Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»୭୬  ତମ ରାଜଧାନୀ ପ୍ରତିଷ୍ଠା ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ
ଆଜିର ଖବର

୭୬  ତମ ରାଜଧାନୀ ପ୍ରତିଷ୍ଠା ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ

April 7, 2024No Comments3 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଚଳିତ ବର୍ଷ ଏପ୍ରିଲ ୧୩ ତାରିଖ ଦିନ  ଭୁବନେଶ୍ୱର ରାଜଧାନୀ ପ୍ରତିଷ୍ଠା ଦିବସ  ପାଳନ ନିମନ୍ତେ ଏକ ଉଚ୍ଚସ୍ତରୀୟ  ପ୍ରସ୍ତୁତି ବୈଠକ ରାଜ୍ୟ ଉନ୍ନୟନ କମିଶନର  ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଆଜି ଲୋକ ସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ  ଅନୁଷ୍ଠିତ ହୋଇଯାଇଛି। ବୈଠକର ପ୍ରାରମ୍ଭରେ ଭୁବନେଶ୍ୱର ମହାନଗର ନିଗମ କମିଶନର ରାଜେଶ ପ୍ରଭାକର ପାଟିଲ ରାଜଧାନୀ ପ୍ରତିଷ୍ଠା ଦିବସ ପାଳନର ଗୁରୁତ୍ୱ ସଂପର୍କରେ  ଆଲୋକପାତ କରିଥିଲେ। ୧୩ ଏପ୍ରିଲ ୧୯୪୮ ରେ  ପ୍ରତିଷ୍ଠା ହୋଇଥିବା ଭୁବନେଶ୍ୱର ରାଜଧାନୀ ଏ ବର୍ଷ ୭୬ତମ ବର୍ଷରେ ପଦାର୍ପଣ କରୁଛି। ଚଳିତ ବର୍ଷ ସାଧାରଣ ନିର୍ବାଚନ-୨୦୨୪ ଦୃଷ୍ଟିରୁ  ଆଦର୍ଶ ଆଚରଣ ବିଧି ବଳବତ୍ତର ରହୁଥିବାରୁ ଏହାକୁ ଅନୁପାଳନ ପୂର୍ବକ କାର୍ଯ୍ୟକ୍ରମକୁ ଯଥା ସମ୍ଭବ ସୀମିତ କରିବାକୁ ବୈଠକରେ ନିଷ୍ପତ୍ତି ଗ୍ରହଣ କରାଯାଇଛି। ତେବେ  ’ରାଜଧାନୀ ପ୍ରତିଷ୍ଠା ଦିବସକୁ ରାଜଧାନୀ  ଭୁବନେଶ୍ୱରର  ଜନ୍ମୋତ୍ସବ ଭାବେ ମର୍ଯ୍ୟାଦା ସହକାରେ ପାଳନ କରାଯିବାକୁ ବୈଠକରେ ଆଲୋଚନା କରାଯାଇଥିଲା। ନିର୍ବାଚନ ଆଦର୍ଶ ଆଚରଣ ବିଧି ଅନୁପାଳନ ପୂର୍ବକ ରାଜଧାନୀ ପ୍ରତିଷ୍ଠା ଦିବସ ଶାନ୍ତି, ଶୃଙ୍ଖଳାର ସହ ପାଳନ କରିବାକୁ ଉନ୍ନୟନ କମିଶନର ଶ୍ରୀମତୀ ଗର୍ଗ ସମସ୍ତଙ୍କର ସହଯୋଗ କାମନା କରିଥିଲେ।

