Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବାଲୁଗାଁ ନିକଟରେ ଦୁର୍ଘଟଣାର ଶିକାର ହେଲେ କୋଣାର୍କ ଗଣନାଟ୍ୟର ଉପସ୍ଥାପକ: ବାଣପୁର ହସ୍ପିଟାଲରେ ଭର୍ତ୍ତି
ଆଜିର ଖବର

ବାଲୁଗାଁ ନିକଟରେ ଦୁର୍ଘଟଣାର ଶିକାର ହେଲେ କୋଣାର୍କ ଗଣନାଟ୍ୟର ଉପସ୍ଥାପକ: ବାଣପୁର ହସ୍ପିଟାଲରେ ଭର୍ତ୍ତି

April 12, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଲୁଗାଁ (ସୀତାରାମ ଅଗ୍ରୱାଲ): ଖୋର୍ଦ୍ଧା ଜିଲ୍ଲା ଜାତୀୟ ରାଜପଥରେ ଯାତ୍ରା କଳାକାରଙ୍କ କାର ଦୁର୍ଘଟଣାଗ୍ରସ୍ତ ହୋଇଛି। କୋଣାର୍କ ଗଣନାଟ୍ୟର ଉପସ୍ଥାପକ ଦ୍ଵିତିକୃଷ୍ଣ ଜେନାଙ୍କ ବାଲୁଗାଁ-ବାଣପୁର ନିକଟରେ ସଡକ ଦୁର୍ଘଟଣା ଘଟିଛି। ଉକ୍ତ ଦୁର୍ଘଟଣାରେ ଅଟୋ ଚାଳକ ମଧ୍ୟ ଗୁରୁତର ହୋଇଥିବା ଜଣାପଡିଛି।

ପୋଲିସ ସୂଚନା ମୁତାବକ ଦ୍ଵିତିକୃଷ୍ଣ କାର ଯୋଗେ ଭୁବନେଶ୍ୱରରୁ ଖଲ୍ଲିକୋଟ ଅଭିମୁଖେ  ଯାଉଥିବାବେଳେ ବାଲୁଗାଁ ବାଇପାସ ନିକଟରେ ଏକ ମାଲବାହି ଅଟୋକୁ ପଛପଟୁ ଧକ୍କା ଦେଇଥିଲେ। ଫଳରେ ଉଭୟ ଅଟୋ ଚାଳକ ଏବଂ କାର ଚାଳକ ଗୁରୁତର ଆହତ ହୋଇଥିଲେ। ଏବଂ କାରର ସମ୍ମୁଖ ପାର୍ଶ୍ୱ ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଥିଲା।

ଆହତ ଅଟୋ ଚାଳକ ବାଣପୁର ଅଞ୍ଚଳର ରସିଦ ଖାନ ଏବଂ ଆହତ କୋଣାର୍କ ଗଣନାଟ୍ୟର ଉପସ୍ଥାପକ ଦ୍ଵିତିକୃଷ୍ଣଙ୍କ ଘର ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ଥାନା ଅଞ୍ଚଳର ବୋଲି ଜଣାପଡିଛି।

ରସିଦଙ୍କୁ ବାଲୁଗାଁ ମେଡିକାଲ ନିଆଯାଇଥିବା ବେଳେ ଡାକ୍ତର ତାଙ୍କୁ ଅଧିକ ଚିକିତ୍ସା ପାଇଁ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର କରିଛନ୍ତି।

ସେହିପରି ଭାବେ ଦ୍ବିତିକୃଷ୍ଣଙ୍କୁ ବାଣପୁର ମେଡିକାଲରେ ପ୍ରାଥମିକ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିବା ବେଳେ ଅଧିକ ଚିକିତ୍ସା ପାଇଁ ଡାକ୍ତର ତାଙ୍କୁ ବ୍ରହ୍ମପୁର ଏମକେସିଜି ମେଡିକାଲକୁ ସ୍ଥାନାନ୍ତର କରିଛନ୍ତି। ପୋଲିସ ଉଭୟ ଗାଡିକୁ ଜବତ କରିଥିବା ବେଳେ ଏ ନେଇ ଅଦ୍ୟାବଧି ବାଣପୁର ଥାନାରେ ଏତଲା ହୋଇନଥିବା ଜଣାପଡିଛି।

ବାଣପୁର ବାଲୁଗାଁ ସଡକ ଦୁର୍ଘଟଣା
Share. Facebook Twitter LinkedIn Email WhatsApp Copy Link

Related Posts

ଶ୍ରମ କୋଡକୁ ବିରୋଧ କରୁଥିବା ଶ୍ରମିକ ସଂଗଠନର ନେତାମାନଙ୍କୁ ସମାଲୋଚନା କଲା ବିଜେପି

February 12, 2026

୨୦ତମ ଭବ୍ୟ ତୋଷାଳି ସ୍ଵଦେଶୀ ମେଳା ପାଇଁ ସାମ୍ବାଦିକ ସମ୍ମିଳନୀ

February 12, 2026

ଭଞ୍ଜନଗର ପୋଲିସ୍ ଦ୍ଵାରା ପ୍ରଚୁର ପରିମାଣର ଗଞ୍ଜେଇ ଜବତ: ଦୁଇ ଗିରଫ

February 12, 2026

ସାଇବର ଠକେଇ ଓ ଅର୍ଥନୈତିକ ଅପରାଧକୁ ରୋକିବା ପାଇଁ ଓଡ଼ିଶା ପୋଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି

February 12, 2026
Latest News

Modi Meets Rolls-Royce CEO: ପ୍ରଧାନମନ୍ତ୍ରୀ ମୋଦିଙ୍କ ସାକ୍ଷାତ କଲେ ରୋଲ୍ସ-ରଏସ୍ କଂପାନୀ ସିଇଓ

February 12, 2026

ଶ୍ରମ କୋଡକୁ ବିରୋଧ କରୁଥିବା ଶ୍ରମିକ ସଂଗଠନର ନେତାମାନଙ୍କୁ ସମାଲୋଚନା କଲା ବିଜେପି

February 12, 2026

୨୦ତମ ଭବ୍ୟ ତୋଷାଳି ସ୍ଵଦେଶୀ ମେଳା ପାଇଁ ସାମ୍ବାଦିକ ସମ୍ମିଳନୀ

February 12, 2026

ଭଞ୍ଜନଗର ପୋଲିସ୍ ଦ୍ଵାରା ପ୍ରଚୁର ପରିମାଣର ଗଞ୍ଜେଇ ଜବତ: ଦୁଇ ଗିରଫ

February 12, 2026

ସାଇବର ଠକେଇ ଓ ଅର୍ଥନୈତିକ ଅପରାଧକୁ ରୋକିବା ପାଇଁ ଓଡ଼ିଶା ପୋଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି

February 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.