Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ବିଜେପି ପାଇଁ ପ୍ରଚାରରେ ଆସୁଛନ୍ତି ଜେପି ନଡ୍ଡା, ଯୋଗୀ ଆଦିତ୍ୟନାଥ ଏବଂ ହିମନ୍ତ ଶର୍ମା
ଆଜିର ଖବର

ଆଜି ବିଜେପି ପାଇଁ ପ୍ରଚାରରେ ଆସୁଛନ୍ତି ଜେପି ନଡ୍ଡା, ଯୋଗୀ ଆଦିତ୍ୟନାଥ ଏବଂ ହିମନ୍ତ ଶର୍ମା

May 23, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link
JPNadda
ଆଜି ବିଜେପି ପାଇଁ ନିର୍ବାଚନ ପ୍ରଚାରରେ ଆସୁଛନ୍ତି ଜେପି ନଡ୍ଡା, ଯୋଗୀ ଆଦିତ୍ୟନାଥ ଏବଂ ହିମନ୍ତ ଶର୍ମା

ଭୁବନେଶ୍ୱର: ବିଜେପିର ପ୍ରଚାର ପାଇଁ ଆଜି ତିନି ପ୍ରମୁଖ ଜାତୀୟ ନେତା ଓଡିଶା ଆସୁଛନ୍ତି। ସେମାନେ ହେଲେ ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ ପି ନଡ୍ଡା, ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏବଂ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ଶର୍ମା। ପୂର୍ବରୁ ଜେପି ନଡ୍ଡା ଏବଂ ହିମନ୍ତ ଶର୍ମା ଆସିଥିବା ବେଳେ ଯୋଗୀ ଆଦିତ୍ୟନାଥଙ୍କ ଏହା ପ୍ରଥମ ଓଡିଶା ଗସ୍ତ।

ରାଷ୍ଟ୍ରୀୟ ଅଧ୍ୟକ୍ଷ ଶ୍ରୀ ଜଗତ ପ୍ରକାଶ ନଡ୍ଡା ଆସନ୍ତା କାଲି ୨୩ ତାରିଖ ପୂର୍ବାହ୍ନ ୧୧ଟାରେ କରଞ୍ଜିଆ, ମଧ୍ୟାହ୍ଣ ୧୨.୩୦ରେ ଧାମନଗର ନିର୍ବାଚନମଣ୍ଡଳୀର ଅସୁରାଳିଠାରେ, ଅପରାହ୍ନ ୨ଟାରେ ବଡଚଣା ଏବଂ ଅପରାହ୍ଣ ୪.୪୫ରେ ବାଲିକୁଦା-ଏରସମା ନିର୍ବାଚନମଣ୍ଡଳୀର ଏରସମାଠାରେ ଅନୁଷ୍ଠିତ ଜନସଭାକୁ ସମ୍ବୋଧନ କରିବେ।

ଆସନ୍ତା ୨୩ ତାରିଖ ଦିନ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟ ନାଥ ନିର୍ବାଚନୀ ପ୍ରଚାର ପାଇଁ ଓଡିଶା ଆସୁଛନ୍ତି। ଯୋଗୀ ଆଦିତ୍ୟନାଥ ୨୩ ତାରିଖ ପୂର୍ବାହ୍ନ ୧୦.୧୫ରେ ଚିଲିକା ନିର୍ବାଚନମଣ୍ଡଳୀର ବାଣପୁରଠାରେ ଏବଂ ପୂର୍ବାହ୍ନ ୧୧.୩୦ରେ ମାହାଙ୍ଗା ନିର୍ବାଚନ ମଣ୍ଡଳୀର କୁଳିଆ ମାର୍କେଟ ପଡିଆରେ ଅନୁଷ୍ଠିତ ଜନସଭାକୁ ସମ୍ବୋଧନ କରିବେ।

ଆସନ୍ତା କାଲି ୨୩ତାରିଖ ଦିନ ଆସାମ ମୁଖ୍ୟମନ୍ତ୍ରୀ ଶ୍ରୀ ହିମନ୍ତ ବିଶ୍ୱଶର୍ମା ସକାଳ ୮.୩୦ରେ ସମ୍ବଲପୁର ଗସ୍ତ କରି ପ୍ରଥମେ ମାଁ ସମଲେଶ୍ୱରୀଙ୍କ ଦର୍ଶନ କରି ଆର୍ଶୀବାଦ ଗ୍ରହଣ କରିବେ। ଏହାପରେ ସକାଳ ୦୯.୧୫ରେ ସମ୍ବଲପୁରଠାରେ ଥିବା ସ୍ୱର୍ଗତଃ ଲକ୍ଷ୍ମୀନାଥ ବେଜବରୁଆଙ୍କ ଜନ୍ମ ସ୍ଥାନକୁ ଯାଇ ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରିବେ। ଶ୍ରୀ ବିଶ୍ୱଶର୍ମା ଦେବଗଡଠାରେ ପୂର୍ବାହ୍ନ୧୦.୩୦ରେ ‘ରୋଡ୍ ଶୋ’ରେ ଯୋଗ ଦେବେ। ଏହି ଅବସରରେ କେନ୍ଦ୍ରମନ୍ତ୍ରୀ ତଥା ସମ୍ବଲପୁର ସାଂସଦ ପ୍ରାର୍ଥୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଉପସ୍ଥିତ ରହିବେ।

