Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରଞ୍ଜିଆରେ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନଙ୍କ ଜୋରଦାର ନିର୍ବାଚନ ପ୍ରଚାର
ଆଜିର ଖବର

କରଞ୍ଜିଆରେ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନଙ୍କ ଜୋରଦାର ନିର୍ବାଚନ ପ୍ରଚାର

May 21, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link
 କରଞ୍ଜିଆ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନଙ୍କ ଜୋରଦାର ନିର୍ବାଚନ ପ୍ରଚାର

ଭୁବନେଶ୍ବର: ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ଆଜି ବିଭିନ୍ନ ନିର୍ବାଚନ ମଣ୍ଡଳି ଗସ୍ତକରି ଦଳ ପାଇଁ ପ୍ରଚାର ଜୋରଦାର କରିଛନ୍ତି। ସେ ଆଜି କରଞ୍ଜିଆରେ ପ୍ରଚାର କରି ଲୋକସଭା ଏବଂ ବିଧାନସଭାରେ ଶଙ୍ଖ ଚିହ୍ନରେ ଭୋଟ ଦେବା ପାଇଁ ସମସ୍ତଙ୍କୁ ନିବେଦନ କରିଛନ୍ତି। ସେ କହିଛନ୍ତି ଯେ, ୨୦ ବର୍ଷ ତଳେ ମୁଁ ଏଠାରେ କଲେକ୍ଟର ଥିଲି, ସେତେବେଳେ ଏଠାରେ ଭଲ ରାସ୍ତା ନଥିଲା, ଜଙ୍ଗଲ ଭିତରେ ଲୋକମାନେ ବହୁତ ଅସୁବିଧାରେ ଯିବା ଆସିବା କରୁଥିଲେ।ଆଜି ମୁଖ୍ୟମନ୍ତ୍ରୀ ଏ ଅଞ୍ଚଳର ବହୁ ପରିବର୍ତ୍ତନ ଘଟାଇଛନ୍ତି।

ସେ କହିଛନ୍ତି ଯେ, ନବୀନ ବାବୁ ଆପଣଙ୍କୁ ତାଙ୍କ ହୃଦୟରେ ରଖିଛନ୍ତି, ଅନ୍ୟମାନେ ଆପଣଙ୍କୁ ଭୋଟ ପାଇଁ ରଖିଛନ୍ତି। ନବୀନ ବାବୁ ଆପଣଙ୍କ ଭାଷା, କଳା, ସଂସ୍କୃତି, ପୂଜାସ୍ଥଳୀ, ଦେବସ୍ଥଳୀ ଓ ଜାଗିରାର ଉନ୍ନତି ପାଇଁ ସ୍ୱତନ୍ତ୍ର ଉନ୍ନୟନ ପରିଷଦ ଗଠନ କରିଛନ୍ତି।  ଆଦିବାସୀ ଭାଇଭଉଣୀମାନେ କୋର୍ଟ କଚେରୀ ଆସି ହେଉଥିବା ହଇରାଣରୁ ମୁକ୍ତ କରିବା ପାଇଁ ସେମାନଙ୍କ ଉପରୁ ୫୦ ହଜାରରୁ ଅଧିକ ପୋଲିସ୍‍, ଅବକାରୀ ଓ ଜଙ୍ଗଲ କେଶ୍‍ ରଦ୍ଦ କରିଛନ୍ତି।

ସାରା ଭାରତବର୍ଷରେ ଓଡ଼ିଶାରେ ଅଧିକ ଆଦିବାସୀ ଝିଅ ହଷ୍ଟେଲରେ ରହି ପାଠ ପଢ଼ୁଛନ୍ତି। ଅନ୍ୟ ରାଜ୍ୟମାନଙ୍କରେ ଟ୍ରାଇବାଲ ବଜେଟ କମି କମି ଯାଉଛି, ନବୀନ ବାବୁ ଓଡ଼ିଶାରେ ପ୍ରତିବର୍ଷ ଏହାକୁ ବଢ଼ାଉଛନ୍ତି। ନବୀନ ବାବୁ ଆପଣଙ୍କ ସହିତ ସବୁଦିନ ଅଛନ୍ତି। ମହାପ୍ରଭୁ ଓ ଆପଣମାନଙ୍କ ଆଶୀର୍ବାଦରେ ନବୀନ ପଟ୍ଟନାୟକ ଜୁନ ୯ ତାରିଖରେ ପୁଣି ଥରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ବୋଲି ପାଣ୍ଡିଆନ କହିଛନ୍ତି।

