Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମାର୍ଚ୍ଚ ୨୭ରୁ ବିଶ୍ୱ ଦକ୍ଷତା କେନ୍ଦ୍ରରେ ୨୦୨୪-୨୫ ଶିକ୍ଷାବର୍ଷ ଲାଗି ‘ସ୍ପଟ୍ ନାମଲେଖା’ 
ଆଜିର ଖବର

ମାର୍ଚ୍ଚ ୨୭ରୁ ବିଶ୍ୱ ଦକ୍ଷତା କେନ୍ଦ୍ରରେ ୨୦୨୪-୨୫ ଶିକ୍ଷାବର୍ଷ ଲାଗି ‘ସ୍ପଟ୍ ନାମଲେଖା’ 

March 24, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ବିଶ୍ୱ ଦକ୍ଷତା କେନ୍ଦ୍ରରେ ୨୦୨୪-୨୫ ଶିକ୍ଷାବର୍ଷ ଲାଗି ବିଭିନ୍ନ ଅତ୍ୟାଧୁନିକ ବିଷୟରେ ସ୍ପଟ୍ ନାମଲେଖା କରାଯିବ। ଏହି ପ୍ରକ୍ରିୟା ମାର୍ଚ୍ଚ ୨୭ରୁ ଏପ୍ରିଲ ୬ ତାରିଖ ଯାଏଁ ଚାଲିବ। ଓଡ଼ିଶାର ଯୋଗ୍ୟ ତଥା ଆଗ୍ରହୀ ପ୍ରାର୍ଥୀମାନେ ଆବଶ୍ୟକ ପ୍ରମାଣପତ୍ର ସାଙ୍ଗରେ ଆଣି ନାମ ଲେଖାଇବାକୁ ବିଶ୍ୱ ଦକ୍ଷତା କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ଏହି ସ୍ପଟ୍ ନାମଲେଖା ସ୍କୁଲ ଅଫ୍ ଇଞ୍ଜିନିୟରିଂ ଏବଂ ସ୍କୁଲ ଅଫ୍ ସର୍ଭିସେସ୍ ପାଠ୍ୟକ୍ରମ ଅଧୀନରେ ଥିବା ମୋଟ ୭ଟି ବିଷୟରେ କରାଯିବ। ନାମଲେଖା ପ୍ରକ୍ରିୟା ସକାଳ ୯ଟାରୁ ସନ୍ଧ୍ୟା ୫ଟା ଯାଏଁ ଚାଲିବ। ତେଣୁ ପ୍ରାର୍ଥୀମାନେ ଏହାର ସୁଯୋଗ ନେବାକୁ ବିଶ୍ୱ ଦକ୍ଷତା କେନ୍ଦ୍ର ପକ୍ଷରୁ କୁହାଯାଇଛି।

ସ୍କୁଲ୍ ଅଫ୍ ଇଞ୍ଜିନିୟରିଂ ବିଭାଗ ଅଧୀନରେ ମେକାନିକାଲ ଆଣ୍ଡ ଇଲେକ୍ଟ୍ରିକାଲ ସର୍ଭିସେସ୍, ଏୟାର କଣ୍ଡିସନିଂ ଆଣ୍ଡ ରେଫ୍ରିଜରେସନ୍, ଭର୍ଟିକାଲ ଟ୍ରାନ୍ସପୋର୍ଟେସନ୍, ମେକାଟ୍ରୋନିକ୍ସ ଏବଂ ଇଲେକ୍ଟ୍ରିକାଲ ଟେକ୍ନୋଲୋଜି ଭଳି ୫ଟି ଅତ୍ୟାଧୁନିକ ବିଷୟ ରହିଛି। ସରକାରୀ ବା ଘରୋଇ ଶିକ୍ଷାନୁଷ୍ଠାନରୁ ୨ ବର୍ଷିଆ ଆଇଟିଆଇ/ ୩ ବର୍ଷିଆ ଡିପ୍ଲୋମା ଇଞ୍ଜିନିୟରିଂ ପାସ୍ କରିଥିବା ଛାତ୍ରଛାତ୍ରୀମାନେ ଏହି ୧ ବର୍ଷିଆ ପାଠ୍ୟକ୍ରମରେ ନାମ ଲେଖାଇପାରିବେ।

