Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଖୋର୍ଦ୍ଧା: ରାସ୍ତା କଡକୁ ଖସିଲା ମୋ ବସ, ୧୨ ଯାତ୍ରୀ ଗୁରୁତର
ଆଜିର ଖବର

ଖୋର୍ଦ୍ଧା: ରାସ୍ତା କଡକୁ ଖସିଲା ମୋ ବସ, ୧୨ ଯାତ୍ରୀ ଗୁରୁତର

April 6, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଖୋର୍ଦ୍ଧା: ଖୋର୍ଦ୍ଧା ନିକଟସ୍ଥ ୧୬ ନମ୍ବର ଜାତୀୟ ରାଜପଥର ପିତାପଲ୍ଲୀ ପାଖରେ ମୋ ବସ ଦୁର୍ଘଟଣାଗ୍ରସ୍ତ ହୋଇଛି। ମୋ ବସ ଟି ରାସ୍ତାକଡ଼ ନାଳକୁ ଖସିପଡ଼ିଛି। ଯାହାଫଳରେ ୨୦ ଜଣ ଯାତ୍ରୀ ଆହତ ହେବା ସହ ୧୨ ଯାତ୍ରୀ ଗୁରୁତର ଥିବା ଜଣାପଡିଛି।

ସୂଚନା ଅନୁଯାୟୀ ମୋ ବସଟି ୩୦ରୁ ଉର୍ଦ୍ଧ୍ବ ଯାତ୍ରୀଙ୍କୁ ନେଇ ଭୁବନେଶ୍ୱରରୁ ଖୋର୍ଦ୍ଧା ଯାଉଥିଲା। ଖୋର୍ଦ୍ଧା ପିତାପଲ୍ଲି ବ୍ରିଜ ତଳ ସର୍ଭିସ୍ ରାସ୍ତାରେ ମୋ ବସ ଦୃତ ଗତିରେ ଆସୁଥିବା ବେଳେ ବିପରୀତ ଦିଗରୁ ଏକ ଅଟୋ ଆସୁଥିଲା। ତେବେ ବସର ବେଗ ଅଧିକ ଥିବାରୁ ଭାରସାମ୍ୟ ହରାଇ ରାସ୍ତା କଡକୁ ଖସି ପଡ଼ିଥିବା କୁହାଯାଉଛି।

ଦୁର୍ଘଟଣାର ଶିକାର ହୋଇଥିବା ଆହତମାନଙ୍କୁ ଖୋର୍ଦ୍ଧା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଆହତ ମାନଙ୍କ ମଧ୍ୟରୁ ୬ ଗୁରୁତର ଯାତ୍ରୀଙ୍କୁ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଥିବା ଜଣାପଡ଼ିଛି।

ଖବର ପାଇ ଶିଳ୍ପାଞ୍ଚଳ ଥାନା ପୋଲିସ ଦୁର୍ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିବା ବେଳେ ଖୋର୍ଦ୍ଧା ଚିକିତ୍ସାଳୟରେ ଆଦର୍ଶ ଥାନା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ସେପଟେ ଦୁର୍ଘଟଣା ଘଟାଇ ମୋ ବସ ଡ୍ରାଇଭର ଘଟଣା ସ୍ଥଳରୁ ଫେରାର ହୋଇଯାଇଥିବା ଜଣାପଡ଼ିଛି।

ଖୋର୍ଦ୍ଧା ମୋ ବସ
Share. Facebook Twitter LinkedIn Email WhatsApp Copy Link

Related Posts

୨୦୨୬-୨୭ ଋତୁ ପାଇଁ ଝୋଟର ସର୍ବନିମ୍ନ ସହାୟକ ମୂଲ୍ୟକୁ କ୍ୟାବିନେଟ ମଞ୍ଜୁରି

February 24, 2026

ଶ୍ରୀନଗର ଅନ୍ତର୍ଜାତୀୟ ବିମାନବନ୍ଦରରେ ସିଭିଲ୍ ଏନକ୍ଲେଭ୍ ସମ୍ପ୍ରସାରଣକୁ କ୍ୟାବିନେଟ୍ ମଞ୍ଜୁରି

February 24, 2026

ଶହୀଦ ବାଜି ରାଉତଙ୍କ ସମ୍ପର୍କରେ କେନ୍ଦ୍ର ସଂସ୍କୃତି ମନ୍ତ୍ରୀଙ୍କୁ ଧର୍ମେନ୍ଦ୍ର ପ୍ରଧାନଙ୍କ ଚିଠି

February 24, 2026

ଭାରତୀୟ ରେଳବାଇର ତିନୋଟି ଟ୍ରାକ୍‌ ଦୋହରୀକରଣ ପ୍ରକଳ୍ପକୁ କ୍ୟାବିନେଟ୍‌ ମଞ୍ଜୁରି

February 24, 2026
Latest News

୨୦୨୬-୨୭ ଋତୁ ପାଇଁ ଝୋଟର ସର୍ବନିମ୍ନ ସହାୟକ ମୂଲ୍ୟକୁ କ୍ୟାବିନେଟ ମଞ୍ଜୁରି

February 24, 2026

ଶ୍ରୀନଗର ଅନ୍ତର୍ଜାତୀୟ ବିମାନବନ୍ଦରରେ ସିଭିଲ୍ ଏନକ୍ଲେଭ୍ ସମ୍ପ୍ରସାରଣକୁ କ୍ୟାବିନେଟ୍ ମଞ୍ଜୁରି

February 24, 2026

ଶହୀଦ ବାଜି ରାଉତଙ୍କ ସମ୍ପର୍କରେ କେନ୍ଦ୍ର ସଂସ୍କୃତି ମନ୍ତ୍ରୀଙ୍କୁ ଧର୍ମେନ୍ଦ୍ର ପ୍ରଧାନଙ୍କ ଚିଠି

February 24, 2026

ଭାରତୀୟ ରେଳବାଇର ତିନୋଟି ଟ୍ରାକ୍‌ ଦୋହରୀକରଣ ପ୍ରକଳ୍ପକୁ କ୍ୟାବିନେଟ୍‌ ମଞ୍ଜୁରି

February 24, 2026

ଦୁଇଟି ଗୁରୁତ୍ୱପୂର୍ଣ୍ଣ ଏକ୍ସପ୍ରେସ୍ ଟ୍ରେନକୁ ଆଧୁନିକ ଏଲଏଚବି କୋଚ୍ ସହିତ ଅପଗ୍ରେଡ୍ କରିବ ପୂର୍ବତଟ ରେଳପଥ 

February 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.