Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସୋଆ ଏସ୍‌ଏଚ୍‌ଏମ୍ ପକ୍ଷରୁ ଏପ୍ରିଲ ୩ରୁ “ପଖାଳ ଉତ୍ସବ” ଆରମ୍ଭ
ଆଜିର ଖବର

ସୋଆ ଏସ୍‌ଏଚ୍‌ଏମ୍ ପକ୍ଷରୁ ଏପ୍ରିଲ ୩ରୁ “ପଖାଳ ଉତ୍ସବ” ଆରମ୍ଭ

April 1, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଓଡିଶାର ପାରମ୍ପରିକ ଖାଦ୍ୟ ‘ପଖାଳ’ ପ୍ରତ୍ୟେକ ଓଡ଼ିଆଙ୍କ ଘରେ ବେଶ ଆଦୃତ ଓ ପ୍ରିୟ ଖାଦ୍ୟ। ଯଦିଓ ଖରାଦିନେ ଏହା ଖାଇବାକୁ ବେଶି ଭଲ ଲାଗେ ତେବେ ସ୍ୱାସ୍ଥ୍ୟଗତ ଦୃଷ୍ଟିରୁ ବର୍ଷକ ବାର ମାସ ଲୋକମାନେ ପଖାଳ ଖାଇବାକୁ ଭଲ ପାଇଥାନ୍ତି। ପ୍ରତ୍ୟେକ ଓଡ଼ିଆଙ୍କର ଏହି ପସନ୍ଦର ଖାଦ୍ୟର ଅଧିକ ପ୍ରଚାର ଓ ପ୍ରସାର କରିବା ଉଦ୍ଦେଶ୍ୟରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସ୍କୁଲ୍ ଅଫ୍ ହୋଟେଲ୍ ମ୍ୟାନେଜମେଂଟ (ଏସ୍‌ଏଚ୍‌ଏମ୍ ) ପକ୍ଷରୁ ସବୁ ବର୍ଷ ପରି ଚଳିତ ବର୍ଷ ମଧ୍ୟ ଏପ୍ରିଲ୍ ୩ ରୁ ୭ ତାରିଖ ପର୍ଯ୍ୟନ୍ତ ‘ପଖାଳ ଉତ୍ସବ’ର ଆୟୋଜନ କରାଯାଇଛି।

୫ ଦିନ ବ୍ୟାପି ଚାଲିବାକୁ ଥିବା ଏହି ଉତ୍ସବରେ ପଖାଳ ସାଙ୍ଗକୁ ବିଭିନ୍ନ କିସମର ବ୍ୟଞ୍ଜନ ପ୍ରସ୍ତୁତ କରାଯିବାର ବ୍ୟବସ୍ଥା କରାଯାଇଛି। ପାରମ୍ପରିକ ବ୍ୟଞ୍ଜନ ପରିବେଷଣ ସହିତ ଓଡ଼ିଶାର ସଂସ୍କୃତି ଓ ପରମ୍ପରାକୁ ବଜାୟ ରଖି ପ୍ରତ୍ୟେକ ଓଡିଆଙ୍କ ଖାଦ୍ୟରୁଚି ତଥା ଭାବଧାରାକୁ ସର୍ବସାଧାରଣଙ୍କ ନିକଟରେ ପହଂଚାଇବା ଏହି ପଖାଳ ଉତ୍ସବର ମୁଖ୍ୟ ଉଦ୍ଦେଶ୍ୟ ବୋଲି ଏସ୍‌ଏଚ୍‌ଏମ୍‌ର ଡିନ୍ ପ୍ରଫେସର ସୁଶାନ୍ତ ରଞ୍ଜନ ଚଇନି ସୂଚନା ଦେଇଛନ୍ତି। ଖରାଦିନେ ପ୍ରତ୍ୟେକ ଓଡ଼ିଆ ଖରା ତାତିକୁ ଏଡ଼ାଇବା ପାଇଁ ପଖାଳ ଖାଇବାକୁ ହିଁ ପସନ୍ଦ କରିଥାନ୍ତି ବୋଲି ସେ କହିଛନ୍ତି।

ମହାପ୍ରଭୁ ଜଗନ୍ନାଥଙ୍କ ପ୍ରିୟ ଖାଦ୍ୟ ମଧ୍ୟ ପଖାଳ ହୋଇଥିବା ବେଳେ ଏହା ଶ୍ରୀମନ୍ଦିରରେ ଭୋଗ ଲାଗିଥାଏ। ସେହିପରି ନେପାଳ, ବାଂଲାଦେଶ, ମିଆଁମାର ଭଳି ଦେଶଗୁଡ଼ିକରେ ମଧ୍ୟ ଲୋକମାନେ ପଖାଳ ଖାଇବାକୁ ପସନ୍ଦ କରିଥାନ୍ତି।

ଅତିଥିମାନଙ୍କୁ ଏସ୍‌ଏଚ୍‌ଏମ୍‌ରେ ୫ ଦିନ ବ୍ୟାପି ଅନୁଷ୍ଠିତ ହେବାକୁ ଥିବା ପଖାଳ ଉତ୍ସବରେ ପ୍ରତ୍ୟେକ ଦିନ ୧୨ ଟାରୁ ୩ ଟା ପର୍ଯ୍ୟନ୍ତ ପଖାଳ ପରଷା ଯିବ। ଏହି ଉତ୍ସବକୁ ଏସ୍‌ଏଚ୍‌ଏମ୍‌ର ଛାତ୍ରଛାତ୍ରୀ ମାନେ ହିଁ ସଂଚାଳନ କରିବେ।