ଶ୍ରୀ ବିଶ୍ୱଶର୍ମା ମଧ୍ୟାହ୍ଣ ୧.୩୦ରେ ଚଂପୁଆ ନିର୍ବାଚନମଣ୍ଡଳୀର ବଡବିଲ, ଅପରାହ୍ଣ ୩ଟାରେ ଚୌଦ୍ୱାର ଏବଂ ଅପରାହ୍ଣ ୪ଟାରେ ବଡମ୍ବାଠାରେ ଅନୁଷ୍ଠିତ ଜନସଭାକୁ ସମ୍ବୋଧନ କରିବେ।
ସେହିପରି କେନ୍ଦ୍ରମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆସନ୍ତା କାଲି ୨୩ ତାରିଖ ଦିନ ପୂର୍ବାହ୍ନ ୧୦.୩୦ରେ ଦେବଗଡଠାରେ ଅନୁଷ୍ଠିତ ରୋଡ ସୋ ରେ ଆସାମ ମୁଖ୍ୟମନ୍ତ୍ରୀ ଶ୍ରୀ ହିମନ୍ତ ବିଶ୍ୱଶର୍ମାଙ୍କ ସହିତ ଯୋଗ ଦେବେ।

jpnadda ଜେପି ନଡ୍ଡା ବିଜେପି ପ୍ରଚାର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଯୋଗୀ ଆଦିତ୍ୟନାଥ ହିମନ୍ତ ବିଶ୍ବଶର୍ମା
Share. Facebook Twitter LinkedIn Email WhatsApp Copy Link

Related Posts

ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ଶପଥ ଗ୍ରହଣ କଲେ ଜଷ୍ଟିସ ମାନସ ରଞ୍ଜନ ପାଠକ

July 22, 2025

ନାବାଳିକା ଦେହରେ  ନିଆଁ ଲଗାଇଦେବା ଘଟଣା: ବଳଙ୍ଗା ପୁଲିସଠାରୁ ସମସ୍ତ ତଥ୍ୟ ସଂଗ୍ରହ କଲା କ୍ରାଇମବ୍ରାଞ୍ଚ

July 22, 2025

ପେଟ୍ରୋଲିୟମ୍‌ ସଂଘର ଆଲୋଚନା ପରେ ବଡ଼ ନିଷ୍ପତ୍ତି: ସମ୍ପୂର୍ଣ୍ଣ ନିଷେଧ ହେଲା ପ୍ଲାଷ୍ଟିକ ବୋତଲରେ ପେଟ୍ରୋଲ ବିକ୍ରୟ କରିବା

July 22, 2025

ଆଜି ଜୁଲାଇ ୨୨ ତାରିଖ ମଙ୍ଗଳବାରରେ ପାଞ୍ଚୋଟି ରାଶିର ଭାଗ୍ୟରେ ହେବ ବଡ ପରିବର୍ତ୍ତନ

July 22, 2025
Latest News

ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ଶପଥ ଗ୍ରହଣ କଲେ ଜଷ୍ଟିସ ମାନସ ରଞ୍ଜନ ପାଠକ

July 22, 2025

ନାବାଳିକା ଦେହରେ  ନିଆଁ ଲଗାଇଦେବା ଘଟଣା: ବଳଙ୍ଗା ପୁଲିସଠାରୁ ସମସ୍ତ ତଥ୍ୟ ସଂଗ୍ରହ କଲା କ୍ରାଇମବ୍ରାଞ୍ଚ

July 22, 2025

ପେଟ୍ରୋଲିୟମ୍‌ ସଂଘର ଆଲୋଚନା ପରେ ବଡ଼ ନିଷ୍ପତ୍ତି: ସମ୍ପୂର୍ଣ୍ଣ ନିଷେଧ ହେଲା ପ୍ଲାଷ୍ଟିକ ବୋତଲରେ ପେଟ୍ରୋଲ ବିକ୍ରୟ କରିବା

July 22, 2025

ଆଜି ଜୁଲାଇ ୨୨ ତାରିଖ ମଙ୍ଗଳବାରରେ ପାଞ୍ଚୋଟି ରାଶିର ଭାଗ୍ୟରେ ହେବ ବଡ ପରିବର୍ତ୍ତନ

July 22, 2025

ନୂଆ କଥା, ଆଇନ ମନ୍ତ୍ରୀଙ୍କୁ ତାଙ୍କ ବାସଭବନରେ ସାକ୍ଷାତ କଲେ ରାଜ୍ୟପାଳ କମ୍ଭମପଟି, ହେଲେ କାହିଁକି ??

July 21, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.