Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଜେଡ଼ିରେ ଯୋଗ ଦେଲେ ଭୁବନେଶ୍ୱର-ଉତ୍ତରର ବରିଷ୍ଠ ବିଜେପି ନେତା ଯୁଗାଂଶୁ ଶେଖର ପଣ୍ଡା
ଆଜିର ଖବର

ବିଜେଡ଼ିରେ ଯୋଗ ଦେଲେ ଭୁବନେଶ୍ୱର-ଉତ୍ତରର ବରିଷ୍ଠ ବିଜେପି ନେତା ଯୁଗାଂଶୁ ଶେଖର ପଣ୍ଡା

May 5, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link
ବିଜେଡ଼ିରେ ଯୋଗ ଦେଲେ ଭୁବନେଶ୍ୱର-ଉତ୍ତରର ବରିଷ୍ଠ ବିଜେପି ନେତା ଯୁଗାଂଶୁ ଶେଖର ପଣ୍ଡା

ଭୁବନେଶ୍ୱର: ଭୁବନେଶ୍ୱର ଉତ୍ତର ନିର୍ବାଚନମଣ୍ଡଳୀର ବିଜେପିର ବରିଷ୍ଠ ନେତା ଯୁଗାଂଶୁ ଶେଖର ପଣ୍ଡାଙ୍କ ସହ ଶତାଧିକ କଂଗ୍ରେସ ଓ ବିଜେପି କର୍ମକର୍ତ୍ତା ଓ ନିର୍ବାଚିତ ପ୍ରତିନିଧି ଆଜି ଶଙ୍ଖଭବନ ଠାରେ ରାଜ୍ୟସଭା ସାଂସଦ ଡକ୍ଟର ସସ୍ମିତ ପାତ୍ର, ଭୁବନେଶ୍ୱର-ଉତ୍ତର ବିଧାୟକ ସୁଶାନ୍ତ ରାଉତ, ମତ୍ସ୍ୟନିଗମ ଅଧ୍ୟକ୍ଷ ସୁବାସ ପାତ୍ରଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ ଦେଇଛନ୍ତି।

ଦଳରେ ସାମିଲ୍ ହୋଇଥିବା ଯୁଗାଂଶୁ ଶେଖର ପଣ୍ଡାଙ୍କ ସହ ଶତାଧିକ ବିଜେପି ଓ କଂଗ୍ରେସ କର୍ମୀଙ୍କୁ ଡକ୍ଟର ପାତ୍ର, ଶ୍ରୀ ରାଉତ ଓ ଶ୍ରୀ ପାତ୍ର ଉପଢୌକନ ଦେଇ ସ୍ୱାଗତ କରିଥିଲେ। ଆଜି ବିଜେପି ଓ କଂଗ୍ରେସ କର୍ମୀମାନଙ୍କ ଯୋଗଦାନ ଫଳରେ ବିଶେଷକରି ଭୁବନେଶ୍ୱର-ଉତ୍ତର ନିର୍ବାଚନମଣ୍ଡଳୀରେ ଦଳୀୟ ସଂଗଠନ ଆହୁରି ମଜଭୂତ ହେବ ବୋଲି ଡକ୍ଟର ପାତ୍ର, ଶ୍ରୀ ରାଉତ ଓ ଶ୍ରୀ ପାତ୍ର କହିଥିଲେ।

ଏହି ଅବସରରେ ବିଜେଡ଼ିରେ ସାମିଲ୍ ହୋଇଥିବା ଯୁଗାଂଶୁ ଶେଖର ପଣ୍ଡା ନିଜ ପ୍ରତିକ୍ରିୟାରେ କହିଥିଲେ ଯେ, ମାନ୍ୟବର ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଲୋକାଭିମୁଖୀ କାର୍ଯ୍ୟ, ସ୍ୱଚ୍ଛ ଶାସନ, ନିର୍ମଳ ଭାବମୂର୍ତ୍ତି ଓ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଆଜି ବିଧିବଦ୍ଧ ଭାବେ ବିଜେଡିରେ ଯୋଗ ଦେଲି। ନୂତନ ଓଡ଼ିଶା ଗଠନ ଦିଗରେ ମୁଖ୍ୟମନ୍ତ୍ରୀ ଆମକୁ ଯାହା ଦାୟିତ୍ୱ ଦେବେ ତାକୁ ସୂଚାରୁ ରୂପେ ତୁଲାଇବୁ। ଦଳରେ ମୋତେ ଏବଂ ମୋ ସହ ଯୋଗ ଦେଇଥିବା ସମସ୍ତ ବିଜେପି ଓ କଂଗ୍ରେସ କର୍ମୀଙ୍କୁ ଗ୍ରହଣ କରିଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଦଳର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଏବଂ ସମସ୍ତ ନେତୃବୃନ୍ଦଙ୍କୁ କୃତଜ୍ଞତା ଜ୍ଞାପନ କରୁଛି ।

