Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମତଦାନକୁ ନେଇ ଖୋର୍ଦ୍ଧା ଜିଲ୍ଲାରେ ବ୍ୟାପକ ପ୍ରସ୍ତୁତି: ଜାଣନ୍ତୁ ଭୋଟିଂ ପରେ କେଉଁଠି ରହିବ ଇଭିଏମ୍‌
ଆଜିର ଖବର

ମତଦାନକୁ ନେଇ ଖୋର୍ଦ୍ଧା ଜିଲ୍ଲାରେ ବ୍ୟାପକ ପ୍ରସ୍ତୁତି: ଜାଣନ୍ତୁ ଭୋଟିଂ ପରେ କେଉଁଠି ରହିବ ଇଭିଏମ୍‌

May 21, 2024No Comments3 Mins Read
Share Facebook Twitter LinkedIn Email WhatsApp Copy Link

ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲାର ସମସ୍ତ ଆଠଟି ବିଧାନସଭା ନିର୍ବାଚନ ମଣ୍ଡଳୀରେ ଆସନ୍ତା ୨୫ ତାରିଖରେ ମତଦାନ ହେବ। ଏଥି ନିମନ୍ତେ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଆଜି ଏ ମର୍ମରେ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଜିଲ୍ଲାପାଳ ତଥା ଜିଲ୍ଲା ନିର୍ବାଚନ ଅଧିକାରୀ ଚଞ୍ଚଳ ରାଣା କହିଛନ୍ତି ଯେ, ଆସନ୍ତା ୨୩ ତାରିଖରେ ଜୟଦେବ, ଜଟଣୀ, ବେଗୁନିଆ ଓ ଚିଲିକା ନିମନ୍ତେ ପୁଲିଂ ପାର୍ଟିମାନେ ବୁଥ୍‌ ଅଭିମୁଖେ ଯାତ୍ରା କରିବେ।

ସେହିଭଳି ୨୪ ତାରିଖରେ ଭୁବନେଶ୍ୱର (ମଧ୍ୟ), ଭୁବନେଶ୍ୱର (ଉତ୍ତର), ଏକାମ୍ର ଏବଂ ଖୋର୍ଦ୍ଧା ନିର୍ବାଚନ ମଣ୍ଡଳୀ ନିମନ୍ତେ ପୁଲିଂ ପାର୍ଟିମାନେ ବୁଥ୍‌ ଅଭିମୁଖେ ଗସ୍ତ କରିବେ। ଜୟଦେବ, ଭୁବନେଶ୍ୱର (ମଧ୍ୟ), ଭୁବନେଶ୍ୱର (ଉତ୍ତର), ଏକାମ୍ର ଏବଂ ଜଟଣୀ ନିମନ୍ତେ ବିଜେବି ସ୍ୱୟଂଶାସିତ ମହାବିଦ୍ୟାଳୟ, ଚିଲିକା ନିର୍ବାଚନ ମଣ୍ଡଳୀ ନିମନ୍ତେ ପ୍ରାଣନାଥ ସ୍ୱୟଂଶାସିତ ମହାବିଦ୍ୟାଳୟ, ବେଗୁନିଆ ଓ ଖୋର୍ଦ୍ଧା ନିମନ୍ତେ ଜିଲ୍ଲା ପଣ୍ୟାଗାରରେ ଷ୍ଟ୍ରଙ୍ଗରୁମ୍‌ର ବ୍ୟବସ୍ଥା କରାଯାଇଛି। ଏଠାରୁ ପୁଲିଂ ପାର୍ଟିମାନେ ସଂପୃକ୍ତ ବୁଥ୍‌ ନିମନ୍ତେ ଯାତ୍ରା କରି ମତଦାନ ପରେ ଇଭିଏମ୍‌ଗୁଡ଼ିକୁ ଉକ୍ତ ସ୍ଥାନରେ ଦାଖଲ କରିବେ।

ଚଳିତ ନିର୍ବାଚନ ନିମନ୍ତେ ମୋଟ ୯୫ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦିତା କରୁଛନ୍ତି। ଜୟଦେବ ନିର୍ବାଚନ ମଣ୍ଡଳୀରେ ୮ ଜଣ, ଭୁବନେଶ୍ୱର (ମଧ୍ୟ)ରେ ୧୩ ଜଣ, ଭୁବନେଶ୍ୱର (ଉତ୍ତର)ରେ ୧୨ ଜଣ, ଏକାମ୍ରରେ ୧୨ ଜଣ, ଜଟଣୀରେ ୯ ଜଣ, ବେଗୁନିଆରେ ୧୧ ଜଣ, ଚିଲିକାରେ ୧୦ ଜଣ, ଖୋର୍ଦ୍ଧାରେ ୮ ଜଣ ଏବଂ ଭୁବନେଶ୍ୱର ଲୋକସଭା ପାଇଁ ୧୨ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦିତା କରୁଛନ୍ତି।

