Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସନ୍ଥକବିଙ୍କ ବାଣୀ ଓଡ଼ିଆ ଭାଷା ସାହିତ୍ୟକୁ ରୁଦ୍ଧିମନ୍ତ କରିବା ସହ ସବୁବେଳେ ପ୍ରେରଣାର ଉତ୍ସ: ଧର୍ମେନ୍ଦ୍ର ପ୍ରଧାନ
ଆଜିର ଖବର

ସନ୍ଥକବିଙ୍କ ବାଣୀ ଓଡ଼ିଆ ଭାଷା ସାହିତ୍ୟକୁ ରୁଦ୍ଧିମନ୍ତ କରିବା ସହ ସବୁବେଳେ ପ୍ରେରଣାର ଉତ୍ସ: ଧର୍ମେନ୍ଦ୍ର ପ୍ରଧାନ

April 8, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

କନ୍ଦର୍ପ ବେହେରା
ରେଢାଖୋଲ: ସନ୍ଥକବି ଭୀମ ଭୋଇଙ୍କ ବାଣୀ ଯେ କେବଳ ଓଡ଼ିଆ ଭାଷା ସାହିତ୍ୟକୁ ରୁଦ୍ଧିମନ୍ତ କରିଛି ତା ନୁହଁ, ବରଂ ଏହା ଆମ ସମସ୍ତଙ୍କ ପାଇଁ ଚିରକାଳ ପ୍ରେରଣାର ଉତ୍ସ ହୋଇ ରହିଛି। ସମ୍ବଲପୁର ରେଢାଖୋଲସ୍ଥିତ ସନ୍ଥକବି ଭୀମ ଭୋଇଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବା ଅବସରରେ ଏହା କହିଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।

ଶ୍ରୀ ପ୍ରଧାନ କହିଛନ୍ତି, “ପ୍ରାଣୀଙ୍କ ଆରତ ଦୁଃଖ ଅପ୍ରମିତ, ଦେଖୁ ଦେଖୁ କେବା ସହୁ; ମୋ ଜୀବନ ପଛେ ନର୍କେ ପଡ଼ିଥାଉ, ଜଗତ ଉଦ୍ଧାର ହେଉ” ସନ୍ଥକବି ଭୀମଭୋଇଙ୍କ ଏହି ଉକ୍ତି ସାରା ବିଶ୍ୱକୁ ଦିଗଦର୍ଶନ ଦେଉଛି। ଭୀମଭୋଇଙ୍କ ରଚନା ଓଡ଼ିଶାର ଆଧ୍ୟାତ୍ମିକ, ସାଂସ୍କୃତିକ, ସାହିତ୍ୟିକ ଓ ସାମାଜିକ ଜୀବନଧାରାକୁ ଗଭୀର ଭାବେ ପ୍ରଭାବିତ କରିଛି। ସାମାଜିକ ଜୀବନରେ ନବଚେତନା ଆଣିଛି। ସମାଜରୁ ଜାତିପ୍ରଥା, ଛୁଆଁଅଛୁଆଁ ଭେଦ ଭାବ ଦୂର କରିବା, ସାମାଜିକ ସମତା ସ୍ଥାପନ ନିମନ୍ତେ ସେ ଲେଖନୀ ଚାଳନା କରିଥିଲେ। ସନ୍ଥକବିଙ୍କ ବିଚାରରେ ଅନୁପ୍ରାଣିତ ହୋଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି “ସବ୍‌କା ସାଥ୍‌, ସବ୍‌କା ବିକାଶ”କୁ ଶାସନ ପ୍ରଣାଳୀରେ ଉପଯୋଗ କରିଛନ୍ତି।

ଏହା ବାଦ୍ ଶ୍ରୀ ପ୍ରଧାନ ରେଢାଖୋଲର ଇଷ୍ଟ ଦେବତା ପଞ୍ଚଖଣ୍ଡାଙ୍କ ଦର୍ଶନ କରିବା ସହ ଶ୍ରୀରାମ ମନ୍ଦିରରେ ପ୍ରଭୁଙ୍କ ପୂଜାର୍ଚ୍ଚନା କରିଛନ୍ତି। ଉଭୟ ମନ୍ଦିରରେ କିଛି ସମୟ ବିତାଇ ପୂଜକ ଓ ଅନ୍ୟ କର୍ମକର୍ତ୍ତାଙ୍କ ସହ ଆଲୋଚନା କରିଛନ୍ତି।

