Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସମ୍ ଶୀତଳାପଲ୍ଲୀ କ୍ୟାମ୍ପସ୍‌ରେ ସମ୍ପୂର୍ଣ୍ଣ ଆଣ୍ଠୁ ପ୍ରତ୍ୟାରୋପଣ ସମ୍ପନ୍ନ
ଆଜିର ଖବର

ସମ୍ ଶୀତଳାପଲ୍ଲୀ କ୍ୟାମ୍ପସ୍‌ରେ ସମ୍ପୂର୍ଣ୍ଣ ଆଣ୍ଠୁ ପ୍ରତ୍ୟାରୋପଣ ସମ୍ପନ୍ନ

May 11, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ରୋଗୀଙ୍କୁ ଉତମ ମାନର ସ୍ୱାସ୍ଥ୍ୟ ସେବା ପ୍ରଦାନ କ୍ଷେତ୍ରରେ ଅତ୍ୟାଧୁନିକ ସ୍ୱାସ୍ଥ୍ୟ
ଚିକିତ୍ସା ଭାବେ ଉଭା ହୋଇଥିବା ସମ୍ପୂର୍ଣ୍ଣ ଆଣ୍ଠୁ ପ୍ରତ୍ୟାରୋପଣ ପ୍ରକ୍ରିୟା ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ ଆଣ୍ଡ ସମ୍ ହସ୍ପିଟାଲ୍ ର ଶୀତଳାପଲ୍ଲୀ କ୍ୟାମ୍ପସ୍‌ରେ ସଫଳତାର ସହ ସମ୍ପନ୍ନ ହୋଇଛି।

ଏହି ପ୍ରକ୍ରିୟା ପରିଚାଳନା କରିଥିବା ହସ୍ପିଟାଲ୍‌ର ଅସ୍ଥିଶଲ୍ୟ ବିଭାଗର ଆସିଷ୍ଟାଂଟ ପ୍ରଫେସର ଡାକ୍ତର ରଞ୍ଜିତ କୁମାର ପାତ୍ର କହିଛନ୍ତି ଯେ ଏହି ଅସ୍ତ୍ରୋପଚାର ପରେ ରୋଗୀ ଯବଣାରୁ ମୁକ୍ତି ପାଇଥାଏ। ସେହିପରି ଆର୍ଥ୍ରାଇଟିସ୍‌ ସମସ୍ୟା ଯୋଗୁଁ ସୃଷ୍ଟି ହେଉଥିବା ଆଣ୍ଠୁ ଯବଣା ମଧ୍ୟ ସମ୍ପୂର୍ଣ୍ଣ ଦୂର ହୋଇଥାଏ ବୋଲି ସେ କହିଛନ୍ତି।

ଯବଣା ମୁକ୍ତ ହେବା ସହ ସଂପୂର୍ଣ୍ଣ ଆଣ୍ଠୁ ପ୍ରତ୍ୟାରୋପଣ ଦ୍ୱାରା ଆଣ୍ଠୁରେ ନଷ୍ଟ ହୋଇଥିବା ହାଡ ଓ କାର୍ଟିଲେଜକୁ ବାହାର କରାଯାଇ କୃତ୍ରିମ ଅଂଶ ଲଗାଯାଇଥାଏ ଯାହା ଦ୍ୱାରା ଆଣ୍ଠୁ ସାଧାରଣ ଭାବେ କାର୍ଯ୍ୟକ୍ଷମ ହୋଇଥାଏ। ଏହା ଦ୍ୱାରା ମଣିଷର ଜୀବନଧାରାରେ ଉନ୍ନତି ପରିଲକ୍ଷିତ ହୋଇଥାଏ ବୋଲି ସେ କହିଛନ୍ତି।

