Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»୩୦ ଦିନରେ ସଫଳତାର ସହ ପ୍ରେକ୍ଷାଳୟରେ “ତ୍ରିକନ୍ୟା”
ଆଜିର ଖବର

୩୦ ଦିନରେ ସଫଳତାର ସହ ପ୍ରେକ୍ଷାଳୟରେ “ତ୍ରିକନ୍ୟା”

April 8, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ଅମୀୟ ପଟ୍ଟନାୟକ ପ୍ରଡକସନ୍ସ ଓ ଟେକ୍ନୋ ଆର୍ଟ୍ସ ବ୍ୟାନରରେ ନିର୍ଦ୍ଦେଶକ ଅନୁପମ ପଟ୍ଟନାୟକ ନିର୍ମାଣ କରିଥିବା ନୂଆ ଓଡ଼ିଆ ଚଳଚ୍ଚିତ୍ର “ତ୍ରିକନ୍ୟା” ବିଶ୍ୱ ମହିଳା ଦିବସ ରେ ମୁକ୍ତିଲାଭ କରିଥିବା ବେଳେ ସଫଳତାର ସହ ୩୦ ଦିନରେ ପହଁଚିସାରିଛି। ଆଜି ପ୍ରେକ୍ଷାଳୟରେ ତ୍ରିକନ୍ୟାର ସମସ୍ତ କଳାକାର ଉପସ୍ଥିତ ରହି ୩୦ ଦିନ ର ପୂର୍ତ୍ତି ଉପଲକ୍ଷେ ସେଲିବ୍ରେସନ କରିଥିଲେ।

ନିର୍ଦ୍ଦେଶକ ଅନୁପମ ପଟ୍ଟନାୟକ ଗୋଟିଏ ପରେ ଗୋଟିଏ ଭିନ୍ନ ଭିନ୍ନ କାହାଣୀକୁ ନେଇ ଓଡ଼ିଆ ଦର୍ଶକଙ୍କ ରୁଚିକୁ ଆଖିରେ ରଖି ସିନେମା ନିର୍ମାଣ କରିଚାଲିଛନ୍ତି। ତ୍ରିକନ୍ୟା ର କାହାଣୀ ଚିରାଚରିତ ଓଡ଼ିଆ କାହାଣୀଧାରା ଠାରୁ ସମ୍ପୂର୍ଣ୍ଣ ନିଆରା। ଭିନ୍ନ ଭିନ୍ନ ପରିସ୍ଥିତି ଆଉ ପରିବେଶ ରୁ ଆସିଥିବା ତିନି ଜଣ ମହିଳା କିପରି ବିଭିନ୍ନ ପ୍ରକାରର କଠିନ ସମସ୍ୟାର ସମାଧାନ କରୁଛନ୍ତି ତାହାକୁ ନେଇ ତ୍ରିକନ୍ୟା ଚଳଚ୍ଚିତ୍ର ର କାହାଣୀ ଗତିଶୀଳ ହୋଇଛି। ଅଭିନୟରେ ବର୍ଷା ପଟ୍ଟନାୟକ, ମନୋଜ ମିଶ୍ର, ସୁକାନ୍ତ ରଥ, ପାର୍ଥ ସାରଥୀ, ଅମନ, ଶ୍ରଦ୍ଧା ପାଣିଗ୍ରାହୀ, ନିଶାନ୍ତ ମାଜିଥିଆ, ନିଭି ଓ ସିଜନ ମହାପାତ୍ର, ଶକ୍ତି ବରାଳ ଓ ତୃପ୍ତି ସିହ୍ନା ପ୍ରମୁଖ ଅଛନ୍ତି।

କାହାଣୀ ଓ ଲେଖକ ମାନସ ପଢ଼ିଆରୀ, ଗୀତ ରଚନା କରିଛନ୍ତି କପିଳେଶ୍ଵର ରାଉତ, ସ୍ଥିତ ପଟ୍ଟନାୟକ ଓ ସୁମିତ ପଣ୍ଡା। ଶ୍ରୀକାନ୍ତ ପଣ୍ଡା ଙ୍କ ସହିତ ମିଳିତ ଭାବେ ଅନୁରାଗ ପଟ୍ଟନାୟକ ସଙ୍ଗୀତ ନିର୍ଦ୍ଦେଶନା ଦେଇଛନ୍ତି। ଚିତ୍ରତ୍ତୋଳନ କରିଛନ୍ତି ଦୀପକ କୁମାର, ରଶ୍ମି ରଞ୍ଜନ ଦାସ ସମ୍ପାଦନା ଏବଂ ଶକ୍ତି ସ୍ୱରୂପ ଦ୍ବିବେଦୀ ସାଉଣ୍ଡ ଡିଜାଇନିଂ କରିଛନ୍ତି। ତ୍ରିକନ୍ୟା ରେ ତିନିଟି ଗୀତ ଅଛି l କଣ୍ଠଦାନ କରିଛନ୍ତି କୁଲଦୀପ ପଟ୍ଟନାୟକ, ଡ଼ି. ଅଭିଷେକ, ସଞ୍ଚିତା, ଅବିନାଶ ଦାଶ ଓ ଅନ୍ତରା ଚକ୍ରବର୍ତ୍ତୀ।

