Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଏଥର ହୋଲିରେ “ରଙ୍ଗ ମହୋତ୍ସବ”: ଜୀ ସାର୍ଥକରେ ଦର୍ଶକ ଦେଖିବେ ତିନି ଘଣ୍ଟାର ଏକ ନିଆରା କାହାଣୀ
ଆଜିର ଖବର

ଏଥର ହୋଲିରେ “ରଙ୍ଗ ମହୋତ୍ସବ”: ଜୀ ସାର୍ଥକରେ ଦର୍ଶକ ଦେଖିବେ ତିନି ଘଣ୍ଟାର ଏକ ନିଆରା କାହାଣୀ

March 23, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ସବୁଥର ପରି ଜୀ ସାର୍ଥକର ଏଥର ହୋଲି ମଧ୍ୟ ହେବ ସ୍ମରଣୀୟ, କାରଣ ଆପଣଙ୍କୁ ବୋଳିବ ସମ୍ପର୍କର ଭିନ୍ନ ଏକ ରଙ୍ଗ। ପୁଣି ଉଡିବ ସମ୍ପର୍କର ସାତ ରଙ୍ଗର ଅବିର। କେବଳ ରଙ୍ଗ ନୁହେଁ ମନୋରଞ୍ଜନକୁ ନେଇ ରଙ୍ଗୀନ ହେବ ଏଥରର ହୋଲି।

ପ୍ରଥମଥର ପାଇଁ ଓଡ଼ିଶା ଟେଲିଭିଜନ ଜଗତରେ ଏଥର ହୋଲିରେ ଦର୍ଶକ ଦେଖିବେ ତିନି ଘଣ୍ଟାର ଏକ ନିଆରା କାହାଣୀ ଯେଉଁଥିରେ ‘ସୁନା ଝିଅ’, ‘ଶ୍ରୀ’ ଓ ‘ତୁ ଖରା ମୁଁ ଛାଇ’ ପରି ଲୋକପ୍ରିୟ ମେଗା ଧାରାବାହିକର ପ୍ରିୟ ଚରିତ୍ରମାନଙ୍କର ମିଳନ ହୋଇଛି ଶ୍ରୀଚନ୍ଦନପୁରରେ ସର୍ବ ପୁରାତନ ରାଧାକୃଷ୍ଣ ମନ୍ଦିରର ପୁନଃ ପ୍ରତିଷ୍ଠା ଉତ୍ସବରେ। ଅପ୍ରତ୍ୟାଶିତ ଭାବରେ ପ୍ରିୟା, ମାନିନୀ ଓ ଶ୍ରୀ ଙ୍କ ଚରିତ୍ର ଶ୍ରୀଚନ୍ଦନପୁରର କାହାଣୀରେ ଯୋଡି ହୋଇଯାଇଛନ୍ତି। ଗାଁର ମୁଖ୍ୟ ଦର୍ପନାରାୟଣ ଓ ଗ୍ରାମବାସୀ ମିଶି ମନ୍ଦିରର ପୁନଃ ଉଦ୍ଧାର କରିବା ସହ ମନ୍ଦିର ପାଇଁ ସୁନା ଓ ହୀରା ଅଳଙ୍କାର, ମୂର୍ତ୍ତି ପାଇଁ ପାଣ୍ଠି ଯୋଗାଇବାକୁ ଯୋଜନା କରିଛନ୍ତି। କିନ୍ତୁ ଏହାକୁ ଦର୍ପନାରାୟଣଙ୍କ ଭାଇ ରବିନାରାୟଣ ବିରୋଧ କରୁଛନ୍ତି ଓ ସେପଟେ ମନ୍ଦିରରେ ପୂଜା ପାଇଁ ସମସ୍ତେ ପ୍ରସ୍ତୁତ ହେଉଥିବା ବେଳେ, ପର୍ବ ଦିନ ଅର୍ଥାତ ଦୋଳ ଉତ୍ସବ ଦିନ ହିଁ ମନ୍ଦିରରୁ ସମସ୍ତ ଅଳଙ୍କାର ଏବଂ ଦେବତାଙ୍କ ମୂର୍ତ୍ତି ନିଖୋଜ ହୋଇଯାଇଛି । ଗାଁରେ ବିଶୃଙ୍ଖଳା ଆରମ୍ଭ ହୋଇଯାଇଛି ଓ ପରିସ୍ଥିତି ଏପରି ହୋଇଛି ଯେ ସମସ୍ତଙ୍କ ପ୍ରିୟ ଶିଶୁ କଳାକାର ମିଠି, ଅଂଶୀକା ଏବଂ ବଂଶିକା ମିଶି ପ୍ରକୃତ ଦୋଷୀକୁ ଧରିଛନ୍ତି ହେଲେ କିପରି ଧରିଛନ୍ତି ତାହା ହୋଇଛି ଅତ୍ୟନ୍ତ ରୋଚକ । ସମସ୍ତ ବିଶୃଙ୍ଖଳା ମଧ୍ୟରେ, ଗାଁ ହୋଲିର ପରିବେଶ ପୁରା ରଙ୍ଗୀନ ହୋଇଛି ଓ ପୁରା ଗାଁ ପାଳନ କରିଛି “ରଙ୍ଗ ମହୋତ୍ସବ”।