ଜିଲ୍ଲାର ମୋଟ ୧୯ ଲକ୍ଷ ୬ ହଜାର ୫୧୮ ଜଣ ଭୋଟରଙ୍କ ମଧ୍ୟରେ ୯ ଲକ୍ଷ ୯୦ ହଜାର ୭୩୪ ଜଣ ପୁରୁଷ, ୯ ଲକ୍ଷ ୧୫ ହଜାର ୨୦୫ ଜଣ ମହିଳା ଏବଂ ୫୭୯ ଜଣ ତୃତୀୟ ଲିଙ୍ଗୀ ଭୋଟର ପ୍ରାର୍ଥୀମାନଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ। ସେମାନଙ୍କ ମଧ୍ୟରେ ୧୮-୧୯ ବର୍ଷ ବୟସର ୪୨ ହଜାର ୧୦୦ ଯୁବ ଭୋଟର ଥିବାବେଳେ ୩୨ ହଜାର ୫୭ ଜଣ ଦିବ୍ୟାଙ୍ଗ ଭୋଟର ରହିଛନ୍ତି। ସେମାନଙ୍କ ମଧ୍ୟରେ ନିର୍ବାଚନରେ ନିୟୋଜିତ ଜିଲ୍ଲାର ୫୩୩୧ ଜଣ କର୍ମଚାରୀ ପୋଷ୍ଟାଲ ବାଲାଟ୍‌ରେ ନିଜ ମତାଧିକାର ସାବ୍ୟସ୍ତ କରିଥିବାବେଳେ ପ୍ରାୟ ଦେଢ଼ ହଜାରରୁ ଅଧିକ ୮୫ ବର୍ଷ ବୟସରୁ ଅଧିକ ବରିଷ୍ଠ ନାଗରିକ ଓ ଦିବ୍ୟାଙ୍ଗ ଭୋଟର ଘରେ ରହି ମତଦାନ କରିଛନ୍ତି।

ଜିଲ୍ଲାର ୧୯୨୩ଟି ବୁଥ୍‌ ମଧ୍ୟରୁ ୫୨୫ଟି କେବଳ ମହିଳାମାନଙ୍କ ଦ୍ୱାରା ପରିଚାଳିତ ସଖି ବୁଥ୍‌, ଭିନ୍ନକ୍ଷମ କର୍ମଚାରୀଙ୍କ ଦ୍ୱାରା ୮ଟି ଏବଂ ଯୁବ କର୍ମଚାରୀମାନଙ୍କ ଦ୍ୱାରା ପରିଚାଳିତ ୪୦ଟି ବୁଥ୍‌ ରହିଛି। ଏଥି ମଧ୍ୟରେ ୨୭ଟି ସମ୍ବେଦନଶୀଳ ଓ ୩୦୬ଟି ଅତିସମ୍ବେଦନଶୀଳ ବୁଥ୍‌ ରହିଛି। ଏଥି ସହ ୭ଟି ଇକୋ-ଫ୍ରେଣ୍ଡଲି ଏବଂ ୩୮୪ଟି ଆଦର୍ଶ ମତଦାନ କେନ୍ଦ୍ର ରହିଛି।

