Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଜେଡ଼ିରେ ଯୋଗଦେଲେ ଦଶପଲ୍ଲା ପୌରପାଳିକାର ଅଧ୍ୟକ୍ଷା ଇଂ ପୁନମ ପ୍ରିୟଦର୍ଶିନୀ
ଆଜିର ଖବର

ବିଜେଡ଼ିରେ ଯୋଗଦେଲେ ଦଶପଲ୍ଲା ପୌରପାଳିକାର ଅଧ୍ୟକ୍ଷା ଇଂ ପୁନମ ପ୍ରିୟଦର୍ଶିନୀ

April 10, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ବିଜେଡ଼ିରେ ଯୋଗଦେଲେ ଦଶପଲ୍ଲା ପୌରପାଳିକାର ଅଧ୍ୟକ୍ଷା ଇଂ ପୁନମ ପ୍ରିୟଦର୍ଶିନୀ

ଭୁବନେଶ୍ୱର: ଦଶପଲ୍ଲା ପୌରପାଳିକାର ଅଧ୍ୟକ୍ଷା ଇଂ ପୁନମ ପ୍ରିୟଦର୍ଶିନୀ ଆଜି ଶଙ୍ଖଭବନ ଠାରେ ପୂର୍ବତନ ମନ୍ତ୍ରୀ ତଥା ନୟାଗଡ ବିଧାୟକ ଅରୁଣ ସାହୁ, ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା ଓ ରାଜ୍ୟସଭା ସାଂସଦ ଡକ୍ଟର ସସ୍ମିତ ପାତ୍ରଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ ଦେଇଛନ୍ତି। ଏଠାରେ ସୂଚନାଯୋଗ୍ୟ ଯେ ୨୦୨୨ ପୌର ନିର୍ବାଚନରେ ସ୍ୱାଧୀନ ପ୍ରାର୍ଥୀ ଭାବେ ନିର୍ବାଚିତ ହୋଇଥିଲେ ଇଂ ପୁନମ ପ୍ରିୟଦର୍ଶିନୀ।

ଦଳରେ ସାମିଲ୍ ହୋଇଥିବା ଇଂ ପୁନମ ପ୍ରିୟଦର୍ଶିନୀଙ୍କୁ ଶ୍ରୀ ସାହୁ, ଶ୍ରୀ ବେହେରା ଓ ଡକ୍ଟର ପାତ୍ର ଉପଢୌକନ ଦେଇ ଦଳକୁ ସ୍ୱାଗତ କରିଥିଲେ। ଆଜି ଇଂ ପୁନମ ପ୍ରିୟଦର୍ଶୀନୀଙ୍କ ଯୋଗଦାନ ଫଳରେ ବିଶେଷକରି ଦଶପଲ୍ଲା ନିର୍ବାଚନ ମଣ୍ଡଳୀରେ ଦଳୀୟ ସଂଗଠନ ଆହୁରି ମଜଭୂତ ହେବ ବୋଲି ଶ୍ରୀ ସାହୁ, ଶ୍ରୀ ବେହେରା ଓ ଡକ୍ଟର ପାତ୍ର କହିଥିଲେ। ଏହି ଅବସରରେ ବିଜେଡ଼ିରେ ସାମିଲ୍ ହୋଇଥିବା ଇଂ ପୁନମ ପ୍ରିୟଦର୍ଶିନୀ ନିଜ ପ୍ରତିକ୍ରିୟାରେ କହିଥିଲେ ଯେ, ସ୍ୱାଧୀନ ଭାବେ ଲଢ଼ି ମଧ୍ୟ ବିଜେଡ଼ିକୁ କେବେ ବିରୋଧୀ କରି ନାହିଁ।

