Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଖୋର୍ଦ୍ଧା ଜିଲ୍ଲାରେ ମତଦାନ ବୃଦ୍ଧି ନିମନ୍ତେ ସୁଇପି କାର୍ଯ୍ୟକ୍ରମ ପ୍ରସ୍ତୁତି ବୈଠକ
ଆଜିର ଖବର

ଖୋର୍ଦ୍ଧା ଜିଲ୍ଲାରେ ମତଦାନ ବୃଦ୍ଧି ନିମନ୍ତେ ସୁଇପି କାର୍ଯ୍ୟକ୍ରମ ପ୍ରସ୍ତୁତି ବୈଠକ

April 12, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଖୋର୍ଦ୍ଧା: ଜିଲ୍ଲାରେ ଏକକ ସାଧାରଣ ନିର୍ବାଚନକୁ ସ୍ୱଚ୍ଛ, ଅବାଧ ଓ ନିରପେକ୍ଷ କରିବା ନିମନ୍ତେ ଖୋର୍ଦ୍ଧା ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଛି। ଜିଲ୍ଲାରେ ଅଧିକରୁ ଅଧିକ ମତଦାତା ଯେଭଳି ଏହି ନିର୍ବାଚନରେ ଭାଗନେଇ ମତଦାନ କରିବେ ଏଥିନିମନ୍ତେ ଜିଲ୍ଲା ପ୍ରଶାସନ ପକ୍ଷରୁ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଇଛି। ସୁଇପି (ସିଷ୍ଟମେଟିକ ଭୋଟର୍ସ ଏଜୁକେଶନ ଆଣ୍ଡ ଇଲୋକ୍ଟରାଲ ପାର୍ଟିସିପେଶନ) କାର୍ଯ୍ୟକ୍ରମ ମାଧ୍ୟମରେ ଏହି ଅଭିଯାନକୁ ବ୍ୟାପକ କରାଯିବାକୁ ନିଷ୍ପତ୍ତି ଗ୍ରହଣ କରାଯାଇଛି। ଏନେଇ ଜିଲ୍ଲାପାଳ ଚଞ୍ଚଳ ରାଣାଙ୍କ ଅଧ୍ୟକ୍ଷତାରେ ଓସୱାନ କକ୍ଷରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି।

ଏହି ଅବସରରେ ବିଏମସି କମିଶନର ରାଜେଶ ପ୍ରଭାକର ପାଟିଲ ଯୋଗଦେଇ ଏଥି ନିମନ୍ତେ ବିଏମସି ପକ୍ଷରୁ ସମସ୍ତ ସହଯୋଗ କରାଯିବା ସହ ସୁଇପି କାର୍ଯ୍ୟକ୍ରମକୁ ବ୍ୟାପକ କରିବାକୁ ବିଏମସି ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ଭୁବନେଶ୍ୱର ଲୋକସଭା ମଣ୍ଡଳୀ ଅନ୍ତର୍ଗତ ସହରାଞ୍ଚଳର ତିନୋଟି ବିଧାନସଭା କ୍ଷେତ୍ର ଭୁବନେଶ୍ୱର ଉତ୍ତର, ଭୁବନେଶ୍ୱର ମଧ୍ୟ ଏବଂ ଭୁବନେଶ୍ୱର ଏକାମ୍ରରେ ମତଦାନ ହାର ୫୦ ପ୍ରତିଶତରୁ କମ ରହିଥିବାରୁ ସଚେତନତା କାର୍ଯ୍ୟକ୍ରମକୁ ଆହୁରି ବ୍ୟାପକ କରାଯିବର ଲକ୍ଷ୍ୟ ରଖାଯାଇଛି।

ପ୍ରତ୍ୟେକ ସ୍ତରରେ ସଚେତନତା ସୃଷ୍ଟି କରିବା ପାଇଁ ଜିଲ୍ଲାପାଳ ନିର୍ଦ୍ଦେଶ ଦେବା ସହ ବିଭିନ୍ନ ବିଭାଗୀୟ ଅଧିକାରୀ ମାନଙ୍କ ମଧ୍ୟରେ ଦାୟିତ୍ୱ ବଣ୍ଟନ କରିଛନ୍ତି। ବୁଥ ସ୍ତରୀୟ ଅଧିକାରୀ ମାନେ ଘରକୁ ଘର ବୁଲି ମତଦାନ କରିବାକୁ ଭୋଟର ମାନଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ବିଶେଷ କରି ଯୁବ ମତଦାତା ମାନଙ୍କୁ ବିଏଲଓ ସଚେତନ କରିବା ଉପରେ ଗୁରୁତ୍ୱ ଦେବେ। ଏହାଦ୍ୱାରା ଅନ୍ୟମାନେ ଉତ୍ସାହିତ ହୋଇପାରିବେ।

ସେହିଭଳି ରଙ୍ଗୋଲି, ‘ନିର୍ବାଚନର ପର୍ବ ଆମଦେଶର ଗର୍ବ’ ଉପରେ ବିଭିନ୍ନ ପ୍ରତିଯୋଗିତା, ଭିଡିଓ ଓ ରେଡ଼ିଓ ବାର୍ତ୍ତା, ହୋର୍ଡ଼ିଂ, ୱାଲ ପେଣ୍ଟିଂ, ମାରାଥନ, ଦସ୍ତଖତ ଅଭିଯାନ ମାଧ୍ୟମରେ ସଚେତନତା ସୃଷ୍ଟି କରାଯିବ।

