Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଚିଲିକା ଆସିବେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ: ଦଳୀୟ ପ୍ରାର୍ଥୀଙ୍କ ପାଇଁ କରିବେ ପ୍ରଚାର
ଆଜିର ଖବର

ଚିଲିକା ଆସିବେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ: ଦଳୀୟ ପ୍ରାର୍ଥୀଙ୍କ ପାଇଁ କରିବେ ପ୍ରଚାର

May 19, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ମୁଖ୍ୟମନ୍ତ୍ରୀ ଯୋଗୀ
ବିହାର ନିର୍ବାଚନରେ ୩୧ଟି ଆସନରେ ପ୍ରଚାର କରିଥିଲେ ମୁଖ୍ୟମନ୍ତ୍ରୀ ଯୋଗୀ: ଫଳାଫଳ ଥିଲା ଆଶ୍ଚର୍ଯ୍ୟଜନକ

ଚିଲିକା (ସୀତାରାମ ଅଗ୍ରୱାଲ): ପୁରୀ ଲୋକସଭା ଓ ଚିଲିକା ବିଧାନସଭା କ୍ଷେତ୍ରରେ ଆସନ୍ତା ୨୫ ତାରିଖରେ ଭୋଟ ଗ୍ରହଣ ଥିବାବେଳେ ରାଜ୍ୟର ଦୁଇ ପ୍ରମୁଖ ଦଳ ବିଜେଡି ଓ ବିଜେପି ମଧ୍ୟରେ କଡ଼ା ଟକ୍କର ଜାରି ରହିଛି। ପ୍ରଚାର ପ୍ରସାର ବି ଜୋରସୋରରେ ଚାଲିଛି।  ତେବେ ଉକ୍ତ ନିର୍ବାଚନ ପାଇଁ ଆସନ୍ତା ୨୩ ତାରିଖରେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ବିଜେପି ପାଇଁ ପ୍ରଚାର କରିବାକୁ ଆସିବେ।

ସୂଚନା ମୁତାବକ ଯୋଗୀ ଆଦିତ୍ୟନାଥ ୨୩ ତାରିଖ ପୂର୍ବାହ୍ନ (ଆନୁମାନିକ ୧୧ ଘଟିକାରେ ) ଚିଲିକା ନିର୍ବାଚନମଣ୍ଡଳି ପ୍ରଚାରକୁ ଆସିବେ। ସେ ବାଣପୁର ପଲଟନ ପଡିଆରେ ଏକ ବିଶାଳ ଜନସଭାକୁ ସମ୍ବୋଧିତ କରିବେ। ଏହି ଅବସରରେ ସେ ବିଜେପି ବିଧାୟକ ପ୍ରାର୍ଥୀ ପୃଥ୍ୱୀରାଜ ହରିଚନ୍ଦନ ଏବଂ ସାଂସଦ ପ୍ରାର୍ଥୀ ସମ୍ବିତ ପାତ୍ରଙ୍କ ପାଇଁ ଭୋଟ ଭିକ୍ଷା କରିବେ। ଏଥି ପାଇଁ ଚଳଚଞ୍ଚଳ ହୋଇଉଠିଛି ଚିଲିକା ବିଜେପି। ବିଜେପି ଏଥିପାଇଁ ପ୍ରସ୍ତୁତି ଆରମ୍ଭ କରିଦେଇଛି।

ତେବେ ଯୋଗୀ ଆଦିତ୍ୟନାଥ ଅତ୍ୟନ୍ତ ଲୋକପ୍ରିୟ ଓ କଟର ହିନ୍ଦୁ ମୁଖ୍ୟମନ୍ତ୍ରୀ ହୋଇଥିବାରୁ ଏହା ଚିଲିକାରେ ବିଜେପିକୁ ବେଶ ଫାଇଦା ଦେବ ବୋଲି ଦଳ ଆଶା କରିଛି। ପ୍ରଚାରର ଶେଷ ଦିବସରେ ଯୋଗୀ ଆଦିତ୍ୟନାଥଙ୍କୁ ଆଣି ଚିଲିକାରେ ମାଷ୍ଟରଷ୍ଟ୍ରୋକ ଖେଳିବ ଦଳ।  ତେବେ ତାହା ଭୋଟରେ କେତେ ପ୍ରତିଫଳିତ ହେବ ତାହା ଜୁନ ୪ ତାରିଖରେ ଜଣାପଡିବ।

BJP chilika election 2024 Odisha yogi adityanath ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଚିଲିକା ଯୋଗୀ ଆଦିତ୍ୟନାଥ
Share. Facebook Twitter LinkedIn Email WhatsApp Copy Link

Related Posts

ମୁଖ୍ୟମନ୍ତ୍ରୀଙ୍କୁ ବିଶ୍ୱ ଆଥଲେଟିକ୍ସ ଚମ୍ପିଅନସିପ୍ ର ପତାକା ପ୍ରଦାନ କଲେ ସୂର୍ଯ୍ୟବଂଶୀ ସୂରଜ

April 5, 2026

୨୦୨୫-୨୬ରେ ରେକର୍ଡ ମାଲ ପରିବହନ ସହ ରେଳବାଇର ଉଲ୍ଲେଖନୀୟ ସଫଳତା

April 5, 2026

ଏସଆଇଆର କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗରେ ସହକାରୀ ଶିକ୍ଷକ ନିଲମ୍ବିତ

April 5, 2026

ସୁବର୍ଣ୍ଣପୁର ଜିଲ୍ଲାର ହାଇଟେକ୍ ସର୍ଭେ ସମ୍ପର୍କରେ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

April 5, 2026
Latest News

ମୁଖ୍ୟମନ୍ତ୍ରୀଙ୍କୁ ବିଶ୍ୱ ଆଥଲେଟିକ୍ସ ଚମ୍ପିଅନସିପ୍ ର ପତାକା ପ୍ରଦାନ କଲେ ସୂର୍ଯ୍ୟବଂଶୀ ସୂରଜ

April 5, 2026

୨୦୨୫-୨୬ରେ ରେକର୍ଡ ମାଲ ପରିବହନ ସହ ରେଳବାଇର ଉଲ୍ଲେଖନୀୟ ସଫଳତା

April 5, 2026

ଏସଆଇଆର କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗରେ ସହକାରୀ ଶିକ୍ଷକ ନିଲମ୍ବିତ

April 5, 2026

ସୁବର୍ଣ୍ଣପୁର ଜିଲ୍ଲାର ହାଇଟେକ୍ ସର୍ଭେ ସମ୍ପର୍କରେ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

April 5, 2026

୩୯୮.୩୬ କୋଟିର ଅପ୍ଟିକାଲ ଫାଇବର କେବୁଲ ପ୍ରକଳ୍ପକୁ ଭାରତୀୟ ରେଳବାଇର ମଞ୍ଜୁରୀ

April 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.