ସେହିପରି ସ୍କୁଲ୍ ଅଫ୍ ସର୍ଭିସେସ୍ ଅଧୀନରେ ହେୟାର ଫ୍ୟାସନ ଆଣ୍ତ ଡିଜାଇନ ଏବଂ ବ୍ୟୁଟି ୱେଲନେସ୍ ଆଣ୍ଡ ସ୍ପା ଭଳି ଦୁଇଟି ଅତ୍ୟାଧୁନିକ ବିଷୟ ରହିଛି। +୨ କିମ୍ବା କୌଣସି ବିଷୟରେ ଡିପ୍ଲୋମା କରିଥିବା ପ୍ରାର୍ଥୀମାନେ ଏଥିରେ ନାମ ଲେଖାଇପାରିବେ। ଏହି ପାଠ୍ୟକ୍ରମର ଅବଧି ରହିଛି ୧ ବର୍ଷ।

ପ୍ରାର୍ଥୀମାନେ ନିଜ ନିଜର ଆଧାରକାର୍ଡ ଏବଂ ପାସପୋର୍ଟ ଫଟୋ ସହିତ ମାଟ୍ରିକ, +୨, ଆଇଟିଆଇ କିମ୍ବା ଡିପ୍ଲୋମା ଏବଂ ସିଏଲସି ସାର୍ଟିଫିକେଟ ସାଙ୍ଗରେ ଆଣିବାକୁ କେନ୍ଦ୍ର ପକ୍ଷରୁ କୁହାଯାଇଛି।

ବିଶ୍ୱ ଦକ୍ଷତା କେନ୍ଦ୍ରରେ ଅନ୍ତର୍ଜାତୀୟ ଢାଞ୍ଚାର ପାଠ୍ୟକ୍ରମ ସହ ଆବଶ୍ୟକ ଭିତ୍ତିଭୂମି, ଅତ୍ୟାଧୁନିକ ଲାବୋରେଟୋରି ଏବଂ ବିଶ୍ୱସ୍ତରୀୟ ବିଭିନ୍ନ ଯନ୍ତ୍ରପାତି ରହିଛି। ଏହି କେନ୍ଦ୍ରରେ ଫିନିସିଙ୍ଗ ସ୍କୁଲ ଢାଞ୍ଚାରେ ଯୁବକ ଯୁବତୀମାନଙ୍କୁ ଆବଶ୍ୟକ ଶିକ୍ଷା ଓ ତାଲିମ ଦିଆଯାଇ ସେମାନଙ୍କୁ ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରର ଶିଳ୍ପ ଓ ସେବା କ୍ଷେତ୍ର ଲାଗି ପ୍ରସ୍ତୁତ କରାଯାଉଛି।

ବିଶ୍ୱ ଦକ୍ଷତା କେନ୍ଦ୍ରରେ ବିଭିନ୍ନ ଅତ୍ୟାଧୁନିକ ବିଷୟରେ ତାଲିମ ନେଉଥିବା ଛାତ୍ରଛାତ୍ରୀଙ୍କ ରହିବା ଲାଗି ହଷ୍ଟେଲ, ଖାଇବା, ୟୁନିଫର୍ମ ଏବଂ ଯିବା ଆସିବା ଲାଗି ବସ୍ ସୁବିଧା ଆଦି ରାଜ୍ୟ ସରକାରଙ୍କ ପକ୍ଷରୁ ମାଗଣାରେ ଦିଆଯାଉଛି। ତା’ଛଡ଼ା ଅନୁସୂଚିତ ଜାତି, ଜନଜାତି, ପଛୁଆ ବର୍ଗ, ଏସଇବିସି, ଆର୍ଥିକ ଅନଗ୍ରସର ବର୍ଗ, ସଂଖ୍ୟାଲଘୁ ଏବଂ ଛାତ୍ରୀମାନଙ୍କ ପାଇଁ କୋର୍ସ ଫି’ ମାଗଣା ରହିଛି।

ବିଶ୍ୱ ଦକ୍ଷତା କେନ୍ଦ୍ରର ଛାତ୍ରଛାତ୍ରୀମାନଙ୍କୁ ବିଦେଶରେ ଯାଇ ବିଶେଷ ଅନୁଭୂତି ହାସଲ କରିବା ପାଇଁ ସୁଯୋଗ ଦିଆଯାଉଛି। ଏହି ପାଠ୍ୟକ୍ରମ ଅଧୀନରେ କେନ୍ଦ୍ରର ୪୦ ଜଣ ଛାତ୍ରଛାତ୍ରୀଙ୍କୁ ବଛାଯାଇ ଦୁଇ ସପ୍ତାହ ଲାଗି ‘ଷ୍ଟୁଡେଣ୍ଟ ଏକ୍ସଚେଞ୍ଜ’ କାର୍ଯ୍ୟକ୍ରମରେ ସିଙ୍ଗାପୁର ପଠାଯାଉଛି। ସେହିପରି ପ୍ରତିବର୍ଷ ୨୪ ଜଣ ଛାତ୍ରଛାତ୍ରୀଙ୍କୁ ଚୟନ କରାଯାଇ ସିଙ୍ଗାପୁରର ବିଭିନ୍ନ କମ୍ପାନିରେ ପେଡ୍ ଇଣ୍ଟର୍ଣ୍ଣସିପ୍ କରିବାର ସୁଯୋଗ ଦିଆଯାଉଛି।

