Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଟ୍ରଲର ପଛ ପଟୁ ଧକ୍କା ଦେଲା କାର: ଜଣେ ମୃତ, ଚାଳକ ଗୁରୁତର, ଅଳ୍ପକେ ବର୍ତ୍ତିଲେ ୩ ମହିଳା
ଆଜିର ଖବର

ଟ୍ରଲର ପଛ ପଟୁ ଧକ୍କା ଦେଲା କାର: ଜଣେ ମୃତ, ଚାଳକ ଗୁରୁତର, ଅଳ୍ପକେ ବର୍ତ୍ତିଲେ ୩ ମହିଳା

March 24, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଚାନ୍ଦପୁର: ଖୋର୍ଦ୍ଧା ଜିଲ୍ଲା ୧୬ ନମ୍ବର ଜାତୀୟ ରାଜପଥ ଟାଙ୍ଗୀ ଚାନ୍ଦପୁର ବାଇପାସ ଗୌରଚନ୍ଦ୍ର ପୁର ଛକରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଯାଇଛି। ଯେଉଁଥିରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଚାଳକ ଗୁରୁତର ଅଛନ୍ତି ଏବଂ ୩ ଜଣ ମହିଳା ଆହତ ହୋଇଛନ୍ତି।

ସୂଚନା ଅନୁଯାୟୀ, ଗୋଟିଏ କାର ଭୁବନେଶ୍ୱରରୁ ବାଲୁଗାଁ ଅଭିମୁଖେ ଯାଉଥିବା ବେଳେ ଗୌରଚନ୍ଦ୍ର ପୁର ଛକରେ ରାସ୍ତା ଉପରେ ହଠାତ ଏକ ଟ୍ରଲର ବ୍ରେକ ମାରିଥିଲା। ଫଳରେ ଟ୍ରଲର ପଛରୁ ଆସୁଥିବା କାରଟି ନିୟନ୍ତ୍ରଣ ହରାଇ ଟ୍ରଲରକୁ ପଛ ପଟୁ ଧକ୍କା ଦେଇଥିଲା। ହେଲେ କାରଟି ଏଭଳି ଭାବରେ ଧକ୍କା ଦେଇଥିଲା ଯେ, ଯେଉଁଥିରେ କାରର ଅଧିକାଂଶ ଅଂଶ ଟ୍ରଲର ଭିତରେ ପସିଯାଇଥିଲା।

ଖବର ପାଇ ଟାଙ୍ଗୀ ଅଗ୍ନିଶମ ବାହିନୀ ଘଟଣା ସ୍ଥଳରେ ପହଁଚି ଆହତଙ୍କୁ ଉଦ୍ଧାର କରିବା ସହ ଟାଙ୍ଗୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ। ଟାଙ୍ଗୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଅମରଜିତ ରାଉତ (୨୮) ନାମକ ଜଣେ ଯାତ୍ରୀଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ।  ଗୁରୁତର ଥିବା ଚାଳକଙ୍କୁ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଥିଲା। ୩ ଜଣ ମହିଳା ଯାତ୍ରୀଙ୍କୁ ଚିକିତ୍ସା ପରେ ଛାଡି ଦିଆଯାଇଥିଲା।

ତେବେ ମୃତକ ଅମରଜିତଙ୍କ ଘର ଭଦ୍ରକ ଧାମ ନଗର ଅଞ୍ଚଳରେ ବୋଲି ଜଣାପଡିଥିବା ବେଳେ ଚାନ୍ଦପୁର ପୋଲିସ ଗାଡି ଜବତ କରି ଘଟଣାର ତଦନ୍ତ କରୁଛି।

accident chandapur tangi
Share. Facebook Twitter LinkedIn Email WhatsApp Copy Link

Related Posts

ବିହାର NDAରେ UCCକୁ ନେଇ ମତଭେଦ! ସେପ୍ଟେମ୍ବର ୧୮ରେ JDUର ବଡ଼ ବୈଠକ

September 15, 2026

ସନ୍ଦେହଜନକ ବାଂଲାଦେଶୀ ପାରା ଉଦ୍ଧାର, ବେତନଟୀ ବନ ବିଭାଗକୁ ହସ୍ତାନ୍ତର

September 15, 2026

ଚେକ୍‌ ବାଉନ୍ସ ମାମଲା: ଅଭିନେତା ରାଜପାଲ ଯାଦବଙ୍କୁ ସୁପ୍ରିମକୋର୍ଟଙ୍କ ଆଶ୍ୱସ୍ତି

September 15, 2026

ବାଣପୁର: ଓଡ଼ିଶାରେ ଗାଣପତ୍ୟ ଉପାସନା ଓ ଶ୍ରୀଜଗନ୍ନାଥ ସଂସ୍କୃତି ଆଲୋଚନା ଚକ୍ର

September 15, 2026
Latest News

ବିହାର NDAରେ UCCକୁ ନେଇ ମତଭେଦ! ସେପ୍ଟେମ୍ବର ୧୮ରେ JDUର ବଡ଼ ବୈଠକ

September 15, 2026

ପ୍ରଥମଥର ସ୍ୱୀକାର କଲା ୱାଶିଂଟନ୍‌, ମହାକାଶରେ ଆମେରିକାର ଅସ୍ତ୍ର !

September 15, 2026

ସନ୍ଦେହଜନକ ବାଂଲାଦେଶୀ ପାରା ଉଦ୍ଧାର, ବେତନଟୀ ବନ ବିଭାଗକୁ ହସ୍ତାନ୍ତର

September 15, 2026

ପ୍ରତି 5 ହଜାର ପାଇଁ କଟିବ 20 ଟଙ୍କା: ଚୂଡ଼ାନ୍ତ ହେଲା UPI ପେମେଣ୍ଟ ଶୁଳ୍କ

September 15, 2026

ଚେକ୍‌ ବାଉନ୍ସ ମାମଲା: ଅଭିନେତା ରାଜପାଲ ଯାଦବଙ୍କୁ ସୁପ୍ରିମକୋର୍ଟଙ୍କ ଆଶ୍ୱସ୍ତି

September 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.