Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଜେଡ଼ିରେ ଯୋଗ ଦେଲେ ବିଜେପିର ପୂର୍ବତନ ଉପସଭାପତି
ଆଜିର ଖବର

ବିଜେଡ଼ିରେ ଯୋଗ ଦେଲେ ବିଜେପିର ପୂର୍ବତନ ଉପସଭାପତି

April 27, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link
ବିଜେଡ଼ିରେ ଯୋଗ ଦେଲେ ବିଜେପିର ପୂର୍ବତନ ଉପସଭାପତି

ଭୁବନେଶ୍ୱର: ଗଂଜାମ ଜିଲ୍ଲା ଅନ୍ତର୍ଗତ ସୋରଡା ନିର୍ବାଚନମଣ୍ଡଳୀର ପୂର୍ବତନ ବିଜେପି ଉପସଭାପତି ସନ୍ତୋଷ କୁମାର ଦାସଙ୍କ ସହ ଶତାଧିକ ବିଜେପି କର୍ମକର୍ତ୍ତା ଓ ନିର୍ବାଚିତ ପ୍ରତିନିଧି ଆଜି ଶଙ୍ଖଭବନ ଠାରେ ରାଜ୍ୟସଭା ସାଂସଦ ଡକ୍ଟର ସସ୍ମିତ ପାତ୍ର, ବିଜେଡି ସାଧାରଣ ସମ୍ପାଦକ ଦେବାନନ୍ଦ ମହାପାତ୍ର, ସୋରଡା ବିଧାୟକ ପ୍ରାର୍ଥୀ ସଂଘମିତ୍ରା ସ୍ୱାଇଁ ଓ ସୋରଡା ବିଧାୟକ ପୂର୍ଣ୍ଣଚନ୍ଦ୍ର ସ୍ୱାଇଁଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ ଦେଇଛନ୍ତି।

ଦଳରେ ସାମିଲ୍ ହୋଇଥିବା ସନ୍ତୋଷ କୁମାର ଦାସଙ୍କ ସହ ଶତାଧିକ ବିଜେପି କର୍ମୀଙ୍କୁ ଡକ୍ଟର ପାତ୍ର, ଶ୍ରୀ ମହାପାତ୍ର, ଶ୍ରୀମତୀ ସ୍ୱାଇଁ ଓ ସ୍ୱାଇଁ ଉପଢୌକନ ଦେଇ ଦଳକୁ ସ୍ୱାଗତ କରିଥିଲେ। ଆଜି ବିଜେପି କର୍ମୀମାନଙ୍କ ଯୋଗଦାନ ଫଳରେ ବିଶେଷକରି ସୋରଡା ନିର୍ବାଚନମଣ୍ଡଳୀରେ ଦଳୀୟ ସଂଗଠନ ଆହୁରି ମଜଭୂତ ହେବ ବୋଲି ଡକ୍ଟର ପାତ୍ର, ଶ୍ରୀ ମହାପାତ୍ର, ଶ୍ରୀମତୀ ସ୍ୱାଇଁ ଓ ଶ୍ରୀ ସ୍ୱାଇଁ କହିଥିଲେ।

ଏହି ଅବସରରେ ବିଜେଡ଼ିରେ ସାମିଲ୍ ହୋଇଥିବା ସନ୍ତୋଷ କୁମାର ସ୍ୱାଇଁ ନିଜ ପ୍ରତିକ୍ରିୟାରେ କହିଥିଲେ ଯେ, ମାନ୍ୟବର ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଲୋକାଭିମୁଖୀ କାର୍ଯ୍ୟ, ସ୍ୱଚ୍ଛ ଶାସନ, ନିର୍ମଳ ଭାବମୂର୍ତ୍ତି ଓ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଆଜି ବିଧିବଦ୍ଧ ଭାବେ ବିଜେଡିରେ ଯୋଗ ଦେଲି।

ନୂତନ ଓଡ଼ିଶା ଗଠନ ଦିଗରେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋତେ ଯାହା ଦାୟିତ୍ୱ ଦେବେ ତାକୁ ସୂଚାରୁ ରୂପେ ତୁଲାଇବି। ଦଳରେ ମୋତେ ଏବଂ ମୋ ସହ ଯୋଗ ଦେଇଥିବା ସମସ୍ତ ବିଜେପି କର୍ମୀଙ୍କୁ ଗ୍ରହଣ କରିଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଦଳର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଏବଂ ସମସ୍ତ ନେତୃବୃନ୍ଦଙ୍କୁ କୃତଜ୍ଞତା ଜ୍ଞାପନ କରୁଛୁ।

