Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଚିଲିକାରେ ବିଜେଡି ପ୍ରାର୍ଥୀଙ୍କ ସପକ୍ଷରେ ପ୍ରଚାର କଲେ ଭିକେ ପାଣ୍ଡିଆନ
ଆଜିର ଖବର

ଚିଲିକାରେ ବିଜେଡି ପ୍ରାର୍ଥୀଙ୍କ ସପକ୍ଷରେ ପ୍ରଚାର କଲେ ଭିକେ ପାଣ୍ଡିଆନ

May 18, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଚିଲିକା (ସୀତାରାମ ଅଗ୍ରୱାଲ): ଆସନ୍ତା ୨୫ ତାରିଖରେ ପୁରୀ ଲୋକସଭା ଓ ଚିଲିକା ବିଧାନସଭା କ୍ଷେତ୍ରରେ ନିର୍ବାଚନ ଅନୁଷ୍ଠିତ ହେବ। ଏହି ପରିପ୍ରେକ୍ଷୀରେ ଆଜି ଚିଲିକା ନିର୍ବାଚନମଣ୍ଡଳୀକୁ ପ୍ରଚାର ପାଇଁ ଆସିଥିଲେ ବିଜେଡି ତାରକା ପ୍ରଚାରକ ଭି କେ ପାଣ୍ଡିଆନ।  ସେ ଅପରାହ୍ନ ୪.୩୦ ମିନିଟ ସମୟରେ ବାଣପୁର ପଲଟନ ପଡିଆ ଠାରେ ପହଞ୍ଚି ଏକ ବିଶାଳ ଜନସଭାକୁ ସମ୍ବୋଧିତ କରିଥିଲେ। ସେ ଉଭୟ ପୁରୀ ଲୋକସଭା ଓ ଚିଲିକା ବିଧାନସଭାର ଦଳୀୟ ପ୍ରାର୍ଥୀ ଅରୂପ ପଟ୍ଟନାୟକ ଓ ରଘୁନାଥ ସାହୁଙ୍କ ସପକ୍ଷରେ ଭୋଟ ଭିକ୍ଷା କରିଥିଲେ।

‘ଜୟ ଜଗନ୍ନାଥ’, ‘ଜୟ ମା ଭଗବତୀ’ରୁ ଭାଷଣ ଆରମ୍ଭ କରି ଓଡିଶା ଜନସାଧାରଣଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବହୁ ଉନ୍ନୟନ କାର୍ଯ୍ୟ କରିଥିବାର କହିଥିଲେ ପାଣ୍ଡିଆନ।  ଚିଲିକା ନିର୍ବାଚନମଣ୍ଡଳୀରେ ମୁଖ୍ୟମନ୍ତ୍ରୀ ବହୁ ଉନ୍ନୟନ କାର୍ଯ୍ୟ କରିଛନ୍ତି। ବାଣପୁରରେ ଡ୍ରେନେଜ ସମସ୍ୟା ଦୂର କରିବା ପାଇଁ ପଦକ୍ଷେପ ନେଇଛନ୍ତି। ମା’ ଭଗବତୀ ମନ୍ଦିର ରୂପାନ୍ତରିକରଣ ଜାରି ରହିଛି।

ଜୁଲାଇ ୯ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶପଥ ନେବେ। ବିଦ୍ୟୁତ ବିଲ ଛାଡ କରିବା ପାଇଁ ଶ୍ରୀ ପଣ୍ଡିଆନ ପୁଣିଥରେ ଏଠାରେ ଦୋହରାଇଛନ୍ତି। ଅନୁରୂପ ଭାବେ ରାଜ୍ୟ ସରକାରଙ୍କ ବିଭିନ୍ନ ଲୋକାଭିମୁଖୀ ଯୋଜନା ସମ୍ପର୍କରେ କର୍ମୀଙ୍କୁ ଅବଗତ କରିଥିଲେ ଶ୍ରୀ ପାଣ୍ଡିଆନ।

ମାତ୍ର ସ୍ୱଳ୍ପ ସମୟ ବାଣପୁରରେ ଉପସ୍ଥିତ ରହିବା ପରେ ସେ ହେଲିକପ୍ଟର ଯୋଗେ ରଣପୁର ଯାଇଥିବା ସୂଚନା ମିଳିଛି। ଏହି ଅବସରରେ ଚିଲିକା ବିଧାୟକ ପ୍ରାର୍ଥୀ ରଘୁନାଥ ସାହୁ ଏବଂ ପୁରୀ ସାଂସଦ ପ୍ରାର୍ଥୀ ଅରୂପ ପଟ୍ଟନାୟକ ଉପସ୍ଥିତ ଥିଲେ।

election 2024 Lok Sabha Election naveen pattanaik vk pandian ଚିଲିକା ନିର୍ବାଚନୀ ପ୍ରଚାର ବିଜେଡି
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତ ମସଲା ଓଡ଼ିଶା ଟି-୨୦ ଲିଗ୍‌-ମୁଖ୍ୟମନ୍ତ୍ରୀ ଟ୍ରଫି ଉଦ୍‌ଘାଟିତ

September 20, 2026

ସମୁଦ୍ରରୁ ବଳ ଗୋଟାଉଛି ଲଘୁଚାପ, ରାଜ୍ୟରେ ୫ ଦିନ ଧରି ପ୍ରବଳ ବର୍ଷିବ

September 20, 2026

ଏଣିକି ପୁଲିସ କର୍ମଚାରୀଙ୍କୁ ମହଙ୍ଗା ପଡ଼ିିବ ସୋସିଆଲ୍ ମିଡିଆ ପ୍ରେମ

September 20, 2026

ପାନୀୟ ଜଳର ଗୁଣବତ୍ତା ନିରୀକ୍ଷଣ ଓ ପରିମଳ ବ୍ୟବସ୍ଥାକୁ ସୁଦୃଢ଼ କରିଛି ପୂର୍ବତଟ ରେଳପଥ

September 20, 2026
Latest News

ଯୁଦ୍ଧ ବନ୍ଦ ପାଇଁ ଟ୍ରମ୍ପଙ୍କୁ ୭ ସର୍ତ୍ତ ପଠାଇଲା ଇରାନ୍‌

September 20, 2026

ଭାରତ ମସଲା ଓଡ଼ିଶା ଟି-୨୦ ଲିଗ୍‌-ମୁଖ୍ୟମନ୍ତ୍ରୀ ଟ୍ରଫି ଉଦ୍‌ଘାଟିତ

September 20, 2026

ସମୁଦ୍ରରୁ ବଳ ଗୋଟାଉଛି ଲଘୁଚାପ, ରାଜ୍ୟରେ ୫ ଦିନ ଧରି ପ୍ରବଳ ବର୍ଷିବ

September 20, 2026

ଏଣିକି ପୁଲିସ କର୍ମଚାରୀଙ୍କୁ ମହଙ୍ଗା ପଡ଼ିିବ ସୋସିଆଲ୍ ମିଡିଆ ପ୍ରେମ

September 20, 2026

ପାନୀୟ ଜଳର ଗୁଣବତ୍ତା ନିରୀକ୍ଷଣ ଓ ପରିମଳ ବ୍ୟବସ୍ଥାକୁ ସୁଦୃଢ଼ କରିଛି ପୂର୍ବତଟ ରେଳପଥ

September 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.