ସୂଚନାଯୋଗ୍ୟ ଯେ ଭୁବନେଶ୍ୱର (ମଧ୍ୟ) ନିର୍ବାଚନ ମଣ୍ଡଳୀର ସମସ୍ତ ୨୦୦ଟି ମତଦାନ କେନ୍ଦ୍ର କେବଳ ମହିଳାମାନଙ୍କ ଦ୍ୱାରା ପରିଚାଳିତ ହେବ। ଉକ୍ତଦିନଗୁଡ଼ିକରେ ପୁଲିଂ ପାର୍ଟିମାନଙ୍କ ସହାୟତା ନିମନ୍ତେ ଭୁବନେଶ୍ୱର ଓ ଏହାର ଆଖପାଖ ଅଞ୍ଚଳ ଯଥା-ଜଟଣୀ, ପିପିଲି, ଖୋର୍ଦ୍ଧା, ବାଳକାଟି, ବାଲିଅନ୍ତା ଓ ବାଲିପାଟଣାର ବିଭିନ୍ନ ରୁଟ୍‌ରେ ବସ୍‌ମାନ ଚଳପ୍ରଚଳ କରିବ। ଏହି ବସ୍‌ଗୁଡ଼ିକ ୨୫ ତାରିଖ ସନ୍ଧ୍ୟା ୭ ଘଟିକାରୁ ମଧ୍ୟରାତ୍ର ପର୍ଯ୍ୟନ୍ତ ଚଳପ୍ରଚଳ କରିବ। ପ୍ରତ୍ୟେକ ସଖି ବୁଥ୍‌ରେ ମହିଳାମାନଙ୍କ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା ସହ ଆନୁଷଙ୍ଗିକ ସାମଗ୍ରୀ ମଧ୍ୟ ଯୋଗାଇ ଦିଆଯିବ। ଏଥି ମଧ୍ୟରେ ୧୧୪୪ଟି ବୁଥ୍‌ରେ େୱବ୍‌କାଷ୍ଟିଂ କରାଯିବ। ପ୍ରାୟ ୧୫ ହଜାର ପୁଲିଂ ଅଧିକାରୀ ଏହି ମତାଦନ ପ୍ରକ୍ରିୟା ନିମନ୍ତେ ନିୟୋଜିତ ହୋଇଛନ୍ତି। ଏଥିନିମନ୍ତେ ୧୦ ପ୍ଲାଟୁନ ସିଏପିଫ ଯବାନଙ୍କ ସମେତ ପ୍ରାୟ ୨୨ ପ୍ଲାଟୁନ ସୁରକ୍ଷା କର୍ମଚାରୀ ମୁତୟନ କରାଯାଇଛି। ଆସନ୍ତା ୨୫ ତାରିଖରେ ଜିଲ୍ଲାରେ ସକାଳ ୭ ଘଟିକାରୁ ସନ୍ଧ୍ୟା ୬ ଘଟିକା ପର୍ଯ୍ୟନ୍ତ ଭୋଟ ଗ୍ରହଣ ହେବ।

ଏଥି ସହ ଆବଶ୍ୟକ ସ୍ଥଳେ ସହାୟତା କରିବାକୁ ୨୪ ଜଣ ଇସିଆଇଏଲ୍‌ ଯନ୍ତ୍ରୀ ଏବଂ ମତଦାନ ପ୍ରକ୍ରିୟାରେ ସହଯୋଗ କରିବାକୁ ୫୫ ଜଣ ସହଯୋଗୀ ପର୍ଯ୍ୟବେକ୍ଷକ ନିଯୁକ୍ତ ହୋଇଛନ୍ତି। ଏତଦ୍‌ବ୍ୟତୀତ ଜିଲ୍ଲାସ୍ତରରେ ୨୪ ଘଣ୍ଟିଆ ସୂଚନା କେନ୍ଦ୍ର ଖୋଲାଯାଇ ନିର୍ବାଚନ ସଂପର୍କିତ ସମସ୍ତ ଅଭିଯୋଗ ଉପରେ ପଦକ୍ଷେପ ଗ୍ରହଣ କରାଯାଉଛି। ଏଥି ସହ ୧୯୫୦କୁ କଲ୍‌ କରି ନାଗରିକମାନେ ବିଭିନ୍ନ ଅଭିଯୋଗ କରିପାରୁଛନ୍ତି।

ଏତଦ୍‌ବ୍ୟତୀତ ସମସ୍ତ ବୁଥ୍‌ରେ ବିଦୁ୍ୟତ, ଆଲୋକୀକରଣ, ଖାଦ୍ୟ ଓ ପାନୀୟ ଜଳ, ଶୌଚାଳୟ, ପ୍ରତୀକ୍ଷା ଗୃହ, ସୂଚନା ଫଳକ, ସହାୟତା କେନ୍ଦ୍ର, କ୍ରେଚ୍‌, ସେଲ୍‌ଫି ସେଣ୍ଟର, ଡାକ୍ତରୀ ଟିମ୍‌ର ସୁବିଧା କରାଯାଇଛି। ପ୍ରତ୍ୟେକ ବୁଥ୍‌ରେ ଦିବ୍ୟାଙ୍ଗ ଭୋଟରମାନଙ୍କ ନିମନ୍ତେ ହ୍ୱିଲ୍‌ ଚେୟାର ସହ ଆନୁଷଙ୍ଗିକ ବ୍ୟବସ୍ଥା କରାଯାଇଛି। ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ଭ୍ରାମ୍ୟମାଣ ଡାକ୍ତରୀ ଟିମ୍‌ ମୁତୟନ ହୋଇଛନ୍ତି। ପ୍ରତ୍ୟେକ ବୁଥ୍‌ରେ ସହାୟତା ନିମନ୍ତେ ତାଲିମପ୍ରାପ୍ତ ସେ୍ୱଚ୍ଛାସେବୀ ନିଯୁକ୍ତ କରାଯାଇଛି। ଭୋଟରମାନେ ସେମାନଙ୍କର ମତଦାନ କେନ୍ଦ୍ର ଜାଣିବା ନିମନ୍ତେ ଭୋଟର ସୂଚନା ପତ୍ର ଦିଆଯାଇଛି। ଭୋଟରମାନେ ‘ଭୋଟର ହେଲପ୍‌ ଆପ୍‌’ ଏବଂ ଜିଲ୍ଲା ପ୍ରଶାସନ ପକ୍ଷରୁ ଜାରି ‘ମୋ ବୁଥ୍‌’ ଆପ୍‌ ସହାୟତାରେ ସେମାନଙ୍କର ମତଦାନ କେନ୍ଦ୍ର ଏବଂ ଅବସ୍ଥିତି ସଂପର୍କରେ ବିଶଦ ଭାବେ ଜାଣିପାରିବେ।

