Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»୨୨ ଟି ଗାଁରେ ଅରୁଣଙ୍କ ଗ୍ରୀନ୍ କ୍ୟାମ୍ପେନ୍‌: ଯୋଡ଼ିଶଙ୍ଖରେ ମତଦାନ ପାଇଁ ଭୋଟରଙ୍କୁ ଆହ୍ୱାନ
ଆଜିର ଖବର

୨୨ ଟି ଗାଁରେ ଅରୁଣଙ୍କ ଗ୍ରୀନ୍ କ୍ୟାମ୍ପେନ୍‌: ଯୋଡ଼ିଶଙ୍ଖରେ ମତଦାନ ପାଇଁ ଭୋଟରଙ୍କୁ ଆହ୍ୱାନ

May 15, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ନୟାଗଡ଼ (ସୁଧାକର ମିଶ୍ର): ନୟାଗଡ଼ ବିଧାନସଭା ନିର୍ବାଚନ ମଣ୍ଡଳୀରେ ବିଜେପି, କଂଗ୍ରେସ ଓ ବିଜେଡି ପକ୍ଷରୁ ଜୋରଦାର ପ୍ରଚାର ଚାଲିଛି। ବିଜେଡି ପ୍ରାର୍ଥୀ ଡ. ଅରୁଣ କୁମାର ସାହୁ ଗ୍ରୀନ କ୍ୟାମ୍ପେନକୁ ଗୁରୁତ୍ୱ ଦେଉଛନ୍ତି। ଆଜି ଗୋଟିଏ ଦିନରେ ଡ. ସାହୁ ୨୨ଟି ଗାଁକୁ ଯାଇ ପ୍ରଚାର କରିଛନ୍ତି। ପ୍ରତ୍ୟେକ ଭୋଟରଙ୍କ ପାଖରେ ପହଞ୍ଚି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଯୋଡ଼ି ଶଙ୍ଖରେ ମତଦାନ ଆହ୍ୱାନକୁ ପହଞ୍ଚାଇବାକୁ ଲକ୍ଷ୍ୟ ରଖିଛନ୍ତି। ନିର୍ବାଚନ ମଣ୍ଡଳୀରେ ହୋଇଥିବା ବିକାଶ ଓ ଉନ୍ନତିକୁ ମୁଦା କରି ବିପୁଳ ଭୋଟରେ ବିଜୟ ଲାଭ କରିବା ପାଇଁ ଯୋଜନା ପ୍ରସ୍ତୁତ କରିଛନ୍ତି ଅରୁଣ।

ଆଜି ବିଜେଡି ବିଧାୟକ ପ୍ରାର୍ଥୀ ଡ. ସାହୁ ନୟାଗଡ଼ ବ୍ଲକର ୨୨ ଟି ପ୍ରଚାର କରିଛନ୍ତି। ସକାଳୁ ସକାଳୁ ବଡ଼ଦ୍ୱାର, ବାଲିପାଟଣା, ମାଙ୍କପଲ୍ଲୀ, କଳାହାଣ୍ଡି, ଜୟଗୁରୁ, ନୂଆଜୟଗୁରୁ, ସୁବର୍ଣ୍ଣଦେଇପୁର, ମୁକ୍ତାପୁର, ମୁଥାଗାଡିଆ, କାଳୁଚିଆପଲ୍ଲୀ ଓ କରଡ଼ାବଣୀ ଗ୍ରାମ ବୁଲି ବିଭିନ୍ନ ସଭା କରିଛନ୍ତି। ଅପରାହ୍ନରେ ପିଆଶାଳିଆ, ହରିହରପୁର, ବେଲବଣୀ, ଲଡ଼ୁକେଶରପୁର, ମାଛିପଡ଼ା, ଧବଳେଇ, ଜାମୁସାହି, ରଘୁନାଥପ୍ରସାଦ, ନରସିଂହପ୍ରସାଦ, ବ୍ରଜବଲ୍ଲଭପୁର, ନୂଆ ଘଡ଼ୁଆଳ ଗାଁରେ ପହଞ୍ଚି ଲୋକଙ୍କ ସହ ଆଲୋଚନା କରିଛନ୍ତି। ମୁଖ୍ୟମନ୍ତ୍ରୀ ଦେଇଥିବା ବିକାଶ ବାର୍ତ୍ତାକୁ ଲୋକ ମାନଙ୍କ ପାଖରେ ରଖୁଛନ୍ତି। ବିଜୁ ଜନତା ଦଳ ସରକାର ଗଠନ ପ୍ରଥମ ଦିନରେ ହିଁ ପ୍ରତ୍ୟେକ ଉପୋଭୋକ୍ତାଙ୍କୁ ୧୦୦ ୟୁନିଟ ମାଗଣା ବିଜୁଳି ଯୋଗାଇ ଦିଆଯିବ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।

