Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସର୍ବୋଚ୍ଚ ମାଲ ପରିବହନ ରେକର୍ଡକୁ ଅତିକ୍ରମ କଲା ପୂର୍ବତଟ ରେଳପଥ
ଆଜିର ଖବର

ସର୍ବୋଚ୍ଚ ମାଲ ପରିବହନ ରେକର୍ଡକୁ ଅତିକ୍ରମ କଲା ପୂର୍ବତଟ ରେଳପଥ

March 25, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link
ମାଲ ପରିବହନ
ପଣ୍ୟ ପରିବହନ କ୍ଷେତ୍ରରେ ପୂର୍ବତଟ ରେଳପଥର ଉଲ୍ଲେଖନୀୟ ସଫଳତା

ଭୁବନେଶ୍ଵର: ପୂର୍ବତଟ ରେଳପଥ 2023-24 ଆର୍ଥିକ ବର୍ଷରେ ପଣ୍ୟ ପରିବହନରେ ଭାରତୀୟ ରେଳର ସମସ୍ତ ରେକର୍ଡକୁ ଅତିକ୍ରମ କରିଛି। 1 ଏପ୍ରିଲ, 2023 ରୁ 25 ମାର୍ଚ୍ଚ 2024 ମଧ୍ୟରେ ପୂର୍ବତଟ ରେଳପଥ 250 ନିୟୁତ ଟନ୍ ପଣ୍ୟ ପରିବହନ କରି 2022-23 ଆର୍ଥିକ ବର୍ଷର ସର୍ବୋଚ୍ଚ ମାଲ ପରିବହନ ରେକର୍ଡକୁ ଅତିକ୍ରମ କରିଛି। କ୍ରମାଗତ 5 ଥର ପାଇଁ 200 ମିଲିୟନ୍ ଟନ୍ ପଣ୍ୟ ବୋଝେଇ କ୍ଷେତ୍ରରେ ପୂର୍ବତଟ ରେଳପଥ ମାଇଲ ଖୁଣ୍ଟ ଅତିକ୍ରମ କରିବାରେ ମଧ୍ୟ ପ୍ରଥମ ଜୋନ୍ ହୋଇପାରିଛି। ପୂର୍ବତଟ ରେଳପଥର ତିନୋଟି ରେଳ ମଣ୍ଡଳ ଦ୍ୱାରା ଉତ୍ତମ ପ୍ରଦର୍ଶନ ପାଇଁ ଏହି ଲକ୍ଷ ହାସଲ ହୋଇପାରିଛି।

2019-20 ଆର୍ଥିକ ବର୍ଷରେ 200 ନିୟୁତ ଟନ ପଣ୍ୟ ବୋଝେଇ କରିବା ପାଇଁ ପୂର୍ବ ତଟ ରେଳବାଇ ଅବିଭକ୍ତ ଦକ୍ଷିଣ ପୂର୍ବ ରେଳପଥ ପରେ ଦ୍ୱିତୀୟ ରେଳ ଜୋନ୍ ଥିଲା। ଆଜି ଏହା 250 ନିୟୁତ ଟନ ପଣ୍ୟ ପରିବହନ କରିଥିବା ପ୍ରଥମ ରେଳ ଜୋନ୍ ହୋଇପାରିଛି।

