Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମୁଖ୍ୟ ନିର୍ବାଚନ ଅଧିକାରୀ ଓ ରାଜ୍ୟ ପୋଲିସ ନୋଡ଼ାଲ ଅଧିକାରୀଙ୍କ କୋରାପୁଟ ଜିଲ୍ଲାରେ ନିର୍ବାଚନ ପ୍ରସ୍ତୁତି ସମୀକ୍ଷା
ଆଜିର ଖବର

ମୁଖ୍ୟ ନିର୍ବାଚନ ଅଧିକାରୀ ଓ ରାଜ୍ୟ ପୋଲିସ ନୋଡ଼ାଲ ଅଧିକାରୀଙ୍କ କୋରାପୁଟ ଜିଲ୍ଲାରେ ନିର୍ବାଚନ ପ୍ରସ୍ତୁତି ସମୀକ୍ଷା

March 23, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ ଓ ରାଜ୍ୟ ପୋଲିସ ନୋଡ଼ାଲ ଅଧିକାରୀ ସଂଜୟ କୁମାର ଅବିଭକ୍ତ କୋରାପୁଟ ଜିଲ୍ଲା ଗସ୍ତରେ ଆସି ଏକକାଳୀନ ସାଧାରଣ ନିର୍ବାଚନ-୨୦୨୪ର ପ୍ରସ୍ତୁତି ସମୀକ୍ଷା କରିଛନ୍ତି। କୋରାପୁଟର ସଦ୍‌ଭାବନା ସଭାଗୃହରେ ଅନୁଷ୍ଠିତ ହୋଇଥିବା ଏହି ସମୀକ୍ଷା ବୈଠକରେ କୋରାପୁଟ, ରାୟଗଡ଼ା, ମାଲକାନଗିରି ଓ ନବରଙ୍ଗପୁର ଜିଲ୍ଲାର ଜିଲ୍ଲାପାଳ ତଥା ଜିଲ୍ଲା ନିର୍ବାଚନ ଅଧିକାରୀ, ଦକ୍ଷିଣ-ପଶ୍ଚିମାଞ୍ଚଳ ଡିଆଇଜି, ଚାରି ଜିଲ୍ଲାର ଏସ୍‌ପି ଓ ରିଟର୍ଣ୍ଣିଂ ଅଫିସରମାନେ ଯୋଗଦେଇଥିଲେ।

ସମୀକ୍ଷା ବୈଠକର ପ୍ରଥମ ସଂପାନରେ ମୁଖ୍ୟ ନିର୍ବାଚନ ଅଧିକାରୀ ଅବିଭକ୍ତ କୋରାପୁଟ ଜିଲ୍ଲାର ଚାରି ଜିଲ୍ଲାପାଳ ତଥା ଜିଲ୍ଲା ନିର୍ବାଚନ ଅଧିକାରୀ ଏବଂ ସମସ୍ତ ରିଟର୍ଣ୍ଣିଂ ଅଧିକାରୀଙ୍କ ସହ ବିସ୍ତୃତ ଭାବରେ ନିର୍ବାଚନ ପ୍ରସ୍ତୁତି ବିଷୟରେ ଆଲୋଚନା କରିଥିଲେ। ସି-ଭିଜିଲ୍‌, ସୁବିଧା ପୋର୍ଟାଲ, ଏନ୍‌କୋର ନୋଡ଼ାଲ ଅଫିସର ଆଦି ଆପ୍‌ ଦ୍ୱାରା ନିର୍ବାଚନ ପରିଚାଳନା କିପରି ସହଜ ଭାବରେ ହେବ ତାହା ଆଲୋଚନା ହୋଇଥିଲା। ନକ୍ସଲ ପ୍ରଭାବିତ ଅଞ୍ଚଳ, ପୋଷ୍ଟାଲ ବାଲାଟ, ନିର୍ବାଚନ ଆଚରଣ ବିଧି ବିଷୟରେ ସବିଶେଷ ଆଲୋଚନା କରି ‘ମତଦାତା’ମାନଙ୍କୁ କେନ୍ଦ୍ରରେ ରଖି ନିର୍ବାଚନ ପରିଚାଳନା ପାଇଁ ନିର୍ଦ୍ଦେଶ ଦେଇଥିଲେ। ନିର୍ବାଚନକୁ ଦେଶର ସର୍ବବୃହତ୍‌ ପର୍ବ ରୂପେ ପାଳନ କରି ଅଧିକରୁ ଅଧିକ ଭୋଟର ଯେପରି ମତଦାନ କରିବେ ସେ ଉପରେ ବିଶେଷ ଆଲୋଚନା ହୋଇଥିଲା। ବରିଷ୍ଠ ନାଗରିକ, ଭିନ୍ନକ୍ଷମ, ମହିଳା, ଯୁବ ଭୋଟରମାନଙ୍କ ପ୍ରତି ବିଶେଷ ଧ୍ୟାନ ଦେବାକୁ ସେ ନିର୍ଦ୍ଦେଶ ଦେଇଥିଲେ। ମତଦାତା ମାର୍ଗଦର୍ଶିକାକୁ ମତଦାନର ନିମନ୍ତ୍ରଣ ପତ୍ର ଭାବରେ ପ୍ରତି ପରିବାରକୁ ପହଞ୍ଚାଇ ଏକ ଜାତୀୟ ଉତ୍ସବ ପରି ନିର୍ବାଚନକୁ ପାଳନ କରିବା ପାଇଁ ଶ୍ରୀ ଧଳ ପରାମର୍ଶ ଦେଇଥିଲେ।

