ସୁରକ୍ଷାକୁ  ସୁଦୃଢ କରୁଛନ୍ତି କବଚ ଓ ଏଆଇ

February 24, 2026

ରାଜ୍ୟ ସରକାରଙ୍କ ୬୦୦ ଇ-ବସ୍ କିଣିବାକୁ ଯୋଜନା

February 24, 2026

୬୦ରୁ ଅଧିକ ଦେଶ ସହ ସଂସଦୀୟ ବନ୍ଧୁତ୍ୱ ଗୋଷ୍ଠୀ ଗଠନ କଲେ ଲୋକସଭା ବାଚସ୍ପତି

February 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.