ବିଜେପିରେ ଯୋଗ ଦେଲେ ବିଜେଡି ନେତ୍ରୀ ସନ୍ଧ୍ୟାବତୀ ପ୍ରଧାନ ଏବଂ ଲିଙ୍କନ ସୁବୁଦ୍ଧି

Published: Apr 2, 2024, 10:37 pm IST
BJPJoining

ଭୁବନେଶ୍ୱର: ଆଜି ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ରାଜ୍ୟ ଶିଶୁ ସୁରକ୍ଷା ଅଧିକାର କମିଶନ ଅଧ୍ୟକ୍ଷା ତଥା ବିଜୁ ଜନତା ଦଳର ବରିଷ୍ଠ ସଦସ୍ୟା ଶ୍ରୀମତୀ ସନ୍ଧ୍ୟାବତୀ ପ୍ରଧାନ ନିଜ ସମର୍ଥକଙ୍କ ଗହଣରେ ବିଜେପିରେ ଯୋଗ ଦେଇଛନ୍ତି ।

ତାଙ୍କ ସହ ପୂର୍ବତନ ଡେଲାଙ୍ଗ ବ୍ଲକ ଚେୟାରମ୍ୟାନ ସୁଷମା ସେଠୀ, ଭାଇସ ଚେୟାରମ୍ୟାନ ରମାମଣୀ ପ୍ରଧାନ, ପୂର୍ବତନ ସରପଂଚ କେଳୁଚରଣ ସେଠୀ, ଗୋପିନାଥ ବେହେରା, ପୂର୍ବତନ ୱାର୍ଡମେମ୍ବର ହରମୋହନ ପ୍ରଧାନ, ସନ୍ଧ୍ୟାରାଣୀ ମହାପାତ୍ର, ରିଜା କିଶୋର ଶିକ୍ଷା ପ୍ରମୁଖ ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ଆନୁଷ୍ଠାନିକ ଭାବେ ବିଜେପିରେ ଯୋଗ ଦେଇଛନ୍ତି।

ସେହିପରି ବିଜୁ ମହିଳା ଜନତା ଦଳ ରାଜ୍ୟ ସାଧାରଣ ସମ୍ପାଦିକା ଶ୍ରୀମତୀ ଲିଙ୍କନ ସୁବୁଦ୍ଧିଙ୍କ ନିଜ ସମର୍ଥକଙ୍କ ସହିତ ବିଜେପିରେ ଯୋଗ ଦେଇଛନ୍ତି। ଶ୍ରୀମତୀ ସୁବୁଦ୍ଧି କହିଛନ୍ତି ଯେ, ମୋଦିଜୀଙ୍କ ଶାସନରେ ଅନୁପ୍ରାଣିତ ହୋଇ ବିଜେପିରେ ମିଶିଲି। ମୋଦିଜୀ ସର୍ବଦା ନାରୀଙ୍କ ସମ୍ମାନ ପାଇଁ ଚିନ୍ତା କରିଛନ୍ତି ।

ଏହି ମିଶ୍ରଣ ପର୍ବରେ ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ, ରାଜ୍ୟ ନିର୍ବାଚନ ପ୍ରଭାରୀ ବିଜୟପାଲ ସିଂ ତୋମାର, ରାଷ୍ଟ୍ରୀୟ ମୁଖପାତ୍ର ତଥା ପୁରୀ ଲୋକସଭା ପ୍ରାର୍ଥୀ ଡ.ସମ୍ବିତ ପାତ୍ର ନୂତନ ସଦସ୍ୟଙ୍କୁ ସ୍ୱାଗତ ଜଣାଇଥିଲେ ।

ଏହି ମିଶ୍ରଣ ପର୍ବରେ ବିଧାୟକ ପ୍ରଶାନ୍ତ ଜଗଦ୍ଦେବ, ରାଜ୍ୟ ସମ୍ପାଦକ ସରୋଜ କର, ଜିଲ୍ଲା ସଭାପତି ତଥା ପିପିଲି ବିଧାୟକ ପ୍ରାର୍ଥୀ ଆଶ୍ରୀତ ପଟ୍ଟନାୟକ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଶଙ୍କର୍ଷଣ ପରିଡା, ସତ୍ୟବାଦୀ ବିଧାୟକ ପ୍ରାର୍ଥୀ ଓମପ୍ରକାଶ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ ।

Related posts