ନବୀନ ପଟ୍ଟନାୟକ ଓ ବିଜୁ ବାବୁଙ୍କୁ ଆଦର୍ଶ ଭାବି ନିର୍ବାଚନ ଲଢ଼ିଛି। ନବୀନ ବାବୁଙ୍କ ହାତମୁଠା ଟାଣ କରିବି। ଷଷ୍ଠଥର ମୁଖ୍ୟମନ୍ତ୍ରୀ କରିବାକୁ ପ୍ରୟାସ କରିବି। ଦଶପଲ୍ଲା ପୌରପାଳିକାକୁ ଆହୁରି ଆଗକୁ ନେବାକୁ ପ୍ରୟାସ କରିବି। ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଲୋକାଭିମୁଖୀ କାର୍ଯ୍ୟ, ସ୍ୱଚ୍ଛ ଶାସନ, ନିର୍ମଳ ଭାବମୂର୍ତ୍ତି ଓ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଆଜି ବିଧିବଦ୍ଧ ଭାବେ ବିଜେଡିରେ ଯୋଗ ଦେଲି।

ନୂତନ ଓଡ଼ିଶା ଗଠନ ଦିଗରେ ମୁଖ୍ୟମନ୍ତ୍ରୀ ମୋତେ ଯାହା ଦାୟିତ୍ୱ ଦେବେ ତାକୁ ସୂଚାରୁ ରୂପେ ତୁଲାଇବି। ଦଳରେ ମୋତେ ଗ୍ରହଣ କରିଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଦଳର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଏବଂ ସମସ୍ତ ନେତୃବୃନ୍ଦଙ୍କୁ କୃତଜ୍ଞତା ଜ୍ଞାପନ କରୁଛି ବୋଲି ସେ କହିଥିଲେ।

odishaelection ଓଡିଶା ନିର୍ବାଚନ ଦଶପଲ୍ଲା ବିଜେଡି ମିଶ୍ରଣ ବିଜେଡି ମିଶ୍ରଣ ପର୍ବ
Share. Facebook Twitter LinkedIn Email WhatsApp Copy Link

Related Posts

ଇ-୨୦ ଉପରେ ବିବାଦ!: ଦିଲ୍ଲୀ ପୋଲିସ ଉପରେ ଗମ୍ଭୀର ଅଭିଯୋଗ ଆଣିଲେ ତହସିନ ପୁନାୱାଲା

August 1, 2026

କୁଲଗାମରେ ଆତଙ୍କବାଦୀ ଆକ୍ରମଣ: ନାମ ପଚାରି ଦୁଇ ହିନ୍ଦୁ ଶ୍ରମିକଙ୍କୁ କଲେ ହତ୍ୟା

August 1, 2026

CWGର ୮ମ ଦିନରେ ଭାରତକୁ ୨ ଟି ସ୍ୱର୍ଣ୍ଣ: ରୌପ୍ୟ ପଦକ ଜିତିଲେ ନୀରଜ ଚୋପ୍ରା

August 1, 2026

ରାଷ୍ଟ୍ରପତିଙ୍କ ଅନୁମୋଦନ: ଆଇନରେ ପରିଣତ ହେଲା ପରୀକ୍ଷା ସଂଶୋଧନ ବିଲ୍

August 1, 2026
Latest News

ଇ-୨୦ ଉପରେ ବିବାଦ!: ଦିଲ୍ଲୀ ପୋଲିସ ଉପରେ ଗମ୍ଭୀର ଅଭିଯୋଗ ଆଣିଲେ ତହସିନ ପୁନାୱାଲା

August 1, 2026

ଗୋଦାବରୀଶ ମହାବିଦ୍ୟାଳୟରେ ଲିଙ୍ଗ ଭିତ୍ତିକ ହିଂସା ଉପରେ ସେମିନାର ଅନୁଷ୍ଠିତ

August 1, 2026

କୁଲଗାମରେ ଆତଙ୍କବାଦୀ ଆକ୍ରମଣ: ନାମ ପଚାରି ଦୁଇ ହିନ୍ଦୁ ଶ୍ରମିକଙ୍କୁ କଲେ ହତ୍ୟା

August 1, 2026

CWGର ୮ମ ଦିନରେ ଭାରତକୁ ୨ ଟି ସ୍ୱର୍ଣ୍ଣ: ରୌପ୍ୟ ପଦକ ଜିତିଲେ ନୀରଜ ଚୋପ୍ରା

August 1, 2026

ରାଷ୍ଟ୍ରପତିଙ୍କ ଅନୁମୋଦନ: ଆଇନରେ ପରିଣତ ହେଲା ପରୀକ୍ଷା ସଂଶୋଧନ ବିଲ୍

August 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.