Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଜେପିରେ ସାମିଲ ହେଲେ କେନ୍ଦ୍ରାପଡା ପୂର୍ବତନ ସାଂସଦ ଅର୍ଚ୍ଚନା ନାୟକ
ଆଜିର ଖବର

ବିଜେପିରେ ସାମିଲ ହେଲେ କେନ୍ଦ୍ରାପଡା ପୂର୍ବତନ ସାଂସଦ ଅର୍ଚ୍ଚନା ନାୟକ

March 22, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଆଜିର ଏହି ମିଶ୍ରଣ ପର୍ବ ପାର୍ଟିର ସଂଗଠନକୁ ଆହୁରି ସୁଦୃଢ କରିବ। ମୋଦିଜୀଙ୍କ ହାତମୁଠାକୁ ସୁଦୃଢ଼ କରିବା ପାଇଁ ସମସ୍ତ ବର୍ଗର ଲୋକେ ବିଜେପିକୁ ଆପଣାଉଛନ୍ତି। ଓଡିଶାର ବିକାଶ ପାଇଁ ଆମେ କାର୍ଯ୍ୟ କରିବା ବୋଲି ସଂକଳ୍ପ ନେବା। ମୋଦିଜୀଙ୍କ ହାତମୁଠାକୁ ସୁଦୃଢ଼ କରିବା ପାଇଁ ୮୯୮୦୮୦୮୦୮୦ ନମ୍ବରରେ ଡାୟାଲ କରି ବିଜେପିର ସଦସ୍ୟ ହୁଅନ୍ତୁ ବୋଲି ରାଜ୍ୟ ସଭାପତି ମନମୋହନ ସାମଲ କହିଛନ୍ତି।

ଆଜି ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ମିଶ୍ରଣ ପର୍ବରେ କେନ୍ଦ୍ରାପଡା ପୂର୍ବତନ ସାଂସଦ ଅର୍ଚ୍ଚନା ନାୟକ ଆନୁଷ୍ଠାନିକଭାବେ ବିଜେପିରେ ସାମିଲ ହୋଇଛନ୍ତି। ସେହିପରି ଡେରାବିଶ ବ୍ଲକର ପୂର୍ବତନ ବ୍ଲକ ଚେୟାରମ୍ୟାନ ତଥା ବିଜେଡି ନେତା ସରୋଜକାନ୍ତ ସାହୁ ଏବଂ ପ୍ରଭାତୀ ମଲ୍ଲିକ, ଡ.ପ୍ରିୟବ୍ରତ ମିଶ୍ର ଆନୁଷ୍ଠାନିକ ଭାବେ ବିଜେପିରେ ସାମିଲ ହେଲେ।

ଯଶସ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସୁଶାସନ, ଗରୀବ କଲ୍ୟାଣ ଓ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଆଜି ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ରାଜ୍ୟ ସଭାପତି ମନମୋହନ ସାମଲ, ପୂର୍ବତନ ରାଜ୍ୟ ସଭାପତି କେ.ଭି ସିଂହଦେଓ, ସାଂସଦ ଅପରାଜିତା ଷଡଙ୍ଗୀ ପ୍ରମୁଖ ନେତୃବୃନ୍ଦ ସମସ୍ତ ନୂତନ ସଦସ୍ୟଙ୍କୁ ଦଳୀୟ ଉତରୀୟ ଓ ଟୋପି ପିନ୍ଧାଇ ସ୍ୱାଗତ କରିଥିଲେ।

ଏହି ମିଶ୍ରଣ ପର୍ବରେ ବିଧାୟକ ପ୍ରଦୀପ ପାଣିଗ୍ରାହୀ, ରାଜ୍ୟ ସାଧାରଣ ସମ୍ପାଦକ ଡ.ଯତୀନ ମହାନ୍ତି, ରାଜ୍ୟ ସଂପାଦକ ସରୋଜ କର, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ବିନୋଦ ଦାସ, ବିଷ୍ଣୁ ଦାସ, ଜିଲ୍ଲା ସଭାପତି କିଶୋର ପଣ୍ଡା, ରାଜ୍ୟ ମୁଖପାତ୍ର ତେଜେଶ୍ୱର ପରିଡା, ସାମାଜିକ ଗଣମାଧ୍ୟମ ମୁଖ୍ୟ ଉମାକାନ୍ତ ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ଥିଲେ।

BJD BJP election 2024 kendrapada odisha politics
Share. Facebook Twitter LinkedIn Email WhatsApp Copy Link

Related Posts

ପୁନଃ ବ୍ୟବହାର ହେବ ଡ୍ରେନ ପାଣି

April 29, 2026

ମହିଳା ହାବିଲଦାରଙ୍କୁ ନିର୍ଯାତନା: ରିଜର୍ଭ ଇନ୍ସପେକ୍ଟରଙ୍କ ବଦଳି

April 29, 2026

ପୋଲିସ ଇନ୍ସପେକ୍ଟର ସ୍ତରରେ ଅଦଳବଦଳ: ବାଲୁଗାଁ ଥାନା ଆଇଆଇସିଙ୍କର ବାଣପୁର ବଦଳି

April 29, 2026

କଣ ଯୁଦ୍ଧକୁ ନେଇ ଅନ୍ଧାରରେ ଅଛନ୍ତି ଟ୍ରମ୍ପ !

April 29, 2026
Latest News

ପୁନଃ ବ୍ୟବହାର ହେବ ଡ୍ରେନ ପାଣି

April 29, 2026

ମହିଳା ହାବିଲଦାରଙ୍କୁ ନିର୍ଯାତନା: ରିଜର୍ଭ ଇନ୍ସପେକ୍ଟରଙ୍କ ବଦଳି

April 29, 2026

ପୋଲିସ ଇନ୍ସପେକ୍ଟର ସ୍ତରରେ ଅଦଳବଦଳ: ବାଲୁଗାଁ ଥାନା ଆଇଆଇସିଙ୍କର ବାଣପୁର ବଦଳି

April 29, 2026

କଣ ଯୁଦ୍ଧକୁ ନେଇ ଅନ୍ଧାରରେ ଅଛନ୍ତି ଟ୍ରମ୍ପ !

April 29, 2026

ପଶ୍ଚିମବଙ୍ଗ ନିର୍ବାଚନ : ସକାଳ ୧୧ଟା ସୁଦ୍ଧା ୩୯.୯୭୯% ମତଦାନ

April 29, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.