ବିଜେଡ଼ିରେ ଯୋଗ ଦେଲେ ପ୍ରଦେଶ କଂଗ୍ରେସ ସମ୍ପାଦକ ପ୍ରଫୁଲ୍ଲ ସୁନ୍ୟାନି

Published: Apr 10, 2024, 6:30 pm IST

ଭୁବନେଶ୍ୱର: ସୁନ୍ଦରଗଡ ଜିଲ୍ଲା ଅନ୍ତର୍ଗତ ରଘୁନାଥପାଲ୍ଲି ନିର୍ବାଚନ ମଣ୍ଡଳୀର ପିସିସି ସମ୍ପାଦକ ତଥା ୨୦୦୯ ନିର୍ବାଚନରେ ରଘୁନାଥପାଲ୍ଲିର କଂଗ୍ରେସ ବିଧାୟକ ପ୍ରାର୍ଥୀ ପ୍ରଫୁଲ୍ଲ ସୁନ୍ୟାନି ଆଜି ଶଙ୍ଖଭବନ ଠାରେ ରାଜ୍ୟସଭା ସାଂସଦ ଡକ୍ଟର ସସ୍ମିତ ପାତ୍ର, ମନ୍ତ୍ରୀ ତଥା ସୁନ୍ଦରଗଡ ଜିଲ୍ଲା ବିଜେଡି ପର୍ଯ୍ୟବେକ୍ଷକ ପ୍ରୀତିରଂଜନ ଘଡାଇ, ରଘୁନାଥପାଲ୍ଲି ବିଧାୟକ ସୁବ୍ରତ ତରାଇ, ସୁନ୍ଦରଗଡର ପୂର୍ବତନ ବିଧାୟକ ଯୋଗେଶ ସିଂ ଓ ବିଜୁ ଯୁବ ଜନତା ଦଳର କାର୍ଯ୍ୟକାରୀ ସଭାପତି ବୈକୁଣ୍ଠ ନାୟକଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ ଦେଇଛନ୍ତି।

ଦଳରେ ସାମିଲ୍ ହୋଇଥିବା ପ୍ରଫୁଲ୍ଲ ସୁନ୍ୟାନିଙ୍କୁ ଉପଢୌକନ ଦେଇ ଦଳକୁ ସ୍ୱାଗତ କରିଥିଲେ। ଆଜି କଂଗ୍ରେସ କର୍ମୀଙ୍କ ଯୋଗଦାନ ଫଳରେ ସୁନ୍ଦରଗଡ ଜିଲ୍ଲାରେ ବିଜୁ ଜନତା ଦଳର ସଂଗଠନ ଆହୁରି ମଜଭୂତ ହେବ ବୋଲି ଡକ୍ଟର ପାତ୍ର, ଶ୍ରୀ ଘଡାଇ, ଶ୍ରୀ ତରାଇ, ଶ୍ରୀ ସିଂ ଓ ଶ୍ରୀ ନାୟକ କହିଥିଲେ।

ଏହି ଅବସରରେ ବିଜେଡ଼ିରେ ସାମିଲ୍ ହୋଇଥିବା ପ୍ରଫୁଲ୍ଲ ସୁନ୍ୟାନି ନିଜ ପ୍ରତିକ୍ରିୟାରେ କହିଥିଲେ ଯେ, ମାନ୍ୟବର ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଲୋକାଭିମୁଖୀ କାର୍ଯ୍ୟ, ସ୍ୱଚ୍ଛ ଶାସନ, ନିର୍ମଳ ଭାବମୂର୍ତ୍ତି ଓ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଆଜି ବିଧିବଦ୍ଧ ଭାବେ ବିଜେଡିରେ ଯୋଗ ଦେଲି। ନୂତନ ଓଡ଼ିଶା ଗଠନ ଦିଗରେ ମୁଖ୍ୟମନ୍ତ୍ରୀ ମୋତେ ଯାହା ଦାୟିତ୍ୱ ଦେବେ ତାକୁ ସୂଚାରୁ ରୂପେ ତୁଲାଇବି। ଦଳରେ ମୋତେ ଗ୍ରହଣ କରିଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଦଳର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଏବଂ ସମସ୍ତ ନେତୃବୃନ୍ଦଙ୍କୁ କୃତଜ୍ଞତା ଜ୍ଞାପନ କରୁଛି।

Related posts