Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଜେଡ଼ିରେ ଯୋଗ ଦେଲେ ଶେମିଳିଗୁଡା ବ୍ଲକର ପୂର୍ବତନ ଅଧ୍ୟକ୍ଷ ରୋବେଲ କଡମ
ଆଜିର ଖବର

ବିଜେଡ଼ିରେ ଯୋଗ ଦେଲେ ଶେମିଳିଗୁଡା ବ୍ଲକର ପୂର୍ବତନ ଅଧ୍ୟକ୍ଷ ରୋବେଲ କଡମ

April 19, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link
ବିଜେଡ଼ିରେ ଯୋଗ ଦେଲେ ଶେମିଳିଗୁଡା ବ୍ଲକର ପୂର୍ବତନ ଅଧ୍ୟକ୍ଷ ରୋବେଲ କଡମ

ଭୁବନେଶ୍ୱର: କୋରାପୁଟ ଜିଲ୍ଲା ଅନ୍ତର୍ଗତ ଶେମିଳିଗୁଡା ବ୍ଲକର ପୂର୍ବତନ ଅଧ୍ୟକ୍ଷ ତଥା ବିଜେପି ନେତା ରୋବେଲ କଡମଙ୍କ ସହ ଶତାଧିକ ବିଜେପି ଓ କଂଗ୍ରେସ କର୍ମକର୍ତ୍ତା ଏବଂ ନିର୍ବାଚିତ ପ୍ରତିନିଧି ଆଜି ଶଙ୍ଖଭବନ ଠାରେ ରାଜ୍ୟସଭା ସାଂସଦ ଡକ୍ଟର ସସ୍ମିତ ପାତ୍ର ଓ ପଟ୍ଟାଙ୍ଗୀର ପୂର୍ବତନ ବିଧାୟକ ତଥା ବିଜେଡି ବିଧାୟକ ପ୍ରାର୍ଥୀ ପ୍ରଫୁଲ୍ଲ କୁମାର ପାଙ୍ଗୀଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ ଦେଇଛନ୍ତି।

ଦଳରେ ସାମିଲ୍ ହୋଇଥିବା ରୋବେଲ କଡମଙ୍କ ସହ ଶତାଧିକ ବିଜେପି ଓ କଂଗ୍ରେସ କର୍ମୀଙ୍କୁ ଡକ୍ଟର ପାତ୍ର ଓ ଶ୍ରୀ ପାଙ୍ଗୀ ଉପଢୌକନ ଦେଇ ଦଳକୁ ସ୍ୱାଗତ କରିଥିଲେ। ଆଜି ବିଜେପି ଓ କଂଗ୍ରେସ କର୍ମୀମାନଙ୍କ ଯୋଗଦାନ ଫଳରେ ବିଶେଷକରି ପଟ୍ଟାଙ୍ଗୀ ନିର୍ବାଚନ ମଣ୍ଡଳୀରେ ଦଳୀୟ ସଂଗଠନ ଆହୁରି ମଜଭୂତ ହେବ ବୋଲି ଡକ୍ଟର ପାତ୍ର ଓ ଶ୍ରୀ ପାଙ୍ଗୀ କହିଥିଲେ।

ଏହି ଅବସରରେ ବିଜେଡ଼ିରେ ସାମିଲ୍ ହୋଇଥିବା ରୋବେଲ କଡମ ନିଜ ପ୍ରତିକ୍ରିୟାରେ କହିଥିଲେ ଯେ, ମାନ୍ୟବର ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଲୋକାଭିମୁଖୀ କାର୍ଯ୍ୟ, ସ୍ୱଚ୍ଛ ଶାସନ, ନିର୍ମଳ ଭାବମୂର୍ତ୍ତି ଓ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଆଜି ବିଧିବଦ୍ଧ ଭାବେ ବିଜେଡିରେ ଯୋଗ ଦେଲି । ନୂତନ ଓଡ଼ିଶା ଗଠନ ଦିଗରେ ମୁଖ୍ୟମନ୍ତ୍ରୀ ମୋତେ ଯାହା ଦାୟିତ୍ୱ ଦେବେ ତାକୁ ସୂଚାରୁ ରୂପେ ତୁଲାଇବି ।