ଡାକ୍ତର ପାତ୍ର କହିଛନ୍ତି ପ୍ରାୟ ଏକ ବର୍ଷରୁ ଊର୍ଦ୍ଧ୍ୱ ହେବ ଡାହାଣ ଆଣ୍ଠୁରେ ଯବଣା ଓ ସମସ୍ୟା ନେଇ ଜଣେ ମହିଳା ରୋଗୀ ହସ୍ପିଟାଲ୍‌କୁ ଆସିଥିଲେ। ସେହି ସମୟରେ ସେ ଠିକ୍ ଭାବେ ଚାଲିପାରୁ ନଥିଲେ।

ସଂପୂର୍ଣ୍ଣ ପରୀକ୍ଷା ନିରୀକ୍ଷା ପରେ ତାଙ୍କର ଡାହାଣ ଆଣ୍ଠୁରେ ଆଡ୍‌ଭାନ୍ସଡ ଅଷ୍ଟିଓଆର୍ଥ୍ରାଇଟିସ୍ ସମସ୍ୟା ଥିବା ସହ ହାଡ଼ କ୍ଷୟ ପାଇଥିବା ଜଣାପଡ଼ିଥିଲା। ଏଥି ସହିତ ତାଙ୍କର ରକ୍ତହୀନତା, ରକ୍ତଚାପ ଓ ହାଇପୋଥାଇରଏଡ୍ ସମସ୍ୟା ଥିବାର ଜଣାପଡ଼ିଥିଲା ବୋଲି ସେ କହିଛନ୍ତି।

ତାଙ୍କର ସମ୍ପୂର୍ଣ୍ଣ ଆଣ୍ଠୁ ପ୍ରତ୍ୟାରୋପଣ କରିବାର ଯୋଜନା କରାଯାଇଥିବା ବେଳେ ତାଙ୍କର ସ୍ୱାସ୍ଥ୍ୟବସ୍ଥା, ଗୁରୁତର ଅଷ୍ଟିଓ ପୋରୋସିସ୍ ଓ ହାଡ଼ କ୍ଷୟକୁ ଦୃଷ୍ଟିରେ ରଖି ଖୁବ୍ ଯତ୍ନର ସହ ଆଣ୍ଠୁରେ ଇମପ୍ଳାଂଟ ଲଗାଯିବା ସହ ବୋନ୍‌ ସିମେଂଟ ସହ ପ୍ରତ୍ୟାରୋପଣ କରାଯାଇଥିଲା।

ଅସ୍ତ୍ରୋପଚାର ସମୟରେ କିମ୍ବା ପରେ କୌଣସି ସମସ୍ୟା ରୋଗୀଙ୍କ ଠାରେ ଦେଖା ଦେଇନଥିବା ଡାକ୍ତର ପାତ୍ର କହିଛନ୍ତି। ଏହି ଅସ୍ତ୍ରୋପଚାରରେ ହସ୍ପିଟାଲ୍‌ର ଆନେସ୍‌ଥେସିଓଲୋଜିଷ୍ଟ ଡାକ୍ତର ଶାରଦା ପ୍ରସନ୍ନ ଦାଶ ଓ ଅନ୍ୟ ଓଟି କର୍ମଚାରୀମାନେ ସହଯୋଗ କରିଥିଲେ।

ହସ୍ପିଟାଲ୍‌ର ନିର୍ଦ୍ଦେଶକ ଦେବପ୍ରସାଦ ଦାଶ କହିଛନ୍ତି ଯେ ଗତ ୧ ମାସ ମଧ୍ୟରେ ଅସ୍ଥିଶଲ୍ୟ ବିଭାଗ ପକ୍ଷରୁ ହିପ୍ ରିପ୍ଲେସ୍‌ମେଂଟ ଓ ସମ୍ପୂର୍ଣ୍ଣ ଆଣ୍ଠୁ ପ୍ରତ୍ୟାରୋପଣ ସହ ପ୍ରାୟ ୨୫ଟି ଅସ୍ତ୍ରୋପଚାର କରାଯାଇଛି। ଏଥିରେ ଇଏନ୍‌ଟି, ଗାଏନାକୋଲୋଜି ଏବଂ ୟୁରୋଲୋଜି ବିଭାଗ ପକ୍ଷରୁ ମଧ୍ୟ ରୋଗୀମାନଙ୍କର ବିଭିନ୍ନ ଅସ୍ତ୍ରୋପଚାର ସାମିଲ ଅଛି ବୋଲି
ସେ କହିଛନ୍ତି।

