Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବାଣପୁର ଐତିହାସିକ ପଲଟଣ ପଡିଆରେ ମହା ଧୁମଧାମରେ ପାଳିତ ହେଲା ଦଣ୍ଡ ମେଳଣ
ଆଜିର ଖବର

ବାଣପୁର ଐତିହାସିକ ପଲଟଣ ପଡିଆରେ ମହା ଧୁମଧାମରେ ପାଳିତ ହେଲା ଦଣ୍ଡ ମେଳଣ

April 12, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ବାଣପୁର (ସୀତାରାମ ଅଗ୍ରୱାଲ): ଆସ୍ଥା ଓ ବିଶ୍ୱାସର ପ୍ରତୀକ ଦଣ୍ଡ ଠାକୁର। ବିଶ୍ୱାସରୁ ପରମ୍ପରାର ସୃଷ୍ଟି। ଯେଉଁ ଠାକୁର ଦାଣ୍ଡରେ ବୁଲନ୍ତି, ଦାଣ୍ଡରେ ପୂଜା ପାଆନ୍ତି। ଠାକୁରଙ୍କ ସାଥିରେ ଭକ୍ତ ବି ବୁଲେ, ଦାଣ୍ଡରେ ମୁଣ୍ଡିଆ ମାରେ, ଠାକୁରଙ୍କୁ ପାଇବାକୁ ଦଣ୍ଡ ପାଏ।

ଏହିଭଳି ଅନନ୍ୟ ପରମ୍ପରା ଓଡ଼ିଶାରେ ପ୍ରଚଳିତ। ବାଣପୁର ଅଂଚଳର ପ୍ରତିଷ୍ଠିତ ଶୈବପୀଠ ମାନଙ୍କରୁ ଦଣ୍ଡ ଠାକୁର ଚୈତ୍ର ମାସରେ ଭକ୍ତମାନଙ୍କ ଗହଣରେ ବର୍ଷକୁ ଥରେ ପ୍ରକଟିତ ହୁଅନ୍ତି। ବାଣପୁରର ବିଜୟ ବିଶ୍ୱାଳ, ମହେନ୍ଦ୍ର ରଣସିଂହ, ପ୍ରଶାନ୍ତ କୁମାର କାଣ୍ଡି, ସୁରେଶ ଚନ୍ଦ୍ର ବାରିକି, ସଂଗ୍ରାମ କେଶରୀ ସାହୁ ଏବଂ ଲୋକନାଥ ପ୍ରଧାନଙ୍କ ଭଳି କିଛି ଉଦୀୟମାନ ବ୍ୟକ୍ତିମାନେ ୨୦୦୯ ମସିହାରେ ଐତିହାସିକ ପଲଟଣ ପଡିଆରେ ଦଣ୍ଡ ଠାକୁରଙ୍କୁ ଏକତ୍ର କରିବାକୁ ପ୍ରୟାସ କରି ଦଣ୍ଡ ମେଳଣର ପରମ୍ପରା ସୃଷ୍ଟି କରିଥିଲେ। ସେହିଦିନ ଠାରୁ ଆଜି ପର୍ଯ୍ୟନ୍ତ ମେରୁ ଉତ୍ସବର ପୂର୍ବଦିନ ଠାକୁରଙ୍କ ମେଳଣ ପର୍ବ ଅନୁଷ୍ଠିତ ହେଉଅଛି।

ଚଳିତ ବର୍ଷ ଗୋଧୂଳି ସମୟର ଆଗମନରେ ବାଣପୁର ବଡହନ୍ତୁଆଡ଼ର ଶ୍ରୀଶ୍ରୀଶ୍ରୀ ରାଜା ରାଜେଶ୍ଵରୀଦେବ, ସାନହନ୍ତୁଆଡ଼ ଭକ୍ତ ରାଜେଶ୍ଵରୀଦେବ, ମାଟିଆପୋଖରୀ କପିଳେଶ୍ୱର ଦେବ, ଭେଟେଶ୍ୱର ଭେଟିନାଥ ଦେବ, ଗାଲୁଆ ଗୁପ୍ତେଶ୍ୱର ଦେବ, ବାଲୁଙ୍କେଶ୍ୱର ଦେବ, ବଡସିରେଇପୁର ଗୁପ୍ତେଶ୍ୱର ଦେବ, ବେଣୁଆଁବାଡି ଗାଦିଶ୍ୱରଦେବ, ଅରାଙ୍ଗ ନୀଳକଣ୍ଠେଶ୍ଵର ଦେବ, ବୋରିଗାଁ ନାଗରାଜ ଦେବ, ଭୀମପୁର ଝାଡ଼େଶ୍ୱର ଦେବ ଏବଂ ଖାରିଆ ପଲ୍ଲୀର ପଞ୍ଚମହାଦେବ ଦଣ୍ଡ ଠାକୁରଙ୍କ ପଞ୍ଚୁଦଳ ପଡିଆରେ ଏକ ମହାମିଳନ ପର୍ବ ଅନୁଷ୍ଠିତ ହୋଇଥିଲା।