ଏହି ମିଶ୍ରଣ ପର୍ବରେ ମଦନ ବିଶ୍ୱାଳ, ଦୂତିକୃଷ୍ଣ ପଣ୍ଡା, ଅଜୟ କୁମାର ସାହୁ, ଅଭିରାମ ସେଠୀ, ଅଶୋକ କୁମାର ସ୍ୱାଇଁ, ସନ୍ତୋଷ କୁମାର ପାତ୍ର, ବନମାଳୀ ବିଶୋଇ, ଶ୍ରୀକାନ୍ତ ସ୍ୱାଇଁ, ଅନ୍ତର୍ଯ୍ୟାମୀ ସାହୁ, କୃଷ୍ଣଚନ୍ଦ୍ର ନାୟକ, ଋଷିକେଶନ ନାୟକ, ଭଗବାନ ପଣ୍ଡା, ସାରଦା ଶବର, ସତ୍ୟନାରାୟଣ ପ୍ରଧାନ, ସୀମା ମହାରଣା, କାହ୍ନୁ ଚରଣ ବେହେରା, ମୃତ୍ୟୁଞ୍ଜୟ ପାତ୍ର, ବିଷ୍ଣୁ ଚରଣ ଗନ୍ତାୟତ, ଦେବୀ ପ୍ରସାଦ ପାତ୍ର, ମୁରଲୀ ଗୌଡ, ସୀମାଞ୍ଚଳ ପଣ୍ଡା ସହ ଶତାଧିକ କର୍ମୀ ବିଜେଡ଼ିରେ ସାମିଲ ହୋଇଥିଲେ । ଶେଷରେ ବିଜେଡ଼ି ମୁଖପାତ୍ର ଡଃ ପ୍ରିୟବ୍ରତ ମାଝୀ ଧନ୍ୟବାଦ ଅର୍ପଣ କରିଥିଲେ ।

ଓଡିଶା ନିର୍ବାଚନ 2024 ବିଜେଡି ମିଶ୍ରଣ ପର୍ବ
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରଧାନମନ୍ତ୍ରୀଙ୍କୁ ସାକ୍ଷାତ କଲେ ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟି

March 17, 2026

କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର: ଗିରିଜା ବଳିୟାରସିଂହ ମନୋନିତ

March 17, 2026

ଆଜି ୧୭ ତାରିଖ ମଙ୍ଗଳବାରରେ ଏହି ରାଶିର ବ୍ୟକ୍ତିମାନେ ସବୁକ୍ଷେତ୍ରରେ ହେବେ ସଫଳତା, ଜାଣନ୍ତୁ ରାଶିଫଳ

March 17, 2026

ସପ୍ତମ ଦିନରେ ଆଉଟସୋର୍ସିଙ୍ଗ କର୍ମଚାରୀଙ୍କ ଆନ୍ଦୋଳନ

March 16, 2026
Latest News

ବେଆଇନ ମହଜୁଦକାରୀ ଏବଂ କଳାବଜାର ରୋକିବା ପାଇଁ ରାଜ୍ୟ ସରକାରଙ୍କ କାର୍ଯ୍ୟାନୁଷ୍ଠାନ

March 17, 2026

ପ୍ରଧାନମନ୍ତ୍ରୀଙ୍କୁ ସାକ୍ଷାତ କଲେ ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟି

March 17, 2026

କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର: ଗିରିଜା ବଳିୟାରସିଂହ ମନୋନିତ

March 17, 2026

ଆଜି ୧୭ ତାରିଖ ମଙ୍ଗଳବାରରେ ଏହି ରାଶିର ବ୍ୟକ୍ତିମାନେ ସବୁକ୍ଷେତ୍ରରେ ହେବେ ସଫଳତା, ଜାଣନ୍ତୁ ରାଶିଫଳ

March 17, 2026

ସପ୍ତମ ଦିନରେ ଆଉଟସୋର୍ସିଙ୍ଗ କର୍ମଚାରୀଙ୍କ ଆନ୍ଦୋଳନ

March 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.