ଅମୀୟ ପଟ୍ଟନାୟକ ପ୍ରଡକସନ୍ସ ଠାରୁ ଆରମ୍ଭ କରି ଅନୁପମ ପଟ୍ଟନାୟକଙ୍କ ଟେକ୍ନୋ ଆର୍ଟ୍ସ ପର୍ଯ୍ୟନ୍ତ, ରାଜାରାଣୀ ଠାରୁ ଆରମ୍ଭ କରି ତ୍ରିକନ୍ୟା ପର୍ଯ୍ୟନ୍ତ ଜଣେ ନିଷ୍ଠାପର କାର୍ଯ୍ୟନିର୍ବାହୀ ଅଧିକାରୀ ଭାବେ ଗୋପାଳ ଚନ୍ଦ୍ର ଘଡ଼ାଇ ଦାୟିତ୍ୱ ନିର୍ବାହ କରିଆସୁଛନ୍ତି।

ଶ୍ରେଷ୍ଠ ଚଳଚ୍ଚିତ୍ର ପାଇଁ ଜାତୀୟ ପୁରସ୍କାର ପାଇଥିବା ଅନୁପମ ଙ୍କ ପୂର୍ବ ଚଳଚ୍ଚିତ୍ର ପ୍ରତୀକ୍ଷା ଜରିଆରେ ସାମାଜିକ ପ୍ରସଙ୍ଗ ସମ୍ବନ୍ଧୀୟ ସିନେମା ପ୍ରତି ସେ ନିଜର ପ୍ରତିବଦ୍ଧତାକୁ ପ୍ରମାଣିତ କରିଛନ୍ତି l ବିଷୟବସ୍ତୁ ଗୁଣବତ୍ତା ଓ ଅନ୍ତର୍ଭୁକ୍ତି କୁ ଗୁରୁତ୍ୱ ଦେଇ ଅନୁପମ ଥିଏଟର ପ୍ରତି ଦର୍ଶକ ଙ୍କ ଆଗ୍ରହ ବଢେଇବା ପାଇଁ ସବୁବେଳେ ଚେଷ୍ଟା କରିଥାନ୍ତି। ତେବେ ବିଶ୍ୱ ମହିଳା ଦିବସରେ ମୁକ୍ତିଲାଭ କରିଥିବା ତ୍ରିକନ୍ୟା ୩୦ ଦିନ ହେଲା ବେଶ ଦର୍ଶାକାଦୃତ ହେଉଛି ଏବଂ ତ୍ରିକନ୍ୟା ୫୦ ଦିନ ସଫଳତାର ସହ ପ୍ରେକ୍ଷାଳୟରେ ଚାଲିବ ବୋଲି ପ୍ରଚାର ଓ ପ୍ରସାର ଦାୟିତ୍ୱରେ ଥିବା ମିଡ଼ିଆ ପ୍ଲାନର କ୍ରିଏଟିଭ ହେଡ଼ ପ୍ରଣୟ ଜେଠୀ ପ୍ରକାଶ କରିଛନ୍ତି।

ତ୍ରିକନ୍ୟା
Share. Facebook Twitter LinkedIn Email WhatsApp Copy Link

Related Posts

ପାଞ୍ଚ ସନ୍ଦିଗ୍ଧ ଆତଙ୍କବାଦୀଙ୍କୁ ଗିରଫ କଲା ଗୁଜୁରାଟ ATS: ଚାଞ୍ଚଲ୍ୟକର ଖୁଲାସା

July 17, 2026

ଗୁଣ୍ଡିଚା ମନ୍ଦିର ଆଗରେ ତିନି ରଥ, ଶନିବାର ଦିନି ତିନିଠାକୁରଙ୍କ ଆଡପ ମଣ୍ଡପ ବିଜେ

July 17, 2026

ଟିମ୍ ଇଣ୍ଡିଆକୁ ବଡ଼ ଝଟକା: ଭାରତ ବନାମ ଇଂଲଣ୍ଡ ତୃତୀୟ ODIରୁ ବାଦ ପଡ଼ିବେ ଏହି ଖେଳାଳି 

July 17, 2026

Reliance Digital: ରିଲାଏନ୍ସ ଡିଜିଟାଲର ରଥଯାତ୍ରା ଉପଲକ୍ଷେ ଅଫର, ₹୭,୫୦୦ ପର୍ଯ୍ୟନ୍ତ ଉପହାର

July 17, 2026
Latest News

ପାଞ୍ଚ ସନ୍ଦିଗ୍ଧ ଆତଙ୍କବାଦୀଙ୍କୁ ଗିରଫ କଲା ଗୁଜୁରାଟ ATS: ଚାଞ୍ଚଲ୍ୟକର ଖୁଲାସା

July 17, 2026

ଗୁଣ୍ଡିଚା ମନ୍ଦିର ଆଗରେ ତିନି ରଥ, ଶନିବାର ଦିନି ତିନିଠାକୁରଙ୍କ ଆଡପ ମଣ୍ଡପ ବିଜେ

July 17, 2026

ଟିମ୍ ଇଣ୍ଡିଆକୁ ବଡ଼ ଝଟକା: ଭାରତ ବନାମ ଇଂଲଣ୍ଡ ତୃତୀୟ ODIରୁ ବାଦ ପଡ଼ିବେ ଏହି ଖେଳାଳି 

July 17, 2026

ରାଜ୍ୟସଭାରେ ପ୍ରଥମେ ବନ୍ଦେ ମାତରମ୍ ବିଲ୍ ଆଗତ କରିବେ ଗୃହମନ୍ତ୍ରୀ: ଅପମାନ କଲେ ମିଳିବ କଠୋର ଦଣ୍ଡ 

July 17, 2026

ଭାରତରେ ପ୍ଲାଷ୍ଟିକ୍ ନୋଟ୍ ପ୍ରଚଳନ ପାଇଁ ପ୍ରସ୍ତୁତି ଶେଷ: RBI ନେଲା ବଡ଼ ପଦକ୍ଷେପ

July 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.