Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅମିତ ଶାହଙ୍କ ମିଥ୍ୟା ଭିଡିଓ ଭାଇରାଲ ମାମଲା: ବିଜେଡ଼ି ସାଂସଦ ପ୍ରାର୍ଥୀଙ୍କ ବିରୋଧରେ ସାଇବର ଥାନାରେ ଏତଲା
ଆଜିର ଖବର

ଅମିତ ଶାହଙ୍କ ମିଥ୍ୟା ଭିଡିଓ ଭାଇରାଲ ମାମଲା: ବିଜେଡ଼ି ସାଂସଦ ପ୍ରାର୍ଥୀଙ୍କ ବିରୋଧରେ ସାଇବର ଥାନାରେ ଏତଲା

April 30, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ବିଜେଡି ଆଦିବାସୀ, କୃଷକ, ଦଳିତ ଓ ଓବିସି ବିରୋଧୀ ବୋଲି ଓଡ଼ିଶାବାସୀ ଜାଣିଛନ୍ତି। ପୂର୍ବରୁ ବିଜେଡି ଆଦିବାସୀଙ୍କ ଜମିକୁ ପୁଞ୍ଜୀପତି ମାନଙ୍କୁ ବିକ୍ରି କରିବା ପାଇଁ ଚକ୍ରାନ୍ତ କରିଥିଲା ଯାହାକୁ ନେଇ ବିଜେପି ବିଧାନସଭାରେ ସ୍ୱର ଉଠାଇଥିଲା ଓ ବିଜେଡି ସରକାର ପଛକୁ ଘୂଚିଂଥିଲା। ଏବେ ପୁଣି ନିର୍ବାଚନ ସମୟରେ ବିଜେଡି ସରଳ ଆଦିବାସୀମାନଙ୍କ ମନରେ ବିଷ ଭରିବା ପାଇଁ ଚାହୁଁଛି।

ବିଜୁ ଜନତା ଦଳର ନବରଙ୍ଗପୁରର ସାଂସଦ ପ୍ରାର୍ଥୀ ପ୍ରଦୀପ ମାଝୀ ଏକ ନିର୍ବାଚନୀ ସଭାରେ ଗୃହମନ୍ତ୍ରୀ ଅମିତ ଶାହଙ୍କ ଏକ ନକଲି ଭିଡିଓ ଦେଖାଇ ବିଜେପିକୁ ଭୋଟ ନଦେବା ପାଇଁ କହୁଛନ୍ତି। ଏହା କେବଳ ଆଚରଣ ବିଧିର ଘୋର ଉଲଘଂନ ନୁହେଁ ବରଂ ଆଦିବାସୀମାନଙ୍କୁ ହିଂସା କରିବା ପାଇଁ ଉସକାଇବାର ଅପଚେଷ୍ଟା। ଜାତୀୟ ସ୍ତରରେ କଂଗ୍ରେସ ଦଳ ଓ ଓଡ଼ିଶାରେ ବିଜେଡି ବର୍ତମାନ ଗୋଟିଏ ଡଙ୍ଗାରେ ବସି ଗୃହମନ୍ତ୍ରୀ ଅମିତ ଶାହଙ୍କର ନକଲି ଭିଡିଓ ନେଇ ଅପପ୍ରଚାର କରୁଛନ୍ତି। ଯେଉଁମାନେ ଏଭଳି ଶସ୍ତା ଏବଂ ମନ୍ଦ ଉପାୟରେ ରାଜନୀତି କରିବାକୁ ଯାଇ ଦେଶର ବାତାବରଣ ନଷ୍ଟ କରିବା ପାଇଁ ଷଡଯନ୍ତ୍ର କରୁଛନ୍ତି ସେମାନଙ୍କୁ ଗିରଫ କରିବା ଦାବିରେ ପୂର୍ବତନ ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ନେତୃତ୍ୱରେ ବିଜେପିର ଏକ ପ୍ରତିନିଧିମଣ୍ଡଳୀ ଆଜି ସାଇବର ଥାନାରେ ଏତଲା ଦେଇଛନ୍ତି।

