Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଗ୍ରୀଷ୍ମ ପ୍ରବାହ ଜନିତ ପରିସ୍ଥିତି ମୁକାବିଲା ପାଇଁ ପ୍ରସ୍ତୁତି ସମୀକ୍ଷା କଲେ ପ୍ରଧାନମନ୍ତ୍ରୀ
ଆଜିର ଖବର

ଗ୍ରୀଷ୍ମ ପ୍ରବାହ ଜନିତ ପରିସ୍ଥିତି ମୁକାବିଲା ପାଇଁ ପ୍ରସ୍ତୁତି ସମୀକ୍ଷା କଲେ ପ୍ରଧାନମନ୍ତ୍ରୀ

April 12, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଆଗାମୀ ଗ୍ରୀଷ୍ମ ପ୍ରବାହ ମୁକାବିଲା ପାଇଁ ପ୍ରସ୍ତୁତିର ସମୀକ୍ଷା କରିବା ନିମନ୍ତେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି।
ଆଗାମୀ ଗରମ ପାଣିପାଗ ଋତୁ (ଏପ୍ରିଲରୁ ଜୁନ୍) ପାଇଁ ପୂର୍ବାନୁମାନ ତଥ୍ୟ, ଦେଶର ଅଧିକାଂଶ ସ୍ଥାନରେ ସ୍ୱାଭାବିକ ଠାରୁ ଅଧିକ ତାପମାତ୍ରାର ସମ୍ଭାବନା, ବିଶେଷକରି ମଧ୍ୟ ଭାରତ ଓ ପଶ୍ଚିମ ଭାରତରେ ଅଧିକ ଗ୍ରୀଷ୍ମ ପ୍ରବାହ ଆଶଙ୍କା ସହିତ ଏପ୍ରିଲରୁ ଜୁନ୍, ୨୦୨୪ ପର୍ଯ୍ୟନ୍ତ ତାପମାତ୍ରାର ସମ୍ଭାବ୍ୟ ସ୍ଥିତି ବିଷୟରେ ପ୍ରଧାନମନ୍ତ୍ରୀଙ୍କୁ ଅବଗତ କରାଯାଇଥିଲା ।
ଅତ୍ୟାବଶ୍ୟକ ଔଷଧ, ସାଲାଇନ୍, ଆଇସ୍ ପ୍ୟାକ୍, ଓଆରଏସ୍ ଏବଂ ପାନୀୟ ଜଳ ଆଦିକୁ ନେଇ ସ୍ୱାସ୍ଥ୍ୟ କ୍ଷେତ୍ରର ପ୍ରସ୍ତୁତି ସମୀକ୍ଷା କରାଯାଇଥିଲା।

ବିଶେଷ କରି ଆଞ୍ଚଳିକ ଭାଷାରେ ଟେଲିଭିଜନ, ରେଡିଓ ଏବଂ ସୋସିଆଲ ମିଡିଆ ଭଳି ସମସ୍ତ ପ୍ଲାଟଫର୍ମ ମାଧ୍ୟମରେ ଅତ୍ୟାବଶ୍ୟକ ସୂଚନା ଶିକ୍ଷା ଯୋଗାଯୋଗ (ଆଇଇସି)/ସଚେତନତା ସାମଗ୍ରୀର ଠିକ୍ ସମୟରେ ପ୍ରସାର ଉପରେ ଗୁରୁତ୍ୱାରୋପ କରାଯାଇଥିଲା। ଯେହେତୁ ସାଧାରଣ ନିର୍ବାଚନ ସହିତ ମେଳ ଖାଉଥିବା ୨୦୨୪ରେ ସ୍ୱାଭାବିକ ଗ୍ରୀଷ୍ମ ଋତୁ ଠାରୁ ଅଧିକ ଗରମ ହେବାର ସମ୍ଭାବନା ରହିଛି, ତେଣୁ ଏହା ଅନୁଭବ କରାଯାଇଥିଲା ଯେ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଏବଂ ଏନଡିଏମଏ ଦ୍ୱାରା ଜାରି କରାଯାଇଥିବା ମାର୍ଗଦର୍ଶିକାଗୁଡ଼ିକ ଆଞ୍ଚଳିକ ଭାଷାରେ ଅନୁବାଦ କରାଯାଇ ବ୍ୟାପକ ଭାବରେ ପ୍ରସାରିତ କରାଯିବ।