ଭୋଟରମାନଙ୍କ ସଚେତନତା ପାଇଁ ଜିଲ୍ଲା ପ୍ରଶାସନ ଓ ବିଏମ୍‌ସି ପକ୍ଷରୁ ଗଣଦୌଡ଼, ୱାକାଥନ୍‌, ସାଇକେଲ୍‌ ଶୋଭାଯାତ୍ରା ଏବଂ ବିଭିନ୍ନ ମହାବିଦ୍ୟାଳୟରେ ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ସଚେତନତା କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି। ଜିଲ୍ଲାରେ ତିନିଜଣ ସାଧାରଣ ପର୍ଯ୍ୟବେକ୍ଷକ, ଜଣେ ପୋଲିସ୍‌ ପର୍ଯ୍ୟବେକ୍ଷକ ଏବଂ ୪ ଜଣ ଖର୍ଚ୍ଚ ପର୍ଯ୍ୟବେକ୍ଷକ ନିଯୁକ୍ତ ହୋଇଥିବା ଜିଲ୍ଲାପାଳ ଶ୍ରୀ ରାଣା ସୂଚନା ଦେଇଛନ୍ତି। ଆଜିର ଏହି ସାମ୍ବାଦିକ ସମ୍ମିଳନୀରେ ଖୋରଧାଏବଂ ନିର୍ବାଚନ ଡେପୁଟି କଲେକ୍‌ଟର ମନୋଜ ସେନାପତି ପ୍ରମୁଖ ଉପସ୍ଥିତ ଥିଲେ।

election 2024 evm khordha Lok Sabha Election Odisha
Share. Facebook Twitter LinkedIn Email WhatsApp Copy Link

Related Posts

“ଅପରେସନ୍ ଷ୍ଟ୍ରାଇକ” ଅଭିଯାନ: ବିଭିନ୍ନ ମାମଲାରେ ୨୪୬ ଅଭିଯୁକ୍ତ ଗିରଫ

January 16, 2026

‘ଟାଇମ୍ସ ବିଜନେସ୍ ଆୱାର୍ଡ-ଓଡ଼ିଶା’ କାର୍ଯ୍ୟକ୍ରମରେ କେନ୍ଦ୍ରମନ୍ତ୍ରୀ

January 16, 2026

୧୧.୧ ହଜାର କେଜି ମହୁଲ ପୋଚ ନଷ୍ଟ କରିବା ସହ ୧୫୬୦ ଲିଟର ଦେଶୀ ମଦ ଜବତ

January 16, 2026

ମଙ୍ଗଳାଯୋଡି ଇକୋ ଟୁରିଜିମ ସ୍ଥଳ ପରିଦର୍ଶନ କଲେ ରାଜ୍ୟପାଳ

January 16, 2026
Latest News

“ଅପରେସନ୍ ଷ୍ଟ୍ରାଇକ” ଅଭିଯାନ: ବିଭିନ୍ନ ମାମଲାରେ ୨୪୬ ଅଭିଯୁକ୍ତ ଗିରଫ

January 16, 2026

‘ଟାଇମ୍ସ ବିଜନେସ୍ ଆୱାର୍ଡ-ଓଡ଼ିଶା’ କାର୍ଯ୍ୟକ୍ରମରେ କେନ୍ଦ୍ରମନ୍ତ୍ରୀ

January 16, 2026

ଭାରତରେ ଗଣତନ୍ତ୍ରର ଅର୍ଥ ହେଉଛି ଶେଷ ବ୍ୟକ୍ତି ପର୍ଯ୍ୟନ୍ତ ସେବା ପହଞ୍ଚାଇବା: ପ୍ରଧାନମନ୍ତ୍ରୀ

January 16, 2026

୧୧.୧ ହଜାର କେଜି ମହୁଲ ପୋଚ ନଷ୍ଟ କରିବା ସହ ୧୫୬୦ ଲିଟର ଦେଶୀ ମଦ ଜବତ

January 16, 2026

ମଙ୍ଗଳାଯୋଡି ଇକୋ ଟୁରିଜିମ ସ୍ଥଳ ପରିଦର୍ଶନ କଲେ ରାଜ୍ୟପାଳ

January 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.