ଠାକୁର ମାନେ ମେଳଣ ପଡିଆକୁ ପ୍ରବେଶ ସମୟରେ ସମସ୍ତ ଉଦ୍ୟୋଗୀ ବନ୍ଧୁମାନଙ୍କ ଦ୍ୱାରା ଠାକୁର ମାନଙ୍କୁ ନୂଆ ଥାଳିରେ ଗୁଆ, ଚନ୍ଦନ, ଫୁଲ, ଦୀପ, ଦିଆଯାଇ ଅଭ୍ୟର୍ଥନା କରା ଯାଇଥିଲା। ଘଣ୍ଟ, ଘଣ୍ଟା, କାହାଳି ଓ ମୃଦଙ୍ଗ ସହିତ ଝୁଣା ଖେଳରେ ଫାଟି ପଡୁଥିଲା ପଲଟଣ ପଡିଆ। ହଜାର ହଜାର ଭକ୍ତ ମାନଙ୍କର ହରିବୋଲ ହୁଳହୁଳି ଧ୍ଵନିରେ ଗଗନ ପବନ ପ୍ରକମ୍ପିତ ହୋଇ ଉଠୁଥିଲା।

ଠାକୁର ମାନଙ୍କର ଆଗମନ ଉପଲକ୍ଷେ ଉକ୍ତ ସ୍ଥାନରେ ଯଂଜ୍ଞ, ସଂକୀର୍ତ୍ତନ ଓ ଭଜନ ସମାରୋହ ମାଧ୍ୟମରେ ଏକ ଭକ୍ତିମୟ ପରିବେଶ ସୃଷ୍ଟି ହୋଇଥିଲା। ଠାକୁରଙ୍କ ଆଶୀର୍ବାଦ ନେବାପାଇଁ ବିଜେପି ପ୍ରାର୍ଥୀ ପୃଥ୍ୱୀରାଜ ହରିଚନ୍ଦନ, ବ୍ଲକ ଅଧକ୍ଷ ଅମରେନ୍ଦ୍ର ରଣସିଂହଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ସମୂହ ଉପସ୍ଥିତ ଥିଲେ।  ପରିଶେଷରେ ଭୋଗ ନୈବେଦ୍ୟ ଲାଗି ପରେ ସମସ୍ତ ଠାକୁର ମାନଙ୍କର ମେଳଣ ପର୍ବ ଅନୁଷ୍ଠିତ ହେବାପରେ ଠାକୁର ମାନେ ସ୍ଵ ସ୍ଥାନକୁ ପ୍ରତ୍ୟାବର୍ତ୍ତନ କରିଥିଲେ।

ପଲଟଣ ପଡିଆ ବାଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ଆଇଆଇଟି ବମ୍ବେରେ ‘ଭାରତ ଇନୋଭେଟ୍ସ ଡିପ୍-ଟେକ୍ ପ୍ରି-ସମିଟରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

March 22, 2026

ଅହମ୍ମଦାବାଦରେ ଓଡ଼ିଆ ପ୍ରବାସୀ ସମ୍ମିଳନୀ ‘ଓଡ଼ିଶା ପର୍ବ’ର ଦ୍ବିତୀୟ ଦିନ,ଯୋଗ ଦେଲେ ଉପମୁଖ୍ୟମନ୍ତ୍ରୀ

March 22, 2026

ଦେଶରେ ତୈଳ, ଗ୍ୟାସ ବିଦ୍ୟୁତ ଶକ୍ତିର ସ୍ଥିତି ସଂପର୍କରେ ସମୀକ୍ଷା କଲେ ପ୍ରଧାନମନ୍ତ୍ରୀ ମୋଦି

March 22, 2026

ରାଜ୍ୟ ସ୍ତରୀୟ ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

March 22, 2026
Latest News

ଆଇଆଇଟି ବମ୍ବେରେ ‘ଭାରତ ଇନୋଭେଟ୍ସ ଡିପ୍-ଟେକ୍ ପ୍ରି-ସମିଟରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

March 22, 2026

ଭାରତୀୟ ରେଳବାଇ ଲୋକୋ ଓ ଟ୍ରାଫିକ୍ କର୍ମଚାରୀଙ୍କ ବର୍ଦ୍ଧିତ ଭତ୍ତାରେ ହେଲା ସଂଶୋଧନ

March 22, 2026

ଅହମ୍ମଦାବାଦରେ ଓଡ଼ିଆ ପ୍ରବାସୀ ସମ୍ମିଳନୀ ‘ଓଡ଼ିଶା ପର୍ବ’ର ଦ୍ବିତୀୟ ଦିନ,ଯୋଗ ଦେଲେ ଉପମୁଖ୍ୟମନ୍ତ୍ରୀ

March 22, 2026

ଦେଶରେ ତୈଳ, ଗ୍ୟାସ ବିଦ୍ୟୁତ ଶକ୍ତିର ସ୍ଥିତି ସଂପର୍କରେ ସମୀକ୍ଷା କଲେ ପ୍ରଧାନମନ୍ତ୍ରୀ ମୋଦି

March 22, 2026

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନୂଆ ରେକର୍ଡ, ଶାସନ କ୍ଷମତା ଶୀର୍ଷରେ ରହିବାର ହେଲା ୮,୯୩୧ ଦିନ

March 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.