Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଲୋକସଭା ନିର୍ବାଚନ ୨୦୨୪: ଷଷ୍ଠ ପର୍ଯ୍ୟାୟରେ ଲଢ଼ିବେ ୮୮୯ ଜଣ ପ୍ରାର୍ଥୀ
ଆଜିର ଖବର

ଲୋକସଭା ନିର୍ବାଚନ ୨୦୨୪: ଷଷ୍ଠ ପର୍ଯ୍ୟାୟରେ ଲଢ଼ିବେ ୮୮୯ ଜଣ ପ୍ରାର୍ଥୀ

May 18, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଦିଲ୍ଲୀ: ୨୦୨୪ ଲୋକସଭା ନିର୍ବାଚନର ଷଷ୍ଠ ପର୍ଯ୍ୟାୟରେ ୮ଟି ରାଜ୍ୟ/କେନ୍ଦ୍ରଶାସିତ ଅଞ୍ଚଳରୁ ୮୮୯ ଜଣ ପ୍ରାର୍ଥୀ ନିର୍ବାଚନ ଲଢ଼ିବେ। ଏଥିରେ ଜାମ୍ମୁ – କାଶ୍ମୀରର ୩- ଅନନ୍ତନାଗ- ରାଜୌରୀ ସଂସଦୀୟ କ୍ଷେତ୍ରରେ ସ୍ଥଗିତ ହୋଇଥିବା ନିର୍ବାଚନ ପାଇଁ ୨୦ ଜଣ ପ୍ରାର୍ଥୀ ରହିଛନ୍ତି।

ଏହି ପର୍ଯ୍ୟାୟରେ ମତଦାନ ହେବାକୁ ଥିବା ୭ଟି ରାଜ୍ୟ/କେନ୍ଦ୍ରଶାସିତ ଅଞ୍ଚଳର ୫୭ଟି ସଂସଦୀୟ କ୍ଷେତ୍ର ପାଇଁ ୧୯୭୮ଟି ନାମାଙ୍କନ ପତ୍ର ଦାଖଲ ହୋଇଛି। ସମସ୍ତ ୦୭ଟି ରାଜ୍ୟ/କେନ୍ଦ୍ରଶାସିତ ଅଞ୍ଚଳ ନିମନ୍ତେ ଷଷ୍ଠ ପର୍ଯ୍ୟାୟ ପାଇଁ ନାମାଙ୍କନ ପତ୍ର ଦାଖଲର ଶେଷ ତାରିଖ (ସଂସଦୀୟ କ୍ଷେତ୍ର ୩- ଜାମ୍ମୁ ଓ କାଶ୍ମୀରର ଅନନ୍ତନାଗ – ରାଜୌରୀରେ ସ୍ଥଗିତ ନିର୍ବାଚନକୁ ବାଦ୍ ଦେଲେ) ୦୬ ମଇ ୨୦୨୪ ଥିଲା। ଦାଖଲ ହୋଇଥିବା ସମସ୍ତ ନାମାଙ୍କନପତ୍ର ଯାଞ୍ଚ ପରେ ୯୦୦ ନାମାଙ୍କନ ବୈଧ ବୋଲି ଜଣାପଡ଼ିଥିଲା। ୩- ଅନନ୍ତନାଗ- ରାଜୌରୀରେ ତୃତୀୟ ପର୍ଯ୍ୟାୟରେ ମୋଟ ୨୮ଟି ନାମାଙ୍କନ ପତ୍ର ଦାଖଲ ହୋଇଥିବା ବେଳେ ୨୧ଟି ନାମାଙ୍କନପତ୍ର ବୈଧ ବୋଲି ଜଣାପଡ଼ିଛି।

