Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସୋଆରେ ସେଂଟର ଫର୍ ଏନ୍‌ଟରପ୍ରେନ୍ୟୁୟରସିପ୍ ଆଣ୍ଡ ଇନୋଭେସନ୍ ମ୍ୟାନେଜମେଂଟ ଉଦ୍‌ଘାଟିତ
ଆଜିର ଖବର

ସୋଆରେ ସେଂଟର ଫର୍ ଏନ୍‌ଟରପ୍ରେନ୍ୟୁୟରସିପ୍ ଆଣ୍ଡ ଇନୋଭେସନ୍ ମ୍ୟାନେଜମେଂଟ ଉଦ୍‌ଘାଟିତ

May 11, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଏଗ୍ରିକଲ୍‌ଚରାଲ୍ ସାଇନ୍‌ସେସ୍ (ଆଇଏଏସ୍‌) ଏବଂ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଭେଟେରିନାରୀ ସାଇନ୍ସେସ ଆଣ୍ଡ ଆନିମଲ୍ ହଜ୍‌ବ୍ୟାଣ୍ଡ୍ରୀ (ଆଇଭିଏସ୍‌ଏଏଚ୍‌) ରେ ଶିକ୍ଷା ଗ୍ରହଣ କରୁଥିବା ଛାତ୍ରଛାତ୍ରୀମାନଙ୍କୁ ସ୍ୱାବଲମ୍ବୀ କରାଇବାର ଲକ୍ଷ୍ୟ ନେଇ ଆରମ୍ଭ ହୋଇଥିବା ‘ସେଂଟର ଫର୍ ଏନ୍‌ଟରପ୍ରେନ୍ୟୁୟରସିପ୍ ଆଣ୍ଡ ଇନୋଭେସନ୍ ମ୍ୟାନେଜମେଂଟ’ ଶୁକ୍ରବାର ସୋଆର ଉପସଭାପତି ଶାଶ୍ୱତୀ ଦାସଙ୍କ ଦ୍ଵାରା ଉଦ୍ଘାଟିତ ହୋଇଛି।

ଆୟୋଜିତ ଏକ ସ୍ୱତନ୍ତ୍ର ଉତ୍ସବରେ ଯୋଗ ଦେଇ ଶ୍ରୀମତି ଦାସ ଏହି ସେଂଟରକୁ ଉଦ୍ଘାଟନ କରି ଏହା ଦ୍ୱାରା ଏଗ୍ରିକଲ୍‌ଚର ଏବଂ ଭେଟେରିନାରୀ ସାଇନ୍ସେସ୍ ପାଠ ପଢ଼ୁଥିବା ଛାତ୍ରଛାତ୍ରୀମାନେ ନିଜେ ରୋଜଗାରକ୍ଷମ ହେବା ନିମନ୍ତେ ତାଲିମ ପାଇ ପାରିବେ ବୋଲି କହିଥିଲେ । ସେମାନଙ୍କ ଦ୍ୱାରା ପ୍ରସ୍ତୁତ ଦ୍ରବ୍ୟର କିଭଳି ପ୍ରଚାର ପ୍ରସାର ଓ ବିକ୍ରି ହୋଇ ପାରିବ ସେ ନେଇ ଏଠାରେ ସେମାନଙ୍କୁ ପ୍ରଶିକ୍ଷିତ କରାଯିବ ବୋଲି ଶ୍ରୀମତି ଦାସ କହିଛନ୍ତି।

ଏହି ଅବସରରେ ସୋଆର କୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ ଉପସ୍ଥିତ ରହି ଏହି ସେଂଟର ବିଷୟରେ ତଥ୍ୟ ପ୍ରଦାନ କରିବା ସହ ବଜାରରେ ସୋଆ ଦ୍ୱାରା ପ୍ରସ୍ତୁତ ଦ୍ରବ୍ୟ କିଭଳି ଉପଲବ୍ଧ ହେବ ଏବଂ ଏହା ଦ୍ୱାରା ଛାତ୍ରଛାତ୍ରୀମାନେ ଉପକୃତ ହୋଇପାରିବେ ସେ ବିଷୟରେ ଆଲୋଚନା କରିଥିଲେ।