ଓଡିଶାରେ ପୁଣି ଥରେ ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ହେବା ପରେ କଣ କରାଯିବ ତାହାର ହିସାବ ଦେଇଛନ୍ତି। ସେ କହିଛନ୍ତି ଯେ, ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମ ଦସ୍ତଖତରେ ଓଡ଼ିଶାର ୯୦ ପ୍ରତିଶତ ବିଜୁଳି ବିଲ୍‍ ଛାଡ଼୍‍ ହେବ। ଦ୍ୱିତୀୟ ଦସ୍ତଖତରେ ବି.ଏସ୍‍.କେ.ୱାଇ କାର୍ଡରେ ସମସ୍ତେ ସାମିଲ ହେବେ ଏବଂ ତୃତୀୟ ଦସ୍ତଖତରେ ମିଶନଶକ୍ତି ମା ଓ ସଦସ୍ୟାମାନଙ୍କୁ ୬୦ ବର୍ଷ ପରେ ପେନ୍‍ସନ୍‍ ବ୍ୟବସ୍ଥା ଲାଗୁ ହେବ।

ଓଡିଶା ନିର୍ବାଚନ 2024 କାର୍ତ୍ତିକ ପାଣ୍ଡିଆନ ନିର୍ବାଚନ ପ୍ରଚାର
Share. Facebook Twitter LinkedIn Email WhatsApp Copy Link

Related Posts

IPL 2026 କାର୍ଯ୍ୟସୂଚୀ ସମ୍ପର୍କରେ ବଡ଼ ଅପଡେଟ୍: ଏହି ଦିନ ଘୋଷଣା ହେବ ତାରିଖ

February 24, 2026

ମାର୍ଚ୍ଚ ୧ ତାରିଖ ସନ୍ଧ୍ୟା ୬:୩୦ରୁ ଟିଭି ପ୍ରିମିୟମରେ ଦେଖନ୍ତୁ ସୁପରହିଟ୍ ଚଳଚ୍ଚିତ୍ର ‘ଚନ୍ଦ୍ରବଂଶୀ’

February 24, 2026

ଓଡିଶାର ସବୁଠାରୁ ବଡ ଓ ଫ୍ଲାଗସିପ୍ ରିଆଲିଟି ଶୋ‘ ରଜ କୁଇନ୍’: ଆସନ୍ତା ୨୮ରୁ ବିଭିନ୍ନ ସହରରେ ଅଡିସନ୍

February 24, 2026

ଭୁବନେଶ୍ବର ସୁପରମାର୍ଟ ରେ ଭୀଷଣ ଅଗ୍ନିକାଣ୍ଡ, କ୍ରେନ ସାହାଯ୍ୟରେ ନିଆଁ ଲିଭାଇବାକୁ ଚେଷ୍ଠା

February 24, 2026
Latest News

IPL 2026 କାର୍ଯ୍ୟସୂଚୀ ସମ୍ପର୍କରେ ବଡ଼ ଅପଡେଟ୍: ଏହି ଦିନ ଘୋଷଣା ହେବ ତାରିଖ

February 24, 2026

ମାର୍ଚ୍ଚ ୧ ତାରିଖ ସନ୍ଧ୍ୟା ୬:୩୦ରୁ ଟିଭି ପ୍ରିମିୟମରେ ଦେଖନ୍ତୁ ସୁପରହିଟ୍ ଚଳଚ୍ଚିତ୍ର ‘ଚନ୍ଦ୍ରବଂଶୀ’

February 24, 2026

ଓଡିଶାର ସବୁଠାରୁ ବଡ ଓ ଫ୍ଲାଗସିପ୍ ରିଆଲିଟି ଶୋ‘ ରଜ କୁଇନ୍’: ଆସନ୍ତା ୨୮ରୁ ବିଭିନ୍ନ ସହରରେ ଅଡିସନ୍

February 24, 2026

କେରଳ ଏବେ ‘କେରଳମ’ ଭାବରେ ପରିଚିତ ହେବ: ନୂତନ ନାମକୁ ମୋଦି କ୍ୟାବିନେଟ୍ ର ମଞ୍ଜୁରୀ

February 24, 2026

ଭୁବନେଶ୍ବର ସୁପରମାର୍ଟ ରେ ଭୀଷଣ ଅଗ୍ନିକାଣ୍ଡ, କ୍ରେନ ସାହାଯ୍ୟରେ ନିଆଁ ଲିଭାଇବାକୁ ଚେଷ୍ଠା

February 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.