2023-24 ଆର୍ଥିକ ବର୍ଷରେ, ପୂର୍ବତଟ ରେଳପଥ 149.50 ନିୟୁତ ଟନ୍ କୋଇଲା, 12.9 ନିୟୁତ ଟନ୍ ଇସ୍ପାତ କାରଖାନାକୁ କଞ୍ଚାମାଲ ପରିବହନ, 20.15 ନିୟୁତ ଟନ୍ ଷ୍ଟିଲ୍ ଆଣ୍ଡ ସ୍ଲାଗ୍, 37.4 ନିୟୁତ ଟନ୍ ଲୁହାପଥର, 1.21 ନିୟୁତ ଟନ୍ ସିମେଣ୍ଟ, 3.16 ନିୟୁତ ଟନ୍ ଖାଦ୍ୟ ଶସ୍ୟ ପରିବହନ କରିଥିବାବେଳେ 6.4 ନିୟୁତ ଟନ୍ ସାର, 3.0 ନିୟୁତ ଟନ୍ ଖଣିଜ ତୈଳ ଏବଂ ଏହା ସହିତ କଣ୍ଟେନର ଏବଂ ଅନ୍ୟାନ୍ୟ ସାମଗ୍ରୀରେ 23.27 ନିୟୁତ ଟନ୍ ପଣ୍ୟ ପରିବହନ କରାଯାଇ ପାରିଛି। ଗତ ବର୍ଷର ସମାନ ସମୟ ଅବଧି ତୁଳନାରେ ଏହା 6% ରୁ ଅଧିକ ପଣ୍ୟ ପରିବହନ କରିପାରିଛି।

ପୂର୍ବତଟ ରେଳପଥର ଖୋର୍ଦ୍ଧା ରୋଡ଼, ରେଳ ମଣ୍ଡଳ 156.17 ନିୟୁତ ଟନ୍ ପଣ୍ୟ ବୋଝେଇ କରିଥିବାବେଳେ ୱାଲଟିୟର ରେଳ ମଣ୍ଡଳ 74.66 ନିୟୁତ ଟନ୍ ଏବଂ ସମ୍ବଲପୁର ରେଳ ମଣ୍ଡଳ ଦ୍ୱାରା 19.20 ନିୟୁତ ଟନ୍ ଯୋଗଦାନ କରିଛି। ସମସ୍ତ ତିନୋଟି ରେଳ ମଣ୍ଡଳ ପୂର୍ବ ବର୍ଷ ତୁଳନାରେ ଭଲ ପ୍ରଦର୍ଶନ କରିଛନ୍ତି ଏବଂ ସେମାନଙ୍କର ଗତ ବର୍ଷର ପଣ୍ୟ ବୋଝେଇ ଆକଳନକୁ ଅତିକ୍ରମ କରିଛନ୍ତି।

ତାଳଚେରରେ ଏମସିଏଲର କୋଇଲା କ୍ଷେତ୍ର, ପୂର୍ବତଟ ରେଳପଥ ପରିସୀମା ମଧ୍ୟରେ ଥିବା ପାଞ୍ଚଟି ବନ୍ଦର, ଯଥା ପାରାଦୀପ, ଧାମରା, ଭାଇଜାଗ, ଗଙ୍ଗାଭରମ ଏବଂ ଗୋପାଳପୁର; ଛତିଶଗଡର ବୈଲାଡିଲାରେ ଲୁହାପଥର ଖଣି, ବୃହତ ଇସ୍ପାତ ଏବଂ ଆଲୁମିନିୟମ କମ୍ପାନୀ, କେନ୍ଦୁଝର ଜିଲ୍ଲାର ଲୁହାପଥର ଖଣି ଏହି ସଫଳତା ପାଇଁ ପ୍ରମୁଖ ଯୋଗଦାନ ଦେଇଛନ୍ତି।

ବିଭିନ୍ନ ପ୍ରତିକୂଳ ପରିସ୍ଥିତି ସତ୍ୱେ ସରକାରୀ ସହଭାଗିତା ଏବଂ ଶିଳ୍ପାନୁଷ୍ଠାନ ସହିତ ସଠିକ୍ ଯୋଜନା ଏବଂ ସମନ୍ୱୟ ସହିତ ପୂର୍ବତଟ ରେଳପଥର ଉଲ୍ଲେଖନୀୟ ପ୍ରଦର୍ଶନ ଦ୍ୱାରା ଏହି ଉଲ୍ଲେଖନୀୟ ପଣ୍ୟ ବୋଝେଇ ହାସଲ କରାଯାଇଛି।

