Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଶ୍ୱ ଦକ୍ଷତା କେନ୍ଦ୍ରରେ “ସ୍କୁଲ ଅଫ୍ ଇଞ୍ଜିନିୟରିଂ” ବିଭାଗର ସମାବର୍ତ୍ତନ ଉତ୍ସବ
ଆଜିର ଖବର

ବିଶ୍ୱ ଦକ୍ଷତା କେନ୍ଦ୍ରରେ “ସ୍କୁଲ ଅଫ୍ ଇଞ୍ଜିନିୟରିଂ” ବିଭାଗର ସମାବର୍ତ୍ତନ ଉତ୍ସବ

May 11, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ବିଶ୍ୱ ଦକ୍ଷତା କେନ୍ଦ୍ରର “ସ୍କୁଲ ଅଫ୍ ଇଞ୍ଜିନିୟରିଂ” ବିଭାଗର ତୃତୀୟ ସମାବର୍ତ୍ତନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଶୁକ୍ରବାର ଦିନ ହୋଇଥିବା ଏହି କାର୍ଯ୍ୟକ୍ରମରେ ୨୦୨୩-୨୪ ବ୍ୟାଚରେ ତାଲିମ ପାଠ୍ୟକ୍ରମ ଶେଷ କରିଥିବା ଛାତ୍ରଛାତ୍ରୀମାନଙ୍କୁ ସାର୍ଟିଫିକେଟ ପ୍ରଦାନ କରାଯାଇଥିଲା।

“ସ୍କୁଲ ଅଫ୍ ଇଞ୍ଜିନିୟରିଂ” ବିଭାଗ ଅଧୀନରେ ବର୍ତ୍ତମାନ ମୋଟ ୫ଟି ଅତ୍ୟାଧୁନିକ ବିଷୟରେ ଛାତ୍ରଛାତ୍ରୀମାନଙ୍କୁ ତାଲିମ ଦିଆଯାଉଛି। ତେବେ ୨୦୨୩-୨୪ ବ୍ୟାଚରେ ମେକାଟ୍ରୋନିକ୍ସ, ମେକାନିକାଲ ଆଣ୍ଡ ଇଲେକ୍ଟ୍ରିକାଲ ସର୍ଭିସେସ୍‌, ଏୟାର କଣ୍ଡିସନିଂ ଆଣ୍ଡ ରେଫ୍ରିଜରେସନ୍ ଏବଂ ଇଲେକ୍ଟ୍ରିକାଲ ଟେକ୍ନୋଲୋଜି ବିଷୟରେ ତାଲିମ ଶେଷ କରି ଛାତ୍ରଛାତ୍ରୀମାନେ ବାହାରିଛନ୍ତି।

ଏହି ତୃତୀୟ ସମାବର୍ତ୍ତନ ଉତ୍ସବ ଅବସରରେ ପ୍ରତ୍ୟେକ ବିଷୟରୁ ପ୍ରଥମ ତିନୋଟି ସ୍ଥାନ ଅଧିକାର କରିଥିବା ଛାତ୍ରଛାତ୍ରୀଙ୍କୁ ଯଥାକ୍ରମେ ସ୍ୱର୍ଣ୍ଣ, ରୌପ୍ୟ ଓ ବ୍ରୋଞ୍ଜ ପଦକ ପ୍ରଦାନ କରାଯାଇଥିଲା। ଏହିଭଳି ମୋଟ ୧୨ ଜଣ ଛାତ୍ରଛାତ୍ରୀଙ୍କୁ ପଦକ ଦିଆଯାଇଥିଲା।

ଇଲେକ୍ଟ୍ରିକାଲ ଟେକ୍ନୋଲୋଜିରୁ ରାଭା ଅନନ୍ତ କୁମାର ସ୍ୱର୍ଣ୍ଣ ପାଇଥିବା ବେଳେ ରୋଶନ କୁମାର ବ୍ରହ୍ମା ରୌପ୍ୟ ଓ ବିପ୍ଲବ ସାହୁ ବ୍ରୋଞ୍ଜ ପଦକ ପାଇଛନ୍ତି। ମେକାଟ୍ରୋନିକ୍ସ ଟ୍ରେଡରେ ସୁନିଲ ମହାପାତ୍ରଙ୍କୁ ସ୍ୱର୍ଣ୍ଣ, ବିକ୍ରମ ସାହୁଙ୍କୁ ରୌପ୍ୟ, ସୁଜିତ କୁମାର ବିଶୋଇଙ୍କୁ ବ୍ରୋଞ୍ଜ ମିଳିଥିଲା । ଏୟାର କଣ୍ଡିସନିଂ ଆଣ୍ଡ ରେଫ୍ରିଜରେସନର ଛାତ୍ର ପଦ୍ମଲୋଚନ ସାହୁଙ୍କୁ ସ୍ୱର୍ଣ୍ଣ, ସନ୍ତୋଷ କୁମାର ପ୍ରଧାନଙ୍କୁ ରୌପ୍ୟ ଏବଂ ବିଜୁ ରାଉତଙ୍କୁ ବ୍ରୋଞ୍ଜ ମିଳିଥିଲା।

ସେହିପରି ମେକାନିକାଲ ଆଣ୍ଡ ଇଲେକ୍ଟ୍ରିକାଲ ସର୍ଭିସେସର ଛାତ୍ର ସୁଦୟ ନାଏକ, ଚିନ୍ମୟ କୁମାର ବାରିକଙ୍କୁ ରୌପ୍ୟ ଏବଂ ଲକ୍ଷ୍ମୀନାରାୟଣ ଦାଶଙ୍କୁ ବ୍ରୋଞ୍ଜ ପଦକ ପ୍ରଦାନ କରାଯାଇଥିଲା। ଇଲେକ୍ଟ୍ରିକାଲ ଟେକ୍ନୋଲୋଜିର ଛାତ୍ର ଆକାଶ କୁମାର ସାହୁଙ୍କୁ ବେଷ୍ଟ ଟ୍ରେନି ଭାବେ ପୁରସ୍କାର ପାଇଛନ୍ତି।