ଶିକ୍ଷା ଓ ତାଲିମ ଶେଷ ହେବା ପରେ ଛାତ୍ରଛାତ୍ରୀମାନେ କିପରି ଦେଶ ବିଦେଶର ବିଭିନ୍ନ ପ୍ରମୁଖ ସଂସ୍ଥାରେ ନିଯୁକ୍ତି ପାଇପାରିବେ ସେଥିପାଇଁ ‘ପ୍ଲେସମେଣ୍ଟ’ ଉପରେ ବିଶେଷ ଗୁରୁତ୍ୱ ଦିଆଯାଉଛି। ୨୦୨୨-୨୩ ବ୍ୟାଚରେ ୯୩ ପ୍ରତିଶତ ଛାତ୍ରଛାତ୍ରୀ ବିଭିନ୍ନ କମ୍ପାନିରେ ନିଯୁକ୍ତି ପାଇଛନ୍ତି। ତା’ ଭିତରେ ୨୫ ପ୍ରତିଶତ ଛାତ୍ରଛାତ୍ରୀଙ୍କୁ ଅନ୍ତର୍ଜାତୀୟ ସ୍ତରରେ ନିଯୁକ୍ତି ସୁଯୋଗ ମିଳିଛି।

world skill center
Share. Facebook Twitter LinkedIn Email WhatsApp Copy Link

Related Posts

ଓଡ଼ିଶା ଗସ୍ତରେ ଚେନ୍ନାଇ ଗଣମାଧ୍ୟମ ପ୍ରତିନିଧି ଦଳ

February 7, 2026

ସରକାରୀ କର୍ମଚାରୀଙ୍କ ଯାତ୍ରା ଭତ୍ତା ଦାବି ପାଇଁ ମୋଟର କ୍ୟାବ୍ ଭଡ଼ା ଦର ନିର୍ଦ୍ଧାରଣ ସମ୍ପର୍କରେ ବିଜ୍ଞପ୍ତି ପ୍ରକାଶ

February 7, 2026

ସ୍ୱତନ୍ତ୍ର ଏଆଇ ପାର୍କ ପ୍ରତିଷ୍ଠା କରିବ ଓଡ଼ିଶା: ସର୍ବମ ସହିତ ସ୍ୱାକ୍ଷର କଲା ବୁଝାମଣାପତ୍ର

February 7, 2026

ରାଜ୍ୟରେ ଶକ୍ତି ସଂରକ୍ଷଣ ପଦକ୍ଷେପକୁ ଆଗକୁ ବଢ଼ାଇବା ପାଇଁ ବୁଝାମଣାପତ୍ର ସ୍ୱାକ୍ଷରିତ

February 7, 2026
Latest News

ଓଡ଼ିଶା ଗସ୍ତରେ ଚେନ୍ନାଇ ଗଣମାଧ୍ୟମ ପ୍ରତିନିଧି ଦଳ

February 7, 2026

ସରକାରୀ କର୍ମଚାରୀଙ୍କ ଯାତ୍ରା ଭତ୍ତା ଦାବି ପାଇଁ ମୋଟର କ୍ୟାବ୍ ଭଡ଼ା ଦର ନିର୍ଦ୍ଧାରଣ ସମ୍ପର୍କରେ ବିଜ୍ଞପ୍ତି ପ୍ରକାଶ

February 7, 2026

ସ୍ୱତନ୍ତ୍ର ଏଆଇ ପାର୍କ ପ୍ରତିଷ୍ଠା କରିବ ଓଡ଼ିଶା: ସର୍ବମ ସହିତ ସ୍ୱାକ୍ଷର କଲା ବୁଝାମଣାପତ୍ର

February 7, 2026

ରାଜ୍ୟରେ ଶକ୍ତି ସଂରକ୍ଷଣ ପଦକ୍ଷେପକୁ ଆଗକୁ ବଢ଼ାଇବା ପାଇଁ ବୁଝାମଣାପତ୍ର ସ୍ୱାକ୍ଷରିତ

February 7, 2026

ପାକିସ୍ତାନ ସୀମାରେ ଅବସ୍ଥିତ ‘ଗୁରନାମ ’ ଏବଂ’ ବୋବିଆ ’ ବିଓପି ପରିଦର୍ଶନ କଲେ ଅମିତ ଶାହ

February 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.