ଏହି ସେଂଟରର ମୁଖ୍ୟ ପ୍ରଫେସର ସମରେନ୍ଦ୍ର ମହାନ୍ତି ବିସ୍ତୃତ ସୂଚନା ଦେଇ ଆଇଏଏସ୍ ଏବଂ ଆଇଭିଏସ୍‌ଏଏଚ୍‌ର ଛାତ୍ରଛାତ୍ରୀମାନେ ନିଜ ନିଜ ଅନୁଷ୍ଠାନରେ ଉଭୟ ଥିଓରୀ ଓ ପ୍ରାକ୍ଟିକାଲ୍ ପାଠ୍ୟକ୍ରମର ଜ୍ଞାନ ଆହରଣ କରିବା ପରେ ନିଜକୁ କିଭଳି ସ୍ୱାବଲମ୍ବୀ ହୋଇ ଉଦ୍ୟୋଗୀ ହୋଇ ପାରିବେ, ଅଭିନବ ପ୍ରଚେଷ୍ଟା କରିପାରିବେ ଓ ବ୍ୟବସାୟ ପରିଚାଳନା କରିପାରିବେ ସେ ସମ୍ପର୍କିତ ପ୍ରଶିକ୍ଷଣ ଦିଆଯିବ ବୋଲି କହିଥିଲେ।

ଏହି କାର୍ଯ୍ୟକ୍ରମରେ ଉପକୁଳପତି ତଥା ରେଜିଷ୍ଟ୍ରାର ପ୍ରଫେସର ବିଭୁତି ଭୂଷଣ ପ୍ରଧାନ, ଆଇଏଏସ୍‌ର ଡିନ୍ ପ୍ରଫେସର ସନ୍ତୋଷ କୁମାର ରାଉତ, ଆଇଭିଏସ୍‌ଏଏଚ୍‌ର ଡିନ୍ ପ୍ରଫେସର ବ୍ରହ୍ମଦେବ ପଟ୍ଟନାୟକ, ଛାତ୍ରମଙ୍ଗଳ ଡିନ୍ ପ୍ରଫେସର ଜ୍ୟୋତିରଞ୍ଜନ ଦାସଙ୍କ ସମେତ ଆଇଏଏସ୍ ଏବଂ ଆଇଭିଏସ୍‌ଏଏଚ୍‌ର ସମସ୍ତ ଫ୍ୟାକଲ୍ଟି ଓ ସୋଆ କର୍ମକର୍ତାଗଣ ଉପସ୍ଥିତ ଥିଲେ।

soa ଆଇଏଏସ୍‌ ଆଇଭିଏସ୍‌ଏଏଚ୍‌ ଶିକ୍ଷା ଓ ଅନୁସନ୍ଧାନ
Share. Facebook Twitter LinkedIn Email WhatsApp Copy Link

Related Posts

ଅଗଷ୍ଟ ୬ରେ କର୍ତ୍ତବ୍ୟ ଭବନ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ

August 5, 2025

ଭ୍ରାମ୍ୟମାଣ ପ୍ରବାସୀ ସାଧନ କେନ୍ଦ୍ର ବା ସଚେତନତା ରଥର ଶୁଭ ଉଦଘାଟନ କଲେ ଉପମୁଖ୍ୟମନ୍ତ୍ରୀ

August 5, 2025

ବଳଙ୍ଗା ପୀଡିତାଙ୍କ ପୈତୃକ ଗ୍ରାମ ବାୟାବର ଯାଇ ଶେଷ ଦର୍ଶନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା

August 5, 2025

କାହା ପାଇଁ ଆଜିର ଦିନଟି ସୁଖ ଆଣିବ, କାହାର ବିଗିଡିବ ସ୍ୱାସ୍ଥ୍ୟ: ପଢନ୍ତୁ ମଙ୍ଗଳବାର ରାଶିଫଳ

August 5, 2025
Latest News

ଓଭାଲ୍ ଟେଷ୍ଟରେ ବିଜୟ ପରେ ମଧ୍ୟ ନିରାଶ କଲେ ଗୌତମ ଗମ୍ଭୀର: ଦେଖନ୍ତୁ ରିପୋର୍ଟ କାର୍ଡ

August 5, 2025

ଅଗଷ୍ଟ ୬ରେ କର୍ତ୍ତବ୍ୟ ଭବନ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ

August 5, 2025

ଭ୍ରାମ୍ୟମାଣ ପ୍ରବାସୀ ସାଧନ କେନ୍ଦ୍ର ବା ସଚେତନତା ରଥର ଶୁଭ ଉଦଘାଟନ କଲେ ଉପମୁଖ୍ୟମନ୍ତ୍ରୀ

August 5, 2025

ବଳଙ୍ଗା ପୀଡିତାଙ୍କ ପୈତୃକ ଗ୍ରାମ ବାୟାବର ଯାଇ ଶେଷ ଦର୍ଶନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା

August 5, 2025

କାହା ପାଇଁ ଆଜିର ଦିନଟି ସୁଖ ଆଣିବ, କାହାର ବିଗିଡିବ ସ୍ୱାସ୍ଥ୍ୟ: ପଢନ୍ତୁ ମଙ୍ଗଳବାର ରାଶିଫଳ

August 5, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.