ଏହି କାର୍ଯ୍ୟକ୍ରମରେ ନିୟୋଜନ ନିର୍ଦ୍ଦେଶାଳୟର ନିର୍ଦ୍ଦେଶକ ତଥା ଓଡ଼ିଶା ଦକ୍ଷତା ବିକାଶ ପ୍ରାଧିକରଣର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ରଶ୍ମିତା ପଣ୍ଡା ମୁଖ୍ୟଅତିଥି ଭାବେ ଯୋଗଦେଇ ବିଦାୟୀ ଛାତ୍ରଛାତ୍ରୀମାନଙ୍କୁ ଅଭିନନ୍ଦନ ଜଣାଇଥିଲେ। ସେହିପରି ଅନୁସୂଚିତ ଜାତି କଲ୍ୟାଣର ନିର୍ଦ୍ଦେଶକ ଲକ୍ଷ୍ମଣ କୁମାର ମଲ୍ଲିକ ଏବଂ ଓଏଓଏଫଡିସିର ପରିଚାଳନା ନିର୍ଦ୍ଦେଶକ ଲକ୍ଷ୍ମୀକାନ୍ତ ପ୍ୟାରେଲାଲ ପ୍ରଧାନ ପ୍ରମୁଖ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ।

ଏହି ସମାବର୍ତ୍ତନ ଉତ୍ସବରେ ବିଶ୍ୱ ଦକ୍ଷତା କେନ୍ଦ୍ରର ଅଧ୍ୟକ୍ଷ ଟି ଥମ୍ବିରାଜା ସ୍ୱାଗତ ଭାଷଣ ଦେଇଥିବା ବେଳେ ଉପାଧ୍ୟକ୍ଷ ଡକ୍ଟର ଶୁଭଙ୍ଗ କିଶୋର ଦାସ ଧନ୍ୟବାଦ ପ୍ରଦାନ କରିଥିଲେ। କାର୍ଯ୍ୟକ୍ରମରେ ସ୍କୁଲ ଅଫ୍ ଇଞ୍ଜିନିୟରିଂ ବିଭାଗର ନିର୍ଦ୍ଦେଶକ ପିଚାଇନ୍ ଆନ୍ଥୋନିସାମି, ସ୍କୁଲ ଅଫ୍ ସର୍ଭିସେସର ନିର୍ଦ୍ଦେଶକ ଲିମ୍ ଲାଇ ସୁନ୍ ପ୍ରମୁଖ ଯୋଗ ଦେଇଥିଲେ।

ବିଶ୍ୱ ଦକ୍ଷତା କେନ୍ଦ୍ର ସମାବର୍ତ୍ତନ ଉତ୍ସବ ସ୍କୁଲ ଅଫ୍ ଇଞ୍ଜିନିୟରିଂ
Share. Facebook Twitter LinkedIn Email WhatsApp Copy Link

Related Posts

ମହିଳା ଓ ଶିଶୁ ସୁରକ୍ଷା ନିମନ୍ତେ ଦିନିକିଆ କର୍ମଶାଳା

September 9, 2025

ସ୍ୱଚ୍ଛ ବାୟୁ ସର୍ବେକ୍ଷଣ ଏବଂ ଆର୍ଦ୍ରଭୂମି ସହର ମାନ୍ୟତା ପୁରସ୍କାର ପ୍ରଦାନ କଲେ କେନ୍ଦ୍ର ମନ୍ତ୍ରୀ

September 9, 2025

ବିଜେଡିକୁ ପୁଣି ତେରଚ୍ଛା ବାଣ ମାରିଲେ ପୂର୍ବତନ ସାଂସଦ ତଥାଗତ ଶତପଥୀ, କହିଲେ…

September 9, 2025

ଦୁବାଇରେ ଐତିହାସିକ UPI-UPU ଏକୀକରଣର ଶୁଭାରମ୍ଭ କଲେ କେନ୍ଦ୍ରମନ୍ତ୍ରୀ

September 9, 2025
Latest News

ମହିଳା ଓ ଶିଶୁ ସୁରକ୍ଷା ନିମନ୍ତେ ଦିନିକିଆ କର୍ମଶାଳା

September 9, 2025

ବାଣପୁର: ପଞ୍ଚାୟତ ସ୍ତରୀୟ ଅନ୍ତଃରାଜ୍ୟ ପ୍ରବାସୀ ଶ୍ରମିକ ସଚେତନତା ଶିବିର

September 9, 2025

ସ୍ୱଚ୍ଛ ବାୟୁ ସର୍ବେକ୍ଷଣ ଏବଂ ଆର୍ଦ୍ରଭୂମି ସହର ମାନ୍ୟତା ପୁରସ୍କାର ପ୍ରଦାନ କଲେ କେନ୍ଦ୍ର ମନ୍ତ୍ରୀ

September 9, 2025

ବିଜେଡିକୁ ପୁଣି ତେରଚ୍ଛା ବାଣ ମାରିଲେ ପୂର୍ବତନ ସାଂସଦ ତଥାଗତ ଶତପଥୀ, କହିଲେ…

September 9, 2025

ସିପି ରାଧାକୃଷ୍ଣନ୍ ହେଲେ ଦେଶର ନୂତନ ଉପରାଷ୍ଟ୍ରପତି, ଜାଣନ୍ତୁ କେତେ ମିଳିଲା ଭୋଟ?

September 9, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.