Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଜେପିରେ ସାମିଲ ହେଲେ ଜଗତସିଂହପୁର ବିଜେଡି ନେତା ଅମରେନ୍ଦ୍ର ଦାସ
ଆଜିର ଖବର

ବିଜେପିରେ ସାମିଲ ହେଲେ ଜଗତସିଂହପୁର ବିଜେଡି ନେତା ଅମରେନ୍ଦ୍ର ଦାସ

April 5, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ବିଜେପିରେ ସାମିଲ ହେଲେ ଜଗତସିଂହପୁର ବିଜେଡି ନେତା ଅମରେନ୍ଦ୍ର ଦାସ

ଭୁବନେଶ୍ୱର: ଆଜି ବିଜେପି କାର୍ଯ୍ୟାଳୟଠାରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ଜଗତସିଂହପୁରର ପୂର୍ବତନ ଜିଲ୍ଲା ବିଜେଡି ସଭାପତି ତଥା ରାଜ୍ୟ କାଜୁ ନିଗମର ପୂର୍ବତନ ଚେୟାରମ୍ୟାନ ଶ୍ରୀ ଅମରେନ୍ଦ୍ର ଦାସ ନିଜ ହଜାର ହଜାର ସମର୍ଥକଙ୍କ ସହ ବିଜେଡି ଛାଡି ଆନୁଷ୍ଠାନିକଭାବେ ବିଜେପିରେ ସାମିଲ ହୋଇଛନ୍ତି।

ଶ୍ରୀ ଦାସଙ୍କ ସମେତ ପୂର୍ବତନ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଦେବୀଦତ ମହାନ୍ତି, ପୂର୍ବତନ ବ୍ଲକ ଅଧ୍ୟକ୍ଷ ପ୍ରସନ୍ନ କୁମାର ସ୍ୱାଇଁ, ପୂର୍ବତନ ବ୍ଲକ ଉପାଧ୍ୟକ୍ଷ ଲକ୍ଷ୍ମୀକାନ୍ତ ସ୍ୱାଇଁ, ଅଳାସୁସଦା ସରପଂଚ ଭ୍ରମବର ସ୍ୱାଇଁ, କାଉନସିଲର ଦେବାଶିଷ ସ୍ୱାଇଁ, ଗୋଲାବ ଅଲ୍ଲି ଖାଁନ୍‌, ପିତେଇପୁରର ପୂର୍ବତନ ସରପଂଚ ନରେନ୍ଦ୍ର ବେହେରା ବିଜେପିରେ ସାମିଲ ହୋଇଛନ୍ତି।

ଏହି ମିଶ୍ରଣ ପର୍ବରେ ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ ଓ ପୂର୍ବତନ ରାଜ୍ୟ ସଭାପତି ଶ୍ରୀ ସମୀର ମହାନ୍ତି, ରାଜ୍ୟ ନିର୍ବାଚନ ପ୍ରଭାରୀ ବିଜୟପାଲ ସିଂ ତୋମାର, ସହପ୍ରଭାରୀ ଲତା ଉସେଣ୍ଡି, ଜଗତସିଂହପୁର ସାଂସଦ ପ୍ରାର୍ଥୀ ଡ.ବିଭୁ ତରାଇ, ସାଂସଦ ଅପରାଜିତା ଷଡଙ୍ଗୀ, ରାଜ୍ୟ ସମ୍ପାଦକ ସରୋଜ କର, ରାଜ୍ୟ ମୁଖପାତ୍ର ମନୋଜ ମହାପାତ୍ର, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ରଶ୍ମିରଞ୍ଜନ କାନୁନଗୋ, ଓମ୍ ପ୍ରକାଶ ରାୟ ପ୍ରମୁଖ ନୂତନ ସଦସ୍ୟଙ୍କୁ ଦଳୀୟ ଉତରୀୟ ପିନ୍ଧାଇ ସ୍ୱାଗତ ଜଣାଇଛନ୍ତି।

odishaelection2024 ବିଜେପି ମିଶ୍ରଣ ପର୍ବ
Share. Facebook Twitter LinkedIn Email WhatsApp Copy Link

Related Posts

ପୁର୍ବ ଶତ୍ରୁତାକୁ ନେଇ ଯୁବକଙ୍କୁ ନିର୍ମମ ହତ୍ୟା

April 15, 2026

ରାଘବ ଚଢାଙ୍କୁ ମିଳିବ Z ସିକ୍ୟୁରିଟି!: ସୁରକ୍ଷା ପ୍ରତ୍ୟାହାର କରିଥିଲେ ପଞ୍ଜାବର AAP ସରକାର

April 15, 2026

ଆଜି  ପ୍ରକାଶ ପାଇବ CBSE ର ଦଶମ ପରୀକ୍ଷା ଫଳ!: ଯାଞ୍ଚ କରନ୍ତୁ ଫଳାଫଳ

April 15, 2026

ବିହାରର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେଲେ ସମ୍ରାଟ ଚୌଧୁରୀ: ଜେଡିୟୁରୁ ଦୁଇ ଉପମୁଖ୍ୟମନ୍ତ୍ରୀ

April 15, 2026
Latest News

ପୁର୍ବ ଶତ୍ରୁତାକୁ ନେଇ ଯୁବକଙ୍କୁ ନିର୍ମମ ହତ୍ୟା

April 15, 2026

ରାଘବ ଚଢାଙ୍କୁ ମିଳିବ Z ସିକ୍ୟୁରିଟି!: ସୁରକ୍ଷା ପ୍ରତ୍ୟାହାର କରିଥିଲେ ପଞ୍ଜାବର AAP ସରକାର

April 15, 2026

ଆଜି  ପ୍ରକାଶ ପାଇବ CBSE ର ଦଶମ ପରୀକ୍ଷା ଫଳ!: ଯାଞ୍ଚ କରନ୍ତୁ ଫଳାଫଳ

April 15, 2026

ବିହାରର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେଲେ ସମ୍ରାଟ ଚୌଧୁରୀ: ଜେଡିୟୁରୁ ଦୁଇ ଉପମୁଖ୍ୟମନ୍ତ୍ରୀ

April 15, 2026

ରାସଗୋବିନ୍ଦପୁରରେ ଛାତ୍ରୀ ମୃତ୍ୟୁ ମାମଲା: କେନ୍ଦ୍ରାଞ୍ଚଳ RDC ତଦନ୍ତ ନିର୍ଦ୍ଦେଶ

April 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.