ଷଷ୍ଠ ପର୍ଯ୍ୟାୟରେ ଉତ୍ତରପ୍ରଦେଶରେ ୧୪ଟି ସଂସଦୀୟ କ୍ଷେତ୍ରରୁ ସର୍ବାଧିକ ୪୭୦ଟି ନାମାଙ୍କନ ପତ୍ର ରହିଥିବା ବେଳେ ହରିୟାଣାରେ ୧୦ଟି ସଂସଦୀୟ କ୍ଷେତ୍ରରୁ ୩୭୦ଟି ନାମାଙ୍କନ ପତ୍ର ଦାଖଲ ହୋଇଛି । ଝାଡ଼ଖଣ୍ଡର ୮- ରାଞ୍ଚି ସଂସଦୀୟ ନିର୍ବାଚନ କ୍ଷେତ୍ରରେ ସର୍ବାଧିକ ୭୦ଟି ନାମାଙ୍କନ ପତ୍ର  ଦାଖଲ ହୋଇଥିବା ବେଳେ ଏହା ପଛକୁ ଦିଲ୍ଲୀ ଏନସିଟିରେ ୨- ଉତ୍ତର ପୂର୍ବ ଦିଲ୍ଲୀ ସଂସଦୀୟ କ୍ଷେତ୍ରରେ ୬୯ଟି ନାମାଙ୍କନ ପତ୍ର ଦାଖଲ ହୋଇଛି।

ଷଷ୍ଠ ପର୍ଯ୍ୟାୟ ନିର୍ବାଚନ ନିମନ୍ତେ ଗୋଟିଏ ସଂସଦୀୟ କ୍ଷେତ୍ରରେ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ପ୍ରାର୍ଥୀଙ୍କ ହାରାହାରି ସଂଖ୍ୟା ୧୫ ରହିଛି।

eci election 2024 Lok Sabha Election vote
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟରେ ସୃଷ୍ଟି ହୋଇଛନ୍ତି ୧୬ଲକ୍ଷରୁ ଅଧିକ ଲକ୍ଷପତି ଦିଦି, ଗୃହରେ ତଥ୍ୟ ରଖିଲେ ମନ୍ତ୍ରୀ

February 21, 2026

ସିଆରପିଏଫର ୮୭ତମ ପ୍ରତିଷ୍ଠା ଦିବସ ସମାରୋହରେ ଯୋଗ ଦେଲେ ଅମିତ ଶାହ

February 21, 2026

ଆମେରିକା ସୁପ୍ରିମକୋର୍ଟଙ୍କ ରାୟ ପରେ ଭାରତ ଉପରେ କେତେ ଶୁଳ୍କ ଲଗାଇବେ ଟ୍ରମ୍ପ?: ଜାଣନ୍ତୁ

February 21, 2026

୪୦ ବର୍ଷ ବୟସରେ ଦ୍ୱିତୀୟ ବିବାହ କଲେ ଟିମ୍ ଇଣ୍ଡିଆର ‘ଗବ୍ବର’ ଶିଖର ଧାୱନ

February 21, 2026
Latest News

ରାଜ୍ୟରେ ସୃଷ୍ଟି ହୋଇଛନ୍ତି ୧୬ଲକ୍ଷରୁ ଅଧିକ ଲକ୍ଷପତି ଦିଦି, ଗୃହରେ ତଥ୍ୟ ରଖିଲେ ମନ୍ତ୍ରୀ

February 21, 2026

ସିଆରପିଏଫର ୮୭ତମ ପ୍ରତିଷ୍ଠା ଦିବସ ସମାରୋହରେ ଯୋଗ ଦେଲେ ଅମିତ ଶାହ

February 21, 2026

ଆମେରିକା ସୁପ୍ରିମକୋର୍ଟଙ୍କ ରାୟ ପରେ ଭାରତ ଉପରେ କେତେ ଶୁଳ୍କ ଲଗାଇବେ ଟ୍ରମ୍ପ?: ଜାଣନ୍ତୁ

February 21, 2026

ମୁଟୁରୁମୁଣ୍ଡା ସେବାଶ୍ରମ ବିଦ୍ୟାଳୟରେ ଆନ୍ତର୍ଜାତୀୟ ମାତୃଭାଷା ଦିବସ ପାଳିତ

February 21, 2026

୪୦ ବର୍ଷ ବୟସରେ ଦ୍ୱିତୀୟ ବିବାହ କଲେ ଟିମ୍ ଇଣ୍ଡିଆର ‘ଗବ୍ବର’ ଶିଖର ଧାୱନ

February 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.