ଦ୍ୱିତୀୟ ସଂପାନରେ ଅନୁଷ୍ଠିତ ବୈଠକରେ ରାଜ୍ୟ ପୋଲିସ ନୋଡ଼ାଲ ଅଧିକାରୀ, ଦକ୍ଷିଣ-ପଶ୍ଚିମାଞ୍ଚଳ ଡିଆଇଜି, ସମସ୍ତ ଜିଲ୍ଲାପାଳ ଓ ଏସ୍‌ପିଙ୍କ ସହ ମୁଖ୍ୟ ନିର୍ବାଚନ ଅଧିକାରୀ ଆଇନଶୃଙ୍ଖଳା ପରିସ୍ଥିତି ଉପରେ ବିଶେଷ ଆଲୋଚନା କରିଥିଲେ। ନିର୍ବାଚନ ଆଚରଣ ବିଧିର ଉଚିତ ପାଳନ ଦିଗରେ ଜିଲ୍ଲା ପ୍ରଶାସନ, ପୋଲିସ ପ୍ରଶାସନ, ବିଭିନ୍ନ ପ୍ରବର୍ତ୍ତନ ବିଭାଗ ଯଥା-ଅବକାରୀ, ଜିଏସ୍‌ଟି, ପରିବହନ ଓ ଜଙ୍ଗଲ ବିଭାଗ ସମନ୍ୱିତ ଭାବରେ କାର୍ଯ୍ୟ କରିବାକୁ ଶ୍ରୀ ଧଳ ନିର୍ଦ୍ଦେଶ ଦେଇଥିଲେ।

ପ୍ରେସ୍‌ ବାର୍ତ୍ତା ମାଧ୍ୟମରେ ମୁଖ୍ୟ ନିର୍ବାଚନ ଅଧିକାରୀ ଏହି ସମୀକ୍ଷାର ବିଭିନ୍ନ ଦିଗ ଉପରେ ମତ ରଖିଥିଲେ। କିଭଳି ଭାବରେ ବିଭିନ୍ନ ବୁଥ୍‌ରେ ସୁରକ୍ଷା ଓ ଅନ୍ୟ ଆନୁଷଙ୍ଗିକ ବ୍ୟବସ୍ଥାକୁ ସୁନିଶ୍ଚିତ କରାଯିବ ତାହା ଆଲୋଚନା କରିଥିଲେ। ବିଭିନ୍ନ ରାଜନୈତିକ ଦଳର ପ୍ରତିନିଧିମାନଙ୍କ ସହ ଆଲୋଚନା କରି ଭୋଟିଂ ସମୟ, ବୁଥ୍‌ରେ ପାନୀୟ ଜଳ, ଛାୟା ବ୍ୟବସ୍ଥା ଓ ଅନ୍ୟ ଆନୁଷଙ୍ଗିକ ବ୍ୟବସ୍ଥା ଆଦି ବିଷୟରେ ଦିଆଯାଇଥିବା ପ୍ରସ୍ତାବଗୁଡ଼ିକୁ ବିଚାର କରି ମତଦାତାଙ୍କ ସୁବିଧା ପାଇଁ ନିଶ୍ଚିତ ଭାବରେ ବିହିତ ପଦକ୍ଷେପ ନିଆଯିବ ବୋଲି ସେ କହିଥିଲେ। ପରେ ଶ୍ରୀ ଧଳ କୋରାପୁଟ ଉପଖଣ୍ଡରେ ଥିବା ମତଗଣନା କେନ୍ଦ୍ର ବୁଲି ଦେଖିଥିଲେ। ଅବିଭକ୍ତ କୋରାପୁଟ ଜିଲ୍ଲାରେ ମୁକ୍ତ, ଅବାଧ, ନିରପେକ୍ଷ ଓ ସମସ୍ତଙ୍କ ଅଂଶଗ୍ରହଣ ଦ୍ୱାରା ନିର୍ବାଚନ ସୁପରିଚାଳନା ହେଉଛି ବୋଲି ଶ୍ରୀ ଧଳ ମତ ରଖିଥିଲେ।