ଅନ୍ୟପକ୍ଷରେ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସ୍ୱଚ୍ଛସାଥୀମାନଙ୍କ ମାଧ୍ୟମରେ ସଫେଇ ଗାଡି ଓ କର୍ମଚାରୀ, ବିଡ଼ିଏର ବିଭିନ୍ନ ପାର୍କ, ଜିଲ୍ଲାର ଶିକ୍ଷାନୁଷ୍ଠାନ,ପଥପ୍ରାନ୍ତ ନାଟକ ମାଧ୍ୟମରେ ବ୍ୟାପକ ସଚେତନତା କରାଯିବ। ସେହିଭଳି ଓମଫେଡ ଷ୍ଟଲରେ ମଧ୍ୟ ସଚେତନତା ବୃଦ୍ଧି କରାଯିବ। ବିଦ୍ୟାଳୟ ଛାତ୍ରଛାତ୍ରୀ ମାନଙ୍କ ମାଧ୍ୟମରେ ସ୍କୁଲରୁ ନିଶ୍ଚୟ ମତଦାନ କରିବାକୁ ଅଭିଭାବକ ମାନଙ୍କ ଉଦ୍ଦେଶ୍ୟରେ ପୋଷ୍ଟକାର୍ଡ ମାଧ୍ୟମରେ ପତ୍ର ଲେଖିବେ।

ଖୋର୍ଦ୍ଧା ଜିଲ୍ଲାରେ ଷଷ୍ଠ ପର୍ଯ୍ୟାୟ ଅର୍ଥାତ ମେ ୨୫ ତାରିଖରେ ନିର୍ବାଚନ ଅନୁଷ୍ଠିତ ହେବ। ଏଥିପାଇଁ ପ୍ରଶାସନ ପକ୍ଷରୁ ବିଭିନ୍ନ ପଦକ୍ଷେପ ନିଆଯାଉଛି।

ଏହି ଅବସରରେ ଅନ୍ୟ ମାନଙ୍କ ମଧ୍ୟରେ ଅତିରିକ୍ତ ଜିଲ୍ଲାପାଳ ପ୍ରତାପ ଚନ୍ଦ୍ର ବେଉରିଆ, ଶ୍ରୀ ସାଫଲ୍ୟ ମଣ୍ଡିତ ପ୍ରଧାନ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଏଅଧିକାରୀ ବାଦଲ ମହାନ୍ତି,ଜିଲ୍ଲା ଶିକ୍ଷାଧିକାରୀ, ବିଡ଼ିଓ, ତହସିଲଦାର, ବିଭିନ୍ନ ବିଭାଗୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।

ଖୋର୍ଦ୍ଧା ପ୍ରସ୍ତୁତି ବୈଠକ ମତଦାନ
Share. Facebook Twitter LinkedIn Email WhatsApp Copy Link

Related Posts

ବକେୟା ଦରମା ଦାବିରେ ଏମ୍ସ ଭୁବନେଶ୍ୱରରେ ଆଉଟ୍‌ସୋର୍ସିଂ କର୍ମଚାରୀଙ୍କ ଧାରଣା

June 12, 2026

ରାଜ୍ୟସଭା ନିର୍ବାଚନ: କର୍ଣ୍ଣାଟକରେ କଂଗ୍ରେସ, ମଧ୍ୟପ୍ରଦେଶରେ ବିଜେପିର ନିର୍ବିରୋଧ ବିଜୟ

June 12, 2026

ନିର୍ଦ୍ବନ୍ଦରେ ରାଜ୍ୟସଭାକୁ ନିର୍ବାଚିତ ହେବାପରେ ବିଜେପି ତରଫରୁ ଦେବାଶିଷଙ୍କୁ ସ୍ବାଗତ

June 12, 2026

ବିଜେପି ସରକାରକୁ ଦୁଇ ବର୍ଷ : ଉପଲବ୍ଧିର ଉତ୍ସବ ନା ଆତ୍ମସମୀକ୍ଷାର ସମୟ

June 12, 2026
Latest News

ବକେୟା ଦରମା ଦାବିରେ ଏମ୍ସ ଭୁବନେଶ୍ୱରରେ ଆଉଟ୍‌ସୋର୍ସିଂ କର୍ମଚାରୀଙ୍କ ଧାରଣା

June 12, 2026

ରାଜ୍ୟସଭା ନିର୍ବାଚନ: କର୍ଣ୍ଣାଟକରେ କଂଗ୍ରେସ, ମଧ୍ୟପ୍ରଦେଶରେ ବିଜେପିର ନିର୍ବିରୋଧ ବିଜୟ

June 12, 2026

ନିର୍ଦ୍ବନ୍ଦରେ ରାଜ୍ୟସଭାକୁ ନିର୍ବାଚିତ ହେବାପରେ ବିଜେପି ତରଫରୁ ଦେବାଶିଷଙ୍କୁ ସ୍ବାଗତ

June 12, 2026

ଡିଜେଲ୍, ପେଟ୍ରୋଲ୍ ନା ଇଭି ? 2026ରେ କେଉଁ କାର୍ ଆପଣଙ୍କ ପାଇଁ ସବୁଠାରୁ ଲାଭଦାୟକ?

June 12, 2026

ବିଜେପି ସରକାରକୁ ଦୁଇ ବର୍ଷ : ଉପଲବ୍ଧିର ଉତ୍ସବ ନା ଆତ୍ମସମୀକ୍ଷାର ସମୟ

June 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.