Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଜେଡ଼ିରେ ଯୋଗଦେଲେ ନିମାପଡା ବିଜେପି ନେତା ଦିଲ୍ଲୀପ ନାୟକ
ଆଜିର ଖବର

ବିଜେଡ଼ିରେ ଯୋଗଦେଲେ ନିମାପଡା ବିଜେପି ନେତା ଦିଲ୍ଲୀପ ନାୟକ

April 4, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link
ବିଜେଡ଼ିରେ ଯୋଗଦେଲେ ନିମାପଡା ବିଜେପି ନେତା ଦିଲ୍ଲୀପ ନାୟକ

ଭୁବନେଶ୍ୱର: ପୁରୀ ଜିଲ୍ଲା ଅନ୍ତର୍ଗତ ନିମାପଡା ନିର୍ବାଚନମଣ୍ଡଳୀର ବିଜେପି ନେତା ଦିଲ୍ଲୀପ ନାୟକଙ୍କ ସମେତ ଶତାଧିକ ବିଜେପି କର୍ମକର୍ତ୍ତା ଓ ନିର୍ବାଚିତ ପ୍ରତିନିଧି ଆଜି ଶଙ୍ଖଭବନ ଠାରେ ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ସମୀର ଦାସ ଓ ରାଜ୍ୟସଭା ସାଂସଦ ଡକ୍ଟର ସସ୍ମିତ ପାତ୍ରଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ ଦେଇଛନ୍ତି।

ଦଳରେ ସାମିଲ୍ ହୋଇଥିବା ବିଜେପି ନେତା ଦିଲ୍ଲୀପ ନାୟକ ଏବଂ ଶତାଧିକ କର୍ମକର୍ତ୍ତା ଓ ନିର୍ବାଚିତ ପ୍ରତିନିଧିଙ୍କୁ ଶ୍ରୀ ଦାସ ଓ ଡକ୍ଟର ପାତ୍ର ଉପଢୌକନ ଦେଇ ଦଳକୁ ସ୍ୱାଗତ କରିଥିଲେ। ଆଜି ବିଜେପି କର୍ମୀଙ୍କ ଯୋଗଦାନ ଫଳରେ ବିଶେଷକରି ନିମାପଡା ନିର୍ବାଚନ ମଣ୍ଡଳୀରେ ଦଳୀୟ ସଂଗଠନ ଆହୁରି ମଜଭୂତ ହେବ ବୋଲି ଶ୍ରୀ ଦାସ ଓ ଡକ୍ଟର ପାତ୍ର କହିଥିଲେ।

ଏହି ଅବସରରେ ବିଜେଡ଼ିରେ ସାମିଲ୍ ହୋଇଥିବା ବିଜେପି ନେତା ଦିଲ୍ଲୀପ ନାୟକ ନିଜ ପ୍ରତିକ୍ରିୟାରେ କହିଥିଲେ ଯେ, ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଲୋକାଭିମୁଖୀ କାର୍ଯ୍ୟ, ସ୍ୱଚ୍ଛ ଶାସନ, ନିର୍ମଳ ଭାବମୂର୍ତ୍ତି ଓ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଆଜି ବିଧିବଦ୍ଧ ଭାବେ ବିଜେଡିରେ ଯୋଗ ଦେଲି। ନୂତନ ଓଡ଼ିଶା ଗଠନ ଦିଗରେ ମୁଖ୍ୟମନ୍ତ୍ରୀ ମୋତେ ଯାହା ଦାୟିତ୍ୱ ଦେବେ ତାକୁ ସୂଚାରୁ ରୂପେ ତୁଲାଇବି । ଦଳରେ ମୋତେ ଏବଂ ମୋ ସହ ଯୋଗ ଦେଇଥିବା ସମସ୍ତ ବିଜେପି କର୍ମୀଙ୍କୁ ଗ୍ରହଣ କରିଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଦଳର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଏବଂ ସମସ୍ତ ନେତୃବୃନ୍ଦଙ୍କୁ କୃତଜ୍ଞତା ଜ୍ଞାପନ କରୁଛୁ।