ଏହି କାର୍ଯକ୍ରମରେ ସମ୍ପର୍କର ବିଭିନ୍ନ ରଙ୍ଗକୁ ଏକ ନୂଆ ଢଙ୍ଗରେ ପରିବେଷଣ କରାଯାଇଛି । ଏହି ସ୍ପେଶାଲ ହୋଲି ପ୍ରୋଗ୍ରାମରେ ଜୀ ସାର୍ଥକର ବଡ ବଡ ସେଲିବ୍ରିଟି ଅଭିନୟ କରିବା ସହ “ରଙ୍ଗ ମହୋତ୍ସବ” ମାଧ୍ୟମରେ ଆପଣଙ୍କୁ ଆମୋଦିତ କରିବେ, ଯେଉଁଥିରେ ଅଛି ଭରପୁର ମନୋରଞ୍ଜନ ଓ ଏକ ମନଛୁଆଁ କାହାଣୀ । ମାର୍ଚ୍ଚ ୨୪ ତାରିଖ ସଂଧ୍ୟା ସାଢେ ୬.୩୦ମି. ରେ ଦେଖିବାକୁ ପାଇବେ ଆମର ସ୍ୱତନ୍ତ୍ର କାର୍ୟ୍ୟକ୍ରମ ହୋଲି “ରଙ୍ଗ ମହୋତ୍ସବ” । କାର୍ଯ୍ୟକ୍ରମଟି ନିଶ୍ଚିତ ଲୋକାଦୃତ ହେବ ବୋଲି ଆଶା ପ୍ରକଟ କରିଛନ୍ତି ଜୀ ସାର୍ଥକର ଚିଫ କ୍ଲଷ୍ଟର ହେଡ୍ ସମ୍ରାଟ ଘୋଷ ଏବଂ ଜୀ ସାର୍ଥକର ଚିଫ୍ ଚ୍ୟାନେଲ୍ ଅଫିସର ଶ୍ରୀ ପ୍ରତୀକ ସିଲ। ସେ ଅଗଣିତ ଓଡିଆ ଦର୍ଶକଙ୍କୁ ହୋଲିର ଅଗ୍ରୀମ ଶୁଭେଛା ଓ ଶୁଭକାମନା ଜଣାଇଛନ୍ତି ।

ଜୀ ସାର୍ଥକ ରଙ୍ଗ ମହୋତ୍ସବ
Share. Facebook Twitter LinkedIn Email WhatsApp Copy Link

Related Posts

ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ବଡ ଘୋଷଣା

May 12, 2026

ରଣପୁରରେ ଦୁଇ ଶିକ୍ଷକ-ଶିକ୍ଷୟତ୍ରୀଙ୍କ ପରଲୋକ: ଶିକ୍ଷା ମହଲରେ ଶୋକର ଛାୟା

May 12, 2026

ନିଟ୍‌-ୟୁଜି ୨୦୨୬ ପରୀକ୍ଷା ବାତିଲକୁ ନେଇ ସରକାରଙ୍କୁ ସମାଲୋଚନା କଲେ ନବୀନ

May 12, 2026

ଯୁବକକୁ ଗୋଡ଼ାଇ ଗୋଡ଼ାଇ ମରଣାନ୍ତକ ଆକ୍ରମଣ

May 12, 2026
Latest News

ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ବଡ ଘୋଷଣା

May 12, 2026

ରଣପୁରରେ ଦୁଇ ଶିକ୍ଷକ-ଶିକ୍ଷୟତ୍ରୀଙ୍କ ପରଲୋକ: ଶିକ୍ଷା ମହଲରେ ଶୋକର ଛାୟା

May 12, 2026

ନିଟ୍‌-ୟୁଜି ୨୦୨୬ ପରୀକ୍ଷା ବାତିଲକୁ ନେଇ ସରକାରଙ୍କୁ ସମାଲୋଚନା କଲେ ନବୀନ

May 12, 2026

ଯୁବକକୁ ଗୋଡ଼ାଇ ଗୋଡ଼ାଇ ମରଣାନ୍ତକ ଆକ୍ରମଣ

May 12, 2026

ବାରଙ୍ଗରେ ବୁଲିଲା ଖଣ୍ଡା; ୨ଜଣ ଆହତ

May 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.