Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସମ୍ ହସ୍ପିଟାଲ୍ ପକ୍ଷରୁ ଆନ୍ତର୍ଜାତିକ ସେବିକା ସପ୍ତାହ ପାଳିତ
ଆଜିର ଖବର

ସମ୍ ହସ୍ପିଟାଲ୍ ପକ୍ଷରୁ ଆନ୍ତର୍ଜାତିକ ସେବିକା ସପ୍ତାହ ପାଳିତ

May 11, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍ ରାଜ୍ୟ ସରକାରଙ୍କ ପକ୍ଷରୁ ଲଗାତର ୨୦୨୨ ଓ ୨୦୨୩ରେ ଶ୍ରେଷ୍ଠ ବିଏସ୍‌କେୱାଇ ହସ୍ପିଟାଲ୍‌ର ମାନ୍ୟତା ପାଇଥିବା ବେଳେ କରୋନା ମହାମାରୀ ସମୟରେ ଚିକିତ୍ସା ଓ ପରିଚାଳନା ନେଇ ଶ୍ରେଷ୍ଠ କୋଭିଡ ହସ୍ପିଟାଲ୍ ଭାବେ ପରିଗଣିତ ହୋଇଛି। ତେବେ ହସ୍ପିଟାଲ୍ ଏହି ସବୁ ପ୍ରତିଷ୍ଠା ପାଇବା କ୍ଷେତ୍ରରେ ଡାକ୍ତରମାନଙ୍କ ସହିତ ନର୍ସମାନଙ୍କ ଅବଦାନର ବଡ଼ ଗୁରୁତ୍ୱ ରହିଛି ବୋଲି ହସ୍ପିଟାଲ୍‌ର ମେଡିକାଲ୍ ସୁପରିଟେଣ୍ଡେଂଟ ପ୍ରଫେସର (ଡାକ୍ତର) ପୁଷ୍ପରାଜ ସାମନ୍ତସିଂହାର କହିଛନ୍ତି।

ଆଇଏମଏସ୍ ଆଣ୍ଡ ସମ୍ ହସ୍ପିଟାଲ୍ ପକ୍ଷରୁ ମଙ୍ଗଳବାର ଆନ୍ତର୍ଜାତିକ ସେବିକା ସପ୍ତାହ ପାଳନ ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗ ଦେଇ ପ୍ରଫେସର ସାମନ୍ତସିଂହାର କହିଛନ୍ତି ଯେ ଡାକ୍ତରମାନେ ରୋଗୀମାନଙ୍କର ପରୀକ୍ଷା, ରୋଗ ନିରୂପଣ ଓ ଚିକିତ୍ସା କରୁଥିôବା ବେଳେ ନର୍ସମାନେ ୨୪ ଘଂଟା ଧରି ରୋଗୀମାନଙ୍କର ସେବା କରିଥାନ୍ତି। ତେଣୁ ସେମାନଙ୍କର କାର୍ଯ୍ୟ ଅନେକ ଗୁରୁତ୍ୱପୂର୍ଣ୍ଣ।

ଏହି ଅବସରରେ ରାଜ୍ୟ ସରକାରଙ୍କ ନର୍ସିଂ ବିଭାଗର ନିର୍ଦ୍ଦେଶକ ଡାକ୍ତର ଆର୍ତବନ୍ଧୁ ନାୟକ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ମେ ୧୨ ତାରିଖକୁ ନର୍ସିଂ ଦିବସ ଭାବେ ପାଳନ କରାଯାଉଥିବା କହିବା ସହ ସ୍ୱାସ୍ଥ୍ୟ ବିଭାଗ କ୍ଷେତ୍ରରେ ନର୍ସମାନଙ୍କର ଅବଦାନ ଅତୁଳନୀୟ ବୋଲି କହିଥିଲେ। ତେଣୁ ସେମାନଙ୍କୁ ପ୍ରୋତ୍ସାହିତ କରିବା ସମସ୍ତଙ୍କର ଦାୟିତ୍ୱ ବୋଲି ସେ କହିଥିଲେ।

କାର୍ଯ୍ୟକ୍ରମରେ ବ୍ରହ୍ମକୁମାରୀ ରାଜଯୋଗିନୀ ବି.କେ. ନମିତା ମୁଖ୍ୟ ବକ୍ତା ଭାବେ ଯୋଗ ଦେଇ ମାନସିକ ଚାପର ପରିଚାଳନା ଏବଂ ଏ କ୍ଷେତ୍ରରେ ଧ୍ୟାନ କରିବାର ମହତ୍ୱ ସମ୍ପର୍କରେ ବକ୍ତବ୍ୟ ରଖିଥିଲେ।

କାର୍ଯ୍ୟକ୍ରମରେ ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ର ନର୍ସିଂ ସୁପରିଟେଣ୍ଡେଂଟ ମିନତୀ ମିଶ୍ର ସ୍ୱାଗତ ଭାଷଣ ପ୍ରଦାନ କରିବା ସହ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ଏହି ଅବସରରେ ସେ ଫ୍ଲୋରେନ୍ସ ନାଇଟିଙ୍ଗଲଙ୍କର ସେବା କାର୍ଯ୍ୟ ସମ୍ପର୍କରେ ବିସ୍ତୃତ ଭାବେ ବର୍ଣ୍ଣନା କରିଥିଲେ।