ଏହି ୫ ଦିନିଆ ପଖାଳ ଉତ୍ସବରେ ଅତିଥି ମାନଙ୍କୁ ଉଷୁନା ପଖାଳ, ଅରୁଆ ପଖାଳ, ଦହି ପଖାଳ, ଅଦା ପଖାଳ, ଛୁଙ୍କ ପଖାଳ ଏବଂ ଲେମ୍ବୁ ପଖାଳ ପ୍ରଭୃତି ପରଷା ଯିବାର ବ୍ୟବସ୍ଥା ହେବ।

ସେହିପରି ପଖାଳକୁ ସୁହାଇଲା ଭଳି ବିଭିନ୍ନ ପ୍ରକାରର ଆମିଷ ଓ ନିରାମିଷ ବ୍ୟଞ୍ଜନ ଯେପରିକି – ମାଛ ପତ୍ରପୋଡା, ଚିଙ୍ଗୁଡି ଛେଚା, ଶୁଖୁଆ ଭଜା, ପୋହଳା ଭଜା, କୁକୁଡା କଷା, ଚୁନା ମାଛ ଭଜା, ଚିଙ୍ଗୁଡି ଝରଝରି, ମାଛ ଭଜା, ଛତୁ ପତ୍ରପୋଡା, ଆଳୁ ଭଜା, ବାଇଗଣ ଭଜା, ଆଳୁ ଓ ବାଇଗଣ ଭର୍ତା, ପୋଡା ଆଳୁ, ଗୋଟା ଭେଣ୍ଡି ଭଜା, ନଡ଼ିଆ ଭଜା, ସାଗ ବଡ଼ି ଭଜା, ପରିବା ଭଜା, ଚିପ୍ସ, ଆମ୍ବ ଛେଚା ଚଟଣୀ, ପୋଡା ଟମାଟୋ ଚଟଣୀ , ପନିର ଭୁର୍ଜି, ଆଳୁ କଲରା ବାଟି ତରକାରୀ ଓ ବଡି ଚୁରା ସହିତ କାକୁଡି, ପିଆଜ, ଲଙ୍କା ଓ ଲେମ୍ବୁ ପ୍ରଭୃତି ପରିବେଷଣ କରାଯିବାର ବ୍ୟବସ୍ଥା କରାଯିବ।

ପଖାଳ ଉତ୍ସବ ସୋଆ ଏସ୍‌ଏଚ୍‌ଏମ୍
Share. Facebook Twitter LinkedIn Email WhatsApp Copy Link

Related Posts

ସିଏସଆଇଆର-ଆଇଏମଏମଟି ପରିଦର୍ଶନ କଲେ ତେଲଙ୍ଗାନା ଗଣମାଧ୍ୟମ ପ୍ରତିନିଧି

February 3, 2026

କାର ସହ କେଜି ଗଂଜେଇ ଜବତ, ଜଣେ ଗିରଫ

February 3, 2026

ଫକୀର ମୋହନ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ସମାରୋହରେ ଯୋଗ ଦେଲେ ରାଷ୍ଟ୍ରପତି

February 3, 2026

ଜିଓ-ବ୍ଲାକରକ୍ ଇନଭେଷ୍ଟମେଣ୍ଟ ଆଡ଼ଭାଇଜର୍ସ ପକ୍ଷରୁ ‘ବ୍ୟକ୍ତିଗତ ନିବେଶ ପରାମର୍ଶ’ ଶୁଭାରମ୍ଭ

February 3, 2026
Latest News

ସିଏସଆଇଆର-ଆଇଏମଏମଟି ପରିଦର୍ଶନ କଲେ ତେଲଙ୍ଗାନା ଗଣମାଧ୍ୟମ ପ୍ରତିନିଧି

February 3, 2026

କାର ସହ କେଜି ଗଂଜେଇ ଜବତ, ଜଣେ ଗିରଫ

February 3, 2026

ଫକୀର ମୋହନ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ସମାରୋହରେ ଯୋଗ ଦେଲେ ରାଷ୍ଟ୍ରପତି

February 3, 2026

“ଚାଷୀଙ୍କ ରକ୍ତକୁ ଶୋଷଣ କରିଛି ସରକାର”: ଭାରତ-ଆମେରିକା ବାଣିଜ୍ୟ ଚୁକ୍ତି ଉପରେ ରାହୁଲ ଗାନ୍ଧୀଙ୍କ ପ୍ରଶ୍ନ 

February 3, 2026

ଜିଓ-ବ୍ଲାକରକ୍ ଇନଭେଷ୍ଟମେଣ୍ଟ ଆଡ଼ଭାଇଜର୍ସ ପକ୍ଷରୁ ‘ବ୍ୟକ୍ତିଗତ ନିବେଶ ପରାମର୍ଶ’ ଶୁଭାରମ୍ଭ

February 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.