ଦଳରେ ମୋତେ ଏବଂ ମୋ ସହ ଯୋଗ ଦେଇଥିବା ସମସ୍ତ ବିଜେପି ଓ କଂଗ୍ରେସ କର୍ମୀଙ୍କୁ ଗ୍ରହଣ କରିଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଦଳର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଏବଂ ସମସ୍ତ ନେତୃବୃନ୍ଦଙ୍କୁ କୃତଜ୍ଞତା ଜ୍ଞାପନ କରୁଛୁ ।

ଏହି ମିଶ୍ରଣ ପର୍ବରେ ପ୍ରତାପ କୁମାର ଚୌଧୁରୀ, ରଂଜିତ କୁମାର ପାଙ୍ଗୀ, ସୀତାକାନ୍ତ ନାୟକ, ଗୋପାଳ ଚନ୍ଦ୍ର ସାହୁ, ହରି ଗନ୍ଦାରୀ, ପୂର୍ଣ୍ଣ ଗୁନ୍ଥା, ପରମେଶ ପାଙ୍ଗୀ, ରଂଜନ ଖାରା, ଉଧବ ମୁଦୁଲି, ରଂଜୁ ଜାନି, ପୁରବ କୁଲଦୀପ, ସୁକୁମାର ବିଶ୍ୱାଳ, ନରସିଂହ ପଣ୍ଡା, ଟୁଲା ଲୁଲୁରା, ମାମିନା ଖୀନବୁଡି, ମୋହନ ରାୟ ଖୁନବୁଡି, ଦାମୋଦର କିଶାନୀ, ଲାଇଚନ ପାଙ୍ଗୀ, ରବିନ୍ଦ୍ର ପାଙ୍ଗୀ ଓ ଲବ ହନ୍ତାଲଙ୍କ ସହ ଶତାଧିକ କର୍ମୀ ବିଜେଡ଼ିରେ ସାମିଲ ହୋଇଥିଲେ ।

BJD Joining odishaelection2024 ଓଡିଶା ନିର୍ବାଚନ 2024 ବିଜେଡି ମିଶ୍ରଣ ପର୍ବ
Share. Facebook Twitter LinkedIn Email WhatsApp Copy Link

Related Posts

କୀଟନାଶକ ପିଇ ପ୍ରେମିକା ମୃତ

September 11, 2026

ଓଡ଼ିଶାରେ ସ୍ଥାପନ ହେବ ଆଧୁନିକ ଚାଉଳ ଓ ମାଣ୍ଡିଆ ପ୍ରକ୍ରିୟାକରଣ କାରଖାନା

September 10, 2026

ଡକ୍ଟର ପ୍ରତିଭା ରାୟଙ୍କୁ ସାହିତ୍ୟ ଅକାଦେମି ଫେଲୋସିପ୍ ପ୍ରଦାନ

September 10, 2026

ଓରାଙ୍ଗଉଟାନ ଉଦ୍ଧାର ଘଟଣା: ସବିଶେଷ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀଙ୍କ କଡ଼ା ନିର୍ଦ୍ଦେଶ

September 10, 2026
Latest News

କୀଟନାଶକ ପିଇ ପ୍ରେମିକା ମୃତ

September 11, 2026

ଓଡ଼ିଶାରେ ସ୍ଥାପନ ହେବ ଆଧୁନିକ ଚାଉଳ ଓ ମାଣ୍ଡିଆ ପ୍ରକ୍ରିୟାକରଣ କାରଖାନା

September 10, 2026

ଡକ୍ଟର ପ୍ରତିଭା ରାୟଙ୍କୁ ସାହିତ୍ୟ ଅକାଦେମି ଫେଲୋସିପ୍ ପ୍ରଦାନ

September 10, 2026

ଓରାଙ୍ଗଉଟାନ ଉଦ୍ଧାର ଘଟଣା: ସବିଶେଷ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀଙ୍କ କଡ଼ା ନିର୍ଦ୍ଦେଶ

September 10, 2026

୩୫ ବର୍ଷର ଜମି ଜଟିଳତାର ଅନ୍ତ: କେ-୭ ପ୍ଲଟ୍‌ ନେଇ ୨ଶହରୁ ଅଧିକ ମାମଲାର ଫଇସଲା

September 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.