କାର୍ଯ୍ୟକ୍ରମରେ ଆଡିସ୍ନାଲ୍ ନର୍ସିଂ ସୁପରିଟେଣ୍ଡେଂଟ ଶୋଭାମଞ୍ଜରୀ ସାମଲ ବକ୍ତବ୍ୟ ରଖିଥିବା ବେଳେ ଡେପୁଟି ନସିଂ ସୁପରିଟେଣ୍ଡେଂଟ ନିରୂପମା ଡଗର ଧନ୍ୟବାଦ ଅର୍ପଣ କରିଥିଲେ। ସେବିକା ସପ୍ତାହ ଦିବସ ପାଳନ ଅବସରରେ ଆୟୋଜିତ ବିଭିନ୍ନ ପ୍ରତିଯୋଗିତାରେ କୃତି ପ୍ରତିଯୋଗୀମାନଙ୍କୁ ଏହି ଅବସରରେ ପୁରସ୍କୃତ କରାଯାଇଥିଲା। ଏହି କାର୍ଯ୍ୟକ୍ରମ ସମସ୍ତ କ୍ଲିନିକାଲ୍ ଓ ନନ୍‌କ୍ଲିନିକାଲ୍ ବିଭାଗୀୟ ମୁଖ୍ୟ, ସମସ୍ତ ଡିଏନ୍‌ଏସ୍‌, ଏଏନ୍‌ଏସ୍‌, ନର୍ସିଂ ଅଫିସର, ଇନ୍‌ଟର୍ଣ୍ଣ ଓ ଛାଚ୍ରଛାତ୍ରୀ ଉପସ୍ଥିତ ଥିଲେ।

ସମ୍ ହସ୍ପିଟାଲ୍
Share. Facebook Twitter LinkedIn Email WhatsApp Copy Link

Related Posts

ରିଲାଏନ୍ସ ରିଟେଲ୍ ଦ୍ୱାରା ହିମାଳୟର ପ୍ରାକୃତିକ ଉତ୍ପାଦ ଉପରେ ଆଧାରିତ ସ୍କିନକେୟାର ବ୍ରାଣ୍ଡ ଅଧିଗ୍ରହଣ

March 9, 2026

ବିଶାଖାପାଟଣା–ରାୟଗଡା ମଧ୍ୟରେ ସମ୍ପୂର୍ଣ୍ଣ ମହିଳା କର୍ମଚାରୀଙ୍କ ଦ୍ୱାରା ପରିଚାଳିତ ଟ୍ରେନ୍‌ର ଶୁଭାରମ୍ଭ

March 9, 2026

ବିଶ୍ୱକପରେ ଚମତ୍କାର ପ୍ରଦର୍ଶନ କରିଥିବା ଇଶାନ କିଶାନଙ୍କୁ କେତେ ପୁରସ୍କାର ରାଶି ମିଳିଥିଲା?: ଜାଣନ୍ତୁ….

March 9, 2026

ପୂର୍ବତଟ ରେଳପଥ ମଧ୍ୟଦେଇ ଚଳାଚଳ କରିବ ଦୁଇଟି ନୂତନ ଅମୃତ ଭାରତ ଏକ୍ସପ୍ରେସ ଟ୍ରେନ

March 9, 2026
Latest News

ରିଲାଏନ୍ସ ରିଟେଲ୍ ଦ୍ୱାରା ହିମାଳୟର ପ୍ରାକୃତିକ ଉତ୍ପାଦ ଉପରେ ଆଧାରିତ ସ୍କିନକେୟାର ବ୍ରାଣ୍ଡ ଅଧିଗ୍ରହଣ

March 9, 2026

ବିଶାଖାପାଟଣା–ରାୟଗଡା ମଧ୍ୟରେ ସମ୍ପୂର୍ଣ୍ଣ ମହିଳା କର୍ମଚାରୀଙ୍କ ଦ୍ୱାରା ପରିଚାଳିତ ଟ୍ରେନ୍‌ର ଶୁଭାରମ୍ଭ

March 9, 2026

ବିଶ୍ୱକପରେ ଚମତ୍କାର ପ୍ରଦର୍ଶନ କରିଥିବା ଇଶାନ କିଶାନଙ୍କୁ କେତେ ପୁରସ୍କାର ରାଶି ମିଳିଥିଲା?: ଜାଣନ୍ତୁ….

March 9, 2026

ପୂର୍ବତଟ ରେଳପଥ ମଧ୍ୟଦେଇ ଚଳାଚଳ କରିବ ଦୁଇଟି ନୂତନ ଅମୃତ ଭାରତ ଏକ୍ସପ୍ରେସ ଟ୍ରେନ

March 9, 2026

ଇରାନ ବିରୁଦ୍ଧରେ ଯୁଦ୍ଧରେ ସାମିଲ ହେବାକୁ ଘୋଷଣା କଲା ତୁର୍କୀ: ମୁତୟନ କଲା ଯୁଦ୍ଧଜାହାଜ

March 9, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.