ଏହି ମିଶ୍ରଣ ପର୍ବରେ ଗୋପ୍ କ୍ଲବର ପୂର୍ବତନ ଉପାଧ୍ୟକ୍ଷ ନିରଞ୍ଜନ ମହାପାତ୍ର, ପୂର୍ବତନ ସମିତି ସଭ୍ୟ ପ୍ରତାପ ସ୍ୱାଇଁ, ଚିତ୍ତରଂଜନ ପାତ୍ର, ସମିତିସଭ୍ୟ ପୂଜାରାଣୀ ମହାପାତ୍ର, ଲକିବାଳା ନାୟକ, ସରପଞ୍ଚ ଅଜୟ ପରିଡା, ପୂର୍ବତନ ସରପଞ୍ଚ ଗଦାଧର ସାମନ୍ତରାୟ, ନିମାପଡା ମଣ୍ଡଳ ସଭାପତି ମାନସ ପ୍ରଧାନ, ପୂର୍ବତନ ନିମାପଡା ମଣ୍ଡଳ ସଭାପତି ପୂର୍ଣ୍ଣଚନ୍ଦ୍ର ସାହୁ, ପୂର୍ବତନ ନିମାପଡା ଏନ୍‌ଏସି ଅଧ୍ୟକ୍ଷ ଅଜୟ କୁମାର ଭୋଇଙ୍କ ସହ ଶତାଧିକ ବିଜେପି କର୍ମୀ ବିଜେଡ଼ିରେ ସାମିଲ ହୋଇଥିଲେ। ଶେଷରେ ବିଜେଡ଼ି ମୁଖପାତ୍ର ଡଃ ପ୍ରିୟବ୍ରତ ମାଝୀ ଧନ୍ୟବାଦ ଅର୍ପଣ କରିଥିଲେ।

odishaelection2024 ନିମାପଡା
Share. Facebook Twitter LinkedIn Email WhatsApp Copy Link

Related Posts

ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମିଟ୍ ୨୦୨୬ର ଲିଡର୍ସ ପ୍ଲାନେରି ଅଧିବେଶନ ସମୟରେ ପ୍ରଧାନମନ୍ତ୍ରୀ

February 20, 2026

କଟକ ଭୁବନେଶ୍ବରର ବିଭିନ୍ନ ଅଞ୍ଚଳରେ ବିଦ୍ୟୁତ ସେବା ବନ୍ଦ ରହିବ, ଜାଣନ୍ତୁ ଆପଣଙ୍କ ଅଞ୍ଚଳରେ କେତେବେଳେ

February 20, 2026

ଆଜି ଫେବୃୟାରୀ ୨୦ ତାରିଖ ଶୁକ୍ରବାର ଦିନ ଏହି ଆଠଟି ରାଶି ପାଇଁ ଦିନଟି ରହିଛି ଖୁସିମୟ

February 20, 2026

ରାଜ୍ୟ ଅନୁସୂଚିତ ଜାତି କଂଗ୍ରେସ ଓ ଆଦିବାସୀ କଂଗ୍ରେସ ତରଫରୁ ଧାରଣା, ଜାଣନ୍ତୁ କାରଣ

February 19, 2026
Latest News

ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମିଟ୍ ୨୦୨୬ର ଲିଡର୍ସ ପ୍ଲାନେରି ଅଧିବେଶନ ସମୟରେ ପ୍ରଧାନମନ୍ତ୍ରୀ

February 20, 2026

କଟକ ଭୁବନେଶ୍ବରର ବିଭିନ୍ନ ଅଞ୍ଚଳରେ ବିଦ୍ୟୁତ ସେବା ବନ୍ଦ ରହିବ, ଜାଣନ୍ତୁ ଆପଣଙ୍କ ଅଞ୍ଚଳରେ କେତେବେଳେ

February 20, 2026

ଆଜି ଫେବୃୟାରୀ ୨୦ ତାରିଖ ଶୁକ୍ରବାର ଦିନ ଏହି ଆଠଟି ରାଶି ପାଇଁ ଦିନଟି ରହିଛି ଖୁସିମୟ

February 20, 2026

ରାଜ୍ୟ ଅନୁସୂଚିତ ଜାତି କଂଗ୍ରେସ ଓ ଆଦିବାସୀ କଂଗ୍ରେସ ତରଫରୁ ଧାରଣା, ଜାଣନ୍ତୁ କାରଣ

February 19, 2026

ରାଞ୍ଚି ଆକାଶବାଣୀ କେନ୍ଦ୍ରରେ ଏଫଏମ୍ ପ୍ରସାରଣର ସମ୍ପୂର୍ଣ୍ଣ ଉପଯୋଗ ପାଇଁ ଏଡିଜିଙ୍କ ପରାମର୍ଶ

February 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.