Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଜେପିରେ ସାମିଲ ହେଲେ ମହାକାଳପଡା ଗୋଗୁଆ ପଂଚାୟତର ପଂଚାୟତ ସମିତି ସଦସ୍ୟ
ଆଜିର ଖବର

ବିଜେପିରେ ସାମିଲ ହେଲେ ମହାକାଳପଡା ଗୋଗୁଆ ପଂଚାୟତର ପଂଚାୟତ ସମିତି ସଦସ୍ୟ

March 27, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link
ବିଜେପିରେ ସାମିଲ ହେଲେ ମହାକାଳପଡା ଗୋଗୁଆ ପଂଚାୟତର ପଂଚାୟତ ସମିତି ସଦସ୍ୟ

ଭୁବନେଶ୍ବର: ଆଜି ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ମହାକାଳପଡା ଗୋଗୁଆ ପଂଚାୟତର ପଂଚାୟତ ସମିତି ସଦସ୍ୟ ତଥା ବିଜେଡିର ସ୍ଥାନୀୟ ସଂଗଠକ ତଥା ଜିଲ୍ଲା ବାର୍ ଆସୋସିଏନସନ୍ ସମ୍ପାଦକ ଶ୍ରୀ ପ୍ରତାପ ଚନ୍ଦ୍ର ଦାସ ବିଜେପିରେ ଯୋଗ ଦେଇଛନ୍ତି। ଶ୍ରୀ ଦାସଙ୍କ ସହ ପୂର୍ବତନ ପଂଚାୟତ ସମିତି ସଦସ୍ୟ ଅଲେଖ ଜେନା, ପୂର୍ବତନ ସରପଂଚ କୁର୍ଟିଆ ସେଠୀ ଓ ବୀର ବାବୁ, ୱାର୍ଡ ମେମ୍ବର ଶ୍ରୀମତି ଜେନା, ପୂର୍ବତନ ୱାର୍ଡ ମେମ୍ବର ଆଶିଧାରା ମଣ୍ଡଳ, ଛାତ୍ର ନେତା ପ୍ରଦୀପ କୁମାର ସେଠୀ, ସାମାଜିକ ଗଣମାଧ୍ୟମ ନିହାର ରଞ୍ଜନ ମହାନ୍ତି, ରଶ୍ମୀତା ମଲ୍ଲିକ, ରାଜୀବ ଲୋଚନ ସେଠୀ, ମାମିନା ଦାସ ପ୍ରମୁଖ ଆଜି ବିଜେପିରେ ସାମିଲ ହୋଇଛନ୍ତି ।

ସେହିପରି ଅବସରପ୍ରାପ୍ତ ଆଇଆରଏସ୍ ଅଧିକାରୀ ତଥା କଳାହାଣ୍ଡି ଜିଲ୍ଲା ଜୟପାଟଣା ବ୍ଲକ ଲାଞ୍ଜିଗଡର ଶ୍ରୀଯୁକ୍ତ ଗଙ୍ଗାଧର ମାଝୀ ନିଜ ସମର୍ଥକଙ୍କ ଗହଣରେ ବିଜେପିରେ ସାମିଲ ହୋଇଛନ୍ତି । ଶ୍ରୀ ମାଝୀଙ୍କ ସହ ବିକ୍ରମ ଯୋଶୀ, ଅଙ୍ଗଦ ମାଝୀ, ଭାରତ ମୁଣ୍ଡା ବିଜେପିରେ ସାମିଲ ହୋଇଛନ୍ତି ।