ଭୋଟ ବେଳେ ବିଜେଡି ସର୍ବଦା ନୂଆ ନୂଆ କାର୍ଯ୍ୟ କରି ଆଦର୍ଶ ଆଚରଣ ବିଧିର ଖୋଲା ଉଲଘଂନ କରିଆସୁଛି। ବିଜେଡି ନିର୍ବାଚନ ହାରିବା ଭୟରେ ଗୃହମନ୍ତ୍ରୀ ଅମିତ ଶାହଙ୍କୁ ବଦନାମ କରିବାକୁ ପଛାଇନାହିଁ। ଦେଶର ଗୃହମନ୍ତ୍ରୀ ଅମିତ ଶାହଙ୍କ ଏକ ମିଥ୍ୟା ଭିଡିଓ ସାମାଜିକ ଗଣମାଧ୍ୟମରେ ଘୂରି ବୁଲୁଛି। ଏହି ମିଥ୍ୟା ଭିଡିଓକୁ ଆଶ୍ରା କରି ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କ ଗୁମାସ୍ତାଙ୍କ ନିର୍ଦ୍ଦେଶରେ ନବରଙ୍ଗପୁରର ସାଂସଦ ପ୍ରାର୍ଥୀ ପ୍ରଦୀପ ମାଝୀ କହିଛନ୍ତି, ଅମିତ ଶାହ ଗର୍ଜନ କରି କହୁଛନ୍ତି ରାଜ୍ୟରେ ଯେଉଁ ସଂରକ୍ଷଣ(କୋଟା) ଅଛି ତାହାକୁ କୁଆଡେ ଉଠାଇଦେବେ। ଅମିତ ଶାହଙ୍କ ଏହି ଫେକ୍ ଭିଡିଓ କଂଗ୍ରେସ ତିଆରି କରିଥିଲା ଯାହାକୁ କଂଗ୍ରେସରୁ ଯାଇ ବିଜେଡିରେ ମିଶି ପ୍ରାର୍ଥୀ ହୋଇଥିବା ପ୍ରଦୀପ ମାଝୀ ପ୍ରଚାର ବେଳେ ବ୍ୟବହାର କରିଛନ୍ତି। ନିଜକୁ ଆଦିବାସୀଙ୍କ ପୁଅ କହୁଥିବା ପ୍ରଦୀପ ମାଝୀ କ’ଣ ଫେକ୍ ଭିଡିଓ ଦେଖାଇ ରାଜ୍ୟରେ ହିଂସା କରିବାକୁ ଚାହୁଁଛନ୍ତି କି? ଯେତେବେଳେ ରାଜ୍ୟ ସରକାର ଆଦିବାସୀମାନଙ୍କ ଜମିକୁ ପୁଞ୍ଜୀପତିମାନଙ୍କ ହାତରେ ବିକ୍ରି କରିଦେବା ପାଇଁ କାନୁନ ଆଣିଥିଲେ ସେତେବେଳେ ବିଜେଡିର ସାଂସଦ ପ୍ରାଦୀପ ମାଝୀ କୁଆଡେ ଯାଇଥିଲେ ବୋଲି ଶ୍ରୀ ମହାନ୍ତି ପ୍ରଶ୍ନ କରିଛନ୍ତି।

ଏହି ଅବସରରେ ରାଜ୍ୟ ସମ୍ପାଦକ କସ୍ତୁରୀ ମିଶ୍ର, ରାଜ୍ୟ ମୁଖପାତ୍ର ଦିଲୀପ ମଲ୍ଲିକ, ଅନିଲ ବିଶ୍ୱାଳ, ରାଜ୍ୟ ଗଣମାଧ୍ୟମ ସଂଯୋଜକ ସୁଜିତ୍ କୁମାର ଦାସ, ଆଇନଜୀବୀ ପ୍ରଦୀପ ପଟ୍ଟନାୟକ, ରାଜ୍ୟ ନିର୍ବାଚନ ସେଲ୍ ସଂଯୋଜକ ଜୟନ୍ତ ଜେନା ପ୍ରମୁଖ ଉପସ୍ଥିତ ଥିଲେ।

ଅମିତ ଶାହ ପ୍ରଦୀପ ମାଝୀ ବିଜେଡି ବିଜେପି
Share. Facebook Twitter LinkedIn Email WhatsApp Copy Link

Related Posts

ଲଦାଖରେ ଶାନ୍ତି, ସ୍ଥିରତା ଓ ବିଶ୍ୱାସର ପରିବେଶ ଗଢ଼ିବାକୁ ସରକାର ପ୍ରତିବଦ୍ଧ

March 14, 2026

କୋଲକାତାରେ ୧୮୭୦୦ କୋଟିର ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

March 14, 2026

୨୦୨୬ ଆଇପିଏଲ ପୂର୍ବରୁ ଦିଲ୍ଲୀ କ୍ୟାପିଟାଲ୍ସକୁ ବଡ଼ ଝଟକା: ହଠାତ୍ ଇସ୍ତଫା ଦେଲେ ଦଳର ମେଣ୍ଟର

March 14, 2026

ପୋଲିସ୍ ଭବନଠାରେ ‘ଜୁଭେନଟିକା– ଡିଜିଟାଲ୍ ଅଧିକାର ଏବଂ ଶିଶୁଙ୍କ ସୁରକ୍ଷା’ ଶୀର୍ଷକ ଆଲୋଚନା ଚକ୍ର

March 14, 2026
Latest News

ଲଦାଖରେ ଶାନ୍ତି, ସ୍ଥିରତା ଓ ବିଶ୍ୱାସର ପରିବେଶ ଗଢ଼ିବାକୁ ସରକାର ପ୍ରତିବଦ୍ଧ

March 14, 2026

କୋଲକାତାରେ ୧୮୭୦୦ କୋଟିର ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

March 14, 2026

୨୦୨୬ ଆଇପିଏଲ ପୂର୍ବରୁ ଦିଲ୍ଲୀ କ୍ୟାପିଟାଲ୍ସକୁ ବଡ଼ ଝଟକା: ହଠାତ୍ ଇସ୍ତଫା ଦେଲେ ଦଳର ମେଣ୍ଟର

March 14, 2026

ପୋଲିସ୍ ଭବନଠାରେ ‘ଜୁଭେନଟିକା– ଡିଜିଟାଲ୍ ଅଧିକାର ଏବଂ ଶିଶୁଙ୍କ ସୁରକ୍ଷା’ ଶୀର୍ଷକ ଆଲୋଚନା ଚକ୍ର

March 14, 2026

ବଡବାହାଳ ଛକରୁ ଗଂଜେଇ ଜବତ: ୩ ଗିରଫ

March 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.