ଗତ ଫେବୃଆରୀ ୧୪ ତାରିଖରେ ଉଦ୍‌ଘାଟିତ ହୋଇଥିବା ଏହି ହସ୍ପିଟାଲ୍‌ରେ ୬ ମୋଡୁଲାର ଓଟି ଓ ୪୦ଟି ଆଇସିୟୁ ବେଡ୍ ଥିବା ସେ କହିଛନ୍ତି।

ଆଣ୍ଠୁ ପ୍ରତ୍ୟାରୋପଣ ଶୀତଳାପଲ୍ଲୀ କ୍ୟାମ୍ପସ୍‌ ସମ୍‌
Share. Facebook Twitter LinkedIn Email WhatsApp Copy Link

Related Posts

ଓଡ଼ିଶା ଓମେନ୍ ଇନ୍ ମିଡିଆର ବୃତ୍ତିଗତ ଦାୟିତ୍ୱ ଓ ବ୍ୟକ୍ତିଗତ ସୁଖର ସନ୍ତୁଳନ ଉପରେ ଆଲୋଚନା

March 16, 2026

ଓଡ଼ିଶା ଲଳିତ କଳା ଏକାଡେମୀର ୬୬ତମ ପ୍ରତିଷ୍ଠା ଦିବସ ପାଳିତ

March 16, 2026

ସାଂସଦ ନିଶୁଳ୍କ ସ୍ବାସ୍ଥ୍ୟ ଶିବିରକୁ ଉଦ୍ଘାଟନ କଲେ ଅପରାଜିତା ଷଡ଼ଙ୍ଗୀ

March 16, 2026

ପୋଲିସ ଡିଜି ଙ୍କ ଉପସ୍ଥିତିରେ ଅସ୍ତ୍ରଶସ୍ତ୍ର ସହ ଆତ୍ମସମର୍ପଣ କଲେ ୧୧ ମାଓବାଦୀ

March 16, 2026
Latest News

ଓଡ଼ିଶା ଓମେନ୍ ଇନ୍ ମିଡିଆର ବୃତ୍ତିଗତ ଦାୟିତ୍ୱ ଓ ବ୍ୟକ୍ତିଗତ ସୁଖର ସନ୍ତୁଳନ ଉପରେ ଆଲୋଚନା

March 16, 2026

ମମତା ବାନାର୍ଜୀ ବିଜୟର ହ୍ୟାଟ୍ରିକ୍ ମାରିବେ, ନା ପ୍ରଥମ ଥର ପାଇଁ ପଦ୍ମ ଫୁଟିବ?: ଜାଣନ୍ତୁ ସର୍ଭେ

March 16, 2026

ଓଡ଼ିଶା ଲଳିତ କଳା ଏକାଡେମୀର ୬୬ତମ ପ୍ରତିଷ୍ଠା ଦିବସ ପାଳିତ

March 16, 2026

ସାଂସଦ ନିଶୁଳ୍କ ସ୍ବାସ୍ଥ୍ୟ ଶିବିରକୁ ଉଦ୍ଘାଟନ କଲେ ଅପରାଜିତା ଷଡ଼ଙ୍ଗୀ

March 16, 2026

ପୋଲିସ ଡିଜି ଙ୍କ ଉପସ୍ଥିତିରେ ଅସ୍ତ୍ରଶସ୍ତ୍ର ସହ ଆତ୍ମସମର୍ପଣ କଲେ ୧୧ ମାଓବାଦୀ

March 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.