ଏହି ବୈଠକରେ ଅତିରିକ୍ତ ମୁଖ୍ୟ ନିର୍ବାଚନ ଅଧିକାରୀ ଡକଫର ଏନ୍‌. ତିରୁମାଲା ନାୟକ, ଅତିରିକ୍ତ ମୁଖ୍ୟ ନିର୍ବାଚନ ଅଧିକାରୀ ଶତ୍ରୁଘ୍ନ କରଙ୍କ ସମେତ ଦକ୍ଷିଣ-ପଶ୍ଚିମାଞ୍ଚଳ ଡିଆଇଜି ଚରଣ ସିଂ ମୀନା, କୋରାପୁଟ ଜିଲ୍ଲାପାଳ ୱି. କୀର୍ତ୍ତି ୱାସନ୍‌, ରାୟଗଡ଼ା ଜିଲ୍ଲାପାଳ ମନୋଜ ସତ୍ୟବାନ ମହାଜନ, ନବରଙ୍ଗପୁର ଜିଲ୍ଲାପାଳ ଡକଫର କମଳ ଲୋଚନ ମିଶ୍ର, ମାଲକାନଗିରି ଜିଲ୍ଲାପାଳ ସଚିନ ପାୱାର୍‌, କୋରାପୁଟ ଏସ୍‌ପି ଅଭିନବ ସୋନକର, ରାୟଗଡ଼ା ଏସ୍‌ପି ହରିଶ, ମାଲକାନଗିରି ଏସ୍‌ପି ନିତେଶ ୱାଧୱାନୀ, ନବରଙ୍ଗପୁର ଏସ୍‌ପି ରୋହିତ ବର୍ମା ଓ ସମସ୍ତ ବରିଷ୍ଠ ଅଧିକାରୀ ଯୋଗଦେଇଥିଲେ।

election 2024 ନିକୁଞ୍ଜ ବିହାରୀ ଧଳ ନିର୍ବାଚନ ପ୍ରସ୍ତୁତି ସମୀକ୍ଷା ମୁଖ୍ୟ ନିର୍ବାଚନ ଅଧିକାରୀ
Share. Facebook Twitter LinkedIn Email WhatsApp Copy Link

Related Posts

ସୁନା ମୂଲ୍ୟରେ ସବୁଠାରୁ ବଡ଼ ହ୍ରାସ କେବେ ଘଟିଥିଲା ? ଜାଣନ୍ତୁ ସୁନାର ମୂଲ୍ୟ ହ୍ରାସର ଇତିହାସ ବିଷୟରେ

May 12, 2026

ଖରିଫ ୨୦୨୬ ପାଇଁ ଆବଶ୍ୟକତାଠାରୁ ୫୧% ଅଧିକ ସାର ଉପଲବ୍ଧ

May 12, 2026

ପୂର୍ବାଞ୍ଚଳ ଆଞ୍ଚଳିକ ଛାତ୍ର ସମ୍ମିଳନୀ: ସିଏମଏମାନଙ୍କୁ ଉଦବୋଧନ ଦେଲେ ଇରେଡା ସିଏମଡି

May 12, 2026

ଆଇଆଇଟି ବମ୍ବେରେ ଦେଶର ପ୍ରଥମ କାର୍ବନ କ୍ୟାପଚର ଲ୍ୟାବ୍‌ର ଶୁଭାରମ୍ଭ କଲେ କେନ୍ଦ୍ରମନ୍ତ୍ରୀ

May 12, 2026
Latest News

ଜୁଲାଇ ପହିଲାରୁ ଭିବି – ଜି ରାମ ଜି ଆଇନ୍

May 12, 2026

ସୁନା ମୂଲ୍ୟରେ ସବୁଠାରୁ ବଡ଼ ହ୍ରାସ କେବେ ଘଟିଥିଲା ? ଜାଣନ୍ତୁ ସୁନାର ମୂଲ୍ୟ ହ୍ରାସର ଇତିହାସ ବିଷୟରେ

May 12, 2026

ଖରିଫ ୨୦୨୬ ପାଇଁ ଆବଶ୍ୟକତାଠାରୁ ୫୧% ଅଧିକ ସାର ଉପଲବ୍ଧ

May 12, 2026

ମୋଦୀଙ୍କ ପୂର୍ବରୁ ଆଉ କେଉଁ ସରକାର ସୁନା ନ କିଣିବାକୁ କରିଥିଲେ ନିବେଦନ, ଜାଣନ୍ତୁ

May 12, 2026

ପୂର୍ବାଞ୍ଚଳ ଆଞ୍ଚଳିକ ଛାତ୍ର ସମ୍ମିଳନୀ: ସିଏମଏମାନଙ୍କୁ ଉଦବୋଧନ ଦେଲେ ଇରେଡା ସିଏମଡି

May 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.