ଏଠାରେ ସୂଚନା ଥାଉକି, ଦେବଗଡ଼ ଓ ରେଢାଖୋଲର ବିଭିନ୍ନ ସ୍ଥାନରେ କେନ୍ଦ୍ରମନ୍ତ୍ରୀଙ୍କୁ କାର୍ଯ୍ୟକର୍ତ୍ତାମାନେ ସ୍ୱାଗତ କରିଥିଲେ। ରେଢାଖୋଲରେ ତୃଣମୂଳ ସ୍ତରର କାର୍ଯ୍ୟକର୍ତ୍ତାଙ୍କ ସହ ବୈଠକ କରିଥିଲେ ଶ୍ରୀ ପ୍ରଧାନ। ପୁଣିଥରେ ନରେନ୍ଦ୍ର ମୋଦିଙ୍କୁ ତୃତୀୟ ଥର ପ୍ରଧାନମନ୍ତ୍ରୀ କରିବା ପାଇଁ କାର୍ଯ୍ୟକର୍ତ୍ତାଙ୍କୁ ଆହ୍ୱାନ ଦେଇଥିଲେ କେନ୍ଦ୍ରମନ୍ତ୍ରୀ।

ଓଡ଼ିଆ ଭାଷା ସାହିତ୍ୟ ଧର୍ମେନ୍ଦ୍ର ପ୍ରଧାନ ସନ୍ଥକବି ଭୀମ ଭୋଇ
Share. Facebook Twitter LinkedIn Email WhatsApp Copy Link

Related Posts

୧୦% ବୈଶିକ ଶୁଳ୍କ ଲାଗୁ କଲା ଆମେରିକା: ଜାଣନ୍ତୁ ଭାରତ ଉପରେ କ’ଣ ପଡ଼ିବ ଏହାର ପ୍ରଭାବ? 

February 21, 2026

ସ୍ୱତନ୍ତ୍ର ଅର୍ଥନୈତିକ ଜୋନରେ ମାଛ ଧରା ପାଇଁ ପ୍ରବେଶ ପାସ ଶୁଭାରମ୍ଭ କଲେ ରାଜୀବ ରଞ୍ଜନ ସିଂହ

February 21, 2026

ସରକାରୀ କଲେଜରେ ପଢାଉଛନ୍ତି ୧୭୫୩ ଅତିଥି ଅଧ୍ୟାପକ, ଗୃହରେ ଉତ୍ତର ରଖିଲେ ମନ୍ତ୍ରୀ

February 21, 2026

ପ୍ରତ୍ୟେକ ସୀମାଞ୍ଚଳ ଗ୍ରାମକୁ ‘ଭାରତର ପ୍ରଥମ ଗ୍ରାମ’ ଭାବେ ପରିଭାଷିତ କରିବାର ନିଷ୍ପତ୍ତି

February 21, 2026
Latest News

୧୦% ବୈଶିକ ଶୁଳ୍କ ଲାଗୁ କଲା ଆମେରିକା: ଜାଣନ୍ତୁ ଭାରତ ଉପରେ କ’ଣ ପଡ଼ିବ ଏହାର ପ୍ରଭାବ? 

February 21, 2026

ସ୍ୱତନ୍ତ୍ର ଅର୍ଥନୈତିକ ଜୋନରେ ମାଛ ଧରା ପାଇଁ ପ୍ରବେଶ ପାସ ଶୁଭାରମ୍ଭ କଲେ ରାଜୀବ ରଞ୍ଜନ ସିଂହ

February 21, 2026

ସରକାରୀ କଲେଜରେ ପଢାଉଛନ୍ତି ୧୭୫୩ ଅତିଥି ଅଧ୍ୟାପକ, ଗୃହରେ ଉତ୍ତର ରଖିଲେ ମନ୍ତ୍ରୀ

February 21, 2026

ପ୍ରତ୍ୟେକ ସୀମାଞ୍ଚଳ ଗ୍ରାମକୁ ‘ଭାରତର ପ୍ରଥମ ଗ୍ରାମ’ ଭାବେ ପରିଭାଷିତ କରିବାର ନିଷ୍ପତ୍ତି

February 21, 2026

ନିଲ୍ କାତ୍ୟାଲ୍ କିଏ, ଯାହାଙ୍କ ଯୁକ୍ତି ଆମେରିକାର ସୁପ୍ରିମକୋର୍ଟରେ ଶୁଳ୍କ ପ୍ରସଙ୍ଗରେ ଟ୍ରମ୍ପଙ୍କୁଦେଲା ଝଟକା?

February 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.