ରେଳପଥର ମହାପ୍ରବନ୍ଧକ ମନୋଜ ଶର୍ମାଙ୍କ ନେତୃତ୍ୱରେ ପୂର୍ବତଟ ରେଳପଥ ଉଲ୍ଲେଖନୀୟ ସଫଳତା ହାସଲ କରିଛି। ମହାପ୍ରବନ୍ଧକ ଶ୍ରୀ ଶର୍ମା ପ୍ରଥମ ଦିନରୁ ଏହାର କର୍ମଚାରୀ ମାନଙ୍କୁ ଉତ୍ସାହିତ କରି ପ୍ରମୁଖ ଭୂମିକା ଗ୍ରହଣ କରିଛନ୍ତି। ସକରାତ୍ମକ ମନୋଭାବ ଏବଂ ନିରନ୍ତର କଠିନ ପରିଶ୍ରମ ସହିତ ସଠିକ୍ ଚିନ୍ତାଧାରା ଏହି ରେଳବାଇ ଜୋନ ପାଇଁ ସଫଳତା ଆଣିଦେଇଛି ବୋଲି ଶ୍ରୀ ଶର୍ମା କହିଛନ୍ତି।

FREIGHT LOADING
Share. Facebook Twitter LinkedIn Email WhatsApp Copy Link

Related Posts

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଜମିଜମାର ସୁରକ୍ଷା ଉପରେ ଉଚ୍ଚସ୍ତରୀୟ ବୈଠକ

February 20, 2026

ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମିଟ୍ ୨୦୨୬ର ଲିଡର୍ସ ପ୍ଲାନେରି ଅଧିବେଶନ ସମୟରେ ପ୍ରଧାନମନ୍ତ୍ରୀ

February 20, 2026

କଟକ ଭୁବନେଶ୍ବରର ବିଭିନ୍ନ ଅଞ୍ଚଳରେ ବିଦ୍ୟୁତ ସେବା ବନ୍ଦ ରହିବ, ଜାଣନ୍ତୁ ଆପଣଙ୍କ ଅଞ୍ଚଳରେ କେତେବେଳେ

February 20, 2026

ଆଜି ଫେବୃୟାରୀ ୨୦ ତାରିଖ ଶୁକ୍ରବାର ଦିନ ଏହି ଆଠଟି ରାଶି ପାଇଁ ଦିନଟି ରହିଛି ଖୁସିମୟ

February 20, 2026
Latest News

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଜମିଜମାର ସୁରକ୍ଷା ଉପରେ ଉଚ୍ଚସ୍ତରୀୟ ବୈଠକ

February 20, 2026

ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମିଟ୍ ୨୦୨୬ର ଲିଡର୍ସ ପ୍ଲାନେରି ଅଧିବେଶନ ସମୟରେ ପ୍ରଧାନମନ୍ତ୍ରୀ

February 20, 2026

କଟକ ଭୁବନେଶ୍ବରର ବିଭିନ୍ନ ଅଞ୍ଚଳରେ ବିଦ୍ୟୁତ ସେବା ବନ୍ଦ ରହିବ, ଜାଣନ୍ତୁ ଆପଣଙ୍କ ଅଞ୍ଚଳରେ କେତେବେଳେ

February 20, 2026

ଆଜି ଫେବୃୟାରୀ ୨୦ ତାରିଖ ଶୁକ୍ରବାର ଦିନ ଏହି ଆଠଟି ରାଶି ପାଇଁ ଦିନଟି ରହିଛି ଖୁସିମୟ

February 20, 2026

ରାଜ୍ୟ ଅନୁସୂଚିତ ଜାତି କଂଗ୍ରେସ ଓ ଆଦିବାସୀ କଂଗ୍ରେସ ତରଫରୁ ଧାରଣା, ଜାଣନ୍ତୁ କାରଣ

February 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.