ପ୍ରଧାନମନ୍ତ୍ରୀ ସାମଗ୍ରିକ ସରକାରୀ ଆଭିମୁଖ୍ୟ ଉପରେ ଗୁରୁତ୍ୱାରୋପ କରିଥିଲେ। କେନ୍ଦ୍ର, ରାଜ୍ୟ ଓ ଜିଲ୍ଲା ସ୍ତରରେ ସରକାରଙ୍କ ସମସ୍ତ ବିଭାଗ ଏବଂ ବିଭିନ୍ନ ମନ୍ତ୍ରଣାଳୟ ସମନ୍ୱୟ ରକ୍ଷା କରି ଏ ଦିଗରେ କାର୍ଯ୍ୟ କରିବାର ଆବଶ୍ୟକତା ରହିଛି ବୋଲି ସେ କହିଛନ୍ତି।

ଡାକ୍ତରଖାନାରେ ପର୍ଯ୍ୟାପ୍ତ ପ୍ରସ୍ତୁତି ସହିତ ସଚେତନତା ସୃଷ୍ଟି ଉପରେ ମଧ୍ୟ ପ୍ରଧାନମନ୍ତ୍ରୀ ଗୁରୁତ୍ୱାରୋପ କରିଥିଲେ । ଜଙ୍ଗଲରେ ଲାଗିଥିବା ନିଆଁକୁ ତୁରନ୍ତ ଚିହ୍ନଟ କରି ଆୟତ୍ତ କରିବାର ଆବଶ୍ୟକତା ଉପରେ ମଧ୍ୟ ସେ ଆଲୋକପାତ କରିଥିଲେ।

ଏହି ବୈଠକରେ ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ, ଗୃହ ସଚିବ, ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ଏବଂ ଜାତୀୟ ବିପର୍ଯ୍ୟୟ ପରିଚାଳନା ପ୍ରାଧିକରଣର ଅଧିକାରୀମାନେ ଅଂଶଗ୍ରହଣ କରିଥିଲେ।

heat wave narendra modi
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରଧାନମନ୍ତ୍ରୀଙ୍କ ସ୍ୱତନ୍ତ୍ର ଫୋକସ୍‌ରେ ଓଡ଼ିଶା: ମୁଖ୍ୟମନ୍ତ୍ରୀ

October 13, 2026

ଦ ଗ୍ଲୋବାଲ କ୍ରାଉନ୍ ୨୦୨୬ ର ଦ୍ଵିତୀୟ ରନର୍ସ ଅପ୍ ବିଜୟିନୀ ମୁକୁଟ ପିନ୍ଧିଲେ କ୍ଷୀରାବ୍ଦୀ ପଟ୍ଟନାୟକ

October 13, 2026

ପୁଣିଥରେ ମୁମ୍ବାଇ ଇଣ୍ଡିଆନ୍ସର ନେତୃତ୍ୱ ନେବେ ରୋହିତ ଶର୍ମା!: ବଢିଲା ଚର୍ଚ୍ଚା

October 13, 2026

ପ୍ରଧାନମନ୍ତ୍ରୀ ମୋଦୀଙ୍କ ‘ବ୍ଲୁମବର୍ଗ ନ୍ୟୁ ଇକୋନୋମି ଫୋରମ୍’କୁ ସମ୍ବୋଧନ

October 13, 2026
Latest News

ନବମ, ଦଶମ ଛାତ୍ରଛାତ୍ରୀଙ୍କୁ ମିଳିବ ମାଗଣା ପୁସ୍ତକ

October 13, 2026

ପ୍ରଧାନମନ୍ତ୍ରୀଙ୍କ ସ୍ୱତନ୍ତ୍ର ଫୋକସ୍‌ରେ ଓଡ଼ିଶା: ମୁଖ୍ୟମନ୍ତ୍ରୀ

October 13, 2026

ଦ ଗ୍ଲୋବାଲ କ୍ରାଉନ୍ ୨୦୨୬ ର ଦ୍ଵିତୀୟ ରନର୍ସ ଅପ୍ ବିଜୟିନୀ ମୁକୁଟ ପିନ୍ଧିଲେ କ୍ଷୀରାବ୍ଦୀ ପଟ୍ଟନାୟକ

October 13, 2026

ପୁଣିଥରେ ମୁମ୍ବାଇ ଇଣ୍ଡିଆନ୍ସର ନେତୃତ୍ୱ ନେବେ ରୋହିତ ଶର୍ମା!: ବଢିଲା ଚର୍ଚ୍ଚା

October 13, 2026

ପ୍ରଧାନମନ୍ତ୍ରୀ ମୋଦୀଙ୍କ ‘ବ୍ଲୁମବର୍ଗ ନ୍ୟୁ ଇକୋନୋମି ଫୋରମ୍’କୁ ସମ୍ବୋଧନ

October 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.