ପୂର୍ବରୁ ସାଧାରଣତଃ ୩ ଦିନ ଧରି ଏହି ପ୍ରତିଷ୍ଠା ଉତ୍ସବ ପାଳନ କରାଯାଉଥିବା ବେଳେ ନିର୍ବାଚନ ଆଦର୍ଶ ଆଚରଣ ବିଧି ପାଳନ ଦୃଷ୍ଟିରୁ ଏ ବର୍ଷ ଗୋଟିଏ ଦିନ ପାଳନ କରାଯିବା ନେଇ ନିଷ୍ପତ୍ତି ଗ୍ରହଣ କରାଯାଇଛି । ରାଜଧାନୀ ପ୍ରତିଷ୍ଠା ଦିବସ ସକାଳେ ବିଧାନସଭା ସୌଧ ସମ୍ମୁଖସ୍ଥ  ରାଜଧାନୀ ପ୍ରତିଷ୍ଠା ଶିଳାନ୍ୟାସ ଫଳକରେ ପୁଷ୍ପମାଲ୍ୟ ଓ ପୁଷ୍ପଗୁଚ୍ଛ ଅର୍ପଣ କରାଯିବ । ଉତ୍ସବର ମୁଖ୍ୟ ଅତିଥି ରାଜଧାନୀ ପ୍ରତିଷ୍ଠା ଦିବସ ପତାକା  ଉତ୍ତୋଳନ କରିବେ । ସଂପ୍ରତି ପ୍ରଚଣ୍ତ ରୌଦ୍ରତାପ ଜାରି ରହିଥିବାରୁ ପ୍ରତିବର୍ଷ  ରାଜଧାନୀ ଫଳକ ସମ୍ମୁଖ ରାସ୍ତାରେ ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ହୋଇଆସୁଥିବା ବେସାମରିକ ପ୍ୟାରେଡ୍ ପ୍ରଦର୍ଶନ ଚଳିତ  ବର୍ଷ ଅନୁଷ୍ଠିତ ହେବ ନାହିଁ । ସେହିଭଳି ଛାତ୍ରଛାତ୍ରୀମାନଙ୍କୁ ସାମିଲ କରାଯାଇ ରାଜଧାନୀ ପ୍ରତିଷ୍ଠା ଦିବସ ଅପରାହ୍ଣରେ ହେଉଥିବା ସାଂସ୍କୃତିକ କାର୍ଯ୍ୟକ୍ରମ ପ୍ରତିଯୋଗିତା ମଧ୍ୟ କରାଯିବ ନାହିଁ ।

କିନ୍ତୁ ସେଦିନ ସଂଧ୍ୟାରେ  ଜୟଦେବ ଭବନରେ  ରାଜଧାନୀ ପ୍ରତିଷ୍ଠା ଦିବସ ସମାରୋହ ଅନୁଷ୍ଠିତ ହେବ ଏବଂ ରାଜ୍ୟ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ତରଫରୁ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ।

ଏହି  ଦିବସ ଉପଲକ୍ଷେ ରାଜଧାନୀର ସମସ୍ତ ସରକାରୀ କାର୍ଯ୍ୟାଳୟ ଏବଂ ବିଧାନସଭା ସୌଧ ସ୍ଥିତ ଶିଳାନ୍ୟାସ ଫଳକ ସ୍ଥଳକୁ ଆଲୋକମାଳାରେ ସଜ୍ଜିତ କରାଯିବ। ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ରାଜଧାନୀ  ପ୍ରତିଷ୍ଠା ଦିବସ ଉପଲକ୍ଷେ ତୋରଣ କରାଯିବ।

ରାଜଧାନୀ ଶିଳାନ୍ୟାସ ପ୍ରତିଷ୍ଠା ଫଳକ ସ୍ଥଳ ସମେତ ସହରରେ  ଥିବା ବିଭିନ୍ନ ମହାପୁରୁଷଙ୍କ ପ୍ରତିମୂର୍ତ୍ତି ସ୍ଥଳ ପରିସ୍କାର ପରିଚ୍ଛନ୍ନ କରାଯାଇ  ମାଲ୍ୟାର୍ପଣ କରାଯିବ। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ତରଫରୁ ବିଏମସି ଓ  ବିଡିଏର ମିଳିତ ସହଯୋଗରେ ରାଜଧାନୀ ପ୍ରତିଷ୍ଠା ପ୍ରାରମ୍ଭରୁ ଅଦ୍ୟାବଧି ରହିଥିବା ଐତିହ୍ୟ ଏବଂ ପୁରାତନ ସ୍ମୃତି ବହନ କରୁଥିବା ଫଟୋଚିତ୍ରକୁ ସ୍ଥାନିତ କରି ଏକ ଫଟୋ ପ୍ରଦର୍ଶନୀ ଜୟଦେବ ଭବନ ଠାରେ  ଅନୁଷ୍ଠିତ ହେବ।

ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ସୂଚନା ଓ ଲୋକସଂପର୍କ ବିଭାଗ ପ୍ରମୁଖ ଶାସନ ସଚିବ ସଂଜୟ କୁମାର ସିଂ, ଓଡ଼ିଆ  ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ କମିଶନର ତଥା ଶାସନ ସଚିବ ସୁଜାତା ଆର. କାର୍ତ୍ତିକେୟନ, ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବି.ଡି.ଏ) ଉପାଧ୍ୟକ୍ଷ ବଳୱନ୍ତ ସିଂ, ଖୋର୍ଦ୍ଧା ଜିଲ୍ଲାପାଳ ଚଞ୍ଚଳ ରାଣା, ପୂର୍ତ୍ତ  ବିଭାଗ ସ୍ୱତନ୍ତ୍ର ଶାସନ ସଚିବ ତଥା ସର୍ବୋଚ୍ଚ ଯନ୍ତ୍ରୀ ପୂର୍ଣ୍ଣଚନ୍ଦ୍ର ମହାପାତ୍ର, ପୋଲିସ୍ ଡିସିପି (ହେଡକ୍ୱାଟର୍ସ) କିଶୋର ଚନ୍ଦ୍ର ପାଟ୍ଟଶାଣୀ, ସୂଚନା ଓ  ଲୋକସଂପର୍କ ବିଭାଗ ନିର୍ଦ୍ଦେଶକ(ବୈଷୟିକ) ସୁରେନ୍ଦ୍ର ନାଥ ପରିଡ଼ା, ଅତିରିକ୍ତ ନିର୍ଦ୍ଦେଶକ ସନ୍ତୋଷ କୁମାର ଦାସ, ସଂସ୍କୃତି ବିଭାଗ ଉପନିର୍ଦ୍ଦେଶକ ଦେବାନନ୍ଦ ବରିହା, ରାଜଧାନୀ ପ୍ରତିଷ୍ଠା ଦିବସ ପାଳନ କମିଟିର ସଭାପତି ତଥା ବରିଷ୍ଠ ସାମ୍ବାଦିକ ପ୍ରଦୋଷ ପଟ୍ଟନାୟକ, ସାଧାରଣ ସଂପାଦକ ସନତ ମିଶ୍ର ଏବଂ ଉପସଭାପତି ପ୍ରଦ୍ୟୁମ୍ନ କୁମାର ମହାନ୍ତି ପ୍ରମୁଖ ଯୋଗଦେଇ ଆଲୋଚନାରେ ଅଂଶଗ୍ରହଣ  କରିଥିଲେ।

ପ୍ରସ୍ତୁତି ବୈଠକ ରାଜଧାନୀ ପ୍ରତିଷ୍ଠା ଦିବସ
Share. Facebook Twitter LinkedIn Email WhatsApp Copy Link

Related Posts

ଟାଇଟଲ୍ ଦୌଡ଼ରେ ଏବେ ଚାରୋଟି ଦଳ: ଦେଖନ୍ତୁ ଫିଫା ବିଶ୍ୱକପ୍ ର ସେମିଫାଇନାଲ କାର୍ଯ୍ୟସୂଚୀ

July 12, 2026

ମାଗଣା ଶିକ୍ଷାଦାନ ବ୍ୟବସ୍ଥାର ସଫଳ ରୂପାୟନ ପାଇଁ ସବୁ ବିଦ୍ୟାଳୟକୁ ସରକାରୀକରଣ କରାଯାଉ: ଓଷ୍ଟା

July 12, 2026

ହର୍ମୁଜରେ ବାଣିଜ୍ୟିକ ଜାହାଜ ଉପରେ ଆକ୍ରମଣ କଲା ଇରାନ: ଭାରତର କଡ଼ା ପ୍ରତିକ୍ରିୟା

July 12, 2026

ଭାରତ-ଇଣ୍ଡୋନେସିଆ ସମ୍ପର୍କ: ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ପ୍ରଶଂସା କଲେ ପାକିସ୍ତାନର ପୂର୍ବତନ ରାଷ୍ଟ୍ରଦୂତ

July 12, 2026
Latest News

ରୁଷଠାରୁ ୪୯,୦୦୦ କୋଟିର ତେଲ କିଣିଲା ଭାରତ: ଚୀନ୍ ପରେ ହେଲା ଦ୍ୱିତୀୟ ସର୍ବାଧିକ କ୍ରେତା

July 12, 2026

ଟାଇଟଲ୍ ଦୌଡ଼ରେ ଏବେ ଚାରୋଟି ଦଳ: ଦେଖନ୍ତୁ ଫିଫା ବିଶ୍ୱକପ୍ ର ସେମିଫାଇନାଲ କାର୍ଯ୍ୟସୂଚୀ

July 12, 2026

ICC ଟି-୨୦ ରାଙ୍କିଙ୍ଗରେ କ’ଣ ପରିବର୍ତ୍ତନ ଆସିଛି?: ଦେଖନ୍ତୁ ଶ୍ରେଷ୍ଠ ୧୦ ଦଳ

July 12, 2026

ମାଗଣା ଶିକ୍ଷାଦାନ ବ୍ୟବସ୍ଥାର ସଫଳ ରୂପାୟନ ପାଇଁ ସବୁ ବିଦ୍ୟାଳୟକୁ ସରକାରୀକରଣ କରାଯାଉ: ଓଷ୍ଟା

July 12, 2026

ହର୍ମୁଜରେ ବାଣିଜ୍ୟିକ ଜାହାଜ ଉପରେ ଆକ୍ରମଣ କଲା ଇରାନ: ଭାରତର କଡ଼ା ପ୍ରତିକ୍ରିୟା

July 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.