ଏଥି ସହିତ ଯୁବ ବର୍ଗଙ୍କ ପାଇଁ ଯୁବ ବଜେଟ ସହ କୃଷି, ଶୀଳ୍ପ, ଶିକ୍ଷା, ସ୍ୱାସ୍ଥ୍ୟ ପାଇଁ ଅନେକ ଯୋଜନା ମୁଖ୍ୟମନ୍ତ୍ରୀ ପ୍ରସ୍ତୁତ କରିଥିବା ଡ. ସାହୁ କହିଛନ୍ତି। ୨୦୩୬ ମସିହା ବେଳକୁ ଓଡିଶା କିଭଳି ଅଗ୍ରଣୀ ରାଜ୍ୟରେ ପରିଣତି ହେବ ସେଥିପାଇଁ ମୁଖ୍ୟମନ୍ତ୍ରୀ ଅନେକ ରୋଡ଼ ମ୍ୟାପ ପ୍ରସ୍ତୁତ କରିଛନ୍ତି। ରାଜ୍ୟ ସରକାରଙ୍କ ବିଜୁ ସ୍ୱାସ୍ଥ୍ୟ କାର୍ଡ ଯୋଜନା ଠାରୁ ଆରମ୍ଭ କରି ମଧୁବାବୁ ଯୋଜନା, କାଳିଆ ଯୋଜନା, ମମତା ଯୋଜନା ଓ ଜନ୍ମ ଠାରୁ ମୃତ୍ୟୁ ପର‌୍ୟ୍ୟନ୍ତ ଅନେକ ଯୋଜନା କରିଥିବା ପ୍ରକାଶ କରିଛନ୍ତି। ମୁଖ୍ୟତଃ ମିଶନ ଶକ୍ତି ମା’ ମାନେ କିପରି ଅଧୀକ ରୋଜଗାର କ୍ଷମ ହୋଇପାରିବେ ସେଥି ନିମନ୍ତେ ମହିଳା ମାନଙ୍କୁ ଅଧୀକ ଗୁରୁତ୍ୱ ଦେଉଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମା’ ମାନେ ଅଧୀକ ଶକ୍ତିଶାଳୀ ହେଲେ ରାଜ୍ୟର ଉନ୍ନତି ଘଟିବ ବୋଲି ଡ. ସାହୁ ପ୍ରକାଶ କରିଛନ୍ତି।

ଏହି କାର୍ଯ୍ୟକ୍ରମରେ ନୟାଗଡ଼ ବ୍ଲକ ଅଧ୍ୟକ୍ଷ କିଶୋର ଚନ୍ଦ୍ର ସାହୁଙ୍କ ସମେତ ବିଭିନ୍ନ ପଞ୍ଚାୟତର ନେତୃ ମଣ୍ଡଳୀ ସ୍ଥିତ ରହିଥିଲେ। ପ୍ରତ୍ୟେକ ସଭାରେ ମହିଳାଙ୍କ ସମାଗମ ରାଜ୍ୟ ସରକାରଙ୍କ ମହିଳା ସଶକ୍ତି କରଣ ନାରାକୁ ପ୍ରତିପାଦିତ କରୁଥିଲା।

କଂଗ୍ରେସ ଡ. ଅରୁଣ କୁମାର ସାହୁ ନୟାଗଡ ବିଜେଡି ବିଜେପି
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟ ନୀତି ଆୟୋଗ ନୋଡାଲ ଅଫିସରଙ୍କ ନାକଟିଦେଉଳ ବ୍ଲକ ପରିଦର୍ଶନ

February 26, 2026

ନୂଆଦିଲ୍ଲୀରେ ନୂଆ ଓଡିଶା ଭବନର ଭିତ୍ତିପ୍ରସ୍ତାର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

February 26, 2026

ଯୁବ କଂଗ୍ରେସ ରାଷ୍ଟ୍ରୀୟ ସଭାପତିଙ୍କୁ ଗିରଫ ପ୍ରତିବାଦରେ ଓଡିଶା ଯୁବ କଂଗ୍ରେସର ବିକ୍ଷୋଭ

February 26, 2026

ପ୍ରଦେଶ ମହିଳା କଂଗ୍ରେସ ପକ୍ଷରୁ କେନ୍ଦ୍ରମନ୍ତ୍ରୀ ହରଦିପ ସିଂ ପୁରୀଙ୍କ କୁଶପୁତଳିକା ଦାହ

February 26, 2026
Latest News

ଜିମ୍ବାୱେକୁ 72 ରନରେ ପରାସ୍ତ କରି ସେମିଫାଇନାଲର ରାସ୍ତା ସହଜ କଲା ଭାରତ

February 26, 2026

ଏଆଇ ମାଧ୍ୟମରେ ଭାରତୀୟ ସ୍ୱାସ୍ଥ୍ୟସେବାରେ ପରିବର୍ତ୍ତନ 

February 26, 2026

ରାଜ୍ୟ ନୀତି ଆୟୋଗ ନୋଡାଲ ଅଫିସରଙ୍କ ନାକଟିଦେଉଳ ବ୍ଲକ ପରିଦର୍ଶନ

February 26, 2026

ନୂଆଦିଲ୍ଲୀରେ ନୂଆ ଓଡିଶା ଭବନର ଭିତ୍ତିପ୍ରସ୍ତାର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

February 26, 2026

ସାରା ଦେଶରେ ଯାତ୍ରୀ ଟର୍ମିନାଲର କ୍ଷମତା ବୃଦ୍ଧି ପାଇଁ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଲେ ରେଳ ମନ୍ତ୍ରୀ

February 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.