ଏହି ମିଶ୍ରଣ ପର୍ବରେ ବିଜେପି ନେତା ନିରଞ୍ଜନ ସାହୁ, ନିରଞ୍ଜନ ପାତ୍ର, ନିରୂପମା ପାତ୍ର, ସ୍ମୃତି ରଂଜନ ମହାନ୍ତି, ଅନାମ ଚନ୍ଦ୍ର ପ୍ରଧାନ, ଆଲୋକ ରଂଜନ ପତି, ଶ୍ରୀଧର ବଳିୟାରସିଂହ, ମଧୁସ୍ମିତା ପରିଡା, ଅଭୟ ମିଶ୍ର, , ମୋହିନୀ ବେହେରା, ମନୋଜ କୁମାର ସାହୁ, ରଙ୍କନୀଧି ସାହୁ, ରାଜେନ୍ଦ୍ର ମହାନ୍ତି, ସ୍ୱାଗତ ରଂଜନ ବେହେରା, ହେମନ୍ତ ବାରିକ, ଜ୍ଞାନରଂଜନ ବେହେରା, ପ୍ରଣବ ପାଣୀ, କଂଗ୍ରେସ ନେତା ଶିବା ରେଡ୍ଡୀ, ସୁଲେଖା ରେଡ୍ଡୀ, ସଂଜୟ ପାତ୍ର, ବିକାଶ ରାଉତ, ନିବାଶ ଭୋଇ ଓ ତାପସ ଜେନାଙ୍କ ସହ ଶତାଧିକ କର୍ମୀ ବିଜେଡ଼ିରେ ସାମିଲ ହୋଇଥିଲେ।

ବିଜେଡି ମିଶ୍ରଣ ପର୍ବ
Share. Facebook Twitter LinkedIn Email WhatsApp Copy Link

Related Posts

ବିସ୍ତୃତ ରାଶିଫଳ: ଜୁନ ୩୦ ତାରିଖ ମଙ୍ଗଳବାରରେ ଏହି ସାତୋଟି ରାଶିର ବ୍ୟକ୍ତି ହେବେ ମାଲେମାଲ

June 30, 2026

ପେଟ୍ରୋଲ ଓ ଡିଜେଲ ବିକ୍ରି ଏବଂ ବଣ୍ଟନ ଉପରେ ଅସ୍ଥାୟୀ କଟକଣା ପ୍ରତ୍ୟାହୃତ

June 30, 2026

ସଂଶୋଧିତ ପୁସ୍ତକ ଯୋଗାଇ ଦିଆଯିବ – ମନ୍ତ୍ରୀ

June 29, 2026

ବାଣପୁରରେ ଯୁବକଙ୍କ ମୃତ୍ୟୁ ମାମଲା: ହେପାଜତ ହିଂସା ଅଭିଯୋଗକୁ ଖଣ୍ଡନ କଲା ପୋଲିସ, ପୋଷ୍ଟମର୍ଟମ ରିପୋର୍ଟକୁ ଅପେକ୍ଷା

June 29, 2026
Latest News

ବିସ୍ତୃତ ରାଶିଫଳ: ଜୁନ ୩୦ ତାରିଖ ମଙ୍ଗଳବାରରେ ଏହି ସାତୋଟି ରାଶିର ବ୍ୟକ୍ତି ହେବେ ମାଲେମାଲ

June 30, 2026

ପେଟ୍ରୋଲ ଓ ଡିଜେଲ ବିକ୍ରି ଏବଂ ବଣ୍ଟନ ଉପରେ ଅସ୍ଥାୟୀ କଟକଣା ପ୍ରତ୍ୟାହୃତ

June 30, 2026

ସଂଶୋଧିତ ପୁସ୍ତକ ଯୋଗାଇ ଦିଆଯିବ – ମନ୍ତ୍ରୀ

June 29, 2026

ବାଣପୁରରେ ଯୁବକଙ୍କ ମୃତ୍ୟୁ ମାମଲା: ହେପାଜତ ହିଂସା ଅଭିଯୋଗକୁ ଖଣ୍ଡନ କଲା ପୋଲିସ, ପୋଷ୍ଟମର୍ଟମ ରିପୋର୍ଟକୁ ଅପେକ୍ଷା

June 29, 2026

Puri News: ମହାପ୍ରଭୁଙ୍କ ଗଜାନନ ବେଶ ଦେଖି ଭକ୍ତ ବିଭୋର, ମଙ୍ଗଳବାରଠାରୁ ପଟ୍ଟିଦିଅଁ ଦର୍ଶନ

June 29, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.