Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପତ୍ର ସୂଚନା କାର୍ଯ୍ୟାଳୟର ପ୍ରମୁଖ ମହାନିର୍ଦ୍ଦେଶକ ଭାବେ ଦାୟିତ୍ୱ ଗ୍ରହଣ କଲେ ଶେଫାଲି ଶରଣ
ଆଜିର ଖବର

ପତ୍ର ସୂଚନା କାର୍ଯ୍ୟାଳୟର ପ୍ରମୁଖ ମହାନିର୍ଦ୍ଦେଶକ ଭାବେ ଦାୟିତ୍ୱ ଗ୍ରହଣ କଲେ ଶେଫାଲି ଶରଣ

April 1, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ମନୀଷ ଦେଶାଇଙ୍କ ଅବସର ପରେ ଶେଫାଲି ବି ଶରଣ ଆଜି ପତ୍ର ସୂଚନା କାର୍ଯ୍ୟାଳୟ(ପିଆଇବି)ର ପ୍ରମୁଖ ମହାନିର୍ଦ୍ଦେଶକ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଶ୍ରୀମତୀ ଶରଣ ହେଉଛନ୍ତି ୧୯୯୦ ବ୍ୟାଚର ଭାରତୀୟ ସୂଚନା ସେବା ଅଧିକାରୀ।

ତିନି ଦଶନ୍ଧିରୁ ଅଧିକ ସମୟର ଏକ ଜାଜ୍ଜୁଲ୍ୟମାନ କ୍ୟାରିୟରରେ ସେ ଅର୍ଥ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ, ସୂଚନା ଏବଂ ପ୍ରସାରଣ ମନ୍ତ୍ରଣାଳୟ ଭଳି ବିଭିନ୍ନ ମନ୍ତ୍ରଣାଳୟ ପାଇଁ ପତ୍ର ସୂଚନା କାର୍ଯ୍ୟାଳୟ ଅଧିକାରୀ ଭାବରେ ମୁଖ୍ୟତଃ ଗଣମାଧ୍ୟମ ପ୍ରଚାର କାର୍ଯ୍ୟର ଦାୟିତ୍ୱ ତୁଲାଇଛନ୍ତି। ସେ ଭାରତୀୟ ନିର୍ବାଚନ ଆୟୋଗଙ୍କ ମୁଖପାତ୍ର ଭାବରେ ମଧ୍ୟ କାର୍ଯ୍ୟ କରିଛନ୍ତି।
ଏହା ବ୍ୟତୀତ ସେ କେନ୍ଦ୍ରୀୟ କର୍ମଚାରୀ ନିଯୁକ୍ତି ଯୋଜନା ଡେପୁଟେସନରେ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ (ପାରମ୍ପରିକ ଚିକିତ୍ସା ପଦ୍ଧତି/ଆୟୁଷ ବିଭାଗ (୨୦୦୨-୨୦୦୭) ଏବଂ ଅର୍ଥ ମନ୍ତ୍ରଣାଳୟ (ଆର୍ଥିକ ବ୍ୟାପାର ବିଭାଗ ୨୦୧୩-୨୦୧୭)ର ନିର୍ଦ୍ଦେଶକ ଭାବେ କାର୍ଯ୍ୟ କରିଛନ୍ତି। ସେହିପରି ସେ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟର ସୂଚନା ନୀତି ବିଭାଗରେ ଓଏସଡି କ୍ୟାଡର ପଦବୀରେ କାର୍ଯ୍ୟ କରିବା ସହିତ ୨୦୦୭-୨୦୦୮ ପର୍ଯ୍ୟନ୍ତ ଏଲଏସଟିଭି, ଲୋକସଭା ସଚିବାଳୟର ପ୍ରଶାସନିକ ଓ ଅର୍ଥ ନିର୍ଦ୍ଦେଶକ ଭାବେ ଦାୟିତ୍ୱ ନିର୍ବାହ କରିଛନ୍ତି।

ଦାୟିତ୍ୱ ଗ୍ରହଣ କରିବା ପରେ ଶ୍ରୀମତୀ ଶରଣଙ୍କୁ ପତ୍ର ସୂଚନା କାର୍ଯ୍ୟାଳୟର ବରିଷ୍ଠ ଅଧିକାରୀମାନେ ସ୍ୱାଗତ କରିଥିଲେ।

Share. Facebook Twitter LinkedIn Email WhatsApp Copy Link

Related Posts

ନିର୍ମାଣାଧୀନ ପୋଲ ତଳକୁ ଖସି ୨ ଯୁବକଙ୍କ ମୃତ୍ୟୁ

June 15, 2026

ହର୍ମୁଜ୍‌ରୁ ହଟିବ ଅବରୋଧ!, ଆମେରିକା–ଇରାନ ଶାନ୍ତି ଚୁକ୍ତି ଘୋଷଣା କଲେ ଟ୍ରମ୍ପ

June 15, 2026

କାଠଫାଳିଆରେ ପିଟି ବାପାଙ୍କୁ ହତ୍ୟା

June 15, 2026

ସଡ଼କ ସଂଯୋଗର ନୂଆ ଯୁଗ: ବିକଶିତ ଭାରତ ସ୍ୱପ୍ନକୁ ଶକ୍ତି ଯୋଗାଉଛି ରାଜପଥ ପରିବର୍ତ୍ତନ

June 15, 2026
Latest News

ନିର୍ମାଣାଧୀନ ପୋଲ ତଳକୁ ଖସି ୨ ଯୁବକଙ୍କ ମୃତ୍ୟୁ

June 15, 2026

ହର୍ମୁଜ୍‌ରୁ ହଟିବ ଅବରୋଧ!, ଆମେରିକା–ଇରାନ ଶାନ୍ତି ଚୁକ୍ତି ଘୋଷଣା କଲେ ଟ୍ରମ୍ପ

June 15, 2026

କାଠଫାଳିଆରେ ପିଟି ବାପାଙ୍କୁ ହତ୍ୟା

June 15, 2026

ସଡ଼କ ସଂଯୋଗର ନୂଆ ଯୁଗ: ବିକଶିତ ଭାରତ ସ୍ୱପ୍ନକୁ ଶକ୍ତି ଯୋଗାଉଛି ରାଜପଥ ପରିବର୍ତ୍ତନ

June 15, 2026

ଆୟୁଷ ମନ୍ତ୍ରଣାଳୟର ଐତିହାସିକ ସଫଳତା: ୟୁଟ୍ୟୁବ୍ ଲାଇଭ୍ ଯୋଗ ପ୍ରସାରଣରେ ଗିନିଜ୍ ବିଶ୍ୱ ରେକର୍ଡ

June 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.