ଆଜି ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ଏହି ମିଶ୍ରଣ ପର୍ବରେ ପୂର୍ବତନ ରାଜ୍ୟ ସଭାପତି ସମୀର ମହାନ୍ତି ଓ ରାଜ୍ୟ ଉପସଭାପତି ବିରଂଚି ତ୍ରିପାଠୀ ନୂତନ ସଦସ୍ୟଙ୍କୁ ଦଳୀୟ ଉତରୀୟ ପିନ୍ଧାଇ ସ୍ୱାଗତ କରିଥିଲେ । ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱ ଏବଂ ଭାରତୀୟ ଜନତା ପାର୍ଟି ପ୍ରତି ଦେଶବାସୀ ତଥା ରାଜ୍ୟବାସୀଙ୍କ ଆସ୍ଥା ଓ ବିଶ୍ୱାସ ବୃଦ୍ଧି ପାଇ ଚାଲିଛି । ମୋଦି ସରକାର ଏବଂ ମୋଦି ଗ୍ୟାରେଂଟି ଉପରେ ଓଡିଶାବାସୀଙ୍କ ଆସ୍ଥା ବୃଦ୍ଧି ପାଇଚାଲିଛି । ଆଜିର ଏହି ମିଶ୍ରଣ ପର୍ବ ପାର୍ଟିର ସଂଗଠନକୁ ଆହୁରି ସୁଦୃଢ କରିବ । ଏହି ମିଶ୍ରଣ ପର୍ବରେ ରାଜ୍ୟ ସମ୍ପାଦକ ସରୋଜ କର, କେନ୍ଦ୍ରାପଡା ଜିଲ୍ଲା ସଭାପତି କିଶୋର ପଣ୍ଡା, କେନ୍ଦ୍ରାପଡା ପୂର୍ବତନ ସାଂସଦ ଅର୍ଚ୍ଚନା ନାୟକ, ଦୁର୍ଗା ନାୟକ, ଶେଷଦେବ ବେହେରା ପ୍ରମୁଖ ଉପସ୍ଥିତ ଥିଲେ ।

ବିଜେପି ମିଶ୍ରଣ
Share. Facebook Twitter LinkedIn Email WhatsApp Copy Link

Related Posts

ମଧ୍ୟପ୍ରାଚ୍ୟରେ ଅଟକିଥିବା ଓଡ଼ିଆମାନଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ

March 12, 2026

ରାଜ୍ୟସଭା ନିର୍ବାଚନ ତାତି, ହୁଇପ ଜାରୀ କଲା ବିଜେଡି, ଭୁବନେଶ୍ବର ନ ଛାଡିବାକୁ ନିର୍ଦ୍ଦେଶ

March 11, 2026

ସୋଆ ଆଇବିସିଏସ୍ ପକ୍ଷରୁ ବିଜିନେସ୍ ମେଳା ‘ମାର୍କ-ଆଇଟି’ ଅନୁଷ୍ଠିତ

March 11, 2026

ପ୍ରକାଶ ପାଇଲା ୨୦୨୬ ଆଇପିଏଲ ର କାର୍ଯ୍ୟସୂଚୀ: ପ୍ରଥମ ଦିନରେ RCB ବିରୋଧରେ ଖେଳିବ ଏହି ଦଳ

March 11, 2026
Latest News

ମଧ୍ୟପ୍ରାଚ୍ୟରେ ଅଟକିଥିବା ଓଡ଼ିଆମାନଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ

March 12, 2026

ରାଜ୍ୟସଭା ନିର୍ବାଚନ ତାତି, ହୁଇପ ଜାରୀ କଲା ବିଜେଡି, ଭୁବନେଶ୍ବର ନ ଛାଡିବାକୁ ନିର୍ଦ୍ଦେଶ

March 11, 2026

ସୋଆ ଆଇବିସିଏସ୍ ପକ୍ଷରୁ ବିଜିନେସ୍ ମେଳା ‘ମାର୍କ-ଆଇଟି’ ଅନୁଷ୍ଠିତ

March 11, 2026

ପ୍ରକାଶ ପାଇଲା ୨୦୨୬ ଆଇପିଏଲ ର କାର୍ଯ୍ୟସୂଚୀ: ପ୍ରଥମ ଦିନରେ RCB ବିରୋଧରେ ଖେଳିବ ଏହି ଦଳ

March 11, 2026

ସ୍ୱାମୀ ଅଭିମୁକ୍ତେଶ୍ୱରାନନ୍ଦଙ୍କ ବଡ଼ ଘୋଷଣା: ୮୧ ଦିନ ପାଇଁ କରିବେ ଉତ୍ତର ପ୍ରଦେଶ ପରିକ୍ରମା

March 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.