୨୦୨୪ ସାଧାରଣ ନିର୍ବାଚନ: ତୃତୀୟ ପର୍ଯ୍ୟାୟରେ ହେଲା ୬୫.୬୮% ମତଦାନ

Published: May 11, 2024, 9:02 pm IST

ନୂଆଦିଲ୍ଲୀ: ୭ ଏବଂ ୮ ମଇ ୨୦୨୪ରେ ନିର୍ବାଚନ ଆୟୋଗଙ୍କ ପକ୍ଷରୁ ଜାରି ଗଣମାଧ୍ୟମ ବିବୃତ୍ତିକୁ ବଜାୟ ରଖି ଚଳିତ ସାଧାରଣ ନିର୍ବାଚନ ୨୦୨୪ର ତୃତୀୟ ପର୍ଯ୍ୟାୟରେ ୯୩ଟି ସଂସଦୀୟ କ୍ଷେତ୍ରରେ ୬୫.୬୮% ମତଦାନ ରେକର୍ଡ କରାଯାଇଛି। ତୃତୀୟ ପର୍ଯ୍ୟାୟ ପାଇଁ ଲିଙ୍ଗଭିତ୍ତିକ ମତଦାନ ସଂଖ୍ୟା ନିମ୍ନରେ ଦିଆଯାଇଛି:

ପର୍ଯ୍ୟାୟ- ପୁରୁଷ ମତଦାନ ହାର- ମହିଳାଙ୍କ ମତଦାନ ହାର- ତୃତୀୟ ଲିଙ୍ଗୀ ମତଦାନ ହାର- ସାମଗ୍ରିକ ମତଦାନ ହାର

ତୃତୀୟ ପର୍ଯ୍ୟାୟ- ୬୬.୮୯%- ୬୪.୪୧%- ୨୫.୨% – ୬୫.୬୮%

ସୂଚନାଯୋଗ୍ୟ, ତୃତୀୟ ପର୍ଯ୍ୟାୟରେ ବିହାରର ୨ଟି ଓ ମଧ୍ୟପ୍ରଦେଶର ୪ଟି ମତଦାନ କେନ୍ଦ୍ରରେ ପୁନଃମତଦାନ ଶେଷ ହୋଇଛି। ଭୋଟର୍ ଟର୍ଣ୍ଣାଆଉଟ୍ ଆପ୍ରେ ସଂସଦୀୟ କ୍ଷେତ୍ର ଓ ବିଧାନସଭା ନିର୍ବାଚନ ମଣ୍ଡଳୀ ଭିତ୍ତିରେ ତଥ୍ୟ ମଧ୍ୟ ଉପଲବ୍ଧ ରହିଛି। ଗୋଟିଏ ନିର୍ବାଚନ ମଣ୍ଡଳୀର ପ୍ରତ୍ୟେକ ମତଦାନ କେନ୍ଦ୍ର ପାଇଁ ଫର୍ମ ୧୭ସିର ନକଲ ମଧ୍ୟ ପ୍ରାର୍ଥୀଙ୍କୁ ସେମାନଙ୍କ ପୋଲିଂ ଏଜେଣ୍ଟଙ୍କ ମାଧ୍ୟମରେ ପ୍ରଦାନ କରାଯାଏ। ଫର୍ମ ୧୭ ସିର ବାସ୍ତବ ତଥ୍ୟ ବଳବତ୍ତର ରହିବ ଯାହା ପୂର୍ବରୁ ପ୍ରାର୍ଥୀମାନଙ୍କୁ ପ୍ରଦାନ କରାଯାଇଛି।

ପୋଷ୍ଟାଲ ବାଲଟ୍ ଗଣତି ଏବଂ ମୋଟ ଭୋଟ୍ ଗଣତିରେ ଏହାକୁ ଯୋଡ଼ିବା ସହିତ ଚୂଡ଼ାନ୍ତ ମତଦାନ କେବଳ ଗଣତି ପରେ ଉପଲବ୍ଧ ହେବ। ପୋଷ୍ଟାଲ ବାଲଟ୍ ରେ ସର୍ଭିସ ଭୋଟର, ଅନୁପସ୍ଥିତ ଭୋଟର (୮୫+ ବର୍ଷରୁ ଅଧିକ, ଭିନ୍ନକ୍ଷମ, ଅତ୍ୟାବଶ୍ୟକ ସେବା ଇତ୍ୟାଦି) ଏବଂ ନିର୍ବାଚନ ଡ୍ୟୁଟିରେ ଥିବା ଭୋଟରଙ୍କୁ ଦିଆଯାଇଥିବା ପୋଷ୍ଟାଲ ବାଲଟ୍ ଅନ୍ତର୍ଭୁକ୍ତ । ବୈଧାନିକ ବ୍ୟବସ୍ଥା ଅନୁଯାୟୀ ଦୈନିକ ପ୍ରାପ୍ତ ପୋଷ୍ଟାଲ ବାଲାଟ୍ ର ହିସାବ ସମସ୍ତ ପ୍ରାର୍ଥୀଙ୍କୁ ପ୍ରଦାନ କରାଯାଏ।

Related posts